ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ବ୍ଲକ ଉପାଧ୍ୟକ୍ଷଙ୍କ ସମେତ ୭ ଜଣଙ୍କ ଇସ୍ତଫା

ମାଲକାନଗିରି,୨ା୧୧(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ଉପାଧ୍ୟକ୍ଷଙ୍କ ସହ ଆଉ ୬ ଜଣ ବିଜେଡିର ପ୍ରାଥମିକ ସଦସ୍ୟ ପଦବୀରୁ ଇସ୍ତଫା ଦେଇଛନ୍ତି। ଶନିବାର ଏନେଇ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଦଳର ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ଏକ ଚିଠି ମାଧ୍ୟମରେ ଜଣାଇଛନ୍ତି।

ସେମାନେ କହିଛନ୍ତି ଯେ, କୋରୁକୋଣ୍ଡା ବ୍ଲକ ଉପାଧ୍ୟକ୍ଷ ମାନସିକ ପଡିଆମୀଙ୍କ ସହ ସମିତିସଭ୍ୟା ରିନା ମାଡକାମୀ, ଇର୍ମା ମାଡି, ପଦିଆ ସୋଡି, ମଦାନୀ ପାମିଆ,ପର୍ଶୁରାମ ଖେମୁଣ୍ଡୁ, ଲଇଛନ ଶିଶା ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ଏହି ଚିଠିରେ ଉଲ୍ଲେଖ ରହିଛି ଯେ, ବିଜୁ ପଟ୍ଟନାୟକଙ୍କ କାର୍ଯ୍ୟକଳାପରେ ଅନୁପ୍ରାଣୀତ ହୋଇ ସମସ୍ତେ ବିଜୁ ଜନତା ଦଳରେ ସାମିଲ ହୋଇଥିଲେ। କିନ୍ତୁ ଆଜକୁ ପ୍ରାୟ ଅଢେଇ ବର୍ଷ ହେବ କୋରୁକୋଣ୍ଡା ବ୍ଲକ ସଭାପତି ସତ୍ୟ ପାଣିଗ୍ରାହୀ ଓ କୋରୁକୋଣ୍ଡା ବ୍ଲକ ଅଧ୍ୟକ୍ଷ ଜିତୁ ବୁରୁଡି ସରକାରଙ୍କ ସମସ୍ତ ନୀତି ନିୟମକୁ ଅଣଦେଖା କରିବା ସହ ନିଜ ଇଚ୍ଛା ମୁତାବକ କାର୍ଯ୍ୟ କରି ଆସୁଛନ୍ତି।

ଏ ସମ୍ବନ୍ଧରେ ଆମେ ଚିତ୍ରକୋଣ୍ଡାର ପୂର୍ବତନ ବିଧାୟକ ଓ ପୂର୍ବତନ ଏମ୍‌ପିଙ୍କୁ ଜଣାଇଥିଲେ ମଧ୍ୟ କୌଣସି ସୁଫଳ ମିଳିନାହିଁ। ଆମ୍ଭମାନଙ୍କୁ ଏହି ୨ ଜଣ ଅଣଦେଖା କରିବା ସହ କୋରୁକୋଣ୍ଡା ବ୍ଲକ ଅଧ୍ୟକ୍ଷ ଆମ୍ଭମାନଙ୍କ କୌଣସି କଥାକୁ ଭ୍ରୁକ୍ଷେପ ନ କରି ନିଜ ଇଚ୍ଛା ମୁତାବକ ସମସ୍ତ ଉନ୍ନୟନମୂଳକ କାର୍ଯ୍ୟ କରି ଆସୁଛନ୍ତି। ଏ ସମ୍ବନ୍ଧରେ ଏକ ଅନାସ୍ଥା ପ୍ରସ୍ତାବ ଆଣିବା ସହ ବିଜୁ ଜନତା ଦଳର ଜଣେ ସଦସ୍ୟଙ୍କୁ ହିଁ ବ୍ଲକ ଅଧ୍ୟକ୍ଷ ଭାବେ ଚୟନ କରିବାକୁ ନିଷ୍ପତ୍ତି ନେଇଥିଲୁ। କିନ୍ତୁ ତାହା ମଧ୍ୟ ବିଫଳ ହେଲା। କାରଣ ଏ ସମ୍ବନ୍ଧରେ ଆମ୍ଭେ ଅନାସ୍ଥା ପ୍ରସ୍ତାବ ଆଣିଥିବାବେଳେ ବ୍ଲକ ସଭାପତି ପାଣିଗ୍ରାହୀ ଓ ଜିତୁ ବୁରୁଡି ଦୁଇଜଣ ମିଶି ଆମ୍ଭମାନଙ୍କୁ କଂଗ୍ରେସର ସଦସ୍ୟ ବୋଲି ଅପପ୍ରଚାର କରିବା ସହ ସମସ୍ତ ଗଣମାଧ୍ୟମରେ ଏହା ପ୍ରକାଶିତ କରାଇଥିଲେ। ଫଳରେ ଆମ୍ଭେ ଅତିଷ୍ଠ ହୋଇ ଦଳ ଛାଡ଼ିବାକୁ ବାଧ୍ୟ ହେଉଛୁ ବୋଲି ଅଭିଯୋଗପତ୍ରରେ ଉଲ୍ଲେଖ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦଘାଟିତ, ତହସିଲଦାର…

ଦିଗପହଣ୍ଡି,୨୨ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ତହସିଲ ଓ ଏନଏସି ପ୍ରଶାସନ ପକ୍ଷରୁ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ଜାତୀୟ ଜନଗଣନା ୨୦୨୭ର…

ତାଲପାଲିପଡା ଶ୍ରୀରାମମନ୍ଦିର ବିଗ୍ରହ ପ୍ରତିଷ୍ଠା ଉତ୍ସବ ଆରମ୍ଭ, ଉତ୍ସବମୁଖର…

ବଲାଙ୍ଗୀର,୨୨ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତାଲପାଲିପଡାରେ ପୁନଃନିର୍ମାଣ ହୋଇଥିବା ଶ୍ରୀରାମମନ୍ଦିରର ବିଗ୍ରହପ୍ରତିଷ୍ଠା ଉତ୍ସବ ରବିବାର ଠାରୁ ଆରମ୍ଭ ହୋଇଯାଇଛି । ଆୟୋଜକ କମିଟି ସହିତ ପଡାର ଶତାଧିକ…

ମଧ୍ୟପ୍ରାଚ୍ୟ ଯୁଦ୍ଧ: ମୋଦିଙ୍କ ଅଧ୍ୟକ୍ଷତାରେ ୩ଘଣ୍ଟା ଧରି ବସିଲା ଉଚ୍ଚସ୍ତରୀୟ ବୈଠକ, ତେଲ-ଗ୍ୟାସ ନେଇ ଦେଲେ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ…

ପଞ୍ଜାବ କିଙ୍ଗ୍ସକ ଦଳକୁ ନେଇ ବଡ଼ ମତ ରଖିଲେ ଇର୍ଫାନ ପଠାନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୨ା୩: ଭାରତର ପୂର୍ୱତନ ଅଲରାଉଣ୍ଡର ଇର୍ଫାନ ପଠାନଙ୍କ ମତରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଏବେ ଉଚିତ ଦିଗରେ ଆଗଉଛି। ଦଳ ଅକ୍ସନରେ ଭଲ କରିବା ସହ ଚଳିତ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବସ୍‌ରେ ଚାଲାଣ ହେଉଥିଲା କଫସିରଫ: ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୨୨।୩(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ପୋଲିସ ରବିବାର ୟ୧୫ ସହ ବୋତଲ କଫସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri