ମୌଳିକ ସୁବିଧାରୁ ବଞ୍ଚିତ ବସ୍ତିବାସୀ

ରାଉରକେଲା ଅଫିସ,୧୭।୨: ରାଉରକେଲା ସ୍ମାର୍ଟ ସିଟି ଯେପରି ଦିନକୁ ଦିନ ଉନ୍ନତି ପଥରେ ଗତି କରୁଛି ସେହି ପରିମାଣରେ ସହରରେ ଥିବା ବସ୍ତି ଅଞ୍ଚଳର ସମସ୍ୟା ସମାଧାନ ହେଉନି। ଫଳରେ ଏହି ବସ୍ତିବାସିନ୍ଦା ନାନା ଅସୁବିଧାର ସମ୍ମୁଖୀନ ହେଉଛନ୍ତି।
ରାଉରକେଲା ସହର ଆଖପାଖରେ ଗଢିଉଠିଥିବା ପ୍ରାୟ ୧୫୦ରୁ ଊର୍ଦ୍ଧ୍ୱ ବସ୍ତି ମଧ୍ୟରେ ରହିଛି ଉଦିତନଗର ସ୍ଥିତ ଶୀତଳପଡ଼ା ବସ୍ତି । ଏହା ଇସ୍ପାତ କାରଖାନାର ଡମ୍ପିଂ ୟାର୍ଡ଼ ଅଞ୍ଚଳରେ ରହିଥିବା ବେଳେ ବସ୍ତିରେ ପ୍ରାୟ ୨ହଜାରରୁ ଊର୍ଦ୍ଧ୍ୱ ଲୋକ ବାସ କରନ୍ତି। ତେବେ ଅଦ୍ୟାବଧି ଏଠାକାର ଲୋକଙ୍କୁ ପାନୀୟ ଜଳ, ରାସ୍ତା, ବିଦ୍ୟୁତ, ଡ୍ରେନେଜ ଭଳି ବିଭିନ୍ନ ମୌଳିକ ସୁବିଧା ମିଳି ପାରିନାହିଁ। ଏହି ବସ୍ତି ରଘୁନାଥପାଲି ନିର୍ବାଚନ ମଣ୍ଡଳୀ ଅର୍ନ୍ତଭୁକ୍ତ। ଏଠାରେ ବିଭିନ୍ନ ସମସ୍ୟା ଲାଗି ରହିଥିବା ଦେଖିବାକୁ ମିଳିଛି। ଏଠାରେ ପକ୍କା ରାସ୍ତା ନାହିଁ। ଫଳରେ ଲୋକମାନଙ୍କୁ ଯାତାୟାତରେ ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ିଛି। ସେହିପରି ରାସ୍ତା କଡ଼ରେ କୁଢ଼ କୁଢ଼ ଅଳିଆ ଆବର୍ଜନା ଜମା ହୋଇ ରହିଛି। ପାନୀୟ ଜଳ ବ୍ୟବସ୍ଥା ନ କହିବା ଭଲ। ବସ୍ତିବାସୀଙ୍କ ପାଇଁ ଥିବା ପାଇପ୍‌ ଜଳ ପ୍ରକଳ୍ପର ୩ଟି ଟ୍ୟାପ୍‌ରେ ପାଣି ଆସୁନାହିଁ। ୩ଟି ନଳକୂପ ଅଚଳ ଅବସ୍ଥାରେ ପଡ଼ି ରହିଛି। ଅନ୍ୟ ୨ଟି ନଳକୂପରେ ଡଷ୍ଟ ପାଣି ବାହାରୁଥିବାରୁ ଏହା ବ୍ୟବହାର ଅନୁପଯୋଗୀ ହୋଇପଡିଛି। ଡ୍ରେନେଜ ବ୍ୟବସ୍ଥା ନ ଥିବାରୁ ରାସ୍ତାରେ ନର୍ଦ୍ଦମା ପାଣି ଭାସୁଛି। ସେହିପରି ଶୌଚାଳୟ, ବିଦ୍ୟୁତ୍‌ ଯୋଜନାରେ ବସ୍ତିବାସୀ ସାମିଲ ହୋଇପାରିନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

ଶ୍ରୀରାମ ନବମୀର ୭୫ ବର୍ଷ ପୂର୍ତ୍ତି ସମାରୋହ, ଯୋଗଦେଲେ ଯୁବ ନେତା ନୀଳମାଧବ ସିଂଦେଓ

ରିଷିଡ଼ା, ୮ା୪ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ତେରେସିଂହା ପଞ୍ଚାୟତ ବିନ୍ଧାଣି ଗ୍ରାମରେ ପବିତ୍ର ରାମନବମୀ ପାଳନର ୭୫ ବର୍ଷ ପୂର୍ତ୍ତି ସମାରୋହ ଅନୁଷ୍ଠିତ…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

ପୁନର୍ଜୀବିତ ହେବ ଲୋପ ପାଉଥିବା ଲୋକକଳା: ତୁମୁଡିବନ୍ଧ ବ୍ଲକରେ ‘ଓଡ଼ିଆ ପକ୍ଷ-୨୦୨୬’ ପାଳିତ

ତୁମୁଡିବନ୍ଧ,୮।୪ (ଦୀପକ କୁମାର ପରାସେଠ): ଲୋପ ପାଉଥିବା ଲୋକକଳାକୁ ପୁନର୍ଜୀବିତ କରିବା ଉଦ୍ଦେଶ୍ୟରେ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କାର୍ଯ୍ୟାଳୟ ସଭାଗୃହରେ ‘ଓଡ଼ିଆ ପକ୍ଷ-୨୦୨୬’ ଅନୁଯାୟୀ ‘ଲୋକକଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri