ଚାଲିଛି ଇସ୍ତଫା, ଦଳଡିଆଁ ପର୍ବ

ଅନୁଗୋଳ,୭ା୪ (ଅମିତ କୁମାର ସାମଲ)ଅନୁଗୋଳ ଜିଲା ରାଜନୀତିରେ ଏବେ ଜୋର୍‌ଧରିଛି ଇସ୍ତଫା ଓ ଦଳଡିଆଁ ପର୍ବ। ବିଶେଷକରି ବିଜେଡି ଓ ଭାଜପାର ପ୍ରାର୍ଥୀ ଘୋଷଣା ପରେ ଅସନ୍ତୁଷ୍ଟ ନେତା ଦଳରୁ ଇସ୍ତଫା ଦେଇ ଅନ୍ୟ ଦଳରେ ସାମିଲ ହେଉଛନ୍ତି। ବିଜେଡିର ସମ୍ପୂର୍ଣ୍ଣ ପ୍ରାର୍ଥୀ ଘୋଷଣା ସରି ନ ଥିବାରୁ ଓ କଂଗ୍ରେସ ଏଯାଏ ଜିଲା ପାଇଁ ପ୍ରାର୍ଥୀ ଘୋଷଣା କରି ନ ଥିବାରୁ ଆଗାମୀ ଦିନରେ ଏହି ଇସ୍ତଫା ଓ ଦଳଡିଅଁା ପର୍ବ ଅଧିକ ଦେଖିବାକୁ ମିଳିବାର ସମ୍ଭାବନା ରହିଛି। ଫଳରେ ଏହା ଜିଲାରେ ଭୋଟ ଗଣିତକୁ ଗୋଳମାଳିଆ କରିଦେବାର ଆଶଙ୍କା କରାଯାଉଛି।
୨୦୨୪ ନିର୍ବାଚନକୁ ନେଇ ୩ ପ୍ରମୁଖ ଦଳ ବିଜେଡି, ଭାଜପା ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା ଜାରି ରହିଛି। ବିଶେଷକରି ଅନୁଗୋଳ ଜିଲାରେ ଥିବା ୫ ବିଧାନସଭା ନିର୍ବାଚନମଣ୍ଡଳୀରୁ ଛେଣ୍ଡିପଦା, ପାଲଲହଡ଼ା ଓ ଆଠମଲ୍ଲିକ ପାଇଁ ବିଜେଡି ପ୍ରାର୍ଥୀ ଘୋଷଣା କରିସାରିଛି। ହେଲେ ଅନୁଗୋଳ ଓ ତାଳଚେର ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ପ୍ରାର୍ଥୀ ଘୋଷଣା କରିବାକୁ ଦଳକୁ ବେଶ୍‌ କସରତ କରିବାକୁ ପଡ଼ୁଛି। ଏପରି କି ୩ୟ ପର୍ଯ୍ୟାୟ ପ୍ରାର୍ଥୀ ଘୋଷଣା ସରିଥିଲେ ସୁଦ୍ଧା ବିଜେଡି ଅନୁଗୋଳ ଓ ତାଳଚେର ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା କରିପାରି ନାହିଁ। ତେବେ ଦଳ ପାଇଁ ଜିଲାର ପାଲଲହଡ଼ା ଓ ଛେଣ୍ଡିପଦାରେ କିଛି ସମସ୍ୟା ଦେଖିବାକୁ ମିଳି ନ ଥିବା ବେଳେ ଆଠମଲ୍ଲିକ ନିର୍ବାଚନମଣ୍ଡଳୀରେ ବିଜେଡିକୁ ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ିଛି। ଏଠାରେ ବିଧାୟକ ଥିବା ରମେଶ ଚନ୍ଦ୍ର ସାଏଙ୍କୁ ଦଳ ଆଉ ଥରେ ଟିକେଟ୍‌ ଦେଇନାହିଁ। ତାଙ୍କ ସ୍ଥାନରେ ବରିଷ୍ଠ ନେତା ନଳିନୀକାନ୍ତ ପ୍ରଧାନଙ୍କୁ ପ୍ରାର୍ଥୀ କରାଯାଇଥିବାରୁ ଅସନ୍ତୁଷ୍ଟ ହୋଇ ବିଧାୟକ ସାଏ ବିଜେଡି ଛାଡ଼ିଛନ୍ତି। ତାଙ୍କ ସହ ବହୁ ସମର୍ଥକ ତଥା ସ୍ଥାନୀୟ ନେତା ମଧ୍ୟ ବିଜେଡିରୁ ଇସ୍ତଫା ଦେଇ ଭାଜପାରେ ସାମିଲ ହୋଇଛନ୍ତି। ସେହିପରି ଅନୁଗୋଳ ଜିଲାର ସମସ୍ତ ୫ ନିର୍ବାଚନମଣ୍ଡଳୀରେ ପ୍ରାର୍ଥୀ ଘୋଷଣା କରିସାରିଥିବା ଭାଜପା ମଧ୍ୟ ଇସ୍ତଫା ସମସ୍ୟାର ସମ୍ମୁଖୀନ ହୋଇଛି। ଦଳର ୨ ବରିଷ୍ଠ ନେତା ଭାଗୀରଥି ପ୍ରଧାନ ଓ ରବି ନାରାୟଣ ପାଣି ଦଳ ଛାଡ଼ିଛନ୍ତି। ଦୁହେଁ ଗୋଟିଏ ଦିନରେ ନିଜ ଇସ୍ତଫା ପତ୍ର ଭାଜପା ରାଜ୍ୟ ସଭାପତି ମନମୋହନ ସାମଲଙ୍କ ନିକଟକୁ ପଠାଇ ଦେଇଛନ୍ତି। ଦଳରେ ସେମାନଙ୍କୁ ଅବହେଳା କରାଯାଉଥିବା ଦୁହେଁ ଅଭିଯୋଗ କରିଛନ୍ତି। ଖୁବ୍‌ଶୀଘ୍ର ସେମାନେ ଅନ୍ୟ ଦଳରେ ଯୋଗଦେଇପାରନ୍ତି ବୋଲି ଜିଲାରେ ଚର୍ଚ୍ଚା ହେଉଛି। ଅନ୍ୟପକ୍ଷରେ କଂଗ୍ରେସ ଏଯାଏ ଅନୁଗୋଳ ଜିଲାର ୫ ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ପ୍ରାର୍ଥୀ ଘୋଷଣା କରିନାହିଁ। ତଥାପି ଦଳରେ ଅସନ୍ତୋଷ ରହିଥିବା ଆଲୋଚନା ହେଉଛି। ଏପରି କି ଜିଲା କଂଗ୍ରେସ ସଭାପତି ପଦବୀରୁ ସଂଗ୍ରାମ ମିଶ୍ର ଗତ ୨ ତାରିଖରେ ଇସ୍ତଫା ଦେବା ଏହାର ପ୍ରମାଣ ବୋଲି କୁହାଯାଉଛି। ଯଦିଓ ସେ ବ୍ୟକ୍ତିଗତ କାରଣ ଦର୍ଶାଇ ସଭାପତି ପଦରୁ ଇସ୍ତଫା ଦେଇଛନ୍ତି ତଥାପି ଏହା ମଧ୍ୟରେ ରହସ୍ୟ ଥିବା ସାଧାରଣରେ ଚର୍ଚ୍ଚା ହେଉଛି। ଆଗାମୀ ଦିନରେ ବିଜେଡି ଅନୁଗୋଳ ଓ ତାଳଚେର ପାଇଁ ପ୍ରାର୍ଥୀ ଘୋଷଣା କରିବାର ଥିବାରୁ ଏହି ଇସ୍ତଫା ଓ ଦଳଡିଅଁା ପର୍ବ ବ୍ୟାପକ ହୋଇପାରେ ବୋଲି ରାଜନୈତିକ ବିଶେଷଜ୍ଞମାନେ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଢ଼ିଲା ଗ୍ୟାସ୍‌ ଦର: ଜାଣନ୍ତୁ କେତେ ହେଲା ସିଲିଣ୍ଡର

ନୂଆଦିଲ୍ଲୀ,୧।୪:କମର୍ସିଆଲ LPG ଦର ବଢ଼ାଇଛନ୍ତି କେନ୍ଦ୍ର ସରକାର। କମର୍ସିଆଲ LPG ସିଲିଣ୍ଡର ପିଛା ଦର ୧୯୫ ଟଙ୍କା ୫୦ ପଇସା ବୃଦ୍ଧି ହୋଇଛି। ନୂଆଦିଲ୍ଲୀରେ ୧୯ କେଜି…

ଜନଗଣନା ପାଇଁ ପ୍ରସ୍ତୁତି ଜୋରଦାର: ଗଣନାକାରୀ, ପର୍ଯ୍ୟବେକ୍ଷକଙ୍କୁ ତାଲିମ

ଦାରିଙ୍ଗବାଡି, ୧ା୪ (ଅରୁଣ ସାହୁ)କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଓଡିଶା ଆଦର୍ଶ ବିଦ୍ୟାଳୟ ପରିସରରେ ୩ ଦିନିଆ ଜନ ଗଣନା-୨୦୨୭ ପାଇଁ ଗଣନାକାରୀ ଓ ପର୍ଯ୍ୟବେକ୍ଷକଙ୍କୁ ନେଇ…

ଆଜିଠୁ ନୂଆ ସୁଭଦ୍ରା ଆବେଦନ: ଜାଣନ୍ତୁ କେମିତି କରିବେ

ଭୁବନେଶ୍ୱର,୧ା୪(ସୁଚିସ୍ମିତା ସାହୁ):ସୁଭଦ୍ରା ଯୋଜନାରେ ନୂଆ ଆବେଦନକାରୀମାନେ ଏପ୍ରିଲ ୧ ବୁଧବାରଠାରୁ ପଞ୍ଜୀକରଣ କରିପାରିବେ। ସୁଭଦ୍ରା ପୋର୍ଟାଲ ମାଧ୍ୟମରେ ଏପ୍ରିଲ ୩୦ ପର୍ଯ୍ୟନ୍ତ ନୂତନ ଆବେଦନ କରାଯାଇପାରିବ। ଆବେଦନକାରୀଙ୍କ…

ଆଜିଠୁ ଜନଗଣନା: ଏପ୍ରିଲ ୧ରୁ ଅଗଷ୍ଟ ୩୧ ମଧ୍ୟରେ…

ନୂଆଦିଲ୍ଲୀ,୧ା୪:ଜନଗଣନା-୨୦୨୭ ବୁଧବାରଠାରୁ ଆରମ୍ଭ ହେଉଛି। ପ୍ରତି ୧୦ ବର୍ଷରେ ଜନଗଣନା କରାଯାଉଥିବାବେଳେ ଶେଷଥର ପାଇଁ ୨୦୧୧ରେ ହୋଇଥିଲା। କୋଭିଡ୍‌ ମହାମାରୀକୁ ନେଇ ୨୦୨୧ରେ ଜନଗଣନା ସ୍ଥଗିତ ରହିଥିଲା।…

ଆଣବିକ ଯୁଦ୍ଧ ସଙ୍କେତ: ସାରା ବିଶ୍ୱରେ ଖେଳିଗଲା ଆତଙ୍କ

ତେହରାନ୍‌/ଓ୍ବାଶିଂଟନ୍‌,୧ା୪(ରଏଟର୍ସ/ଏଜେନ୍ସି):ଇରାନ୍‌ ଆଣବିକ ଅସ୍ତ୍ର ତିଆରି କରୁଥିବା ନେଇ ଆମେରିକା ଓ ଇସ୍ରାଏଲ୍‌ ବାରମ୍ବାର ଅଭିଯୋଗ କରିଆସୁଛନ୍ତି। ତେହରାନ୍‌ ଏହାକୁ ଖଣ୍ଡନ କରୁଥିବାବେଳେ ଜାତିସଂଘର ଆଣବିକ ଜଗୁଆଳି ସଂସ୍ଥା…

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri