Posted inଖେଳ

ଇତିହାସ ରଚିଲେ ଗେଲ୍‌: ପ୍ରଥମ ବ୍ୟାଟ୍ସମ୍ୟାନ୍‌ ଭାବେ ଟି-୨୦ରେ କଲେ ବିଶ୍ୱରେକର୍ଡ

ସେଣ୍ଟ ଲୁସିଆ,୧୩।୭: ୱେଷ୍ଟଇଣ୍ଡିଜ୍‌ର ବିସ୍ଫୋରକ ବ୍ୟାଟ୍ସମ୍ୟାନ କ୍ରିସ ଗେଲ ଅଷ୍ଟ୍ରେଲିଆ ବିପକ୍ଷ ତୃତୀୟ ଟି -୨୦ ମ୍ୟାଚରେ ଇତିହାସ ସୃଷ୍ଟି କରିଛନ୍ତି। ସେ ଅଷ୍ଟ୍ରେଲୀୟ ବୋଲରମାନଙ୍କୁ ପ୍ରହାର କରିଥିଲେ। ମ୍ୟାଚ୍‌ର ୯ମ ଓଭରରେ ୟୁନିଭର୍ସ ବସ କୁହାଯାଉଥିବା ଗେଲ୍‌ ଆଦାମ ଜାମ୍ପାଙ୍କ ବଲରୁ ଏକ ଛକା ମାରିଥିଲେ ଏବଂ ଏହି ବଡ ସଟ ଦ୍ୱାରା ସେ ତାଙ୍କର ଟି -୨୦ ୧୪ ହଜାର ରନ ସମାପ୍ତ କରିଥିଲେ। ସେ ଏହା କରିବାରେ ଦୁନିଆର ପ୍ରଥମ ବ୍ୟାଟ୍ସମ୍ୟାନ ହୋଇଛନ୍ତି। ସେ ଏହି ମ୍ୟାଚର ଦ୍ୱିତୀୟ ଓଭରରେ ଜୋଶ ହେଜଲଉଡଙ୍କ ରର ଶେଷ ଚାରିଟି ବଲରେ ସେ ୧୮ ରନ ଯୋଡିଥିଲେ। ଗେଲ ଶେଷ ଚାରିଟି ବଲକୁ ୬,୪, ୪,୪ ମାରିଥିଲେ। କ୍ରିସ ଗେଲ ଆଦାମ ଜାମ୍ପାଙ୍କ ଓଭରରେ କ୍ରମାଗତ ତିନିଟି ଛକା ମାରି ୩୩ ବଲରେ ନିଜର ଅର୍ଦ୍ଧଶତକ ପୂରଣ କରିଥିଲେ। ୨୦୧୬ ପରଠାରୁ ଅନ୍ତର୍ଜାତୀୟ ଟି -୨୦ କ୍ରିକେଟରେ ଏହା ତାଙ୍କର ପ୍ରଥମ ଅର୍ଦ୍ଧଶତକ। ସେ ୪୩୦ ଟି -୨୦ ମ୍ୟାଚରେ ମୋଟ ୧୪ ହଜାର ୩୮ ରନ କରିଛନ୍ତି। ଏହି ସମୟ ମଧ୍ୟରେ ସେ ୨୨ ଶତକ ଏବଂ ୮୭ ଅର୍ଦ୍ଧଶତକ ହାସଲ କରିଥିଲେ। ତାଙ୍କର ଶ୍ରେଷ୍ଠ ଟି -୨୦ସ୍କୋର ୧୭୫, ଯାହା ସେ ୨୦୧୩ରେ ପୁଣେ ୱାରିୟର୍ସ ବିପକ୍ଷରେ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏମ୍‌ପିଙ୍କ ଦାରିଙ୍ଗବାଡି ଗସ୍ତ: ବିଭିନ୍ନ ସମସ୍ୟା ଜଣାଇଲେ ଲୋକେ, ପ୍ରତିଶ୍ରୁତି ଦେଇ ଏମ୍‌ପି କହିଲେ…

ଦାରିଙ୍ଗବାଡି, ୧୬।୭ (ଅରୁଣ ସାହୁ):କନ୍ଧମାଳ ଏମପି ସୁକାନ୍ତ କୁମାର ପାଣିଗ୍ରାହୀ ୨ ଦିନିଆ ଦାରିଙ୍ଗବାଡି ଗସ୍ତରେ ଆସିଛନ୍ତି। ସେ ବୁଧବାର ପୂର୍ବାହ୍ନରେ ଦାରିଙ୍ଗବାଡି ପହଞ୍ଚିଥିଲେ। ତାଙ୍କୁ ବ୍ଲକ…

‘କିଡନୀ ଦିଅ ନଚେତ୍‌ ମୃତ୍ୟୁ ଦିଅ’ ରାଷ୍ଟ୍ରପତିଙ୍କୁ ଚିଠି ଲେଖି ଗୁହାରୀ କଲେ ୫ ମହିଳା, ଜାଣନ୍ତୁ କାହିଁକି…

କୋଟା,୧୬।୭: ରାଜସ୍ଥାନର କୋଟାରୁ ଏକ ଅତ୍ୟନ୍ତ ଆବେଗପୂର୍ଣ୍ଣ ଏବଂ ଗମ୍ଭୀର ମାମଲା ସାମ୍ନାକୁ ଆସିଛି । କିଡନୀର ଗମ୍ଭୀର ରୋଗରେ ପୀଡ଼ିତ ହୋଇ ଡାକ୍ତରଖାନାରେ ଜୀବନ ସହ…

ଇଣ୍ଟରଭ୍ୟୁ ଦେବାକୁ ଆସି ଟଳିପଡିଲେ ଯୁବକ, ଡାକ୍ତରଖାନାରେ ମୃତ ଘୋଷଣା କଲେ ଡାକ୍ତର

ରେଙ୍ଗାଲି, ୧୬।୭ (ଦେବବ୍ରତ ପଣ୍ଡା): ଚାକିରି ପାଇଁ ଇଣ୍ଟରଭ୍ୟୁ ଦେବାକୁ ଆସିଥିବା ଜଣେ ଯୁବକଙ୍କର କମ୍ପାନୀ ପରିସରରେ ହିଁ ଅକାଳ ବିୟୋଗ ଘଟିଛି। ମୃତ ଯୁବକ ଜଣକ…

୧୬ ଜୁଲାଇରୁ ୫ ରାଶିଙ୍କ ଖୋଲିବ ଭାଗ୍ୟ; ଚାକିରିରେ ବଡ଼ ପ୍ରମୋସନ୍ ହେବା ସହ ସାଲାରି ହେବ ଡବଲ୍!

୧୬ ଜୁଲାଇ, ୨୦୨୬ ହେଉଛି ଆଷାଢ଼ ମାସ ଶୁକ୍ଳ ପକ୍ଷ ଦ୍ୱିତୀୟା ତିଥି ଏବଂ ଗୁରୁବାର। ଏହି ତିଥି ଅତ୍ୟନ୍ତ ବିଶେଷ, କାରଣ ଏହି ଦିନ ଭଗବାନ…

୩୬ ଘଣ୍ଟିଆ ଉପବାସ ଭଙ୍ଗକଲେ ଜିଲା କଂଗ୍ରେସ ସଭାପତି: ଏହି ଦାବି ନେଇ…

ଦେବଗଡ଼,୧୬ା୭ (ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ସହର ମଧ୍ୟସ୍ଥଳରେ ଥିବା ଡାକ୍ତରଖାନା(ପୁରୁଣା ଜିଲା ମୁଖ୍ୟ ଚିକିତ୍ସାଳୟ)କୁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ମାନ୍ୟତା ପ୍ରଦାନ ସମେତ ୧୦ ଦଫା ଦାବିରେ…

ଭାଜପାରେ ମିଶିଲେ ଶତାଧିକ ମହିଳା, ଯୁବକ

ଝାରସୁଗୁଡ଼ା, ୧୬ା୭(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ବିଟିଏମ୍‌ସ୍ଥିତ ଭାଜପା କାର୍ଯ୍ୟାଳୟରେ ମିଶ୍ରଣ ପର୍ବ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଝାରସୁଗୁଡ଼ା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଲଇକେରା ଏବଂ ନିକ୍ତିମାଲ…

ଅନୁମତି ଆବାସିକ, ଚାଲିଛି ବେପାର

ଭୁବନେଶ୍ୱର,୧୬ା୭(ରବିନାରାୟଣ ଜେନା): ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଆଧୁନିକ ସହର ସ୍ବପ୍ନ ଦେଖୁଛି। ରାଜଧାନୀବାସୀଙ୍କୁ ଉନ୍ନତ ଜୀବନଶୈଳୀ ଯୋଗାଇଦେବ ବୋଲି ବିଏମ୍‌ସି ପକ୍ଷରୁ କୁହାଯାଉଛି। ହେଲେ ବିଏମ୍‌ସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri