ଶ୍ୱାସରୁଦ୍ଧ ପରିସ୍ଥିତି

ଅମରପାଲି, ୧୦।୩(ଡି.ଏନ.ଏ.): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଓ ଉଲୁଣ୍ଡା ରେଞ୍ଜ ଅଧୀନରେ ଥିବା ପ୍ରାୟ ସବୁ ଜଙ୍ଗଲରେ ଏବେ ନିଆଁ ଲାଗିଛି। ନିଆଁ ଲାଗି ବ୍ୟାପକ ଜଙ୍ଗଲ କ୍ଷୟକ୍ଷତି ହେଉଥିବା ବେଳେ ଧୂଆଁ ଯୋଗୁ ଅସ୍ତବ୍ୟସ୍ତ ହୋଇପଡ଼ିଛି ଜନଜୀବନ। ମାତ୍ରାଧିକ ଧୂଆଁ ନିର୍ଗତ ହେଉଥିବାରୁ ଦୁଇଦିନ ହେଲା ସମଗ୍ର ବୀରମହାରାଜପୁର ଅଞ୍ଚଳ ଧୂଆଁଳିଆ ଦେଖାଯାଉଛି। ଧୂଆଁ ଯୋଗୁ ରାସ୍ତାରେ ଯାତାୟାତ ବେଳେ ଶ୍ୱାସରୁଦ୍ଧ ପରିସ୍ଥିତି ସୃଷ୍ଟି ହେଉଛି। ଆଖି ପୋଡୁଥିବା ଲୋକେ ଅଭିଯୋଗ କରୁଛନ୍ତି। ପ୍ରକୃତିପ୍ରେମୀ ଏହାକୁ ନେଇ ଉଦ୍‌ବେଗ ପ୍ରକାଶ କରୁଛନ୍ତି। ବୀରମହାରାଜପୁର ରେଞ୍ଜ ଅନ୍ତର୍ଗତ ପିତାମହୁଲ, ଗରିଆମୁଣ୍ଡା, ସଂଗ୍ରାମପୁର, ସେରଗେଡା, ଟାମକିଆଦାଦର, ସାହାଜଲଥା, ଖଣ୍ଡହତା, ହାତିଲିମୁଣ୍ଡା, କୁନ୍ଦପାଲ, ଭାଲୁଡୁଙ୍ଗୁର, ଗୁଦୁଗୁଦା, ଅମରପାଲି, ଗୌଡ଼ଗାଡ଼, ଦୁର୍ଜନତୈଲା, ସାଗଯୋରୀ, ଠେଙ୍ଗୋଡ୍ୟାମ ଆଦି ଜଙ୍ଗଲରେ ଲାଗିଥିବା ନିଆଁକୁ ଆୟତ୍ତ କରିବା ବନ ବିଭାଗ ପକ୍ଷରେ ସମ୍ଭବ ହେଉନାହିଁ। ଉଲୁଣ୍ଡା ରେଞ୍ଜର ପ୍ରସିଦ୍ଧ ପାତାଳୀ ଶ୍ରୀକ୍ଷେତ୍ରର ତ୍ରିକୁଟ ପାହାଡ଼ ସମେତ ସୀମାବର୍ତ୍ତୀ ବିଭିନ୍ନ ଜଙ୍ଗଲରେ ବି ସମାନ ଅବସ୍ଥା ଦେଖାଦେଇଛି। ବୀରମହାରାଜପୁର ରେଞ୍ଜ ଅଧିକାରୀ ଅବିନାଶ ବରିହାଙ୍କୁ ପଚାରିବାରୁ ବନ ବିଭାଗ ପକ୍ଷରୁ ନିଆଁ ଲିଭାଯାଉଛି। କେନ୍ଦୁପତ୍ର ପାଇଁ ଗୋଛାକଟା ବେଳେ ନିଆଁ ଲଗାଇ ଦିଆଯାଉଥିବାରୁ ଏହା ବ୍ୟାପୁଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍‌

ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ...

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

ହାତୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ବାଇକ୍ ଆରୋହୀ, ଗାଡ଼ିକୁ ଭାଙ୍ଗି ଚୂରମାର କଲା ଦନ୍ତା

ପାରଳାଖେମୁଣ୍ଡି,୮।୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅଞ୍ଚଳରେ ଗତ ଚାରି ଦିନ ହେଲା ହାତୀ ଉପଦ୍ରବ ବୃଦ୍ଧି ପାଇଛି। ଏହି ସମୟ ମଧ୍ୟରେ ଧାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri