ଭୋଟ ବର୍ଜନ କଲେ ଅଞ୍ଚଳବାସୀ

ମୋହନା,୧୪/୫(ମନ୍ମଥ ମିଶ୍ର):ସାଧାରଣ ନିର୍ବାଚନ ପାଇଁ ସୋମବାର ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ମତଦାନ ହୋଇଛି। ଗଜପତି ଜିଲା ମୋହନା ନିର୍ବାଚନ ମଣ୍ଡଳୀରେ ଶାନ୍ତିପୂର୍ଣ୍ଣ ଭାବେ ୨୯୭ଟି ଭୋଟ କେନ୍ଦ୍ରରେ ଲୋକେ ନିଜର ବହୁ ମୂଲ୍ୟ ମତ ସାବ୍ୟସ୍ତ କରିଛନ୍ତି। କିନ୍ତୁ ମୋହନା ବ୍ଲକ ଗୋବିନ୍ଦପୁର ପଞ୍ଚାୟତ କେନ୍ଦୁପଦା ଗ୍ରାମର ଉଜିଗିଜି ୪୦ ନମ୍ବର୍‌ ବୁଥରେ ଅଞ୍ଚଳବାସୀ ଭୋଟ ବର୍ଜନ କରିଛନ୍ତି। ଗାଁ ରେ ପ୍ରାୟ ୩୦୦ରୁ ଊଦ୍ଧର୍‌ବ ଭୋଟର୍‌ ରହିଥିବା ବେଳେ ଭୋଟ ବର୍ଜନ ନିଷ୍ପତ୍ତି ନେଇଛନ୍ତି। ଗଁାରେ ନେଟୱାର୍କ ଓ ପାନୀୟ ଜଳ ସମସ୍ୟାକୁ ନେଇ ବାରମ୍ବାର ଅଭିଯୋଗ କରି ଆସୁଛନ୍ତି। କିନ୍ତୁ କୌଣସି ଅଧିକାରୀ କର୍ଣ୍ଣପାତ କରୁନଥିବା ଅଭିଯୋଗ କରିଛନ୍ତି। ଫଳରେ ସେମାନେ ଭୋଟ ବର୍ଜନ କରିବାକୁ ନିଷ୍ପତ୍ତି ନେଇଥିଲେ। ସେହିପରି ମୋହନା ବ୍ଲକ୍‌ ମଲାସପଦର ପଞ୍ଚାୟତ ଜାମଲିଂ ଗାଁ ରେ ଥିବା ୨୧ ନମ୍ବର ବୁଥରେ ୬ ଖଣ୍ଡ ଗ୍ରାମବାସୀ ଭୋଟ ବର୍ଜନ କରିଛନ୍ତି। ବୁଥ ଖାଁ ଖାଁ ପଡ଼ିଥିଲା। ସକାଳ ସମୟରେ ମାତ୍ର ୨୬ ଜଣ ଭୋଟ ଦେଇଛନ୍ତି। ପରେ ସମୂହ ଭୋଟ ବର୍ଜନ ପାଇଁ ଗ୍ରାମବାସୀ ନିଷ୍ପତ୍ତି ନେଇଥିଲେ। ଗାଁ ମୁହଁରେ ଭୋଟ ବର୍ଜନ ପୋଷ୍ଟର ଲଗାଇ ବୁଥ କେନ୍ଦ୍ର ନିକଟରେ ଭୋଟ ବର୍ଜନ କରି ଡ଼ହ ଡହ ଖରାରେ ବସିଥିଲେ ମହିଳା ଓ ପୁରୁଷ। ୬ ଖଣ୍ଡ ଗାଁକୁ ରାସ୍ତା ନାହିଁ କି ପିଇବା ପାଣି ନାହିଁ, ଅଞ୍ଚଳରେ ନେଟୱାର୍କ ନାହିଁ, ମୌଳିକ ସୁବିଧାରୁ ବଞ୍ଚିତ ଗ୍ରାମବାସୀ। ସମସ୍ୟା ନେଇ ଆଗରୁ ଅଞ୍ଚଳବାସୀ ବହୁବାର ପ୍ରଶାସନ ନିକଟରେ ଅଭିଯୋଗ କରି ଆସିଥିଲେ ସୁଦ୍ଧା ସମସ୍ୟା ସମାଧାନ ହୋଇନାହିଁ। ଫଳରେ ବାଧ୍ୟ ହୋଇ ସୋମବାର ୬ ଖଣ୍ଡ ଗ୍ରାମବାସୀ ଭୋଟ ବର୍ଜନ କରିଛନ୍ତି। ଘଟଣା ସ୍ଥଳରେ ପୋଲିସ ମୁତୟନ ଥିବା ବେଳେ ଗ୍ରାମବାସୀ ଭୋଟ ବର୍ଜନ କରି ଖରାରେ ଧାରଣାରେ ବସି ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜୀବିକା ଦେଇଛି ବାଉଁଶ କାରିଗରୀ

କୋକସରା,୨୬ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବରାଡଙ୍ଗା ପଞ୍ଚାୟତର ଏକ ଆଦିବାସୀ ବହୁଳ ଗ୍ରାମ ଝୁଲେନବର। ଜଙ୍ଗଲ ପରିବେଷ୍ଟିତ ଗାଁରେ ପ୍ରାୟ...

ହରିଣ ଛୁଆକୁ ଘେରିଗଲେ ବିଲୁଆ ଦଳ:, ଆଉ ତା’ପରେ…

ପାତ୍ରପୁର,୨୬।୭(ଉମା ଚରଣ ନେପାକ): ସାମନ୍ତିଆପଲ୍ଲୀ ବନାଞ୍ଚଳ ଅଧୀନ ଗୋପୀନାଥପୁର ନିକଟସ୍ଥ ଜଙ୍ଗଲରୁ ଶୁକ୍ରବାର ଏକ ଆହତ ହରିଣ ଛୁଆ ଉଦ୍ଧାର ହୋଇଛି। କିଛି ବିଲୁଆ ହରିଣମାନଙ୍କୁ...

ବର୍ଷା ଅଭାବ: ଚାଷ ଜମିରେ ଚରିଲେ ଗୋରୁ

ଔପଦା, ୨୬।୭(ଧରିତ୍ରୀ ପଣ୍ଡା)-ଜୟ ଯବାନ, ଜୟ କିଷାନ ଧ୍ୱନିରେ ଚାଷ ଅଛି ଯାହାର, କି ଆନନ୍ଦ ତାହାର ଉକ୍ତିର ଆଜି ବିପରୀତ ଦେଖାଦେଇଛି। ଧାନ ଚାଷ...

ଗିରଫ ହେଲେ କୁବେର ଯନ୍ତ୍ରୀ, ଚଢାଉ ପରେ ଧରାପଡିଲା ଅମାପ ଅମାପ ସମ୍ପତ୍ତି

ଭୁବନେଶ୍ୱର,୨୬।୭: ଗିରଫ ହେଲେ କୁବେର ନିର୍ମାଣ ଯନ୍ତ୍ରୀ ସୁନୀଲ ରାଉତ। ଆୟ ବର୍ହିଭୂତ ସମ୍ପତ୍ତି ଠୂଳ ଅଭିଯୋଗରେ ଶୁକ୍ରବାର ଯନ୍ତ୍ରୀ ସୁନୀଲ ରାଉତଙ୍କୁ ଗିରଫ କରିଛି...

ଅସହାୟ ପିଲାଙ୍କୁ ଶିକ୍ଷାଦାନ ପାଇଁ ହାତ ବଢାଇଲେ ଡାକ୍ତର

କେସିଙ୍ଗା,୨୬।୭(ତୁମେଶର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କାଣ୍ଡେଲ ଗ୍ରାମର ପୂର୍ଣଚନ୍ଦ୍ର ହରିଜନ ଗତ ୪ବର୍ଷ ତଳେ କିଡ୍‌ନୀ ରୋଗରେ ଆକ୍ରାନ୍ତ ହୋଇ ତାଙ୍କର ମୃତ୍ୟୁ...

ମହିଳାଙ୍କ ଉପରକୁ ଚଢ଼ିଗଲା ଟ୍ରକ୍‌

ବଡବିଲ,୨୬।୭(ଦେବପ୍ରିୟ ରଣା): ୫୨୦ ନମ୍ବର ଜାତୀୟ ରାଜପଥ କେନ୍ଦୁଝର ଜିଲା ରୁଗୁଡ଼ି ଥାନା କେନ୍ଦୁଡିହି ଛକରେ ଶୁକ୍ରବାର ଏକ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ଧକ୍କାରେ...

ଲକ୍ଷ୍ମୀବସ୍‌ର ମନମୁଖୀ କାର୍ଯ୍ୟ: ତାତିଲେ ଘରୋଇ ବସ୍‌ ମାଲିକ ସଂଘ

ଛତ୍ରପୁର,୨୬।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ଲକ୍ଷ୍ମୀବସ ମନମୁଖୀ ଓ ବେନିୟମ ଭାବେ ଚଳାଚଳ ନେଇ ଏହାକୁ ଘରୋଇ ବସ୍‌ ମାଲିକ ସଂଘ ବିରୋଧ କରିଛନ୍ତି।...

ଗଞ୍ଜେଇ କାରବାରରେ ଶିକ୍ଷକ

ଟିଟିଲାଗଡ଼,୨୬।୭: ଅବକାରୀ ବିଭାଗ ଏବଂ ପୋଲିସ ଶୁକ୍ରବାର ଚଢାଉ କରି ଏକ ବଡ଼ ଧରଣର ଗଞ୍ଜେଇ ର଼୍ୟାକେଟ୍‌କୁ ଧରିବାର ସଫଳ ହୋଇଛି। ଅଧକାରୀମାନେ ଟିଟିଲାଗଡ଼ରୁ ୨୪୩...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri