ଶ୍ୱାସରୁଦ୍ଧ ପରିସ୍ଥିତି

ଅମରପାଲି, ୧୦।୩(ଡି.ଏନ.ଏ.): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଓ ଉଲୁଣ୍ଡା ରେଞ୍ଜ ଅଧୀନରେ ଥିବା ପ୍ରାୟ ସବୁ ଜଙ୍ଗଲରେ ଏବେ ନିଆଁ ଲାଗିଛି। ନିଆଁ ଲାଗି ବ୍ୟାପକ ଜଙ୍ଗଲ କ୍ଷୟକ୍ଷତି ହେଉଥିବା ବେଳେ ଧୂଆଁ ଯୋଗୁ ଅସ୍ତବ୍ୟସ୍ତ ହୋଇପଡ଼ିଛି ଜନଜୀବନ। ମାତ୍ରାଧିକ ଧୂଆଁ ନିର୍ଗତ ହେଉଥିବାରୁ ଦୁଇଦିନ ହେଲା ସମଗ୍ର ବୀରମହାରାଜପୁର ଅଞ୍ଚଳ ଧୂଆଁଳିଆ ଦେଖାଯାଉଛି। ଧୂଆଁ ଯୋଗୁ ରାସ୍ତାରେ ଯାତାୟାତ ବେଳେ ଶ୍ୱାସରୁଦ୍ଧ ପରିସ୍ଥିତି ସୃଷ୍ଟି ହେଉଛି। ଆଖି ପୋଡୁଥିବା ଲୋକେ ଅଭିଯୋଗ କରୁଛନ୍ତି। ପ୍ରକୃତିପ୍ରେମୀ ଏହାକୁ ନେଇ ଉଦ୍‌ବେଗ ପ୍ରକାଶ କରୁଛନ୍ତି। ବୀରମହାରାଜପୁର ରେଞ୍ଜ ଅନ୍ତର୍ଗତ ପିତାମହୁଲ, ଗରିଆମୁଣ୍ଡା, ସଂଗ୍ରାମପୁର, ସେରଗେଡା, ଟାମକିଆଦାଦର, ସାହାଜଲଥା, ଖଣ୍ଡହତା, ହାତିଲିମୁଣ୍ଡା, କୁନ୍ଦପାଲ, ଭାଲୁଡୁଙ୍ଗୁର, ଗୁଦୁଗୁଦା, ଅମରପାଲି, ଗୌଡ଼ଗାଡ଼, ଦୁର୍ଜନତୈଲା, ସାଗଯୋରୀ, ଠେଙ୍ଗୋଡ୍ୟାମ ଆଦି ଜଙ୍ଗଲରେ ଲାଗିଥିବା ନିଆଁକୁ ଆୟତ୍ତ କରିବା ବନ ବିଭାଗ ପକ୍ଷରେ ସମ୍ଭବ ହେଉନାହିଁ। ଉଲୁଣ୍ଡା ରେଞ୍ଜର ପ୍ରସିଦ୍ଧ ପାତାଳୀ ଶ୍ରୀକ୍ଷେତ୍ରର ତ୍ରିକୁଟ ପାହାଡ଼ ସମେତ ସୀମାବର୍ତ୍ତୀ ବିଭିନ୍ନ ଜଙ୍ଗଲରେ ବି ସମାନ ଅବସ୍ଥା ଦେଖାଦେଇଛି। ବୀରମହାରାଜପୁର ରେଞ୍ଜ ଅଧିକାରୀ ଅବିନାଶ ବରିହାଙ୍କୁ ପଚାରିବାରୁ ବନ ବିଭାଗ ପକ୍ଷରୁ ନିଆଁ ଲିଭାଯାଉଛି। କେନ୍ଦୁପତ୍ର ପାଇଁ ଗୋଛାକଟା ବେଳେ ନିଆଁ ଲଗାଇ ଦିଆଯାଉଥିବାରୁ ଏହା ବ୍ୟାପୁଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୭ ନା ୨୮ କେବେ ମିଳିବ ସୁଭଦ୍ରା ଟଙ୍କା? ଜାଣନ୍ତୁ କ’ଣ କହିଲେ ପ୍ରଭାତୀ ପରିଡ଼ା

ଭୁବନେଶ୍ୱର,୨୧ା୮: ଚଳିତ ବର୍ଷ ରକ୍ଷାବନ୍ଧନ ପର୍ବକୁ ନେଇଥିବା ଦ୍ୱନ୍ଦ୍ୱ ଦୂର ହୋଇଛି। ୨୭ରେ ରକ୍ଷାବନ୍ଧନ ପର୍ବ ପାଳନ କରାଯିବାକୁ ଥିବାବେଳେ ରାଖୀପୂର୍ଣ୍ଣିମା ୨୮ରେ। ତେଣୁ ଏହି ଦିନ…

୪୯ଦନ ପରେ ଶନିଙ୍କ ବଡ଼ ନକ୍ଷତ୍ର ପରିବର୍ତ୍ତନ; ଦଶହରା ପୂର୍ବରୁ ୬ ରାଶି ହେବେ ମାଲାମାଲ୍‌!

୯ ଅକ୍ଟୋବର ୨୦୨୬ରେ ଶନି ନକ୍ଷତ୍ର ପରିବର୍ତ୍ତନ କରିବେ। ଦଶହରା ପୂର୍ବରୁ ଶନିଙ୍କର ଏହି ଚାଲ୍ ୬ଟି ରାଶି ପାଇଁ ଶୁଭ ବୋଲି ଧରାଯାଉଛି। ଜାଣନ୍ତୁ କେଉଁ…

ଏନସିସି ନାଭାଲ ୱିଙ୍ଗ କ୍ୟାଡେଟ ଚୟନ ଶିବିର: ଯୋଗ୍ୟ ଛାତ୍ରୀଛାତ୍ର ଚୟନ

ଭଞ୍ଜନଗର,୨୧।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଶୁକ୍ରବାର ଏନସିସି ନାଭାଲ ୱିଙ୍ଗର କ୍ୟାଡେଟ ଚୟନ ଶିବିର ଅନୁଷ୍ଠିତ ହୋଇଯାଇଛି। ଶିବିରରେ…

ଜଣେ ଯୁବତୀଙ୍କୁ ପ୍ରେମ କରି ବସିଲେ ୨ ଘନିଷ୍ଠ ବନ୍ଧୁ: ଶେଷରେ ଘଟିଲା…

ନାଗପୁର,୨୧।୮: ରଣବୀର ସିଂହ ଓ ଅର୍ଜୁନ କପୁରଙ୍କ ଅଭିନୀତ ଫିଲ୍ମ ‘ଗୁଣ୍ଡେ’ ଦେଖିଛନ୍ତି? ଫିଲ୍ମରେ ଦୁଇ ଘନିଷ୍ଠ ବନ୍ଧୁ ଗୋଟିଏ ଯୁବତୀଙ୍କୁ ଭଲ ପାଇବା ପରେ ପରସ୍ପରଙ୍କ…

ଜଙ୍ଗଲକୁ କାଠ ସଂଗ୍ରହ କରିବାକୁ ଯାଇ ଆଉ ଫେରି ନ ଥିଲେ ପୂର୍ଣ୍ଣବାସୀ: ମାଟିତଳୁ ମିଳିଲା…

ସୋରଡା,୨୧।୮(ରଜନି ମହାପାତ୍ର):ଗଞ୍ଜାମ ସୋରଡା ଥାନା ସାପଡିହ ଗାଁରେ ଅଭାବନୀୟ ଘଟଣା । ଜଙ୍ଗଲରୁ ମିଳିଲା ମହିଳାଙ୍କ ମୃତଦେହ। ମାଟିତଳୁ ଉଦ୍ଧାର ହେଲା ମୃତଦେହ। ମୃତକ ହେଲେ ସାପଡିହ…

ଭୁବନେଶ୍ୱରରୁ ଆସିଲା ଦଳୀୟ ସୁପ୍ରିମୋଙ୍କ ଡାକରା, ଶଙ୍ଖଭବନରେ ପହଞ୍ଚିଲେ ଗଞ୍ଜାମ ବିଜେଡି ନେତା, ବଡ଼ଧରଣର…

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଆସୁଛି ପଞ୍ଚାୟତ ଓ ପୌର ନିର୍ବାଚନ। ଏଥିପାଇଁ ଚଳଚଞ୍ଚଳ ଶଙ୍ଖଭବନ। ଦଳୀୟ ସଂଗଠନ କିଭଳି ସୁଦୃଢ଼ ହେବ ସେଥିପାଇଁ ଚାଲିଛି ମାନସ ମନ୍ଥନ। ରାଜ୍ୟ…

ଶିକ୍ଷା ବିଭାଗରେ ଚହଳ! ନାବାଳିକାଙ୍କୁ ଗର୍ଭବତୀ କଲେ ଶିକ୍ଷକ, ଗର୍ଭପାତ ପାଇଁ ଯାଉଥିବାବେଳେ ବାଟରେ…

କିଶ୍ତୱାଡ,୨୧।୮: ଜମ୍ମୁ-କଶ୍ମୀରର କିଶ୍ତୱାଡରେ ୧୪ ବର୍ଷୀୟା ଜଣେ ନାବାଳିକାଙ୍କ ସହ ବଳାତ୍କାର ଅଭିଯୋଗକୁ ନେଇ ହଇଚଇ ସୃଷ୍ଟି ହୋଇଛି। ଅଭିଯୋଗ ଅନୁସାରେ, ବଳାତ୍କାର ଯୋଗୁ ନାବାଳିକା ଗର୍ଭବତୀ…

ଅଭିଭାବକ ହେଉଛନ୍ତି ଶିଶୁଙ୍କ ପ୍ରଥମ ଗୁରୁ: ଆଚରଣରେ ସଞ୍ଜମ ରଖିବା ଜରୁରୀ

ଭଞ୍ଜନଗର,୨୧।୮(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କେନ୍ଦ୍ରୀୟ ବିଦ୍ୟାଳୟରେ ଶୁକ୍ରବାର ଅଭିଭାବକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟର ଅଧ୍ୟକ୍ଷ ପ୍ରଦୀପ କମାନୁଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ସମ୍ମିଳନୀରେ ଛାତ୍ରୀଛାତ୍ରଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri