ସମ୍ମାନ, ସ୍ବୀକୃତି ଅନୁଷ୍ଠାନକୁ ଆଗକୁ ନେଇଥାଏ: ଅଚ୍ୟୁତ

ଭୁବନେଶ୍ୱର,୧୦।୯: ସର୍ବବୃହତ୍‌ ଜନଜାତି ଶିକ୍ଷାନୁଷ୍ଠାନ କିସ୍‌କୁ ବିଶ୍ୱର ସର୍ବଶ୍ରେଷ୍ଠ ଶିକ୍ଷା ସମ୍ମାନ ପ୍ରଦାନ କରାଯାଇଛି। ବିଶେଷକରି ଶିକ୍ଷାକ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ କିସ୍‌କୁ ୟୁନେସ୍କୋ ଅନ୍ତର୍ଜାତୀୟ ଲିଟେରାସି ପୁରସ୍କାର-୨୦୨୨ ଭଳି ଏକ ସମ୍ମାନଜନକ ପୁରସ୍କାର ପ୍ରଦାନ କରାଯାଇଛି। ଜନଜାତି ‘ପିଲାଙ୍କ ମଧ୍ୟରେ ମାତୃଭାଷା ଭିତ୍ତିକ ବହୁଭାଷୀ ଶିକ୍ଷା’ କାର୍ଯ୍ୟକ୍ରମ ପାଇଁ ଏହି ସମ୍ମାନଜନକ ପୁରସ୍କାର କିସ୍‌କୁ ପ୍ରଦାନ କରାଯାଇଛି। ପ୍ରତ୍ୟେକ ବର୍ଷ ଅନ୍ତର୍ଜାତୀୟ ସାକ୍ଷରତା ଦିବସ ଅବସରରେ ୟୁନେସ୍କୋ କିଂ ସେଜଂ ଲିଟେରାସି ପ୍ରାଇଜ୍‌ ନାମରେ ନାମିତ ଏହି ସମ୍ମାନଜନକ ଅନ୍ତର୍ଜାତୀୟ ପୁରସ୍କାର ବିଶ୍ୱର ଶ୍ରେଷ୍ଠ ଶିକ୍ଷାନୁଷ୍ଠାନକୁ ପ୍ରଦାନ କରିଥାଏ। ଏହି ଅନ୍ତର୍ଜାତୀୟ ଶିକ୍ଷା ପୁରସ୍କାର ପାଇବାରେ କିସ୍‌ ବିଶ୍ୱର ପ୍ରଥମ ଜନଜାତି ଅନୁଷ୍ଠାନ ହୋଇଥିବା ବେଳେ ଭାରତର ସମସ୍ତ ଘରୋଇ ଓ ସରକାରୀ ଅନୁଷ୍ଠାନ କ୍ଷେତ୍ରରେ ୫ମ ଅନୁଷ୍ଠାନ ଓ ତୃତୀୟ ଏନ୍‌ଜିଓ ସଂସ୍ଥା ବୋଲି ଶୁକ୍ରବାର ସ୍ଥାନୀୟ ଜୟଦେବ ବିହାରର ଏକ ହୋଟେଲ ପରିସରରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ କିସ୍‌ ଓ କିଟ୍‌ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ସୂଚନା ଦେଇଥିଲେ। ସେହିପରି କିସ୍‌ ହେଉଛି ଭାରତର ଏକମାତ୍ର ଶିକ୍ଷାନୁଷ୍ଠାନ, ଯାହାକି ୨୦୧୩ରେ କିସ୍‌ ମାତୃଭାଷା ଭିତ୍ତିକ ବହୁଭାଷୀ ପ୍ରାଥମିକ ଶ୍ରେଣୀଗୃହ ଶିକ୍ଷାଦାନ ପ୍ରଣାଳୀ ଆରମ୍ଭ କରିଥିଲା। ଏପରିକି ସମ୍ମାନ ଓ ସ୍ବୀକୃତି ଗୋଟିଏ ଅନୁଷ୍ଠାନକୁ ବଳ ଯୋଗାଇବା ସହ ଆଗକୁ ମଧ୍ୟ ନେଇଥାଏ। ପ୍ରଥମ ଶ୍ରେଣୀରେ ନାମ ଲେଖାଉଥିବା ଶିଶୁମାନଙ୍କୁ ସେମାନଙ୍କ କଥିତ ଓ ପ୍ରଚଳିତ ଭାଷାରେ ଶିକ୍ଷାଦାନ କରାଯାଇଥାଏ। ଫଳରେ ସେମାନଙ୍କ ମଧ୍ୟରେ ଶିକ୍ଷା ପ୍ରତି ଆଗ୍ରହ ବୃଦ୍ଧି ପାଇଥାଏ। ପର୍ଯ୍ୟାୟକ୍ରମେ ସେମାନଙ୍କୁ ବହିରେ ଲିଖିତ ଭାଷା ବ୍ୟବହାର ସହ ଅଭ୍ୟସ୍ତ କରାଯାଇଥାଏ। ଧୀରେ ଧୀରେ ସେମାନଙ୍କ ମଧ୍ୟରେ ଶିକ୍ଷା ପ୍ରତି ଆଗ୍ରହ ବଢିଥାଏ ଏବଂ ଅଧାରୁ ପାଠ ପଢୁଥିବା ପିଲାଙ୍କ ସଂଖ୍ୟା କମାଇବାରେ ଏହା ଏକ ଅଭିନବ ଓ ସଫଳ ପ୍ରୟାସ ହୋଇଥାଏ। କିସ୍‌ ପ୍ରତିଷ୍ଠା ହେବା ଦିନଠାରୁ ଦୀର୍ଘ ୩୦ ବର୍ଷ ମଧ୍ୟରେ ଅଚ୍ୟୁତ ସାମନ୍ତଙ୍କ ଏହି ଅନନ୍ୟ ଶିକ୍ଷାଦାନ କୌଶଳ ଆଜି ଏକ ସଫଳ କୌଶଳ ଭାବେ ସମଗ୍ର ବିଶ୍ୱରେ ସ୍ବୀକୃତି ଲାଭ କରିପାରିଛି। କିସ୍‌ ଏହି ସମ୍ମାନଜନକ ପୁରସ୍କାର ପାଇବା ପରେ ସାମନ୍ତ ୟୁନେସ୍କୋକୁ ଧନ୍ୟବାଦ ଜଣାଇଛନ୍ତି। ସେ କହିଛନ୍ତି, ବିଶ୍ୱର ଏହି ଶ୍ରେଷ୍ଠ ଶିକ୍ଷା ସମ୍ମାନ ଆମକୁ ଶିକ୍ଷା ମଧ୍ୟମରେ ଜନଜାତିଙ୍କ ସଶକ୍ତୀକରଣ ସହ ଅଧିକରୁ ଅଧିକ ଜନଜାତି ପିଲାମାନଙ୍କ ମଧ୍ୟରେ ଶିକ୍ଷା ପ୍ରତି ଆଗ୍ରହ ସୃଷ୍ଟି ନିମନ୍ତେ ଆହୁରି ଉତ୍ସାହିତ କରିବ। ସୂଚନାଯୋଗ୍ୟ, କିସ୍‌ ଜରିଆରେ ୭୦ହଜାରରୁ ଊର୍ଦ୍ଧ୍ୱ ଜନଜାତି ଛାତ୍ରୀଛାତ୍ର ଗୁଣାତ୍ମକ ଶିକ୍ଷା ପାଇ ସମାଜର ମୁଖ୍ୟ ସ୍ରୋତରେ ସାମିଲ ହୋଇପାରିଛନ୍ତି। ୨୦୧୫ରେ କିସ୍‌ ୟୁନେସ୍କୋର ସ୍ପେଶିଆଲ୍‌ କନ୍ସଲଟିଭ ଷ୍ଟାଟସ ପାଇବାର ଗୌରବ ଅର୍ଜନ କରିଥିଲା। ଅନ୍ୟମାନଙ୍କ ମଧ୍ୟରେ କିସ୍‌ ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ଦୀପକ କୁମାର ବେହେରା, କିସ୍‌ର ମୁଖ୍ୟ କାର୍ଯ୍ୟ ନିର୍ବାହୀ ଅଧିକାରୀ ଡ. ପ୍ରଶାନ୍ତ କୁମାର ରାଉତରାୟ ଓ କିସ୍‌ର ମହାନିର୍ଦ୍ଦେଶକ କାହ୍ନୁ ଚରଣ ମାହାଲି ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Christmas: ଖ୍ରୀଷ୍ଟମାସ ଅବସରରେ ଚର୍ଚ୍ଚ ଗଲେ ମୋଦି, ପ୍ରାର୍ଥନା ସଭାରେ ଯୋଗଦେଇ….

ନୂଆଦିଲ୍ଲୀ,୨୫।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଖ୍ରୀଷ୍ଟମାସ ଅବସରରେ ଦିଲ୍ଲୀର କ୍ୟାଥେଡ୍ରାଲ୍ ଚର୍ଚ୍ଚ ପରିଦର୍ଶନ କରିଥିଲେ। ସେ ସେଠାରେ ପ୍ରାର୍ଥନା ସେବାରେ ମଧ୍ୟ ଅଂଶଗ୍ରହଣ କରିଥିଲେ।...

ବାବା ଭେଙ୍ଗାଙ୍କ ବଡ଼ ଭବିଷ୍ୟବାଣୀ, ୨୦୨୬ରେ ମାଲାମାଲ୍‌ ହେବେ ଏହି ୫ ରାଶି

ବାବା ଭେଙ୍ଗା ଅନେକ ଭବିଷ୍ୟବାଣୀ କରିଛନ୍ତି। ନୂଆ ବର୍ଷ ଆରମ୍ଭ ହେବା ପୂର୍ୱରୁ, ଆଗାମୀ ବର୍ଷ ବିଷୟରେ ଅନେକ ଭବିଷ୍ୟବାଣୀ ଭାଇରାଲ ହେଉଛି। ବାବା ଭାଙ୍ଗା...

କେମିତି ପାଇବେ ପ୍ରଦୂଷଣ ସାର୍ଟିଫିକେଟ? ଜାଣନ୍ତୁ ଷ୍ଟେପ ବାଏ ଷ୍ଟେପ…

ଜୋରଦାର ହେବ ଟ୍ରାଫିକ ଧରପଗଡ଼ । ଗାଡ଼ିରେ ଯଦି ଆପଣ ସବୁଜ ଷ୍ଟିକର ଲଗାଇ ନ ଥିବେ, ତେବେ ମୋଟା ଅଙ୍କର ଫାଇନ ଦେବାକୁ ପଡ଼ିବ...

୬ଦିନରେ ସାରି ଦିଅନ୍ତୁ ଏହି ଜରୁରୀ କାମ, ନ ହେଲେ କଟିଯିବ…

ନୂଆଦିଲ୍ଲୀ,୨୫।୧୨: ବର୍ଷ ଶେଷ ହେବାକୁ ଆଉ ମାତ୍ର ଛଅ ଦିନ ବାକି ଥିବାରୁ, ଏକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମାପ୍ତ କରିବାର ଶେଷ ତାରିଖ ପାଖେଇ ଆସୁଛି।...

ବାଂଲାଦେଶ ପହଞ୍ଚିଲେ ତାରିକ ରହମାନ, ୟୁନୁସଙ୍କୁ ଲାଗିଲା ବଡ଼ ଝଟକା

ଢାକା,୨୫।୧୨: ଭାରତର ପଡ଼ୋଶୀ ଦେଶ ବାଂଲାଦେଶରେ ଚାଲିଥିବା ଅଶାନ୍ତି ମଧ୍ୟରେ, ଅନ୍ତରୀଣ ସରକାରକୁ ଏକ ବଡ଼ ଝଟକା ଲାଗିଛି। ଅନ୍ତରୀଣ ସରକାରଙ୍କ ମୁଖ୍ୟ ପରାମର୍ଶଦାତା ମହମ୍ମଦ...

କରଡା ଘାଟିରେ ଗାର୍ଡ ୱାଲ ନାହିଁ, କାମରେ ବିଳମ୍ବ କରୁଛି ଠିକା ସଂସ୍ଥା

ରାଇକିଆ,୨୫।୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକର ଚାରୋଟି ପ୍ରମୁଖ ପଞ୍ଚାୟତ କରଡ଼ା, ଇନ୍ଦ୍ରଗଡ଼, ବଡ଼ ବରବା ଏବଂ ରଣବା ରହିଛି ଘାଟି ତଳ...

କାର୍‌ ନା ବାଇକ୍‌, କେଉଁ ଗାଡିର ଅଧିକ ଚାଲାଣ କାଟେ ଟ୍ରାଫିକ୍‌ ପୋଲିସ?

ନୂଆଦିଲ୍ଲୀ,୨୫।୧୨: ଦିଲ୍ଲୀର ଟ୍ରାଫିକ ପୋଲିସ ପ୍ରଦୂଷଣ ନିୟନ୍ତ୍ରଣ ନିୟମ ପ୍ରତି କ୍ରମଶଃ କଠୋର ହେବାରେ ଲାଗିଛି। ଏହା ସତ୍ତ୍ୱେ, ବହୁ ସଂଖ୍ୟକ ଡ୍ରାଇଭର PUCCକୁ ହାଲୁକା...

ପ୍ରାଥମିକ ସ୍ତରରେ ମାତାପିତାଙ୍କ ଶିକ୍ଷା ପିଲାଙ୍କ ପାଇଁ ଭବିଷ୍ୟତରେ ଉଜ୍ବଳମୟ ହୋଇଥାଏ

କେସିଙ୍ଗା,୨୫।୧୨,( ତୁମେଶ୍ୱର ସାହୁ): ପିଲାଙ୍କ ଜନ୍ମ ଦିନରୁ ମାତାପିତାଙ୍କର ଯେଉଁ ଭଳି ଯତ୍ନ ଓ ଶିକ୍ଷା ମିଳି ଥାଏ, ତଦନୁଯାୟୀ ପିଲା ଭବିଷ୍ୟତରେ ଏକ ସୁନାଗରିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri