ମୌଳିକ ସୁବିଧାରୁ ବଞ୍ଚିତ ବସ୍ତିବାସୀ

ରାଉରକେଲା ଅଫିସ,୧୭।୨: ରାଉରକେଲା ସ୍ମାର୍ଟ ସିଟି ଯେପରି ଦିନକୁ ଦିନ ଉନ୍ନତି ପଥରେ ଗତି କରୁଛି ସେହି ପରିମାଣରେ ସହରରେ ଥିବା ବସ୍ତି ଅଞ୍ଚଳର ସମସ୍ୟା ସମାଧାନ ହେଉନି। ଫଳରେ ଏହି ବସ୍ତିବାସିନ୍ଦା ନାନା ଅସୁବିଧାର ସମ୍ମୁଖୀନ ହେଉଛନ୍ତି।
ରାଉରକେଲା ସହର ଆଖପାଖରେ ଗଢିଉଠିଥିବା ପ୍ରାୟ ୧୫୦ରୁ ଊର୍ଦ୍ଧ୍ୱ ବସ୍ତି ମଧ୍ୟରେ ରହିଛି ଉଦିତନଗର ସ୍ଥିତ ଶୀତଳପଡ଼ା ବସ୍ତି । ଏହା ଇସ୍ପାତ କାରଖାନାର ଡମ୍ପିଂ ୟାର୍ଡ଼ ଅଞ୍ଚଳରେ ରହିଥିବା ବେଳେ ବସ୍ତିରେ ପ୍ରାୟ ୨ହଜାରରୁ ଊର୍ଦ୍ଧ୍ୱ ଲୋକ ବାସ କରନ୍ତି। ତେବେ ଅଦ୍ୟାବଧି ଏଠାକାର ଲୋକଙ୍କୁ ପାନୀୟ ଜଳ, ରାସ୍ତା, ବିଦ୍ୟୁତ, ଡ୍ରେନେଜ ଭଳି ବିଭିନ୍ନ ମୌଳିକ ସୁବିଧା ମିଳି ପାରିନାହିଁ। ଏହି ବସ୍ତି ରଘୁନାଥପାଲି ନିର୍ବାଚନ ମଣ୍ଡଳୀ ଅର୍ନ୍ତଭୁକ୍ତ। ଏଠାରେ ବିଭିନ୍ନ ସମସ୍ୟା ଲାଗି ରହିଥିବା ଦେଖିବାକୁ ମିଳିଛି। ଏଠାରେ ପକ୍କା ରାସ୍ତା ନାହିଁ। ଫଳରେ ଲୋକମାନଙ୍କୁ ଯାତାୟାତରେ ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ିଛି। ସେହିପରି ରାସ୍ତା କଡ଼ରେ କୁଢ଼ କୁଢ଼ ଅଳିଆ ଆବର୍ଜନା ଜମା ହୋଇ ରହିଛି। ପାନୀୟ ଜଳ ବ୍ୟବସ୍ଥା ନ କହିବା ଭଲ। ବସ୍ତିବାସୀଙ୍କ ପାଇଁ ଥିବା ପାଇପ୍‌ ଜଳ ପ୍ରକଳ୍ପର ୩ଟି ଟ୍ୟାପ୍‌ରେ ପାଣି ଆସୁନାହିଁ। ୩ଟି ନଳକୂପ ଅଚଳ ଅବସ୍ଥାରେ ପଡ଼ି ରହିଛି। ଅନ୍ୟ ୨ଟି ନଳକୂପରେ ଡଷ୍ଟ ପାଣି ବାହାରୁଥିବାରୁ ଏହା ବ୍ୟବହାର ଅନୁପଯୋଗୀ ହୋଇପଡିଛି। ଡ୍ରେନେଜ ବ୍ୟବସ୍ଥା ନ ଥିବାରୁ ରାସ୍ତାରେ ନର୍ଦ୍ଦମା ପାଣି ଭାସୁଛି। ସେହିପରି ଶୌଚାଳୟ, ବିଦ୍ୟୁତ୍‌ ଯୋଜନାରେ ବସ୍ତିବାସୀ ସାମିଲ ହୋଇପାରିନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ପୁନର୍ବିଚାର କରିବେ ବୋଲି ବିଶ୍ୱାସ: ସମୀର

ଗୋପ, ୧୯ା୪(ଭାରତୀ ଭୂଷଣ ଉପାଧ୍ୟାୟ): ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶଙ୍କୁ ବିଜେଡି ପକ୍ଷରୁ ଟିକେଟ ନ ମିଳିବା ନେଇ ଏବେ ତାଙ୍କ ସମର୍ଥକଙ୍କ ମଧ୍ୟରେ...

ନିମାପଡ଼ା ଆସନରେ ମାଷ୍ଟରଷ୍ଟ୍ରୋକ୍‌ ଖେଳିପାରେ କଂଗ୍ରେସ

ନିମାପଡ଼ା,୧୯ା୪(ରଞ୍ଜନ ପଟ୍ଟନାୟକ): ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭାଜପା ଏବଂ ବିଜେଡି ପ୍ରାର୍ଥୀ ଘୋଷଣା କରିସାରିଥିବା କଂଗ୍ରେସ ପଡ଼ିଛି ପଛରେ। ୨୦୧୯ ନିର୍ବାଚନରେ ଦିଲ୍ଲୀପ ନାୟକକଂଗ୍ରେସରୁ...

ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଅ: ହାଇକୋର୍ଟ

କଟକ,୧୯ା୪ (କାର୍ତ୍ତିକ ସାହୁ) ଜଣେ ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବାକୁ ହାଇକୋର୍ଟ ସିବିଆଇକୁ ଆଦେଶ ଦେଇଛନ୍ତି। ଏଥିସହ ସମ୍ପୃକ୍ତ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବା ବିରୋଧରେ ସିବିଆଇ...

କୋରାପୁଟରେ ଶକ୍ତି ପ୍ରଦର୍ଶନ କଲେ ମାମୁଁ ଭଣଜା

କୋରାପୁଟ,୧୯।୪(ଅମିତାଭ ବେହେରା) କୋରାପୁଟ ସଂସଦୀୟ କ୍ଷେତ୍ରରେ ଆସନ୍ତା ମେ ୧୩ରେ ପ୍ରଥମ ପର୍ଯ୍ୟାୟ ମତଦାନ ହେବ। ଗତକାଲି ଅର୍ଥାତ ୧୮ରୁ ପାର୍ଥୀପତ୍ର ଦାଖଲ ଆରମ୍ଭ ହୋଇଥିବାବେକେ...

ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ

ସମ୍ବଲପୁର,୧୯ା୪(ପ୍ରମୋଦ ବହିଦାର): ରେଳବାଇ ସୁରକ୍ଷା ଜନିତ ରକ୍ଷଣାବେକ୍ଷଣ କାର୍ଯ୍ୟ ପାଇଁ ସମ୍ବଲପୁର ରେଳମଣ୍ଡଳ ଅଧୀନସ୍ଥ କେତେକ ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ କରାଯାଇଥିବା ନେଇ ସମ୍ବଲପୁର ରେଳ...

ତାପମାତ୍ରାରେ ଭୁବନେଶ୍ୱକୁ ଟପିଲା କଟକ

ଭୁବନେଶ୍ୱର,୧୯।୪: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ତାତି। ସକାଳ ୮ଟା ପରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ରାଜ୍ୟରେ ଏ ବର୍ଷ ପ୍ରଥମ ଥର ପାଇଁ...

୨୦୧୯ରେ ପୁରୀ ବିଧାନସଭାରେ କାହିଁକି ହାରିଥିଲା ବିଜେଡି, କାରଣ କହିଲେ ସଭାପତି…

ପୁରୀ,୧୯।୪: ୨୦୧୯ରେ ପୁରୀ ବିଧାନସଭା ଆସନରେ କାହିଁକି ହାରିଲା ବିଜେଡି । ଏନେଇ କାରଣ କହିଛନ୍ତି ଖୋଦ ଜିଲା ବିଜେଡି ସଭାପତି । ସଭାପତି ଦିବାକର...

ପିକ୍‌ଅପ୍‌ରୁ ଜବତ ହେଲା ପୁଳାପୁଳା ଟଙ୍କା

ପଦ୍ମପୁର,୧୯ା୪(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଥାନା ପୋଲିସ ଶୁକ୍ରବାର ଏକ ପିକ୍‌ଅପ୍‌ରୁ ପୁଳାପୁଳା ଟଙ୍କା ଜବତ କରିଛି। ଗାଇସିଲେଟ -ପଦ୍ମପୁର ରାସ୍ତାର ଗଡ଼ଭାଟି ଛକରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri