ରେଳମନ୍ତ୍ରୀଙ୍କ ଇସ୍ତଫା, ଏସ୍‌ଆଇଟି ତଦନ୍ତ ଦାବିରେ ୧୨ ଦଳର ପ୍ରତିବାଦ

ଭୁବନେଶ୍ୱର,୮ା୬(ବ୍ୟୁରୋ): ସୁପ୍ରିମ୍‌କୋର୍ଟଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଏକ ସ୍ବତନ୍ତ୍ର ଅନୁସନ୍ଧାନକାରୀ ଦଳ(ଏସ୍‌ଆଇଟି) ଦ୍ୱାରା ବାହାନଗା ରେଳ ଦୁର୍ଘଟଣାର ତଦନ୍ତ କରାଯାଉ। କେନ୍ଦ୍ର ସରକାରଙ୍କ ହାତବାରିସୀ ସାଜି ଲୋକଙ୍କ ବିଶ୍ୱାସ ହରାଇଥିବାରୁ ସିବିଆଇ ତଦନ୍ତକୁ ପ୍ରତ୍ୟାହାର କରାଯାଉ। ରେଳ ଦୁର୍ଘଟଣାର ନିରପେକ୍ଷ ତଦନ୍ତ ପାଇଁ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ନୈତିକତା ଦୃଷ୍ଟିରୁ ତୁରନ୍ତ ଇସ୍ତଫା ଦିଅନ୍ତୁ। ସମସ୍ତ ମୃତକମାନଙ୍କ ଫୋଟୋ ସହିତ ସାର୍ବଜନୀନ ଭାବେ ସବୁ ଭାଷାର ଦୈନିକ ଖବରକାଗଜରେ ପ୍ରକାଶ କରାଯାଉ। ପ୍ରତ୍ୟେକ ମୃତକଙ୍କ ପରିବାରକୁ ତତକ୍ଷଣାତ ୫୦ ଲକ୍ଷ ଟଙ୍କା ଆର୍ଥିକ ସହାୟତା ପ୍ରଦାନ କରାଯାଉ। ଏହାସହ ପ୍ରତ୍ୟେକ ମୃତକ ପରିବାର ଏବଂ ଗୁରୁତର ଆହତ ହୋଇ ସମ୍ପୂର୍ଣ୍ଣ ଭିନ୍ନକ୍ଷମ ହୋଇଥିବା ପରିବାରର ଜଣେ ସଦସ୍ୟଙ୍କୁ ନିଯୁକ୍ତି ଦିଆଯାଉ ବୋଲି ବୁଧବାର ରାଜ୍ୟର ୧୨ ରାଜନୈତିକ ଦଳ ଦାବି କରି ରାଜ୍ୟପାଳଙ୍କୁ ଭେଟିଛନ୍ତି। କଂଗ୍ରେସ ସମେତ ୧୨ ରାଜନୈତିକ ଦଳର ସଦସ୍ୟ ଏବଂ କାର୍ଯ୍ୟକର୍ତ୍ତାମାନେ ପୂର୍ବାହ୍ନ ୧୧ଟାରେ ସ୍ବତନ୍ତ୍ର ସର୍କିଟ ହାଉସ୍‌ ଟାରୁ ଏକ ର଼୍ୟାଲିରେ ବାହାରି ରାଜଭବନ ଅଭିମୁଖେ ଯାତ୍ରା କରିଥିଲେ। ରାସ୍ତାରେ ସେମାନଙ୍କୁ ପୋଲିସ୍‌ ଅଟକାଇଥିଲା। ଏହାପରେ ଏହିସବୁ ଦଳର ପ୍ରତିନିଧି ଓ କାର୍ଯ୍ୟକର୍ତ୍ତାମାନେ କେନ୍ଦ୍ର ସରକାରଙ୍କ ବିରୋଧରେ ଗର୍ଜିଥିଲେ। ରେଳମନ୍ତ୍ରୀଙ୍କ ଇସ୍ତପା ମଧ୍ୟ ଦାବି କରିଥିଲେ। ଏହାପରେ ଏହିସବୁ ଦଳର ଏକ ୧୫ ଜଣିଆ ପ୍ରତିନିଧି ଦଳ ରାଜ୍ୟପାଳଙ୍କୁ ଭେଟି ପ୍ରଧାନମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ୧୧ ଦଫା ସମ୍ବଳିତ ସ୍ମାରକ ପତ୍ର ପ୍ରଦାନ କରିଛନ୍ତି। ଆସନ୍ତା ୧୨ ତାରିଖରେ ଏହି ଦାବି ନେଇ ଭୁବନେଶ୍ୱର ପୂର୍ବତଟ ରେଳ ପଥ ମୁଖ୍ୟାଳୟ, ବାଲେଶ୍ୱର ବ୍ରହ୍ମପୁର, ଏବଂ ରାଉରକେଲା ଠାରେ ଅନୁରୂପଭାବେ ବିକ୍ଷୋଭ ପ୍ରଦର୍ଶନ କରାଯିବ ବୋଲି ଘୋଷଣା ମଧ୍ୟ କରିଛନ୍ତି। ଏହି ପ୍ରତିବାଦ ଆନ୍ଦୋଳନରେ କଂଗ୍ରେସ, ସିପିଆଇ, ସିପିଆଇ(ଏମ୍‌), ସିପିଆଇ-ଏମ ଏଲ(ଲିବେରେସନ), ଅଲ ଇଣ୍ଡିଆ ଫରୱାର୍ଡ଼ ବ୍ଲକ, ଆମ ଆଦମୀ ପାର୍ଟି, ରାଷ୍ଟ୍ରବାଦୀ କଂଗ୍ରେସ ପାର୍ଟି, ସମାଜବାଦୀ ପାର୍ଟି, ଆର୍‌ଜେଡି, ସମତାକ୍ରାନ୍ତି ଦଳ, ଆରପିଆଇ, ସିପିଆଇ-ଏମଏଲ (ରେଡ ଷ୍ଟାର) ପ୍ରମୁଖ ୧୨ ରାଜନୈତିକ ଦଳର ନେତୃବୃନ୍ଦ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହିତ ମୁମ୍ବାଇର ଅଭିଯାନ ଆରମ୍ଭ

ମୁମ୍ବାଇ,୨୯ା୩: ରୋହିତ ଶର୍ମା ଓ ରିୟାନ ରିକଲଟନଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ମୁମ୍ବାଇ ଇଣ୍ଡିଆନ୍ସ (ଏମ୍‌ଆଇ) ରବିବାର ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ(କେକେଆର୍‌)କୁ ୬…

ପାକିସ୍ତାନରେ ହେବ ଲକ୍‌ଡାଉନ୍‌

ଇସ୍‌ଲାମାବାଦ,୨୯ା୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ପାକିସ୍ତାନରେ ଇନ୍ଧନ ସଙ୍କଟ ଗୁରୁତର ହୋଇପଡିଛି। ଦେଶରେ ଶକ୍ତି ଏବଂ ଇନ୍ଧନ ବ୍ୟବହାର କମାଇବା ଉଦ୍ୟମ ସ୍ବରୂପ ପାକ୍‌ ସରକାର ପ୍ରତି…

ଭିମ୍‌ସାରରେ ପିଜି ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ, ନିର୍ଯାତନା ଅଭିଯୋଗ ନେଇ ଚର୍ଚ୍ଚା

ସମ୍ବଲପୁର,୨୯ା୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମ୍‌ସାର)ର ଜଣେ ପିଜି ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ କରି ଗୁରୁତର ହୋଇଛନ୍ତି।…

ଇସ୍ରାଏଲ ଉପରେ ବଡ଼ ଆକ୍ରମଣ କଲା ଇରାନ; କେମିକାଲ୍ ଲିକ୍ ନେଇ ଚେତାବନୀ, ଝରକା ବନ୍ଦ ରଖିବାକୁ…

ନୂଆଦିଲ୍ଲୀ,୨୯।୩: ଇରାନ ଇସ୍ରାଏଲର ଏକ ପ୍ରମୁଖ ରାସାୟନିକ କେନ୍ଦ୍ର ଉପରେ ବାଲିଷ୍ଟିକ୍ ମିଶାଇଲ୍ ହମଲା କରିଛି । ଏହା ଫଳରେ ସେହି ସ୍ଥାନରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି…

 ଓହରିଯାଉଥିବା ବିଦେଶୀ ଖେଳାଳିଙ୍କୁ କଠୋର ଦଣ୍ଡ ଦେବାକୁ ଦାବି କଲେ ଗାଭାସ୍କର

ନୂଆଦିଲ୍ଲୀ,୨୯ା୩: କିମ୍ବଦନ୍ତୀ ଭାରତୀୟ କ୍ରିକେଟର ସୁନୀଲ ଗାଭାସ୍କର ଆଇପିଏଲ୍‌ରୁ ଅନ୍ତିମ ସମୟରେ ଓହରିଯାଉଥିବା ବିଦେଶୀ ଖେଳାଳିଙ୍କ ପାଇଁ କଠୋର ଦଣ୍ଡ ଲାଗି ଦାବି କରିଛନ୍ତି। ଏଥିସହିତ ବର୍ତ୍ତମାନ…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ଗାଧୋଇବାକୁ ଯାଇ ମହାନଦୀରେ ବୁଡ଼ିଗଲେ ନାବାଳକ

ବାଙ୍କୀ,୨୯।୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବୈଦେସ୍ବର ଥାନା ଅଧୀନ ମହାନଦୀରେ ଗାଧୋଉଥିବା ବେଳେ ପାଣିରେ ବୁଡି ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଶୁଭମ୍‌ କୁମାର ରାଉତ(୧୫)।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri