ରିଆମାଳ ବ୍ଲକ କଂଗ୍ରେସ କର୍ମୀଙ୍କ ସମୂହ ଇସ୍ତଫା

ରିଆମାଳ,୧୯ା୬(ନିରଞ୍ଜନ ବେହେରା) ଦେବଗଡ଼ ଜିଲା କଂଗ୍ରେସ ସଭାପତି ପରିବର୍ତ୍ତନ ପରେ ଦଳୀୟ କର୍ମୀଙ୍କ ମଧ୍ୟରେ ଅସନ୍ତୋଷ ତେଜିବାରେ ଲାଗିଛି। ରିଆମାଳ ବ୍ଲକ ନାଉଲିପଡ଼ାଠାରେ ବ୍ଲକ କଂଗ୍ରେସ କମିଟିର ବହୁ କର୍ମୀ ରବିବାର ଏକ ବୈଠକ କରି ଦଳରୁ ସମୂହ ଇସ୍ତଫା ପ୍ରଦାନ କରିଛନ୍ତି। ବ୍ଲକ କଂଗ୍ରେସ ସଭାପତି ସୁଶୀଲ ସାହୁଙ୍କ ତତ୍ତ୍ୱାବଧାନରେ ଆୟୋଜିତ ବୈଠକରେ ବ୍ୟକ୍ତିଗତ ସ୍ବାର୍ଥ ପାଇଁ ଦଳୀୟ କର୍ମୀଙ୍କୁ ଅଣଦେଖା କରାଯିବା, ଜିଲା ସଭାପତି ପରିବର୍ତ୍ତନରେ ପିସିସି ସଭାପତିଙ୍କ ଏକତରଫା ନିଷ୍ପତ୍ତିର ପ୍ରତିବାଦ କରାଯାଇଥିଲା। ଏପରି କି ବିଭିନ୍ନ ପଦପଦବୀରେ ଥିବା ଦଳୀୟ କର୍ମକର୍ତ୍ତା ସମୂହ ଇସ୍ତଫା ପ୍ରଦାନ କରିଥିଲେ।

ବୈଠକରେ ଜିଲା ଉପସଭାପତି ହେମନ୍ତ ସାହୁ, ସାଧାରଣ ସମ୍ପାଦକ ଦିଲୀପ ବିଶ୍ୱାଳ, ବ୍ଲକ ଉପସଭାପତି ପଞ୍ଚାନନ ଭୁକ୍ତା, ବସନ୍ତ କବି, ସାଧାରଣ ସମ୍ପାଦକ ଧନେଶ୍ୱର ସାହୁ, ମାୟାଧର ମହାନ୍ତି, ଚନ୍ଦ୍ରଧ୍ୱଜ ପ୍ରଧାନ, ଅଜିତ ମହାପାତ୍ର, ସମ୍ପାଦକ ଯୁଧିଷ୍ଠିର ପ୍ରଧାନ, କୃଷ୍ଣଚନ୍ଦ୍ର ଦେହୁରୀ, ରାଜେଶ ସାହୁ, ଅଶୋକ ସାହୁ, ଅନାଦି ସାହୁ, ଏକଜିକ୍ୟୁଟିଭ ବୋର୍ଡ ସଦସ୍ୟ ରସାନନ୍ଦ ବିଶ୍ୱାଳ, ପ୍ରବୀର ଶତପଥୀ, ମଦନ ଗଡନାୟକ, ବରୁଣ ମିତ୍ର, ଦଣ୍ଡବିହାରୀ ପ୍ରଧାନ, ଜୟକୃଷ୍ଣ ପ୍ରଧାନ, ବିପିନ ବିହାରୀ ବେହେରା, କୋଷାଧ୍ୟକ୍ଷ କୃଷ୍ଣଚନ୍ଦ୍ର ନାୟକ ପ୍ରମୁଖ ବୈଠକରେ ଉପସ୍ଥିତ ଥିଲେ। ସମୂହ ଇସ୍ତଫା ଘଟଣା ଜିଲା କଂଗ୍ରେସ ରାଜନୀତିକୁ ଉଷ୍ମ କରିଛି। ଏ ସମ୍ପର୍କରେ ଜିଲା କଂଗ୍ରେସ ସଭାପତି ସେମ ହେମ୍ରମଙ୍କୁ ପଚାରିବାରୁ ଦଳରୁ ନୁହେଁ, କେତେକ କର୍ମକର୍ତ୍ତା ସେମାନଙ୍କ ପଦ ପଦବୀରୁ ଇସ୍ତଫା ଦେଇଛନ୍ତି। ତେବେ ପରିବର୍ତ୍ତିତ ପରିସ୍ଥିତିକୁ ଲକ୍ଷ୍ୟ କରି ନୂତନ କର୍ମକର୍ତ୍ତା ଚୟନ କରାଯାଉଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଦେଖା ଚାପ

ଦିଲ୍ଲୀର ପୂର୍ବତନ ମୁଖ୍ୟ ଶାସନ ସଚିବ ରାକେଶ ମେହେଟ୍ଟାଙ୍କ ମୃତ୍ୟୁ ଅତ୍ୟନ୍ତ ଦୁଃଖଦାୟକ। କିନ୍ତୁ ଜଣେ ପ୍ରତିଷ୍ଠିତ ପୂର୍ବତନ ସରକାରୀ ଅଧିକାରୀ ଏଭଳି ଏକ ଚରମ ପଦକ୍ଷେପ…

BRICSରେ ସାମିଲ ହେବାକୁ ବାଡେଇଛାଟି ହେଉଛି ପାକିସ୍ତାନ: ବାଟ ଓଗାଳିଛି ଭାରତ!

ନୂଆଦିଲ୍ଲୀ,୧୨।୯: BRICSରେ ସାମିଲ ହେବା ପାଇଁ ଦୀର୍ଘଦିନ ଧରି ପାକିସ୍ତାନ ଉଦ୍ୟମ କରିଆସୁଛି। ୨୦୨୩ରେ ଇସଲାମାବାଦ ଏହି ଗୋଷ୍ଠୀର ସଦସ୍ୟତା ପାଇଁ ଔପଚାରିକ ଭାବେ ଆବେଦନ କରିଥିଲା।…

ରୋଗ ଯନ୍ତ୍ରଣାଠୁ ବଳିଯାଉଛି ଧାଡ଼ି ଯନ୍ତ୍ରଣା: ଡାକ୍ତରଖାନାରେ ବିକଳ ଚିତ୍ର

ପଦ୍ମପୁର,୧୨ା୯(ପ୍ରଦୀପ୍ତ ଦାଶ):କିଏ କାଖେଇ ଧରିଛି, କିଏ ଆଣ୍ଠେଇ ପଡ଼ିଛି, ଆଉ କିଏ ଯନ୍ତ୍ରଣାରେ ଭୂଇଁରେ ଲୋଟୁଛି। ବୃଦ୍ଧାବୃଦ୍ଧମାନେ ବାଡ଼ି ସାହାଯ୍ୟରେ ଘଣ୍ଟା ଘଣ୍ଟା ଧରି ଡାକ୍ତରଙ୍କୁ ଅପେକ୍ଷା…

ମହିଳାଙ୍କୁ ସ୍ବାବଲମ୍ବୀ ହେବାର ବାଟ ଦେଖାଇଛି ଖଲିଦନା: ଜଣେ ମହିଳା ମାସକୁ ରୋଜଗାର କରୁଛନ୍ତି…

ନୂଆପଡ଼ା,୧୨ା୯ (ମକାରୁ ବେମାଲ):ବହୁଳ ପ୍ଲାଷ୍ଟିକ ବ୍ୟବହାର ଯୋଗୁ ପରିବେଶ ପ୍ରଦୂଷଣ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ରୋକିବା ପାଇଁ ନୂଆପଡ଼ା ଜିଲା ପ୍ରଶାସନ ପକ୍ଷରୁ ଏକକ ବ୍ୟବହାର…

ସେପ୍ଟେମ୍ବର ୧୭ ପରେ ଏହି ୨ ରାଶିର ଭାଗ୍ୟ ଚମକାଇବେ ସୂର୍ଯ୍ୟ: ଚାକିରିରେ ପଦୋନ୍ନତି ସହ ହେବେ ମାଲାମାଲ

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ସୂର୍ଯ୍ୟଙ୍କୁ ଆତ୍ମବିଶ୍ୱାସ, ନେତୃତ୍ୱ, ପଦ-ପ୍ରତିଷ୍ଠା ଓ କ୍ୟାରିୟରର ପ୍ରମୁଖ କାରକ ବୋଲି ମନେ କରାଯାଏ। ସୂର୍ଯ୍ୟଙ୍କ ରାଶି ପରିବର୍ତ୍ତନର ପ୍ରଭାବ ଅନେକ ରାଶିର…

୨ ଦିନ ହେଲାଣି ଘରୁ ବାହାରି ଯାଇ ଜଙ୍ଗଲରେ ରହୁଥିଲେ ପ୍ରେମୀଯୁଗଳ, ତା’ପରେ କଲେ ଏମିତି କାମ…

ନୂଆପଡ଼ା,୧୨/୯(ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି ଥାନା ଅଞ୍ଚଳରେ କୌଣସି କାରଣରୁ ପ୍ରେମୀଯୁଗଳ ବିଷପାନ କରିବା ପରେ ନାବାଳିକା ପ୍ରେମିକା ଡୋଲେଶ୍ୱରୀ ସା (୧୭)ଙ୍କ ମୃତ୍ୟୁ ଘଟିଛି। ପ୍ରେମିକ…

ବୈଭବଙ୍କୁ ନେଇ ବଡ଼ ଭବିଷ୍ୟବାଣୀ କଲେ ଇଶାନ କିଶନ: କହିଲେ-ଆଗକୁ ସମ୍ଭାଳିବେ…ନିଆଁ ପରି ବ୍ୟାପିଗଲା ଏହି କଥା

ନୂଆଦିଲ୍ଲୀ,୧୨।୯: : ଖୁବ କମ୍‌ ବୟସରେ କ୍ରିକେଟ ଜଗତରେ ନିଜର ଅଲଗା ପରିଚୟ ସୃଷ୍ଟି କରିଥିବା ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏବେ ତାଙ୍କ ବ୍ୟାଟିଂ ସହ କ୍ୟାପ୍ଟେନ୍ସି…

ବଢିଲା ଟିମ ଇଣ୍ଡିଆର ଟେନସନ୍‌: ପଡିଆରେ ଅଭ୍ୟାସ ସମୟରେ ହଠାତ୍‌ ଇଶାନ କିଶନ…

ନୂଆଦିଲ୍ଲୀ,୧୨।୯: ଆଫଗାନିସ୍ତାନ ବିପକ୍ଷ ଟି-୨୦ ସିରିଜ ଆରମ୍ଭ ପୂର୍ବରୁ ଟିମ ଇଣ୍ଡିଆ ପାଇଁ ଆସିଛି ଚିନ୍ତା ବଢ଼ାଇବା ଭଳି ଖବର। ଦିଲ୍ଲୀର ଅରୁଣ ଜେଟଲୀ କ୍ରିକେଟ ଷ୍ଟାଡିୟମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?