ବିଦ୍ୟୁତ୍‌ କାଟ୍‌ ନେଇ ଏସ୍‌.ଡି.ଓଙ୍କ କାର୍ଯ୍ୟାଳୟ ଘେରାଉ କଲେ ଅଧିବାସୀ

କେସିଙ୍ଗା,୧୫।୬(ତୁମେଶ୍ୱର ସାହୁ) ବାରମ୍ବାର ବିଦ୍ୟୁତ୍‌ କାଟ୍‌କୁ ନେଇ କଳାହାଣ୍ଡି ଜଲା କେସିଙ୍ଗା ସହରରେ ଅବସ୍ଥିତ ଏସ୍‌.ଡି.ଓ (ବିଦ୍ୟୁତ)ଙ୍କ କାର୍ଯ୍ୟାଳୟକୁ ଘେରାଉ କରାଯାଇଛି। କେସିଙ୍ଗା ବ୍ଲକ ଅଧ୍ୟକ୍ଷ ଚନ୍ଦନ ସେନାପତିଙ୍କ ନେତୃତ୍ୱରେ ଗୁରୁବାର ଘେରାଉ କରାଯାଇ ଥିଲା। ବ୍ଲକର ସମଗ୍ର ୨୬ଟି ଗ୍ରାମ ପଞ୍ଚାୟତକୁ ନେଇ ଗଠିତ ହୋଇ ଥିଲେ ମଧ୍ୟ ପାଖାପାଖି ୧ ଲକ୍ଷ ୩୦ ହଜାର ଲୋକ ବସବାସ କରୁଛନ୍ତି। କଳାହାଣ୍ଡିର ଇଲେକ୍ଟ୍ରି ହାଣ୍ଡି କେସିଙ୍ଗାକୁ ବୁଝାଏ। କିନ୍ତୁ ଦୀପ ତଳ ଅନ୍ଧାର ସଦୃଶ୍ୟ କେସିଙ୍ଗା ଆଖ ପାଖ ଗାଁରେ ପ୍ରତିଦିନ ଘଣ୍ଟା ଘଣ୍ଟା ବିଦ୍ୟୁତ କାଟ ହେବା ଦ୍ୱାରା ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହରେ ଲୋକମାନେ ନାହି ନ ଥିବାର ସମସ୍ୟାରେ ସମ୍ମୁଖୀନ ହେଉଛନ୍ତି। ଗତ ଦୁଇ ଦିନ ତଳେ କେସିଙ୍ଗାକୁ ହାତୀ ଆସିଛି ବୋଲି କହି ରାତି ଯାକ ଲାଇନ କଟାଯାଇ ଥିଲା। ବୁଧବାର ଅପରାହ୍ନ ୫ ଟାରୁ କେସିଙ୍ଗା ଆଖ ପାଖ ଗାଁ ଗୁଡିକରେ ବିଦ୍ୟୁତ କାଟ କରାଯାଇଥିଲା ଯେ ଗୁରୁବାର ଦିନ ୧୦ଟାରେ ଲାଇନ ଆସିଲା ବୋଲି ନିଜେ ବ୍ଲକ ଅଧ୍ୟକ୍ଷ ଚନ୍ଦନ ସେନାପତି ଅଭିଯୋଗ କରିଛନ୍ତି। ଗୁରୁବାର ଅଞ୍ଚଳର ସମସ୍ତ ସରପଞ୍ଚ ସମିତି ସଭ୍ୟ ତଥା ଅଞ୍ଚଳର ବୁଦ୍ଧିଜୀବୀ ମାନେ କେସିଙ୍ଗା ଉପଖଣ୍ଡ ଅଧିକାରୀଙ୍କ କାର୍ଯ୍ୟାଳୟ ଘେରାଉ କରିବା ପାଇଁ ଆସିଥିବା ବେଳେ କାର୍ଯ୍ୟାଳୟରେ ରଜ ଛୁଟି ଥିବାରୁ କୌଣସି ଅଧିକାରୀ ଉପସ୍ଥିତ ନ ଥିଲେ। ତେଣୁ ଫୋନ ଯୋଗେ ଯୋଗାଯୋଗ କରି ସମସ୍ୟା ବିଷୟରେ ଅବଗତ କରାଯାଇ ଥିଲା। ଏସ.ଡ. ଓ ଦୀକ୍ଷିତ ବାବୁ ଆସନ୍ତା ମଙ୍ଗବାର ଦିନ ସମସ୍ତ ଜେଇ ମାନଙ୍କୁ ଡାକି ସମସ୍ୟାର ସମାଧାନ କରିବେ ବୋଲି ସମସ୍ତ ଆନ୍ଦୋଳନକାରୀମାନଙ୍କୁ ଆଶ୍ୱସନା ଦେଇଛନ୍ତି। ପରେ ନେତୃତ୍ୱ ନେଇଥିବା ବ୍ଲକ ଅଧ୍ୟକ୍ଷ ଚନ୍ଦନ ମଙ୍ଗବାର ଦିନ ମଧ୍ୟରେ ସମସ୍ୟା ସମାଧାନ ନ ହେଲେ ଆଗାମୀ ଦିନରେ ହଜାର ହଜାର ସଂଖ୍ୟାରେ ଉପଭୋକ୍ତାମାନେ ଆସି ଅଫିସ ଘେରାଉ କରିବେ ବୋଲି ଚେତାବନୀ ଦେଇଛନ୍ତି।
ଏହି ଘେରାଉ କାର୍ଯ୍ୟକ୍ରମରେ ଚାଞ୍ଚେର ସରପଞ୍ଚ ଅଞ୍ଜୁ ନାଗ,କସୃପଡା ସରପଞ୍ଚ ଲଳିତା ଭୋଇ, ଯୁବ ସଂଗଠକ ସୁରେଶ ରାଓ, ଗଣମାଧ୍ୟମ ପ୍ରତିନିଧି, ସମିତି ସଭ୍ୟ, ସୁରେଶ ମହାନନ୍ଦ ପ୍ରମୁଖ ଅଂଶଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପାଣିପାଗର ବିଚିତ୍ର ରୂପ: ସକାଳେ ଘନ କୁହୁଡ଼ି, ଅପରାହ୍ନରେ କୁଆପଥର ମାଡ଼ ସହ କାଳବୈଶାଖୀର ତାଣ୍ଡବ

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏବଂ ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ଶୁକ୍ରବାର ପାଣିପାଗର ଏକ ବଡ଼ ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି।…

ରାମନବମୀରେ ଭକ୍ତିମୟ ଗଜପତି, ବିଭିନ୍ନ ମନ୍ଦିର ବୁଲି ପ୍ରଭୁଙ୍କ ଆଶୀର୍ବାଦ ନେଲେ ପାରଳା ବିଧାୟକ

ପାରଳାଖେମୁଣ୍ଡି,୨୭।୩(ଗିରିଧାରୀ ପରିଛା): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଜପତି ଜିଲ୍ଲାର ବିଭିନ୍ନ ପ୍ରାନ୍ତରେ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ପୂଜାର୍ଚ୍ଚନା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ପାରଳାଖେମୁଣ୍ଡି ବିଧାୟକ…

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

ଗଞ୍ଜାମରେ ହିନ୍ଦୁ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ ଭାଇ ତୋଗଡ଼ିଆଙ୍କୁ ଭବ୍ୟ ସମ୍ବର୍ଦ୍ଧନା

ଗଞ୍ଜାମ,୨୭।୩(ବିଦ୍ୟାଧର ସାହୁ): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଞ୍ଜାମ ସହରରେ ଅନ୍ତଃରାଷ୍ଟ୍ରୀୟ ହିନ୍ଦୁ ପରିଷଦ ସଂସ୍ଥାପନ ଅଧକ୍ଷ ତଥା ଅଗଣିତ ହିନ୍ଦୁମାନଙ୍କ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ…

ଡୋକରୀଚଞ୍ଚରାରେ ଭାଙ୍ଗିଲା ୫୦ ବର୍ଷର ପରମ୍ପରା: ମନ୍ଦିର ଦ୍ୱାର ବନ୍ଦ, ବାହାରେ ପୂଜା କଲା ପ୍ରଶାସନ

କୋକସରା, ୨୭।୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ତଥା ଧାର୍ମିକ ପୀଠ ଗୁଡହାଣ୍ଡି ଡୋକରୀଚଞ୍ଚରାଠାରେ ଚଳିତ ବର୍ଷ ଶ୍ରୀରାମ ନବମୀ…

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ପ୍ରକାଶ ପାଇଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟର ବାର୍ଷିକ ପରୀକ୍ଷା ଫଳ; ଅଭିଭାବକ-ଶିକ୍ଷକ ସମନ୍ୱୟ ଉପରେ…

ଭଞ୍ଜନଗର,୨୭।୩(ବାବୁଲା ପ୍ରଧାନ)-ଶୁକ୍ରବାର ସମଗ୍ର ଦେଶରେ ଥିବା ବିଭିନ୍ନ କେନ୍ଦ୍ରୀୟ ବିଦ୍ୟାଳୟର ପ୍ରଥମରୁ ନବମ ଏବଂ ଏକାଦଶ ଶ୍ରେଣୀର ବାର୍ଷିକ ପରୀକ୍ଷା ଫଳ ପ୍ରକାଶିତ ହୋଇଛି। ମାଟ୍ରିକ ଏବଂ…

ବେଆଇନ ‘ସାହାରା ନର୍ସିଂହୋମ’କୁ ପୁଣି ସିଲ କଲା ପୋଲିସ: ବିନା ଲାଇସେନ୍ସରେ…

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ମୁଖ୍ୟ ରାସ୍ତାକଡ଼ରେ ଥିବା ‘ସାହାରା ନର୍ସିଂହୋମ’କୁ ଶୁକ୍ରବାର ଅପରାହ୍ନରେ ପୋଲିସ ଓ ପ୍ରଶାସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri