ଅଳକାଙ୍କୁ ଜିତାଇବା ପାଇଁ ସଂକଳ୍ପ

ବ୍ରଜରାଜନଗର,୧୮ା୫(ଡି.ଏନ.ଏ.): ବ୍ରଜରାଜନଗର ଉପର୍ନିବାଚନ ପାଖେଇ ଆସୁଥିବାବେଳେ ବିଜେଡି ପକ୍ଷରୁ ସ୍ଥାନୀୟ ମାହେଶ୍ୱରୀ ଭବନଠାରେ ମଙ୍ଗଳବାର ଏକ ନିର୍ବାଚନୀସଭା ଅନୁଷ୍ଠିତ ହୋଇଥିଲା। ଦଳର ନଗର ସଭାପତି ରାଧାକାନ୍ତ ପ୍ରଧାନଙ୍କ ସଭାପତିତ୍ୱରେ ଆୟୋଜିତ ସଭାରେ ରାଜ୍ୟ ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ କୁମାର ଜେନା ମୁଖ୍ୟଅତିଥି ଭାବରେ ଯୋଗଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ଦଳର ରାଜ୍ୟ ଉପସଭାପତି ତଥା ବିଧାୟକ ଦେବୀ ମିଶ୍ର, ଯୋଜନା ବୋର୍ଡ ଉପାଧ୍ୟକ୍ଷ ସଞ୍ଜୟ ଦାସବର୍ମା, କଟକ ମେୟର ତଥା ଜିଲା ପର୍ଯ୍ୟବେକ୍ଷକ ସୁବାସ ସିଂ, ବରଗଡ ବିଧାୟକ ଦେବେଶ ଆଚାର୍ଯ୍ୟ, ପୂର୍ବତନ ମହିଳା କମିଶନ ଅଧ୍ୟକ୍ଷା ଜ୍ୟୋତି ପାଣିଗ୍ରାହୀ, ରାଜ୍ୟ ଯୁବ ସମ୍ପାଦକ ସଞ୍ଚିତ ମହାନ୍ତି ପ୍ରମୁଖ ଯୋଗଦେଇ ପ୍ରାର୍ଥୀ ଅଳକା ମହାନ୍ତିଙ୍କୁ ଜିତାଇବା ପାଇଁ ଆହ୍ବାନ ଦେଇଥିଲେ। ମୁଖ୍ୟମନ୍ତ୍ରୀ ଓଡ଼ିଶାରେ ଯୁବଓ ମହିଳା ବର୍ଗଙ୍କୁ ଅଗ୍ରାଧିକାର ଦେଇ କାର୍ଯ୍ୟ କରୁଛନ୍ତି। ଆପଣମାନଙ୍କ ଗୋଟିଏ ଭୋଟ ବ୍ରଜରାଜନଗର ବିକାଶରେ ସହାୟକ ହେବ ବୋଲି ପର୍ଯ୍ୟବେକ୍ଷକ ସିଂ କହିଥିଲେ। ପରେ ସମସ୍ତେ ଏକତ୍ରିତ ହୋଇ ଲଢ଼ିବାକୁ ଶପଥ ନେଇଥିଲେ। କାର୍ଯ୍ୟକ୍ରମରେ ପୌରାଞ୍ଚଳର ସମସ୍ତ ବିଜେଡି କାଉନସିଲର ଓ କର୍ମୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚାମ୍ବରରେ ଧସେଇ ପଶି ଏମିତି କ’ଣ କହିଦେଲେ ଭାଜପା ନେତା, ଚେୟାରରେ ଚେତାଶୂନ୍ୟ ହୋଇ ପଡ଼ିଗଲେ ବିଡିଓ

ଡେରାବିଶ, ୧୪।୮ (ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ କାର୍ଯ୍ୟାଳୟରେ ଶୁକ୍ରବାର ଅପରାହ୍ନରେ ଏକ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଛି। ବିଡିଓ ନମିତା ବାରିକ…

ସୁପ୍ରିମକୋର୍ଟରୁ ସମୟ ରୈନାଙ୍କୁ ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୧୪।୮: ‘ଇଣ୍ଡିଆ ଗଟ ଲ୍ୟାଟେଣ୍ଟ’ ମାମଲାରେ ହାସ୍ୟ ଅଭିନେତା ସମୟ ରୈନାଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଆଶ୍ୱସ୍ତି ମିଳିଛି। ସୁପ୍ରିମକୋର୍ଟ ସମୟ ରୈନା ଏବଂ ଅନ୍ୟ ଅଭିଯୁକ୍ତଙ୍କ ବିରୋଧରେ…

ଘୁମୁସର ସ୍ବର ଶୁଣିବେ ଶ୍ରୋତା, ‘ରେଡିଓ ଆଇନା’ର ଲୋକାର୍ପଣ କରି ବିଧାୟକ କହିଲେ…

ଭଞ୍ଜନଗର,୧୪ା୮(ବାବୁଲା ପ୍ରଧାନ): ରେଡିଓର ବିକାଶ ଓ ଏହାକୁ ଲୋକଙ୍କ ନିକଟତର କରିବା ଲକ୍ଷ୍ୟରେ ଭଞ୍ଜନଗର ମାଲସାହିଠାରେ ଶୁକ୍ରବାର ‘ରେଡିଓ ଆଇନା’ର ଲୋକାର୍ପଣ ହୋଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ…

କେମିତି ଅଛନ୍ତି ଜେପି ନଡ୍ଡା? ଏମ୍ସ ଜାରି କଲା ବୟାନ

ନୂଆଦିଲ୍ଲୀ,୧୪।୮: କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡାଙ୍କ ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ଏମ୍ସ ଏକ ଅପଡେଟ ପ୍ରଦାନ କରିଛି। ହସ୍ପିଟାଲ ଅନୁଯାୟୀ, ତାଙ୍କ ଅବସ୍ଥା ବର୍ତ୍ତମାନ ସ୍ଥିର ଅଛି, ଏବଂ…

ବିଦ୍ୟୁତ୍‌ ଆଘାତରେ ନାବାଳିକାଙ୍କ ଜୀବନ ଗଲା, କ୍ଷତିପୂରଣ ଦାବିରେ…

କାଲିମେଳା,୧୪ା୮(ଜୀବନ କୃଷ୍ଣ ଦାସ): ମାଲକାନଗିରି ଜିଲା କାଲିମେଳା ଥାନା ଅନ୍ତର୍ଗତ କୁର୍ମାନୁର ପଞ୍ଚାୟତର ଗୁରାଲୁର ଗ୍ରାମରେ ବିଦ୍ୟୁତ୍‌ ଆଘାତରେ ଜଣେ ୧୩ ବର୍ଷୀୟା ନାବାଳିକାଙ୍କ ମୃତ୍ୟୁ ଘଟିଛି।…

ଅଭିଜିତ ଦୀପକେଙ୍କ ବଡ଼ ବୟାନ: ‘ସୌରଭଙ୍କ ଗୋଟିଏ ଭିଡିଓ ଯୋଗୁଁ…’

ନୂଆଦିଲ୍ଲୀ,୧୪।୮: ‘କକ୍ରୋଚ ଜନତା ପାର୍ଟି’ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଶୁକ୍ରବାର (୧୪ ଅଗଷ୍ଟ) କହିଛନ୍ତି ଯେ ସୌରଭ ଦାସ ଯେଉଁ କାମ କରୁଛନ୍ତି ତାହା ଦେଶର ହିତ…

କାହିଁକି ଅପରେଶନ ସିନ୍ଦୂର କଥା ମନେ ପକାଇ ଦେଲେ ଅଜିତ ଡୋଭାଲ? ଜାଣନ୍ତୁ ଏହା ପଛର କାରଣ

ନୂଆଦିଲ୍ଲୀ,୧୪।୮: ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ କହିଛନ୍ତି ଯେ ଭାରତର ଉଦାରତା ଏବଂ ସହନଶୀଳତାକୁ ଦୁର୍ବଳତା ଭାବିବା ଏକ ଗୁରୁତର ଭୁଲ ହେବ। ସେ ଦୃଢ଼ୋକ୍ତି…

ଗୁଣପୁରରେ ଅଖଣ୍ଡ ଭାରତ ଦିବସ: ତ୍ରିରଙ୍ଗା ଯାତ୍ରାରେ ବାହାରି ମହାପୁରୁଷଙ୍କ ବଳିଦାନକୁ ନେଇ…

ଗୁଣପୁର,୧୪ା୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ପୁରୁଣା ବସ୍‌ଷ୍ଟାଣ୍ଡଠାରେ ଶୁକ୍ରବାର ଅଖଣ୍ଡ ଭାରତ ଦିବସ ପାଳନ ହୋଇଯାଇଛି। ଏହି ଅବସରରେ ଭାଜପା ଜିଲା ସଭାପତି ଗୋପୀ ଆନନ୍ଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri