ସୋନପୁର,୨୩।୨(ନି.ପ୍ର.)
ଭାରତୀୟ ସାମ୍ବିଧାନିକ ବ୍ୟବସ୍ଥାରେ ପ୍ରତ୍ୟେକ ବ୍ୟକ୍ତିଙ୍କୁ ସମାନ ଅଧିକାର ଦିଆଯାଇଛି। ଯେଉଁଠି ଜାତି, ଧର୍ମ, ବର୍ଣ୍ଣ ବା ଲିଙ୍ଗର କୌଣସି ପ୍ରଭେଦ ନଥାଏ। କିନ୍ତୁ ନାରୀମାନଙ୍କ ପ୍ରତି ଏବେ ବି ଅଣଦେଖା କରାଯାଉଛି । ସେମାନେ ନିର୍ଯାତନାର ଶିକାର ହେଉଛନ୍ତି। ଏଣୁ ନାରୀମାନଙ୍କୁ ସମ୍ମାନ ଦେବା, ସେମାନଙ୍କୁ ସବୁ କାର୍ଯ୍ୟରେ ଯୋଗଦାନ କରିବାର ଅଧିକାର ଦେବା ଆମ ସମାଜର ପ୍ରଥମ ଓ ପ୍ରଧାନ କର୍ତ୍ତବ୍ୟ ହେବା ଉଚିତ ବୋଲି ଓଡିଶା ରାଜ୍ୟ ମହିଳା ଆୟୋଗର ଅଧ୍ୟକ୍ଷା ଡକ୍ଟର ମିନତି ବେହେରା ମତପ୍ରକାଶ କରିଛନ୍ତି। ରାଜ୍ୟ ମହିଳା ଆୟୋଗଙ୍କ ପକ୍ଷରୁ ସୁବର୍ଣ୍ଣପୁର ଜିଲା ପ୍ରଶାସନ ସହଯୋଗରେ ସ୍ଥାନୀୟ କୃଷି ବିଜ୍ଞାନ କେନ୍ଦ୍ର ସମ୍ମିଳନୀ କକ୍ଷରେ ଆଇନ ସଚେତନତା କାର୍ଯ୍ୟକ୍ରମ ସୋମବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଆୟୋଗର ଅଧ୍ୟକ୍ଷା ଡ. ବେହେରା ଯୋଗଦେଇ ଗୋଟିଏ ମା ଶିକ୍ଷିତା ହେଲେ, ପରିବାର ଶିକ୍ଷିତା ହୁଏ। ମାଆଟିଏ ପରିବାରକୁ ଶୃଙ୍ଖଳିତ କରି ଗଢେ ବୋଲି କହିଥିଲେ।
ଜିଲା ପରିଷଦ ଅଧ୍ୟକ୍ଷା ଉଷା କୁମାରୀ ସମାଜରେ ମହିଳାମାନଙ୍କର ସୁରକ୍ଷା ଓ ନିରାପତ୍ତା ଏକ ସୁସ୍ଥ ଓ ବିକାଶଶୀଳ ରାଷ୍ଟ୍ରର ପ୍ରତୀକ ବୋଲି ମତପ୍ରକାଶ କରିଥିଲେ। ଜିଲାପାଳ ମୋନିଷା ବାନାର୍ଜି ତାଙ୍କ ବକ୍ତବ୍ୟରେ ଶିକ୍ଷା ସଭ୍ୟତା ଆଗକୁ ବଢିବା ସହିତ ନାରୀମାନେ ବେଶ ଦକ୍ଷତାର ସହିତ ବିଭିନ୍ନ କ୍ଷେତ୍ରରେ ନିଜର ପାରଦର୍ଶିତା ଦେଖାଇ ସାରିଲେଣି ବୋଲି କହିଥିଲେ। ଏସ୍ପି ସୀତାରାମ ଶତପଥୀ କହିଥିଲେ, କୌଣସି ନା କୌଣସି କ୍ଷେତ୍ରରେ ନାରୀ ନିର୍ଯାତନାର ଶିକାର ହେଉଛି। ନାରୀ ଆଇନ ବିଷୟରେ ସଚେତନ ହେବା ସହିତ ଥାନାରେ ଅଭିଯୋଗ କରିବାକୁ ପରାମର୍ଶ ଦେଇଥିଲେ । ଅତିରିକ୍ତ ଜିଲାପାଳ ସୂର୍ଯ୍ୟନାରାୟଣ ଦାଶ ଓ ଆୟୋଗର ସଦସ୍ୟା ଜଲିନା ପ୍ରିୟଦର୍ଶନୀ ମହିଳାମାନଙ୍କର ସଶକ୍ତୀକରଣ, ସୁରକ୍ଷା ଓ ନିରାପତ୍ତା ଉପରେ ଗୁରୁତ୍ୱ ଦେଇଥିଲେ। ଜିଲା ସମାଜ ମଙ୍ଗଳ ଅଧିକାରୀ ଅସ୍ତେରିଆ କେର୍କେଟା ସ୍ବାଗତ ଭାଷଣ କରିଥିଲେ । ବୈଷୟିକ ପର୍ଯ୍ୟାୟରେ ଡାହାଣୀ ସନ୍ଦେହରେ ମହିଳାଙ୍କୁ ନିର୍ଯାତନା, ହିନ୍ଦୁ ବିବାହ ଆଇନ, ସାଇବର ଅପରାଧ, ପାରିବାରିକ ହିଂସା, ଯୌତୁକ ନିର୍ଯାତନା ନିରୋଧ ଆଇନ, କର୍ମ କ୍ଷେତ୍ରରେ ଯୌନ ନିର୍ଯାତନା ଓ ନାରୀ ସମ୍ବନ୍ଧୀୟ ଅଧିକାରର ଉଲ୍ଲଘଂନ ହେଲେ ନ୍ୟାୟ ପ୍ରଦାନ ଓ ଆୟୋଗର କାର୍ଯ୍ୟ ସମ୍ପର୍କରେ ଏକ୍ସନ ଏଡ୍ର ଘାସିରାମ ପଣ୍ଡା, ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ବିଜୟ ବରଓ୍ବା, ଡ. ମିନତି ବେହେରା, ସ୍ନେହାଞ୍ଜଳି ମହାନ୍ତି ଓ ଜଲିନା ପ୍ରିୟଦର୍ଶନୀ ଉପସ୍ଥିତ ମହିଳାମାନଙ୍କୁ ବୁଝାଇଥିଲେ। ଏହି ଅବସରରେ ୧୨ଜଣ କୋଭିଡ୍ ଯୋଦ୍ଧାଙ୍କୁ ସମ୍ମାନିତ କରାଯାଇଥିଲା।
Posted inରାଜ୍ୟ, ସୁବର୍ଣ୍ଣପୁର View All
ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’
ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…
ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…
ଭୁବନେଶ୍ୱର,୨।୪: ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…
ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….
ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…
ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର
ଭୁବନେଶ୍ବର,୨ା୪: ଖୁଵ୍ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…
ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ
ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…
ମଦ ବନ୍ଦ ଦାବିରେ ଅବକାରୀ ଥାନା ଘେରିଲେ ମହିଳା
ପାଟଣା,୨ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣାବ୍ଲକ ବଡ଼ ପାଟଣା ପଞ୍ଚାୟତ ଓ ଟାଙ୍ଗରପଡ଼ା ପଞ୍ଚାୟତ ବିଭିନ୍ନ ଗ୍ରାମର ଶତାଧିକ ମହିଳା କେନ୍ଦୁଝର ଏମ୍ପି ଅନନ୍ତ ନାୟକଙ୍କ ଅବକାରୀ…
ଏପ୍ରିଲ ୨୦ରେ ଐତିହାସିକ ଚନ୍ଦନ ଯାତ୍ରା, ଠାକୁରଙ୍କ ନୌବିହାର ପାଇଁ ଆସିଲା ଡ଼ଙ୍ଗା
ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ କରଣ ସାହି ସ୍ଥିତ ଶ୍ରୀଶ୍ରୀ ମଦନ ମୋହନ ଗୋପାଳ ସ୍ୱାମୀଙ୍କ ପୀଠରେ ଚଳିତ ମାସ ରୁ ଆରମ୍ଭ ହେବ…
ମୁହାଁମୁହିଁ ଧକ୍କା ହୋଇ ଓଲଟିପଡିଲା ଅଟୋ, ଦୁଇ ଯାତ୍ରୀ….
ନନ୍ଦପୁର,୨।୪(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ହାଣ୍ଡିପୁଟ ସଂଯୋଗୀ ଏମଡିଆର ୫୫ ରାସ୍ତାର ହିକିମପୁଟ-ମାରଡା ଛକ ମଧ୍ୟରେ ଗୁରୁବାର ସକାଳେ ଏପି୩୯ ଟିଏମ ୦୦୬୫ ଓ ଓଡ଼ି ୧୦…
Archives

