Posted inଜାତୀୟ

ଇସ୍ତଫା ଦିଅନ୍ତୁ ଶିନ୍ଦେ: ଉଦ୍ଧବ…

ମୁମ୍ବାଇ,୧୧।୪ : ମହାରାଷ୍ଟ୍ର ସରକାରଙ୍କ ମନ୍ତ୍ରୀ ଚନ୍ଦ୍ରକାନ୍ତ ପାଟିଲଙ୍କ ବିବୃତ୍ତି ନେଇ ପୂର୍ବତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ବର୍ତ୍ତମାନର ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି ଶିନ୍ଦେ ତାଙ୍କ ପଦରୁ ଇସ୍ତଫା ଦିଅନ୍ତୁ କିମ୍ବା ସେ ତାଙ୍କ ମନ୍ତ୍ରୀ ପାଟିଲଙ୍କୁ ଇସ୍ତଫା ଦେବାକୁ କୁହନ୍ତୁ। ସୋମବାର ପାଟିଲ କହଥିଲେ, ବାବ୍ରି ମସଜିଦ ଭାଙ୍ଗିବାରେ କୌଣସି ଶିବସେନା କର୍ମୀ ଜଡିତ ନ ଥିଲେ।

ପୂର୍ବତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ମଙ୍ଗଳବାର ଏନେଇ କହିଛନ୍ତି , ମସଜିଦ ଭାଙ୍ଗିବା ସମୟରେ ମୂଷାମାନେ ସେମାନଙ୍କ ଗାତରେ ଲୁଚି ରହିଥିଲେ। ତାଙ୍କ ଦଳର ହିନ୍ଦୁତ୍ୱ ହେଉଛି ରାଷ୍ଟ୍ରବାଦ। ଭାଜପାକୁ ଟାର୍ଗେଟ କରି ସେ କହିଛନ୍ତି ଏହି ଦଳର ହିନ୍ଦୁତ୍ୱ କ’ଣ ତାହା ଅନ୍ୟଙ୍କୁ ବୁଝାଇବା ଉଚିତ।

୬ ଡିସେମ୍ବର ୧୯୯୨ ରେ ଯେତେବେଳେ ବଜରଙ୍ଗ ଦଳ ଏବଂ ଦୁର୍ଗା ବାହିନୀ ମସଜିଦକୁ ଭାଙ୍ଗୁଥିଲେ, ସେଠାରେ କୌଣସି ଶିବସେନା କର୍ମୀ ନ ଥିଲେ। ଶିବସେନା ପ୍ରତିଷ୍ଠାତା ସ୍ବର୍ଗତ ବାଲ ଠାକରେ ମଧ୍ୟ କହିଥିଲେ ଯେ ବିବାଦୀୟ ଢାଞ୍ଚା ଭାଙ୍ଗିବାରେ ଯଦି ତାଙ୍କର କୌଣସି ସୈନିକ ଅଂଶଗ୍ରହଣ କରନ୍ତି ତେବେ ସେ ଗର୍ବିତ ହେବେ। ପାଟିଲ କହିଛନ୍ତି ରାଜ୍ୟସଭା ଏମ୍‌ ପି ସଞ୍ଜୟ ରାଉତ ବାବ୍ରି ମସଜିଦ ଭାଙ୍ଗିବା କଥା କହିଛନ୍ତି। କିନ୍ତୁ ସେଦିନ ରାଉତ ମନ୍ଦିରରେ ଥିଲେ କି?

ଉଦ୍ଧବ ଠାକରେ ଶିନ୍ଦେଙ୍କୁ ବାଲାସାହେବଙ୍କ ମିଥ୍ୟା ଉତ୍ତରାଧିକାରୀ ପାଲଟି ସିନ୍ଧାନ୍ତ ଚୋରି କରିଥିବା ଅଭିଯୋଗ କରଥିଲେ। ଏନେଇ ପାଟିଲ କହିଥିଲେ ବାଲା ସାହେବ କାହାର ସମ୍ପତ୍ତି ନୁହଁନ୍ତି। ଲୋକମାନେ ତାଙ୍କୁ ସମ୍ମାନ କରୁଥିଲେ। ବାଲାସାହେବ ହେଉଛି ସମସ୍ତ ହିନ୍ଦୁଙ୍କର ସମ୍ପତ୍ତି। ସମସ୍ତେ ତାଙ୍କ ନାମ ବ୍ୟବହାର କରିପାରିବେ ।

 


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଦେ ମାତରମ୍‌ ଗାଇବାକୁ ମନା କରୁଥିବା ବିବେକବାଦୀ ପ୍ରତିବାଦୀଙ୍କୁ ଦଣ୍ଡିତ କରା ନ ଯାଉ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୩ା୯: ବନ୍ଦେ ମାତରମ୍‌ ଗାନ କରିବାକୁ ମନା କରୁଥିବା ଜଣେ ବିବେକବାଦୀ ପ୍ରତିବାଦୀଙ୍କୁ ଦଣ୍ଡିତ କରାଯିବା ଉଚିତ ନୁହେଁ ବୋଲି ସୁପ୍ରିମକୋର୍ଟ ମଙ୍ଗଳବାର କେନ୍ଦ୍ର ସରକାରଙ୍କୁ କହିଛନ୍ତି।…

ଭାରତ ବିପକ୍ଷ T20 ସିରିଜ ପାଇଁ ନ୍ୟୁଜିଲାଣ୍ଡ ଦଳ ଘୋଷଣା: ବାଦ୍‌ ପଡ଼ିଲେ ଷ୍ଟାର୍‌ ଅଲରାଉଣ୍ଡର

ନୂଆଦିଲ୍ଲୀ,୨୩।୯: ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ୨୨ ଅକ୍ଟୋବରରୁ ୫ ମ୍ୟାଚ ବିଶିଷ୍ଟ T20 ସିରିଜ ଆରମ୍ଭ ହେବ। ଏହି ସିରିଜ ପାଇଁ ନ୍ୟୁଜିଲାଣ୍ଡ କ୍ରିକେଟ…

ବାରଣ୍ଡାରେ ଖାଉଛନ୍ତି ୧୬୯ ଛାତ୍ରୀଛାତ୍ର: ମଧ୍ୟାହ୍ନ ଭୋଜନ ପାଇଁ ଶେଡ ନିର୍ମାଣ ଦାବି

କେସିଙ୍ଗା,୨୩।୯ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ଗାଈଗା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନ ଖାଇବା ପାଇଁ ଶେଡ ନଥିବାରୁ ଛାତ୍ରୀଛାତ୍ରମାନେ…

ଜଣେ ‘ହିଟ୍‌’, ଜଣେ ‘ଫ୍ଲପ୍‌’: ଜାଣନ୍ତୁ ଟିମ୍‌ଇଣ୍ଡିଆ ପାଇଁ କେମିତି ରହିଲା ଦ୍ରାବିଡ-ସେହ୍ବାଗ ପୁଅଙ୍କ ପ୍ରଦର୍ଶନ

ନୂଆଦିଲ୍ଲୀ,୨୩।୯: କ୍ରିକେଟ ମଇଦାନରେ ଯେତେବେଳେ ଦୁଇ କିମ୍ବଦନ୍ତୀ କ୍ରିକେଟରଙ୍କ ପୁଅ ଏକାଠି ଖେଳନ୍ତି ସେତେବେଳେ ସମସ୍ତଙ୍କ ନଜର ସେମାନଙ୍କ ପ୍ରଦର୍ଶନ ଉପରେ ରହିଥାଏ। ଭାରତ ଓ ଅଷ୍ଟ୍ରେଲିଆ…

ଇରାନକୁ ଧ୍ୱଂସ କରିଦେବୁ: ୟୁଏନ୍‌ଜିଏରେ ଧମକ ଦେଲେ ଟ୍ରମ୍ପ୍‌

ଜାତିସଂଘ,୨୩ା୯:ଇରାନ ଯଦି ଓ୍ବାଶିଂଟନ ସହ ଚୁକ୍ତି ସ୍ବାକ୍ଷର ନ କରେ ତେବେ ଏହାକୁ ସମ୍ପୂର୍ଣ୍ଣ ଧ୍ୱଂସ କରିଦିଆଯିବ ବୋଲି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ମଙ୍ଗଳବାର ଜାତିସଂଘ…

ଶିଶୁର ଆମେରିକା ନାଗରିକତ୍ୱ ପାଇଁ ସରୋଗେସି ଆପଣାଉଛନ୍ତି ଚାଇନା ଦମ୍ପତି

ନ୍ୟୁୟର୍କ,୨୩ା୯:ଆମେରିକାରେ ଶିଶୁ ଜନ୍ମ କରିବାକୁ ଚାଇନାର ଅନେକ ଧନୀ ପରିବାର ଆକାଂକ୍ଷା ରଖୁଛନ୍ତି। କାଲିଫର୍ନିଆରେ ବଢ଼ିଚାଲିଥିବା ସରୋଗେସି ଶିଳ୍ପ ଏଭଳି ଧନୀ ଚାଇନିଜ୍‌ ପରିବାରଗୁଡ଼ିକୁ ଆକର୍ଷିତ କରୁଛି,…

କପିଳେନ୍ଦ୍ରଙ୍କୁ ବଡ଼ ଦାୟିତ୍ୱ ଦେଲା ବିଜେଡି: ଦଳକୁ ମଜଭୁତ କରିବା ଲକ୍ଷ୍ୟ

ରାଜକନିକା, ୨୩।୯ (ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକର ନୂତନ ବିଜେଡି ସଭାପତି ଭାବେ ପ୍ରାକ୍ତନ ରାଜକନିକା ପଞ୍ଚାୟତ ସମିତି ଅଧ୍ୟକ୍ଷ କପିଳେନ୍ଦ୍ର ମଲ୍ଲିକଙ୍କୁ…

ମାତ୍ର ୩୨ ରନ୍‌ କରି ଐତିହାସିକ ବିଜୟ ହାସଲ କଲା ଭାରତ, ଚମତ୍କାର କଲେ ଅକ୍ଷର ପଟେଲ

ନୂଆଦିଲ୍ଲୀ,୨୩।୯: ସାନୋ ଷ୍ଟାଡିୟମରେ ଖେଳାଯାଇଥିବା ଏକମାତ୍ର ଟି-୨୦ ମ୍ୟାଚ୍‌ରେ ଜାପାନକୁ ୨ ରନ୍‌ରେ ହରାଇଛି ଭାରତ। ବର୍ଷା ଯୋଗୁ ମ୍ୟାଚ୍‌କୁ ୫-୫ ଓଭରକୁ କମାଇ ଦିଆଯାଇଥିଲା। ଭାରତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?