Posted inଜାତୀୟ

ସାର୍ବଭୌମତ୍ୱକୁ ସମ୍ମାନ ଦିଅ

ନୂଆଦିଲ୍ଲୀ, ୧୧।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ସାଙ୍ଘାଇ ସହଯୋଗ ସଂଗଠନ (ଏସ୍‌ସିଓ) ସମିଟ୍‌ରେ ଉଦ୍‌ବୋଧନ ଦେବା ଅବସରରେ ଦେଶଗୁଡ଼ିକ ପରସ୍ପରର ସାର୍ବଭୌମତ୍ୱ ଏବଂ ଆଞ୍ଚଳିକ ସଂହତିକୁ ସମ୍ମାନ ଦେବା ଉପରେ ଗୁରୁତ୍ୱାରୋପ କରିଛନ୍ତି। ଏସ୍‌ସିଓ ଦେଶଗୁଡ଼ିକ ସହ ଭାରତର ଦୃଢ଼ ସାଂସ୍କୃତିକ ଓ ଐତିହାସିକ ସମ୍ପର୍କ ରହିଛି। ସମ୍ପର୍କ ବଢ଼ାଇବା ବେଳେ ପରସ୍ପରର ସାର୍ବଭୌମତ୍ୱ ଓ ସଂହତିକୁ ସମ୍ମାନ ଦେବା ମୌଳିକ ନୀତି। ତେବେ ଏସ୍‌ସିଓ ଏଜେଣ୍ଡାକୁ ରୋକିବା ଲାଗି ଉଦ୍ୟମ ହେଉଛି। ଦ୍ୱିପାକ୍ଷିକ ପ୍ରସଙ୍ଗଗୁଡ଼ିକୁ ଅଯଥା ଏସ୍‌ସିଓ କାର୍ଯ୍ୟସୂଚୀରେ ସ୍ଥାନ ଦେବା ପାଇଁ ବାରମ୍ବାର ଉଦ୍ୟମ ହେବା ଦୁର୍ଭାଗ୍ୟଜନକ ବୋଲି ଭର୍ଚୁଆଲ ଉଦ୍‌ବୋଧନ ଦେଇ ପ୍ରଧାନମନ୍ତ୍ରୀ କହିଥିଲେ। ଏଭଳି ଉଦ୍ୟମ ଏସ୍‌ସିଓର ବିଶେଷାଧିକାର ଏବଂ ସାଙ୍ଘାଇ ବିଚାରଧାରାର ଉଲ୍ଲଂଘନ କରୁଛି।
ଭାରତ ଓ ଚାଇନା ମଧ୍ୟରେ ସୀମା ବିବାଦ ଲାଗିରହିଥିବାବେଳେ ମଙ୍ଗଳବାର ଏସ୍‌ସିଓ ରାଷ୍ଟ୍ରମୁଖ୍ୟ ପରିଷଦର ୨୦ତମ ସମିଟ୍‌ ଅନୁଷ୍ଠିତ ହୋଇଛି। ୬ ମାସରୁ ଊର୍ଦ୍ଧ୍ୱ ସମୟ ଧରି ପୂର୍ବ ଲଦାଖରେ ଉତ୍ତେଜନା ଲାଗି ରହିଥିବାବେଳେ ପ୍ରଥମ ଥର ଲାଗି ପ୍ରଧାନମନ୍ତ୍ରୀ ମୋଦି ଓ ଚାଇନା ରାଷ୍ଟ୍ରପତି ଶି ଜିନ୍‌ପିଙ୍ଗ ଏହି ଭିଡିଓ କନ୍‌ଫରେନ୍ସିଂ ବୈଠକରେ ମୁହାଁମୁହିଁ ହୋଇଥିଲେ। କରୋନା କାରଣରୁ ପ୍ରଥମ ଥର ପାଇଁ ବୈଠକ ଭର୍ଚୁଆଲି କରାଯାଇଛି। ଭାରତ ଶାନ୍ତି, ନିରାପତ୍ତା ଓ ସମୃଦ୍ଧି ଉପରେ ଦୃଢ଼ ବିଶ୍ୱାସ କରେ। ଏହା ଆତଙ୍କବାଦ ଓ ନିଶା ଚୋରା କାରବାରକୁ ଦୃଢ଼ ବିରୋଧ କରିଆସିଛି ବୋଲି ଏହି ଅବସରରେ ପ୍ରଧାନମନ୍ତ୍ରୀ କହିଥିଲେ। ସମସ୍ତ ଅଂଶୀଦାରଙ୍କ ଆଶାଆକାଂକ୍ଷା, ସମସାମୟିକ ଚ୍ୟାଲେଞ୍ଜ ଏବଂ ମାନବୀୟ କଲ୍ୟାଣ ସମ୍ପର୍କରେ ଦେଶଗୁଡ଼ିକ ଆଲୋଚନା କରିବାକୁ ପ୍ରଧାନମନ୍ତ୍ରୀ ପ୍ରସ୍ତାବ ଦେବା ସହ ଏସ୍‌ସିଓ ସଦସ୍ୟ ରାଷ୍ଟ୍ରଗୁଡ଼ିକର ପୂର୍ଣ୍ଣ ସମର୍ଥନ ଆଶା କରିଥିଲେ। ଭର୍ଚୁଆଲ ମିଟିଂରେ ଏସ୍‌ସିଓର ୮ ସଦସ୍ୟ ରାଷ୍ଟ୍ର ରୁଷିଆ, ଚାଇନା, ଭାରତ, ପାକିସ୍ତାନ, କାଜାଖ୍‌ସ୍ତାନ, କିର୍‌ଗିଜସ୍ତାନ, ତାଜିକିସ୍ତାନ ଏବଂ ଉଜ୍‌ବେକିସ୍ତାନ ଅଂଶଗ୍ରହଣ କରିଛନ୍ତି। ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର୍‌ ପୁଟିନ ଏଥିରେ ଅଧ୍ୟକ୍ଷତା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଉ ଏକ ପ୍ରାର୍ଥୀ ତାଲିକା ଜାରି କଲା କଂଗ୍ରେସ

ଚଣ୍ଡିଗଡ଼,୨୫।୪: ହରିୟାଣାର ୮ଟି ଲୋକ ସଭା ଆସନ ପାଇଁ କଂଗ୍ରେସ ପ୍ରାର୍ଥୀ ଘୋଷଣା କରିଛି। କୁମାରୀ ଶୈଳଜାଙ୍କୁ ସିରସା, ରୋହତକରୁ ଦିପେନ୍ଦ୍ର ସିଂ ହୁଡା, ଅମ୍ବାଲାରୁ...

କେଜରିଓ୍ବାଲ ଜେଲରୁ ନ ଆସିବା ପର୍ଯ୍ୟନ୍ତ ହେବ ନାହିଁ ମେୟର ନିର୍ବାଚନ? ଏଲଜି ଦେଲେ ଏହି ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୫।୪: ଅନୁମାନ କରାଯାଉଛି ଯେ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଜେଲରୁ ବାହାରିବା ପର୍ଯ୍ୟନ୍ତ ଏମସିଡି ମେୟର ଏବଂ ଡେପୁଟି ମେୟରଙ୍କ ପାଇଁ ନିର୍ବାଚନ ହୋଇ...

ସ୍ଥଗିତ ରହିଲା ଏମସିଡି ମେୟର, ଡେପୁଟି ମେୟର ନିର୍ବାଚନ

ନୂଆଦିଲ୍ଲୀ,୨୫।୪: ଏପ୍ରିଲ ୨୬ରେ ଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା ମ୍ୟୁନିସିପାଲିଟି କର୍ପୋରେସନ ମେୟର ଏବଂ ଡେପୁଟି ମେୟରଙ୍କ ପାଇଁ ନିର୍ବାଚନ ସ୍ଥଗିତ ରଖାଯାଇଛି। ଏହାର କାରଣ...

ଦ୍ୱିତୀୟ ପର୍ଯ୍ୟାୟ ମତଦାନ ପ୍ରସ୍ତୁତି ଶେଷ: ରାହୁଲ, ଓମ୍‌ ବିର୍ଲା, ହେମା ମାଳିନୀଙ୍କ ହେବ ଭାଗ୍ୟ ପରୀକ୍ଷା

ନୂଆଦିଲ୍ଲୀ,୨୫ା୪: ଶୁକ୍ରବାର ଦ୍ୱିତୀୟ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ। ୧୩ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ୮୮ ଆସନରେ ମତଦାନ ହେବ। ଏହି ପର୍ଯ୍ୟାୟରେ କଂଗ୍ରେସ...

ଅଣ୍ଡା, ଚିକେନ ଖାଉଥିବା ଲୋକେ ହୁଅନ୍ତୁ ସାବଧାନ

ନୂଆଦିଲ୍ଲୀ,୨୫।୪: ଝାଡ଼ଖଣ୍ଡର ରାଜଧାନୀ ରାଞ୍ଚିରେ ବାର୍ଡଫ୍ଲୁ ରୋଗ ସଂକ୍ରମଣ ହୋଇଥିବା ଜଣାପଡିଛି। ସେଠାରେ ଅନେକ ନମୁନା ପରୀକ୍ଷା କରାଯାଇଥିଲା ଯେଉଁଥିରେ ଏଭିୟନ ଇନଫ୍ଲୁଏନଞ୍ଜା H5N1 ଚିହ୍ନଟ...

ନିର୍ବାଚନ ଲଢିବେ କଳ୍ପନା

ରାଞ୍ଚି,୨୫।୪: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ସ୍ତ୍ରୀ କଳ୍ପନା ସୋରେନ ନିର୍ବାଚନ ମଇଦାନରେ ପ୍ରବେଶ କରିଛନ୍ତି। ଗାଂଡେୟ ବିଧାନସଭା ଆସନରୁ ଉପ-ନିର୍ବାଚନରେ ଝାଡ଼ଖଣ୍ଡ ମୁକ୍ତି...

୧୧ ବର୍ଷ ହେବ ଜେଲରେ ବନ୍ଦୀଥିବା ଝିଅକୁ ଭେଟିବାକୁ ଭାରତରୁ ୟେମେନ ପହଞ୍ଚିଲେ ମା’, ହତ୍ୟା ମାମଲାରେ ମିଳିଛି ମୃତ୍ୟୁଦଣ୍ଡ

ନୂଆଦିଲ୍ଲୀ/ସନା,୨୫।୪: ଦୀର୍ଘ ୧୧ ବର୍ଷ ଧରି ୟେମେନ ଜେଲରେ ବନ୍ଦୀ ଥିବା ଝିଅକୁ ଭେଟିବା ପାଇଁ ତାଙ୍କ ମା’ ଭାରତରୁ ୟେମେନ ଆସିଥିଲେ। ଦୁହେଁ ପରସ୍ପରକୁ...

ଆଉ ଏକ ପ୍ରାର୍ଥୀ ତାଲିକା ଜାରି କଲା ବିଏସପି, ରାଏବରେଲିରୁ ଲଢିବେ…

ଲକ୍ଷ୍ନୌ,୨୫।୪: ଉତ୍ତରପ୍ରଦେଶରେ ହେବାକୁ ଥିବା ଲୋକ ସଭା ନିର୍ବାଚନ ପାଇଁ ବହୁଜନ ସମାଜ ପାର୍ଟି (ବିଏସପି) ଗୁରୁବାର ଆଉ ଏକ ପ୍ରାର୍ଥୀ ତାଲିକା ଜାରି କରିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri