ରେଳମନ୍ତ୍ରୀଙ୍କ ଇସ୍ତଫା, ଏସ୍‌ଆଇଟି ତଦନ୍ତ ଦାବିରେ ୧୨ ଦଳର ପ୍ରତିବାଦ

ଭୁବନେଶ୍ୱର,୮ା୬(ବ୍ୟୁରୋ): ସୁପ୍ରିମ୍‌କୋର୍ଟଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଏକ ସ୍ବତନ୍ତ୍ର ଅନୁସନ୍ଧାନକାରୀ ଦଳ(ଏସ୍‌ଆଇଟି) ଦ୍ୱାରା ବାହାନଗା ରେଳ ଦୁର୍ଘଟଣାର ତଦନ୍ତ କରାଯାଉ। କେନ୍ଦ୍ର ସରକାରଙ୍କ ହାତବାରିସୀ ସାଜି ଲୋକଙ୍କ ବିଶ୍ୱାସ ହରାଇଥିବାରୁ ସିବିଆଇ ତଦନ୍ତକୁ ପ୍ରତ୍ୟାହାର କରାଯାଉ। ରେଳ ଦୁର୍ଘଟଣାର ନିରପେକ୍ଷ ତଦନ୍ତ ପାଇଁ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ନୈତିକତା ଦୃଷ୍ଟିରୁ ତୁରନ୍ତ ଇସ୍ତଫା ଦିଅନ୍ତୁ। ସମସ୍ତ ମୃତକମାନଙ୍କ ଫୋଟୋ ସହିତ ସାର୍ବଜନୀନ ଭାବେ ସବୁ ଭାଷାର ଦୈନିକ ଖବରକାଗଜରେ ପ୍ରକାଶ କରାଯାଉ। ପ୍ରତ୍ୟେକ ମୃତକଙ୍କ ପରିବାରକୁ ତତକ୍ଷଣାତ ୫୦ ଲକ୍ଷ ଟଙ୍କା ଆର୍ଥିକ ସହାୟତା ପ୍ରଦାନ କରାଯାଉ। ଏହାସହ ପ୍ରତ୍ୟେକ ମୃତକ ପରିବାର ଏବଂ ଗୁରୁତର ଆହତ ହୋଇ ସମ୍ପୂର୍ଣ୍ଣ ଭିନ୍ନକ୍ଷମ ହୋଇଥିବା ପରିବାରର ଜଣେ ସଦସ୍ୟଙ୍କୁ ନିଯୁକ୍ତି ଦିଆଯାଉ ବୋଲି ବୁଧବାର ରାଜ୍ୟର ୧୨ ରାଜନୈତିକ ଦଳ ଦାବି କରି ରାଜ୍ୟପାଳଙ୍କୁ ଭେଟିଛନ୍ତି। କଂଗ୍ରେସ ସମେତ ୧୨ ରାଜନୈତିକ ଦଳର ସଦସ୍ୟ ଏବଂ କାର୍ଯ୍ୟକର୍ତ୍ତାମାନେ ପୂର୍ବାହ୍ନ ୧୧ଟାରେ ସ୍ବତନ୍ତ୍ର ସର୍କିଟ ହାଉସ୍‌ ଟାରୁ ଏକ ର଼୍ୟାଲିରେ ବାହାରି ରାଜଭବନ ଅଭିମୁଖେ ଯାତ୍ରା କରିଥିଲେ। ରାସ୍ତାରେ ସେମାନଙ୍କୁ ପୋଲିସ୍‌ ଅଟକାଇଥିଲା। ଏହାପରେ ଏହିସବୁ ଦଳର ପ୍ରତିନିଧି ଓ କାର୍ଯ୍ୟକର୍ତ୍ତାମାନେ କେନ୍ଦ୍ର ସରକାରଙ୍କ ବିରୋଧରେ ଗର୍ଜିଥିଲେ। ରେଳମନ୍ତ୍ରୀଙ୍କ ଇସ୍ତପା ମଧ୍ୟ ଦାବି କରିଥିଲେ। ଏହାପରେ ଏହିସବୁ ଦଳର ଏକ ୧୫ ଜଣିଆ ପ୍ରତିନିଧି ଦଳ ରାଜ୍ୟପାଳଙ୍କୁ ଭେଟି ପ୍ରଧାନମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ୧୧ ଦଫା ସମ୍ବଳିତ ସ୍ମାରକ ପତ୍ର ପ୍ରଦାନ କରିଛନ୍ତି। ଆସନ୍ତା ୧୨ ତାରିଖରେ ଏହି ଦାବି ନେଇ ଭୁବନେଶ୍ୱର ପୂର୍ବତଟ ରେଳ ପଥ ମୁଖ୍ୟାଳୟ, ବାଲେଶ୍ୱର ବ୍ରହ୍ମପୁର, ଏବଂ ରାଉରକେଲା ଠାରେ ଅନୁରୂପଭାବେ ବିକ୍ଷୋଭ ପ୍ରଦର୍ଶନ କରାଯିବ ବୋଲି ଘୋଷଣା ମଧ୍ୟ କରିଛନ୍ତି। ଏହି ପ୍ରତିବାଦ ଆନ୍ଦୋଳନରେ କଂଗ୍ରେସ, ସିପିଆଇ, ସିପିଆଇ(ଏମ୍‌), ସିପିଆଇ-ଏମ ଏଲ(ଲିବେରେସନ), ଅଲ ଇଣ୍ଡିଆ ଫରୱାର୍ଡ଼ ବ୍ଲକ, ଆମ ଆଦମୀ ପାର୍ଟି, ରାଷ୍ଟ୍ରବାଦୀ କଂଗ୍ରେସ ପାର୍ଟି, ସମାଜବାଦୀ ପାର୍ଟି, ଆର୍‌ଜେଡି, ସମତାକ୍ରାନ୍ତି ଦଳ, ଆରପିଆଇ, ସିପିଆଇ-ଏମଏଲ (ରେଡ ଷ୍ଟାର) ପ୍ରମୁଖ ୧୨ ରାଜନୈତିକ ଦଳର ନେତୃବୃନ୍ଦ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨୦୧୯ରେ ମିଳିଥିଲା ୩୪% ଭୋଟ୍, ୨୦୨୪ରେ ଗଠନ ହେବ ସରକାର: କାର୍ଯ୍ୟକର୍ତ୍ତାଙ୍କୁ ଶାହାଙ୍କ ଗୁରୁମନ୍ତ୍ର

ଭୁବନେଶ୍ୱର,୨୬ା୪: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାର ବରିଷ୍ଠ ନେତା ତଥା ସଦସ୍ୟମାନଙ୍କୁ ଆତ୍ମବିଶ୍ୱାସର ସହ କାର୍ଯ୍ୟ କରିବାକୁ ଉତ୍ସାହିତ କରିଛନ୍ତି। ଏହାସହ କହିଛନ୍ତି...

୩ ଜଣଙ୍କୁ ଚାପିଦେଲା ଟ୍ରକ୍‌

ସୁନ୍ଦରଗଡ଼,୨୬ା୪: ସୁନ୍ଦରଗଡ଼ ଜିଲା ଭସ୍ମା ଥାନା ଅନ୍ତର୍ଗତ ଦର୍ଲିପାଲି ଏନ୍‌ଟିପିସି ପାଓ୍ବାର ପ୍ଲାଣ୍ଟ ନିକଟରେ ଏକ ଟ୍ରକ୍‌ ୩ ବାଇକ୍‌ ଆରୋହୀଙ୍କ ଉପରେ ମାଡ଼ିଯିବାରୁ ଘଟଣାସ୍ଥଳରେ...

ଲଢ଼େଇରେ ନୂଆ ବନାମ ଅଭିଜ୍ଞ

ରାଜକନିକା,୨୬ା୪(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲାର ଶେଷ ସୀମା ହେଉଛି ଆଳି ନିର୍ବାଚନମଣ୍ଡଳୀ। ରାଜକନିକାର ୨୯ଟି ପଞ୍ଚାୟତ ଓ ଆଳିର ୩୪ଟି ପଞ୍ଚାୟତକୁ ମିଶାଇ ଆଳି...

‘ପାଣ୍ଡିଆନ୍‌ଙ୍କୁ ଜେଡ୍‌ କାଟେଗୋରି ସୁରକ୍ଷା କାହିଁକି ମିଳୁଛି’

ଭୁବନେଶ୍ୱର, ୨୬।୪(ସୁନିତ୍‌ ମିଶ୍ର):କୌଣସି ସାମ୍ବିଧାନିକ ପଦପଦବୀରେ ନାହାନ୍ତି। ସେ ଏମ୍‌ପି କି ବିଧାୟକ କିମ୍ବା କୌଣସି ଦଳୀୟ ନେତା ବି ନୁହନ୍ତି। ସେ ଜଣେ ବିଜେଡିର...

ସରକାରୀ ହସ୍ପିଟାଲ ପରିସରରେ ଥିବା ଘରୋଇ ଔଷଧ ଦୋକାନ ହେବ ବନ୍ଦ

ଭୁବନେଶ୍ୱର, ୨୬।୪(ବନ୍ଦନା ସେଠୀ):ରାଜ୍ୟର ସରକାରୀ ଡାକ୍ତରଖାନା ପରିସରରେ ରହିଥିବା ଘରୋଇ ଔଷଧ ଷ୍ଟୋର୍‌ ବନ୍ଦ ହେବ। ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ଏପରି କଡ଼ା...

ଘରେ ପଶି ମା’- ଦେଢ଼ ବର୍ଷର ପୁଅଙ୍କୁ ବୀଭତ୍ସ ହତ୍ୟା

ସମ୍ବଲପୁର,୨୬ା୪: ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା ଦଲକିବାହାଲ ଗାଁରେ ଗୁରୁବାର ବିଳମ୍ବିତ ରାତିରେ ଏକ ଅଭାବନୀୟ କାଣ୍ଡ ଘଟିଛି। ଘରେ ପଶି ମା’-ପୁଅଙ୍କୁ ହତ୍ୟା କରିଛନ୍ତି...

ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଭୋଟ ପାଇଁ ନାମାଙ୍କନ ଶେଷ

ଭୁବନେଶ୍ୱର,୨୬ା୪(ଅନିଲ ଦାସ): ରାଜ୍ୟର ପ୍ରଥମ ପର୍ଯ୍ୟାୟ(ଦେଶର ଚତୁର୍ଥ ପର୍ଯ୍ୟାୟ) ନିର୍ବାଚନ ପାଇଁ ଗୁରୁବାର ନାମାଙ୍କନ ଦାଖଲ ପ୍ରକ୍ରିୟା ଶେଷ ହୋଇଛି। ଏପ୍ରିଲ ୧୮ରୁ ୨୪ ତାରିଖ...

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri