ଦୁଇ ଓଡ଼ିଆ ସାମାଜିକ କର୍ମୀଙ୍କୁ ମିଳିଲା ‘ଜୀବରକ୍ଷା’ ସମ୍ମାନ

କଟକ ଅଫିସ,୧୬।୧୦: ମାନବ ସେବା ହିଁ ମାଧବ ସେବା। ଏହି ଉକ୍ତିକୁ ଅନୁସରଣ କରି ସମାଜରେ ଅନେକ ଲୋକ ସେବାରେ ନିଜକୁ ନିୟୋଜିତ କରିଛନ୍ତି। ଏଭଳି ଦୁଇ ଓଡ଼ିଆ ସାମାଜିକ କର୍ମୀ ଅନ୍ୟର ସେବା ଲାଗି ନିଜ ଜୀବନକୁ ଉତ୍ସଗୀକୃତ କରିଛନ୍ତି। ସେମାନଙ୍କର ଏହି ସେବା ଓ ପରୋପକାର ଯୋଗୁ ସେମାନଙ୍କୁ ସମ୍ମାନଜନକ ଜୀବରକ୍ଷା ସମ୍ମାନରେ ସମ୍ମାନିତ କରାଯାଇଛି। ଦିଲ୍ଲୀଠାରେ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଡ. ହର୍ଷବର୍ଦ୍ଧନଙ୍କ ଅଧ୍ୟକ୍ଷତାରେ ସେଣ୍ଟ ଜୋନ୍‌ ଆମ୍ବୁଲାନ୍ସ ଇଣ୍ଡିଆ ଅନ୍‌ଲାଇନ ବାର୍ଷିକ ମିଟ୍‌ ଗୁରୁବାର ଅନୁଷ୍ଠିତ ହୋଇଥିଲା। ଏଥିରେ ଭାରତର ବିଭିନ୍ନ ରାଜ୍ୟରେ ସୁନାମ ଅର୍ଜନ କରିଥିବା ବ୍ୟକ୍ତିତ୍ୱଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ସେମାନଙ୍କ ମଧ୍ୟରେ ଥିବା ୨ ଓଡ଼ିଆ ସାମାଜିକ କର୍ମୀ କଟକ ଥୋରିଆସାହି ତଥା ଜିଲା ସେଣ୍ଟ ଜନ୍‌ ଆମ୍ବୁଲାନ୍ସର ଆଜୀବନ ସଦସ୍ୟ ଓ ଯୁଗ୍ମ ସମ୍ପାଦକ ମିଲନ କୁମାର ସାହୁ ଏବଂ ଭୁବନେଶ୍ୱର ସେଣ୍ଟ ଜୋନ ଆମ୍ବୁଲାନ୍ସର ଆସିଷ୍ଟାଣ୍ଟ କମିଶନର ସୁଶାନ୍ତ କୁମାର ପଟ୍ଟନାୟକଙ୍କୁ ଜୀବରକ୍ଷା ସମ୍ମାନରେ ସମ୍ମାନିତ କରାଯାଇଛି। ୨୦୧୬-୧୭ ବର୍ଷ ପାଇଁ ସୁଶାନ୍ତ ଓ ୨୦୧୮-୧୯ ବର୍ଷ ପାଇଁ ମିଲନଙ୍କୁ ମେଡାଲ ପ୍ରଦାନ କରାଯାଇଛି। ଏହି କାର୍ଯ୍ୟକ୍ରମରେ ବିଭିନ୍ନ ରାଜ୍ୟର ରାଜ୍ୟପାଳଙ୍କ ସହିତ ଭାରତ ପ୍ରଶାସନିକ କ୍ଷେତ୍ରରେ ଥିବା ବିଭିନ୍ନ ଅଧିକାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋର୍ଟଙ୍କ ବଡ଼ ରାୟ: ହତ୍ୟାକାରୀଙ୍କୁ ଆଜୀବନ ଜେଲ

ଭବାନୀପାଟଣା,୩୦ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍‌. ରାମପୁର ଥାନା ଅନ୍ତର୍ଗତ କୁଟ୍ରୁପଲା ଗାଁରେ ୨୦୧୪ରେ ହୋଇଥିବା ଏକ ହତ୍ୟା ମାମଲାର ରାୟ ଗୁରୁବାର ପ୍ରକାଶ ପାଇଛି।…

ପ୍ରେମିକଙ୍କ ଘର ବାରଣ୍ଡାରେ ଧାରଣାରେ ବସିଲେ ପ୍ରେମିକା

ମାଲକାନଗିର,୩୦।୭ (ଦୁର୍ଯ୍ୟୋଧନ ପାତ୍ର): ଜଣେ ବିବାହିତ ଯୁବକ ବିବାହର ପ୍ରତିଶ୍ରୁତି ଦେଇ ସମ୍ପର୍କ ଓ ପରେ ପ୍ରତାରଣା ବିରୋଧରେ ବିବାହିତ ପ୍ରେମିକା ଗତ ତିନି ଦିନ ଧରି…

ଖେଳ ପଡ଼ିଆରେ ଟ୍ରାକ୍ଟର ଚଳାଇ ଧାନ ତଳି ପକାଇଲେ, ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ-ଉତ୍ତେଜନା

ହାଟଡିହୀ, ୩୦।୭(ଶୁଭକାନ୍ତ ନାୟକ): ସରକାର ଖେଳ ଏବଂ ଶାରୀରିକ ବିକାଶ ପାଇଁ କୋଟି କୋଟି ଟଙ୍କା ବ୍ୟୟ କରୁଥିବାବେଳେ କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନସ୍ଥ ବଡ଼ରମ୍ପାସ…

କ୍ଷେତପୋଖରୀ ଦୁର୍ନୀତିକୁ ନେଇ ସରପଞ୍ଚ-ସମିତିସଭ୍ୟ ମୁହାଁମୁହିଁ: ହଟ୍ଟଗୋଳ ଯୋଗୁ ଉଠି ଚାଲିଗଲେ…

ଦିଗପହଣ୍ଡି,୩୦|୭(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ମିଶନ ଶକ୍ତି ସମ୍ମିଳନୀ କକ୍ଷରେ ଗୁରୁବାର ଦିଗପହଣ୍ଡି ବ୍ଲକସ୍ତରୀୟ ଏମଜିଏନଆରଇଜିଏ ଯୋଜନାର ସାମାଜିକ ସମୀକ୍ଷା ଜନଶୁଣାଣି…

କୋରାପୁଟରେ ୬୫୪. ୫ ମି.ମି. ରେକର୍ଡ ବର୍ଷା, ଭାଙ୍ଗିଲା ୮ ଘର

କୋରାପୁଟ,୩୦ା୭(ଅମିତାଭ ବେହେରା): ଗତ ୨୪ ଘଣ୍ଟା ମଧ୍ୟରେ କୋରାପୁଟ ଜିଲାର ୧୪ ବ୍ଲକରେ ମୋଟ ୬୫୪.୫ ମି.ମି. ବର୍ଷା ରେକର୍ଡ ହୋଇଛି। ହାରାହାରି ବର୍ଷାର ପରିମାଣ ୪୬.୭୫…

ପିସ୍ତଲ ଦେଖାଇ ହତ୍ୟା ଧମକ ଦେଇଥିଲେ, ଯୁବକଙ୍କୁ ବାନ୍ଧିଲା…

ଦେବଗଡ଼,୩୦ା୭(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଥାନା ଅନ୍ତର୍ଗତ ସୁନାମୁଣ୍ଡା ଗ୍ରାମରେ ପିସ୍ତଲ ମୁନରେ ଭୟଭୀତ କରି ହତ୍ୟା ଧମକ ଦେଇଥିବା ଜଣେ ଯୁବକକୁ ପୋଲିସ ଗିରଫ କରିଛି।…

ଆମେରିକାର ବଡ଼ ଆକ୍ରମଣ, ଧ୍ୱଂସ ହେଲା ଇରାନର ସାମରିକ ଘାଟି

ବାଗଦାଦ୍‌,୩୦।୭: ଆମେରିକୀୟ ସେନା ଉପରେ ଇରାନର କ୍ଷେପଣାସ୍ତ୍ର ଆକ୍ରମଣର ବଡ଼ ଜବାବ ଦେଇଛି ଆମେରିକା। ଆମେରିକୀୟ ସେନାର ସେଣ୍ଟ୍ରାଲ କମାଣ୍ଡ ଅନୁଯାୟୀ ଇରାନର ବିପ୍ଳବୀ ଗାର୍ଡ କୋର୍‌(ଆଇଆରଜିସି)ର…

ଦେଖାଳି ଗାଁରେ ସିରିଜ୍ ଚୋରି: ଦୋକାନରୁ ଟଙ୍କା-ଜୋତା ଲୁଟ୍, ଅଞ୍ଚଳରେ ଆତଙ୍କ; ରାତ୍ରିକାଳୀନ ପାଟ୍ରୋଲିଂ…

ଦିଗପହଣ୍ଡି,୩୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କେ. ନୂଆଗାଁ ଥାନା ଅନ୍ତର୍ଗତ ଦେଖାଳି ଗାଁ ଓ ମୁଖ୍ୟ ରାସ୍ତାକଡ଼ରେ ଥିବା ବିଭିନ୍ନ ଦୋକାନରୁ ବୁଧବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri