ସମ୍ମାନ, ସ୍ବୀକୃତି ଅନୁଷ୍ଠାନକୁ ଆଗକୁ ନେଇଥାଏ: ଅଚ୍ୟୁତ

ଭୁବନେଶ୍ୱର,୧୦।୯: ସର୍ବବୃହତ୍‌ ଜନଜାତି ଶିକ୍ଷାନୁଷ୍ଠାନ କିସ୍‌କୁ ବିଶ୍ୱର ସର୍ବଶ୍ରେଷ୍ଠ ଶିକ୍ଷା ସମ୍ମାନ ପ୍ରଦାନ କରାଯାଇଛି। ବିଶେଷକରି ଶିକ୍ଷାକ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ କିସ୍‌କୁ ୟୁନେସ୍କୋ ଅନ୍ତର୍ଜାତୀୟ ଲିଟେରାସି ପୁରସ୍କାର-୨୦୨୨ ଭଳି ଏକ ସମ୍ମାନଜନକ ପୁରସ୍କାର ପ୍ରଦାନ କରାଯାଇଛି। ଜନଜାତି ‘ପିଲାଙ୍କ ମଧ୍ୟରେ ମାତୃଭାଷା ଭିତ୍ତିକ ବହୁଭାଷୀ ଶିକ୍ଷା’ କାର୍ଯ୍ୟକ୍ରମ ପାଇଁ ଏହି ସମ୍ମାନଜନକ ପୁରସ୍କାର କିସ୍‌କୁ ପ୍ରଦାନ କରାଯାଇଛି। ପ୍ରତ୍ୟେକ ବର୍ଷ ଅନ୍ତର୍ଜାତୀୟ ସାକ୍ଷରତା ଦିବସ ଅବସରରେ ୟୁନେସ୍କୋ କିଂ ସେଜଂ ଲିଟେରାସି ପ୍ରାଇଜ୍‌ ନାମରେ ନାମିତ ଏହି ସମ୍ମାନଜନକ ଅନ୍ତର୍ଜାତୀୟ ପୁରସ୍କାର ବିଶ୍ୱର ଶ୍ରେଷ୍ଠ ଶିକ୍ଷାନୁଷ୍ଠାନକୁ ପ୍ରଦାନ କରିଥାଏ। ଏହି ଅନ୍ତର୍ଜାତୀୟ ଶିକ୍ଷା ପୁରସ୍କାର ପାଇବାରେ କିସ୍‌ ବିଶ୍ୱର ପ୍ରଥମ ଜନଜାତି ଅନୁଷ୍ଠାନ ହୋଇଥିବା ବେଳେ ଭାରତର ସମସ୍ତ ଘରୋଇ ଓ ସରକାରୀ ଅନୁଷ୍ଠାନ କ୍ଷେତ୍ରରେ ୫ମ ଅନୁଷ୍ଠାନ ଓ ତୃତୀୟ ଏନ୍‌ଜିଓ ସଂସ୍ଥା ବୋଲି ଶୁକ୍ରବାର ସ୍ଥାନୀୟ ଜୟଦେବ ବିହାରର ଏକ ହୋଟେଲ ପରିସରରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ କିସ୍‌ ଓ କିଟ୍‌ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ସୂଚନା ଦେଇଥିଲେ। ସେହିପରି କିସ୍‌ ହେଉଛି ଭାରତର ଏକମାତ୍ର ଶିକ୍ଷାନୁଷ୍ଠାନ, ଯାହାକି ୨୦୧୩ରେ କିସ୍‌ ମାତୃଭାଷା ଭିତ୍ତିକ ବହୁଭାଷୀ ପ୍ରାଥମିକ ଶ୍ରେଣୀଗୃହ ଶିକ୍ଷାଦାନ ପ୍ରଣାଳୀ ଆରମ୍ଭ କରିଥିଲା। ଏପରିକି ସମ୍ମାନ ଓ ସ୍ବୀକୃତି ଗୋଟିଏ ଅନୁଷ୍ଠାନକୁ ବଳ ଯୋଗାଇବା ସହ ଆଗକୁ ମଧ୍ୟ ନେଇଥାଏ। ପ୍ରଥମ ଶ୍ରେଣୀରେ ନାମ ଲେଖାଉଥିବା ଶିଶୁମାନଙ୍କୁ ସେମାନଙ୍କ କଥିତ ଓ ପ୍ରଚଳିତ ଭାଷାରେ ଶିକ୍ଷାଦାନ କରାଯାଇଥାଏ। ଫଳରେ ସେମାନଙ୍କ ମଧ୍ୟରେ ଶିକ୍ଷା ପ୍ରତି ଆଗ୍ରହ ବୃଦ୍ଧି ପାଇଥାଏ। ପର୍ଯ୍ୟାୟକ୍ରମେ ସେମାନଙ୍କୁ ବହିରେ ଲିଖିତ ଭାଷା ବ୍ୟବହାର ସହ ଅଭ୍ୟସ୍ତ କରାଯାଇଥାଏ। ଧୀରେ ଧୀରେ ସେମାନଙ୍କ ମଧ୍ୟରେ ଶିକ୍ଷା ପ୍ରତି ଆଗ୍ରହ ବଢିଥାଏ ଏବଂ ଅଧାରୁ ପାଠ ପଢୁଥିବା ପିଲାଙ୍କ ସଂଖ୍ୟା କମାଇବାରେ ଏହା ଏକ ଅଭିନବ ଓ ସଫଳ ପ୍ରୟାସ ହୋଇଥାଏ। କିସ୍‌ ପ୍ରତିଷ୍ଠା ହେବା ଦିନଠାରୁ ଦୀର୍ଘ ୩୦ ବର୍ଷ ମଧ୍ୟରେ ଅଚ୍ୟୁତ ସାମନ୍ତଙ୍କ ଏହି ଅନନ୍ୟ ଶିକ୍ଷାଦାନ କୌଶଳ ଆଜି ଏକ ସଫଳ କୌଶଳ ଭାବେ ସମଗ୍ର ବିଶ୍ୱରେ ସ୍ବୀକୃତି ଲାଭ କରିପାରିଛି। କିସ୍‌ ଏହି ସମ୍ମାନଜନକ ପୁରସ୍କାର ପାଇବା ପରେ ସାମନ୍ତ ୟୁନେସ୍କୋକୁ ଧନ୍ୟବାଦ ଜଣାଇଛନ୍ତି। ସେ କହିଛନ୍ତି, ବିଶ୍ୱର ଏହି ଶ୍ରେଷ୍ଠ ଶିକ୍ଷା ସମ୍ମାନ ଆମକୁ ଶିକ୍ଷା ମଧ୍ୟମରେ ଜନଜାତିଙ୍କ ସଶକ୍ତୀକରଣ ସହ ଅଧିକରୁ ଅଧିକ ଜନଜାତି ପିଲାମାନଙ୍କ ମଧ୍ୟରେ ଶିକ୍ଷା ପ୍ରତି ଆଗ୍ରହ ସୃଷ୍ଟି ନିମନ୍ତେ ଆହୁରି ଉତ୍ସାହିତ କରିବ। ସୂଚନାଯୋଗ୍ୟ, କିସ୍‌ ଜରିଆରେ ୭୦ହଜାରରୁ ଊର୍ଦ୍ଧ୍ୱ ଜନଜାତି ଛାତ୍ରୀଛାତ୍ର ଗୁଣାତ୍ମକ ଶିକ୍ଷା ପାଇ ସମାଜର ମୁଖ୍ୟ ସ୍ରୋତରେ ସାମିଲ ହୋଇପାରିଛନ୍ତି। ୨୦୧୫ରେ କିସ୍‌ ୟୁନେସ୍କୋର ସ୍ପେଶିଆଲ୍‌ କନ୍ସଲଟିଭ ଷ୍ଟାଟସ ପାଇବାର ଗୌରବ ଅର୍ଜନ କରିଥିଲା। ଅନ୍ୟମାନଙ୍କ ମଧ୍ୟରେ କିସ୍‌ ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ଦୀପକ କୁମାର ବେହେରା, କିସ୍‌ର ମୁଖ୍ୟ କାର୍ଯ୍ୟ ନିର୍ବାହୀ ଅଧିକାରୀ ଡ. ପ୍ରଶାନ୍ତ କୁମାର ରାଉତରାୟ ଓ କିସ୍‌ର ମହାନିର୍ଦ୍ଦେଶକ କାହ୍ନୁ ଚରଣ ମାହାଲି ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଙ୍ଗନୱାଡ଼ି ସୁପରଭାଇଜରଙ୍କ ବଦଳି ଦାବିରେ ଧାରଣା: ପ୍ରଶାସନର ଏଭଳି ପ୍ରତିଶ୍ରୁତି ପରେ ହଟିଲା…

ଦେବଗଡ଼, ୩୦।୩ (ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବ୍ଲକ ଅଙ୍ଗନୱାଡ଼ି ସୁପରଭାଇଜରଙ୍କ ବଦଳି ଦାବିରେ ଅଙ୍ଗନୱାଡି କର୍ମୀ ବ୍ଲକ ସମ୍ମୁଖରେ ଦେଉଥିବା ଧାରଣାସ୍ଥଳରେ ସୋମବାର…

୧୫ କିଲୋ ଗଞ୍ଜେଇ ସହ ଯୁବକଙ୍କୁ ବାନ୍ଧିଲା ପୋଲିସ

ନନ୍ଦପୁର,୩୦।୩( ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଅବକାରୀ ଦଳ ସୋମବାର ଜଣେ ଯୁବକଙ୍କୁ ୧୫ କିଲୋ ୨୦୦ ଗ୍ରାମ ଗଞ୍ଜେଇ ସହ ଗିରଫ କରିଛି। ନନ୍ଦପୁର ଅଞ୍ଚଳରୁ…

ହଠାତ୍‌ ଭାରସାମ୍ୟ ହରାଇ ଷ୍ଟ୍ରିଟଲାଇଟ ଖୁଣ୍ଟକୁ ଧକ୍କା ଦେଲା କାର୍‌: ଘଟଣାସ୍ଥଳରେ…

ଦେବଗଡ,୩୦ା୩(ଶଶାଙ୍କ ଶେଖର ଝାଙ୍କର): ସୋମବାର ଅପରାହ୍ନରେ ଦେବଗଡ ପୌରାଞ୍ଚଳ ମୋହିନୀପୁର ଛକ ନିକଟସ୍ଥ ୫୩ ନମ୍ବର ଜାତୀୟ ରାଜପଥରେ ଏକ କାର୍‌ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଜଣାପଡିଛି ।…

ଅପସାରିତ ପୌରାଧ୍ୟକ୍ଷାଙ୍କୁ ପୁନଃ ଅବସ୍ଥାପିତ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ, ତୁରନ୍ତ…

ଦେବଗଡ,୩୦ା୩(ଶଶାଙ୍କ ଶେଖର ଝାଙ୍କର): ୨୦୨୫ ଜାନୁଆରୀ ୨୮ ତାରିଖରେ ରାଜ୍ୟ ସରକାରଙ୍କ ଦ୍ୱାରା ଗାଦିଚ୍ୟୁତ ହୋଇଥିବା ଦେବଗଡ ପୌର ପରିଷଦ ଅଧ୍ୟକ୍ଷା ଶାନ୍ତି ମଞ୍ଜରୀ ଦେଈଙ୍କୁ ଏହି…

ବିଜୁ ପଟ୍ଟନାୟକଙ୍କ ଉପରେ ଅସମ୍ମାନଜନକ ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବୈଜୟନ୍ତ ପଣ୍ଡା: କହୁ କହୁ କହିଦେଲେ…

ଭୁବନେଶ୍ୱର,୩୦।୩: ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କୁ ଉପରେ ଦେଇଥିବା ମନ୍ତବ୍ୟକୁ ନେଇ ରାଜନୀତି ଜୋର ଧରିଛି। ବିଜୁ ବାବୁଙ୍କ ପ୍ରତି ମନ୍ତବ୍ୟ ନେଇ…

ଅନ୍ତର୍ଜାତୀୟ ବଡ଼ି ଲିଫ୍ଟ ପ୍ରତିଯୋଗିତାରେ ଦିଗପହଣ୍ଡିର ଶଙ୍କର ପୁରସ୍କୃତ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୩ ନଂ ୱାର୍ଡ ନୂଆସାହିରେ ରହୁଥିବା ନନ୍ଦୁ ଓରଫ ଶଙ୍କର ବେହେରା ଅନ୍ତର୍ଜାତୀୟ ବଡି ଲିଫ୍ଟ ପ୍ରତିଯୋଗିତାରେ…

ନାବାଳିକାଙ୍କୁ ଅପହରଣ କରିନେଇଥିଲେ ଶୁଭମ, ବଳାତ୍କାର ପରେ…

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ପାଟପୁର ପୋଲିସ…

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଚାଷୀ ଶୁଣିଲେ ହୋଇଯିବେ ଖୁସି

ନୂଆଦିଲ୍ଲୀ,୩୦।୩: ଦେଶରେ ଆଗାମୀ ଖରିଫ ଋତୁକୁ ନେଇ ଚାଷୀମାନେ କିଛି ଆଶ୍ୱସ୍ତି ପାଇଛନ୍ତି। କେନ୍ଦ୍ର ସରକାର ସ୍ପଷ୍ଟ କରିଛନ୍ତି ଯେ ଦେଶରେ ପ୍ରଚୁର ପରିମାଣରେ ସାର ଗଚ୍ଛିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri