ମଶା ଉତ୍ପାତରେ ସହରବାସୀ ଅତିଷ୍ଠ

ଯାଜପୁର ରୋଡ,୨୪ା୨(ଡି.ଏନ.ଏ.):ଘରୋଇକରଣ ହେଲେ ପରିମଳ ବ୍ୟବସ୍ଥା ସୁଧୁରିବ ବୋଲି ବ୍ୟାସନଗର ପୌରାଞ୍ଚଳବାସୀ ବହୁତ ଆଶା ରଖିଥିଲେ ା ହେଲେ ଗତ କିଛି ମାସ ହେଲା ସବ୍ୟସାଚୀ ମହାକୁଡ ନାମକ ଏକ ଘରୋଇ ସଂସ୍ଥାକୁ ସଫେଇ ଦାୟିତ୍ୱ ସମ୍ପ୍ରସାରଣ କରିବା ପରେ ବ୍ୟାସନଗର ପୌର କର୍ତ୍ତୃପକ୍ଷ ମହରଗରୁ ଯାଇ କାନ୍ତାରରେ ପଡିଛନ୍ତି ା ସହରର ବିଭିନ୍ନ ସ୍ଥାନରେ ବହୁଦିନ ଧରି ଆବର୍ଜନା ଉଠୁନାହିଁ। ଆବଶ୍ୟତାଠାରୁ ଅଧିକ ହୋଲଡିଂ ଟ୍ୟାକ୍ସ ଆଦାୟ କରାଯାଉଥିଲେ ହେଁ ମଶା ନିୟନ୍ତ୍ରଣ କରିବାରେ ପୌର କର୍ତ୍ତୃପକ୍ଷ ବିଫଳ ହୋଇଛନ୍ତି। ଯଦ୍ୱାରା କଠିନ ବର୍ଜ୍ୟବସ୍ତୁର ସଠିକ ପରିଚାଳନା କରି ନ ପାରିବା ଅଭିଯୋଗରେ ଏହି ପୌରାଞ୍ଚଳ ଖୁବ୍‌ଶୀଘ୍ର ଜାତୀୟ ସବୁଜ ଟ୍ରିବ୍ୟୁନାଲ (ଏନଜିଟି)ର ଫାଶରେ ପଡିବାର ସମ୍ଭାବନା ସୃଷ୍ଟି କରିଛି ା
ଏନ୍‌ଜିଟି ପକ୍ଷରୁ କୌଣସି ବର୍ଜ୍ୟବସ୍ତୁକୁ ଖୋଲା ସ୍ଥାନ ପକାଇବା ଏବଂ ଆବର୍ଜନା ସ୍ଥାନରେ ଜଳାଇବା ପାଇଁ ସମ୍ପୂର୍ଣ୍ଣ ନିଷେଧ କରାଯାଇଛି ା ଏହାର ଖିଲାପ ଦୃଷ୍ଟିଗୋଚର ହେଲେ ଖିଲାପକାରୀଙ୍କଠାରୁ ପରିବେଶୀୟ କ୍ଷତିପୂରଣ ବାବଦରେ ଜରିମାନା ସ୍ବରୂପ ୫ ହଜାର ଟଙ୍କା ଓ ସମୂହ ଆବର୍ଜନା ଜଳାଇଲେ ୨୫ ହଜାର ଟଙ୍କା ଭୂ-ରାଜସ୍ବ ଆକାରରେ ଆଇନ ଅନୁଯାୟୀ ଆଦାୟ କରାଯିବ ା କିନ୍ତୁ ଯାଜପୁର ଜିଲାର ବ୍ୟାସନଗର ପୌରପରିଷଦ ଏହି ନିର୍ଦ୍ଦେଶକୁ ଅବମାନନା କରି ଚାଲିଛନ୍ତି। ଫଳରେ ଡ୍ରେନେଜ ଓ ପରିବେଶ ସମସ୍ୟାରେ ବ୍ୟାସନଗର ସହରବାସୀ ରୁନ୍ଧି ହେଉଛନ୍ତି ା ଦେଶରେ ବ୍ୟବସ୍ଥାଗତ ଦୃଷ୍ଟିରୁ ପୌରାଞ୍ଚଳକୁ ପ୍ରଶାସନିକ ବ୍ୟବସ୍ଥାରୁ ମୁକ୍ତ କରାଯାଇଛି ା ସହରବାସୀଙ୍କ ମତଦାନରେ କାଉନସିଲ ଓ ଅଧ୍ୟକ୍ଷ ନିର୍ବାଚିତ ହେଉଛନ୍ତି ା ଯଦ୍ୱାରା ସେମାନେ ନିଜ ଅଞ୍ଚଳର ବିକାଶର ପରିଭାଷା ନିଜେ ସ୍ପଷ୍ଟ କରି ତାଙ୍କ ସହରକୁ ଆହୁରି ବିକାଶମୁଖର କରି ପାରିବେ ା କିନ୍ତୁ ବ୍ୟାସନଗର ପୌରପରିଷଦ ଅଞ୍ଚଳରେ ବିକାଶର ଗତି ଓଲଟା ହୋଇଯାଇଛି। ପଦବୀ ଲୋଭରେ ସହରର ବିକାଶ ପ୍ରକ୍ରିୟାକୁ ପରାହତ କରିଛି ା ସହରର ସର୍ବାଙ୍ଗୀନ ଉନ୍ନତି ପାଇଁ ଆସୁଥିବା ଅନୁଦାନ ଠିକ ଭାବେ କାର୍ଯ୍ୟକାରୀ ହୋଇ ପାରୁନାହିଁ ା ଲୋକଙ୍କ ଆଶା ଭରସାକୁ ନିଜ ସ୍ବାର୍ଥରେ ଅଧିକ ନିୟୋଜିତ କରାଯାଉଛି ା ଜନପ୍ରତିନିଧିମାନଙ୍କ ପାରିବାପଣିଆ ଓ ବିକାଶର ଦୃଷ୍ଟିଭଙ୍ଗୀ ଅଭାବରୁ ମୁଖ୍ୟମନ୍ତ୍ରୀଙ୍କ ମହତ୍ୱାକାଂକ୍ଷୀ ଯୋଜନାଗୁଡିକ ସଫଳ ହେଉନାହିଁ ବୋଲି ମତପ୍ରକାଶ ପାଉଛି ା ଏହିକ୍ରମରେ ପରିମଳ ବ୍ୟବସ୍ଥାକୁ ଗୁରୁତ୍ୱ ଦେଇ ସରକାର ଅଧିକ ଅନୁଦାନର ବ୍ୟବସ୍ଥା କରିଛନ୍ତି ା ଗତ ୨ ମାସ ହେବ ଅଭିଜ୍ଞ ସମ୍ପନ୍ନ ସଫେଇ ସଂସ୍ଥା ମହାକୁଡକୁ ଦାୟିତ୍ୱ ଦିଆଯାଇଛି ା ପୂର୍ବରୁ ଯେଉଁ ସଫେଇ ପାଇଁ ୫ ଲକ୍ଷ ଟଙ୍କା ଖର୍ଚ୍ଚ ହେଉଥିଲା ସେଥିପାଇଁ ଏବେ ୨୫ ଲକ୍ଷ ଟଙ୍କା ଖର୍ଚ୍ଚ ହେଉଛି ା ରାସ୍ତାକଡରୁ ମଇଳା, ଡ୍ରେନ ଆଦୌ ସଫା ହେଉ ନ ଥିବାରୁ ମଶାଙ୍କ ଉପତ୍ାତ ଚରମସୀମାରେ ପହଞ୍ଚିଛି ା କୌଣସି ମଶାମରା ଔଷଧ କାମରେ ଲାଗୁନାହିଁ ା ପ୍ରାୟ ୬ ମାସ ହେବ ସହରର ଅଧିକାଂଶ ଡ୍ରେନ ସଫା ହୋଇନାହିଁ ା ଡ୍ରେନରେ ଆବଶ୍ୟକ ମଶାତେଲ ସିଞ୍ଚନ କରାଯାଉ ନାହିଁ ା ଏଥିପାଇଁ ଆସୁଥିବା ଅନୁଦାନକୁ ଠିକାସଂସ୍ଥା ଓ ପୌର କର୍ତ୍ତୃପକ୍ଷ ମିଳିମିଶି ଚଳୁ କରୁଥିବାରୁ ଏଭଳି ପରିସ୍ଥିତି ସୃଷ୍ଟି ହେଉଥିବା ଅଭିଯୋଗ ହୋଇଛି ା ବାସ୍ତବରେ ମାସିକ ପ୍ରାୟ ୧୫ ଲକ୍ଷ ଟଙ୍କା ଖର୍ଚ୍ଚ ହେଉଥିବାବେଳେ କିଛି ପୌର ଅଧିକାରୀଙ୍କୁ ହାତକରି ଏହାର ୨ ଗୁଣ ବିଲ ଦାଖଲ କରାଯାଉଛି ା ଯାହାକି ତଦନ୍ତ ସାପେକ୍ଷ ବୋଲି ସହରବାସୀ ଦାବି କରୁଛନ୍ତି ା
ଚୁକ୍ତି ଅନୁସାରେ ସଫେଇ କରିବାକୁ ବିଭିନ୍ନ ସର୍ତ୍ତ ରଖାଯାଇଛି। କିନ୍ତୁ କୌଣସି ତଦନ୍ତ ହେଉ ନ ଥିବାରୁ ସଂପୃକ୍ତ ଠିକାସଂସ୍ଥା ନିଜର ମନମାନି କରୁଥିବା ଚର୍ଚ୍ଚା ହେଉଛି। ଫଳରେ ସହରର ପରିମଳ ବ୍ୟବସ୍ଥା ଦିନକୁ ଦିନ ଭୁଶୁଡିବାରେ ଲାଗିଛି ା ସହରର ସମସ୍ତ ଡ୍ରେନକୁ ଦେଖିଲେ ଆବର୍ଜନାରେ ପରିପୂର୍ଣ୍ଣ ରହିଛି ା ଏଥିପାଇଁ ଡ୍ରେନରୁ ବର୍ଜ୍ୟପାଣି ଠିକ ଭାବେ ନିର୍ଗତ ହୋଇ ପାରୁନାହିଁ ା ସଫେଇ କର୍ମଚାରୀ ଓ ଶ୍ରମିକମାନଙ୍କ ଉପସ୍ଥିତି ପାଇଁ ବାୟୋମେଟ୍ରିକ ମେଶିନ ସ୍ଥାପନ କରାଯାଇଛି। କିନ୍ତୁ ଏବେ ତାହା ବାଧ୍ୟତାମୂଳକ ହେଉ ନ ଥିବାରୁ ମନଇଚ୍ଛା ଶ୍ରମିକଙ୍କ ଉପସ୍ଥାନ ଦର୍ଶାଯାଇ ବିପୁଳ ଅର୍ଥ ହରିଲୁଟ କରାଯାଉଥିବା ଅଭିଯୋଗ ହେଉଛି। ଏ ସଂକ୍ରାନ୍ତରେ ବ୍ୟାସନଗର ପୌର ପରିଷଦର ନିର୍ବାହୀ ଅଧିକାରୀ ବିକ୍ରମ କୁମାର ମଲ୍ଲିକଙ୍କ ମତାମତ ନେବାକୁ ଗୁରୁବାର ତାଙ୍କୁ ଫୋନ କରିଥିଲେ ହେଁ ସେ ଫୋନ କଲ ଗ୍ରହଣ କରି ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପଖାଳକୁ ଭାରି ପଡ଼ିଲାଣି ପିଆଜ, ଆଳୁ

ବଲାଙ୍ଗୀର,୨୯ା୪(ବୀରେନ୍ଦ୍ର କୁମାର ଝାଙ୍କର): ପ୍ରଚଣ୍ଡ ଖରାରେ ତାପମାତ୍ରା ବୃଦ୍ଧି ଏବେ ଲୋକଙ୍କୁ ଅସ୍ତବ୍ୟସ୍ତ କରି ପକାଇଛି। ଏତିକି ବେଳେ ଆଳୁ, ପିଆଜ ଏବଂ ପନିପରିବା ଦରବୃଦ୍ଧି...

ବାସି, ଦୂଷିତ ଖାଦ୍ୟ ବିକ୍ରି ବଢ଼ୁଛି

ନୟାଗଡ଼,୨୯।୪(ଲୋକନାଥ ମିଶ୍ର): ନୟାଗଡ଼ ଜିଲାରେ ବିଭିନ୍ନ ହୋଟେଲ, ଢ଼ାବା, ଜଳଖିଆ ଦୋକାନରେ ବିକ୍ରି ହେଉଥିବା ଖାଦ୍ୟ ଆଖିକୁ ଭଲ ଦେଖାଯାଉଥିଲେ ହେଁ ଗୁଣବତ୍ତା(ମାନ) ଠିକ୍‌ ରହୁନି...

ଲୁରୁ ଗ୍ରାମରେ ପଡ଼ିନାହିଁ ବିକାଶର ପାଦଚିହ୍ନ

ପାରଳାଖେମୁଣ୍ଡି,୨୯ା୪ (ଗିରିଧାରୀ ପରିଛା): ସରକାର ଯୋଜନା ଉପରେ ଯୋଜନା କରୁଛନ୍ତି। ହେଲେ ଅନେକ ଯୋଜନା ବହୁ ଜାଗାରେ ପହଞ୍ଚି ପାରୁନାହିଁ। ଦୀର୍ଘ ବର୍ଷର ସ୍ଥାୟୀ ସରକାର...

ସରୁନି ପୋଲ ସଂଯୋଗୀକରଣ ରାସ୍ତା

ବାଲେଶ୍ୱର,୨୯ା୪(ମାନସ ବିଶ୍ୱାଳ): ବାଲେଶ୍ୱର ଜିଲା ରେମୁଣା ବ୍ଲକ ତେନ୍ତୁଳିଦା ପଞ୍ଚାୟତ ବୋଇତବାଙ୍କ ଘାଟରେ ଦୀର୍ଘ ଦିନ ହେବ ବିଜୁ ସେତୁ ନିର୍ମାଣ ସରିଥିଲେ ମଧ୍ୟ ସଂଯୋଗୀକରଣ...

୮ ଟଙ୍କାରେ ବିକିଥିଲେ, ୩୦ରେ କିଣୁଛନ୍ତିି

ରାମଚନ୍ଦ୍ରପୁର,୨୯ା୪(ଗଣେଶ୍ୱର ସା): ରାଜ୍ୟକୁ ଆଳୁ ଉତ୍ପାଦନ କ୍ଷେତ୍ରରେ ସ୍ବାବଲମ୍ବୀ କରିବାପାଇଁ ସରକାର ଉଦ୍ୟାନ ବିଭାଗ ଜରିଆରେ ଆଳୁ ମିଶନ କାର୍ଯ୍ୟକାରୀ କରିଛନ୍ତି। ମାତ୍ର ଏହା ଠିକ୍‌...

୧୨ ବର୍ଷ ଧରି କୁକୁଡ଼ା ଚିଆଁ ଉତ୍ପାଦନ କେନ୍ଦ୍ର ବନ୍ଦ

କେନ୍ଦ୍ରାପଡ଼ା,୨୯ା୪ (ଜଗନ୍ନାଥ ଧଳ): ଛକ ବଜାରଠାରୁ ଗ୍ରାମାଞ୍ଚଳରେ କୁକୁଡା ମାଂସ ବିକ୍ରୟ କେନ୍ଦ୍ର ଭରପୂର ରହିଛି। କେଜି ପ୍ରତି ୨୨୦ରୁ ୩୫୦ ଟଙ୍କାରେ ମାଂସ ବିକ୍ରି...

ଗଣେଶ୍ୱରଙ୍କ ସମ୍ମୁଖରେ ଦୁଇ ମହିଳା ପ୍ରତିଦ୍ୱନ୍ଦ୍ୱୀ

କେନ୍ଦ୍ରାପଡ଼ା, ୨୯ା୪ (ଜଗନ୍ନାଥ ଧଳ):କେନ୍ଦ୍ରାପଡ଼ା ବିଧାନସଭା ନିର୍ବାଚନ ରାଜନୀତି ଏକ ରୋଚକ ସ୍ଥିତିରେ ପହଞ୍ଚତ୍ଛି। ରାଜ୍ୟର ପ୍ରମୁଖ ୩ ରାଜନୈତିକ ଦଳର ବିଧାୟକ ପ୍ରାର୍ଥୀ ଘୋଷଣା...

ବଢୁଛି ଇଟାଭାଟି, ପ୍ରଶାସନର ରହୁନି ଅଙ୍କୁଶ

ପଟ୍ଟାମୁଣ୍ଡାଇ, ୨୯ା୪ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ଅଞ୍ଚଳରେ କିଛିଦିନ ହେଲା ଗ୍ରୀଷ୍ମ ପ୍ରବାହ ବଢ଼ି ପ୍ରବଳ ଖରା ସାଙ୍ଗକୁ ଗରମ ଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri