Posted inଜାତୀୟ

ରାଜ୍ୟ ସଭାରୁ କେଶବ ରାଓଙ୍କ ଇସ୍ତଫା

ହାଇଦ୍ରାବାଦ,୬ା୭: ଭାରତ ରାଷ୍ଟ୍ର ସମିତି (ବିଆର୍‌ଏସ୍‌) ଛାଡ଼ି କଂଗ୍ରେସରେ ଯୋଗଦେବାର ଦିନକ ପରେ କେ. କେଶବ ରାଓ ରାଜ୍ୟ ସଭା ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ସେ ତାଙ୍କ ଇସ୍ତଫାପତ୍ର ରାଜ୍ୟ ସଭା ଅଧ୍ୟକ୍ଷ ଜଗଦୀପ୍‌ ଧନ୍‌କରଙ୍କୁ ପ୍ରଦାନ କରିଛନ୍ତି। ସେ ବିଆର୍‌ଏସ୍‌ ଚିହ୍ନରେ ରାଜ୍ୟ ସଭାକୁ ନିର୍ବାଚିତ ହୋଇଥିଲେ। ଏବେ କଂଗ୍ରେସରେ ଯୋଗଦେଇଥିବାରୁ ନୈତିକତା ଦୃଷ୍ଟିରୁ ଗୃହର ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ୨୦୨୦ରେ ବିଆର୍‌ଏସ୍‌ ତାଙ୍କୁ ରାଜ୍ୟ ସଭାକୁ ପଠାଇଥିବାବେଳେ ତାଙ୍କର କାର୍ଯ୍ୟକାଳ ଆଉ ୨ ବର୍ଷ ରହିଥିଲା। ତେଲଙ୍ଗାନା ସରକାରରେ ତାଙ୍କୁ କ୍ୟାବିନେଟ୍‌ ପାହ୍ୟା ସହ ଉପଦେଷ୍ଟା ଭାବେ ନିଯୁକ୍ତି ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଏ. ରେଭନ୍ଥ ରେଡ୍ଡୀ କହିଛନ୍ତି। ରେଭନ୍ଥଙ୍କ ଉପସ୍ଥିତିରେ ୬ ଜଣ ବିଆର୍‌ଏସ୍‌ ବିଧାନ ପରିଷଦ ସଦସ୍ୟ ଗୁରୁବାର ରାତିରେ କଂଗ୍ରେସରେ ଯୋଗ ଦେଇଛନ୍ତି। ଫଳରେ କେ. ଚନ୍ଦ୍ରଶେଖର ରାଓଙ୍କ ଦଳକୁ ଶକ୍ତ ଧକ୍କା ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦକ୍ଷିଣ ଆଣ୍ଡାମାନ ସାଗରରେ ଘୂର୍ଣ୍ଣିବଳୟ:ଆଗାମୀ ୪ ଦିନ ବର୍ଷା, ଜାରି ହେଲା ଓ୍ବାର୍ନିଂ

ଭୁବନେଶ୍ୱର, ୮ା୫ (ବନ୍ଦନା ସେଠୀ) – ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ। ସମୁଦ୍ର ପତନଠାରୁ ଦେଢ କିଲୋମିଟର ଉଚ୍ଚ ଯାଏ ଘୂର୍ଣ୍ଣିବଳୟଟି ବ୍ୟାପିଛି। ଆଗାମୀ…

ଦିଗପହଣ୍ଡି ଓ ପାଟପୁର ଥାନାରେ ଜୁଭେଣ୍ଟିକା ସଚେତନତା

ଦିଗପହଣ୍ଡି,୮|୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଓ ପାଟପୁର ଥାନା ପରିସରରେ ଶୁକ୍ରବାର ମହିଳା ଓ ଶିଶୁଙ୍କ ପ୍ରତି ଅପରାଧ ନିରାକରଣ ସମ୍ପର୍କିତ ଜୁଭେଣ୍ଟିକା ସଚେତନତା…

କାର ଦୁର୍ଘଟଣାରେ ଜିଏନଏମ ଛାତ୍ରୀଙ୍କ ମୃତ୍ୟୁ

ଭବାନୀପାଟଣା,୮।୫(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ବାଦଲି ଛକ ନିକଟରେ ଗୁରୁବାର ରାତିରେ ଏକ କାର ଦୁର୍ଘଟଣାରେ ଜଣେ ଜିଏନଏମ ଛାତ୍ରୀଙ୍କ ମୃତ୍ୟୁ…

ପଶ୍ଚିମବଙ୍ଗର ହେଭିଓ୍ବେଟ୍‌ ନେତା, ହେଲେ ପାଖରେ ୧ ଗ୍ରାମର ସୁନା ନାହିଁ…ଜାଣନ୍ତୁ କେତେ ସମ୍ପତ୍ତିର ମାଲିକ ଶୁଭେନ୍ଦୁ ଅଧିକାରୀ?

କୋଲକାତା,୮।୫: ପଶ୍ଚିମବଙ୍ଗ ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି। ରାଜ୍ୟରେ ଏବେ ‘ଶୁଭେନ୍ଦୁ ସରକାର’ ଗଠନ ହେବାକୁ ଯାଉଛି। କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଶୁକ୍ରବାର…

ପୋଲିସ-କିଶୋରୀ ସମ୍ପର୍କର ନୂଆ ଅଧ୍ୟାୟ: ଥୁଆମୂଳ ରାମପୁରରେ ‘ଜୁଭେଣ୍ଟିକା’ ଅଭିଯାନ

ଥୁଆମୂଳ ରାମପୁର, ୮ା୫ (ଦୁର୍ଗା କୀର୍ତ୍ତି) : ଓଡ଼ିଶା ପୋଲିସର ମହିଳା ଓ ଶିଶୁ ଅପରାଧ ନିରାକରଣ ଶାଖା ଏବଂ ୟୁନିସେଫ୍‌ର ମିଳିତ ପ୍ରୟାସରେ ଶୁକ୍ରବାର ଥୁଆମୂଳ…

କାଣ୍ଡେଲ ରୋଡ୍‌ ଷ୍ଟେଶନ ସମସ୍ୟା ସମାଧାନ ଦାବି

କେସିଙ୍ଗା, ୮ା୫ (ତୁମେଶ୍ୱର ସାହୁ)- ସମ୍ବଲପୁର ରେଲୱେ ଡିଭିଜନ ଅନ୍ତର୍ଗତ କାଣ୍ଡେଲ ରୋଡ୍‌ ଷ୍ଟେଶନରେ ବିଭିନ୍ନ ସମସ୍ୟା ଯୋଗୁ ଯାତ୍ରୀମାନେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ…

ଧାନ ବିକ୍ରି ପଞ୍ଜୀକରଣରୁ ବଞ୍ଚତ୍ତ ଚାଷୀଙ୍କ ରଣହୁଙ୍କାର

କୋକସରା,୮ା୫ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ବାରମ୍ବାର ଆନ୍ଦୋଳନ ସତ୍ତ୍ୱେ କଳାହାଣ୍ଡି ଜିଲାର ଇନ୍ଦ୍ରାବତୀ ମେଗା ଲିଫ୍ଟ ପ୍ରକଳ୍ପ ଅଞ୍ଚଳର କୋକସରା, ଜୟପାଟଣା ଓ ଧର୍ମଗଡ଼ ବ୍ଲକର ଚାଷୀ…

ଅନ୍‌ଲାଇନ ଟ୍ରେଡିଂ ନାଁରେ ୨୦.୫୦ ଲକ୍ଷ ଠକେଇ ଆନ୍ଧ୍ରରୁ ମାଷ୍ଟର ମାଇଣ୍ଡ ଗିରଫ

କୋରାପୁଟ, ୮ା୫(ଅମିତାଭ ବେହେରା)-ଅନ୍‌ଲାଇନ ଟ୍ରେଡିଂରେ ଅଧିକ ଲାଭ ଦେବା ଲୋଭ ଦେଖାଇ କୋରାପୁଟ ଜିଲା ଜୟପୁରର ଜଣେ ବ୍ୟକ୍ତିଙ୍କୁ ୨୦ଲକ୍ଷ ୫୦ ହଜାର ଟଙ୍କା ଠକେଇ କରାଯାଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri