ଦୁଇ ଓଡ଼ିଆ ସାମାଜିକ କର୍ମୀଙ୍କୁ ମିଳିଲା ‘ଜୀବରକ୍ଷା’ ସମ୍ମାନ

କଟକ ଅଫିସ,୧୬।୧୦: ମାନବ ସେବା ହିଁ ମାଧବ ସେବା। ଏହି ଉକ୍ତିକୁ ଅନୁସରଣ କରି ସମାଜରେ ଅନେକ ଲୋକ ସେବାରେ ନିଜକୁ ନିୟୋଜିତ କରିଛନ୍ତି। ଏଭଳି ଦୁଇ ଓଡ଼ିଆ ସାମାଜିକ କର୍ମୀ ଅନ୍ୟର ସେବା ଲାଗି ନିଜ ଜୀବନକୁ ଉତ୍ସଗୀକୃତ କରିଛନ୍ତି। ସେମାନଙ୍କର ଏହି ସେବା ଓ ପରୋପକାର ଯୋଗୁ ସେମାନଙ୍କୁ ସମ୍ମାନଜନକ ଜୀବରକ୍ଷା ସମ୍ମାନରେ ସମ୍ମାନିତ କରାଯାଇଛି। ଦିଲ୍ଲୀଠାରେ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଡ. ହର୍ଷବର୍ଦ୍ଧନଙ୍କ ଅଧ୍ୟକ୍ଷତାରେ ସେଣ୍ଟ ଜୋନ୍‌ ଆମ୍ବୁଲାନ୍ସ ଇଣ୍ଡିଆ ଅନ୍‌ଲାଇନ ବାର୍ଷିକ ମିଟ୍‌ ଗୁରୁବାର ଅନୁଷ୍ଠିତ ହୋଇଥିଲା। ଏଥିରେ ଭାରତର ବିଭିନ୍ନ ରାଜ୍ୟରେ ସୁନାମ ଅର୍ଜନ କରିଥିବା ବ୍ୟକ୍ତିତ୍ୱଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ସେମାନଙ୍କ ମଧ୍ୟରେ ଥିବା ୨ ଓଡ଼ିଆ ସାମାଜିକ କର୍ମୀ କଟକ ଥୋରିଆସାହି ତଥା ଜିଲା ସେଣ୍ଟ ଜନ୍‌ ଆମ୍ବୁଲାନ୍ସର ଆଜୀବନ ସଦସ୍ୟ ଓ ଯୁଗ୍ମ ସମ୍ପାଦକ ମିଲନ କୁମାର ସାହୁ ଏବଂ ଭୁବନେଶ୍ୱର ସେଣ୍ଟ ଜୋନ ଆମ୍ବୁଲାନ୍ସର ଆସିଷ୍ଟାଣ୍ଟ କମିଶନର ସୁଶାନ୍ତ କୁମାର ପଟ୍ଟନାୟକଙ୍କୁ ଜୀବରକ୍ଷା ସମ୍ମାନରେ ସମ୍ମାନିତ କରାଯାଇଛି। ୨୦୧୬-୧୭ ବର୍ଷ ପାଇଁ ସୁଶାନ୍ତ ଓ ୨୦୧୮-୧୯ ବର୍ଷ ପାଇଁ ମିଲନଙ୍କୁ ମେଡାଲ ପ୍ରଦାନ କରାଯାଇଛି। ଏହି କାର୍ଯ୍ୟକ୍ରମରେ ବିଭିନ୍ନ ରାଜ୍ୟର ରାଜ୍ୟପାଳଙ୍କ ସହିତ ଭାରତ ପ୍ରଶାସନିକ କ୍ଷେତ୍ରରେ ଥିବା ବିଭିନ୍ନ ଅଧିକାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଡ୍ରେନରେ ପଡ଼ି ସାଇକେଲ ଆରୋହୀ ମୃତ, ମୁକୁଳା ଥିବାରୁ ଅଘଟଣ ଅଭିଯୋଗ

ବଲାଙ୍ଗୀର, ୨୪/୧୨- (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ବଲାଙ୍ଗୀର ସହର ଜଗନ୍ନାଥପଡା ପାଟଣେଶ୍ୱରୀ ମନ୍ଦିର ସମ୍ମୁଖରେ ଥିବା...

ଆସନ୍ତା ୨୭-୨୮ରେ ବୁଢ଼ାଡଙ୍ଗର ଲୋକ ମହୋତ୍ସବ: ସମ୍ମାନୀତ ହେବେ…ଯୋଗ ଦେବେ ବଲିଉଡ ସହ…

କେସିଙ୍ଗା,୨୪।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର ଅଗ୍ରଣୀ ବୃନ୍ଦାବନ ସାଂସ୍କୃତିକ ଅନୁଷ୍ଠାନର ସଭାପତି ସୁଶାନ୍ତ କୁମାର ମହାପାତ୍ରଙ୍କ ନେତୃତ୍ୱରେ ବିଏସ୍‌ଏ କାର୍ଯ୍ୟାଳୟ ପରିସରରେ ବୁଧବାର ସାରେ ଏକ...

‘ଲୋକେ ସଚେତନ ହେଲେ ଲୋପ ପାଇବ କୁସଂସ୍କାର’; ୩୬ତମ ବାର୍ଷିକ ଉତ୍ସବରେ…

ଭଞ୍ଜନଗର,୨୪।୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲ୍ଲା ଭଞ୍ଜନଗର ସରସତୀ ଶିଶୁ ବିଦ୍ୟା ମନ୍ଦିର (ଡିହପଢାଳ) ର ୩୬ ତମ ବାର୍ଷିକ ଉତ୍ସବ ମଙ୍ଗଳବାର ସାଂରେ ପାଳିତ ହୋଇଯାଇଛି।...

ନୂଆ ବର୍ଷର ଉପହାର! 3ଟି ନୂଆ ଏୟାରଲାଇନ୍ସକୁ ସରକାରଙ୍କ ସବୁଜ ସଙ୍କେତ

ନୂଆଦିଲ୍ଲୀ,୨୪।୧୨: ନୂଆ ବର୍ଷରେ ଦେଶବାସୀ ତିନୋଟି ନୂତନ ବିମାନ ସେବାର ଉପହାର ପାଇବାକୁ ଯାଉଛନ୍ତି । କେନ୍ଦ୍ର ସରକାର ଦେଶରେ ତିନୋଟି ନୂତନ ବିମାନ ସେବାକୁ...

ବଢୁଛି କୃଷି ଉତ୍ପାଦନ: କୃଷକ ଉତ୍ପାଦକ ସଂଘ କ୍ଷେତ୍ର ପରିଦର୍ଶନ କରି…

ଭଞ୍ଜନଗର,୨୪।୧୨(ବାବୁଲା ପ୍ରଧାନ)- କୃଷି ଓ କୃଷକଙ୍କ ଉନ୍ନତି ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ନୂଆ ନୂଆ ପଦକ୍ଷେପ ନେଉଛନ୍ତି। ଯୁବଚାଷୀଙ୍କୁ କୃଷି କ୍ଷେତ୍ର...

ଶୀତ ମହୋତ୍ସବକୁ ଆସିବା ପାଇଁ ନିମନ୍ତ୍ରଣ ଗ୍ରହଣ କଲେ ପ୍ରଭାତୀ

ଦାରିଙ୍ଗବାଡି, ୨୪/୧୨ (ଅରୁଣ ସାହୁ):  ଦାରିଙ୍ଗବାଡିରେ ଆସନ୍ତା ୮ ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ହେବାକୁ ଯାଉଛି । ଏହି ମହୋତ୍ସବରେ ରାଜ୍ୟର ବିଭିନ୍ନ...

ନକଲି ଜିନିଷ ପାଇଁ ଅସଲି ଗ୍ରାହକ ହେଉଛନ୍ତି ଠକେଇ, ଭଞ୍ଜନଗରରେ ଖାଉଟି ଅଦାଲତ ସ୍ଥାପନ ଦାବି

ଭଞ୍ଜନଗର,୨୪/୧୨(ବାବୁଲା ପ୍ରଧାନ)-ଜାତୀୟ ଖାଉଟି ଦିବସ ପାଳନ ଅବସରରେ ଉପଭୋକ୍ତା ଓକିଲାତି ସଂଘ ବୋର୍ଡ, ଅବସର ସୈନିକ ସଂଘ, ଗ୍ରାହକ ପଞ୍ଚାୟତ ମିଳିତ ସହଯୋଗରେ ବୁଧବାର ଭଞ୍ଜନଗର...

ଅନୁ ଗର୍ଗ ହେଲେ ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ, ନୂଆବର୍ଷରେ ନେବେ ଦାୟିତ୍ବ

ଭୁବନେଶ୍ବର,୨୪।୧୨: ଅନୁ ଗର୍ଗ ହେଲେ ନୂଆ ମୁଖ୍ୟ ଶାସନ ସଚିବ । ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ରାଜ୍ୟର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri