ପ୍ରତିପକ୍ଷଙ୍କୁ ଜବାବ ତଲବ

କଟକ ଅଫିସ,୧୧।୧୨: ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ବିବାଦ ସମ୍ପର୍କିତ ମାମଲାର ଶୁଣାଣି ଶୁକ୍ରବାର ହାଇକୋର୍ଟରେ ହୋଇଥିଲା। ଆସନ୍ତା ୧୩ ସୁଦ୍ଧା ଜବାବ ତଲବ ପାଇଁ ଅରିନ୍ଦମ ସିହ୍ନାଙ୍କୁ ନେଇ ଗଠିତ ଖଣ୍ଡପୀଠ ସମସ୍ତ ପ୍ରତିପକ୍ଷଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଆସନ୍ତା ୧୩ ତାରିଖରେ ମାମଲାର ଚୂଡ଼ାନ୍ତ ଶୁଣାଣି ହେବ। ଆବେଦନକାରୀଙ୍କ ପକ୍ଷରୁ ଆଇନଜୀବୀ ଶିବ ନାରାୟଣ ବିଶ୍ୱାଳ ମାମଲା ପରିଚାଳନା କରୁଛନ୍ତି।
ମାମଲାର ବିବରଣୀରୁ ପ୍ରକାଶ, ଚଳଚ୍ଚିତ୍ର ନିର୍ଦ୍ଦେଶକ ବବି ଇସ୍‌ଲାମଙ୍କ ପକ୍ଷରୁ ଚଳଚ୍ଚିତ୍ର ପୁରସ୍କାର ଚୟନ ପ୍ରକ୍ରିୟା ତ୍ରୁଟିପୂର୍ଣ୍ଣ ବୋଲି ଦର୍ଶାଇ ହାଇକୋର୍ଟରେ ପିଟିଶନ ଦାଖଲ କରାଯାଇଥିଲା। ୩୧ତମ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ୨୦୧୯ର ସମସ୍ତ ନିୟମ ଉଲ୍ଲଂଘନ କରାଯାଇ ଯୋଗ୍ୟତା ନ ଥିବା ଓ ନ୍ୟସ୍ତସ୍ବାର୍ଥ ବ୍ୟକ୍ତିଙ୍କୁ ଚୟନ ବିଭାଗରେ କିପରି ନିଆଯାଇଛି ବୋଲି ପ୍ରଶ୍ନ ଉଠାଇଥିଲେ। ୨୮ଟି କାଟେଗୋରିରେ ପୁରସ୍କାର ପ୍ରଦାନ କରାଯିବ। ସେଥିରେ ଓଡ଼ିଆ ଓ ଆଦିବାସୀ ଚଳଚ୍ଚିତ୍ର ବିଭାଗରେ ଗୋଟିଏ କାଟେଗୋରି ରହିଛି। ବିଦେଶୀ ଚଳଚ୍ଚିତ୍ରକୁ ଅନୁକରଣ କରି ନିମର୍ର୍ାଣ କରାଯାଇଥିବା ଚଳଚ୍ଚିତ୍ରକୁ ପୁରସ୍କାର ଦିଆଯିବାକୁ ଥିବାବେଳେ ମୌଳିକ କାହାଣୀ ଉପରେ ପର୍ଯ୍ୟବସିତ ଚଳଚ୍ଚିତ୍ର ‘ଛବିରାଣୀ’କୁ ଏଥିରୁ ବାଦ୍‌ ଦିଆଯାଇଛି। ଏହାଦ୍ୱାରା ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ନିୟମ ୨୦୧୦ର ଧାରା ୩ ବି ଉଲ୍ଲଂଘନ କରାଯାଇଛି। ସେହିପରି ବିଜ୍ଞାପନରେ ଦିଆଯାଇଥିବା ୨ ନମ୍ବର ନିୟମାବଳୀକୁ ଉଲ୍ଲଂଘନ କରାଯାଇଛି। ଏନେଇ ଆବେଦନକାରୀ ବବି ଇସଲାମ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ଏଥିରେ ରାଜ୍ୟ ସରକାର, ଓଡ଼ିଆ ସାହିତ୍ୟ ଓ ସଂସ୍କୃତି ବିଭାଗ ନିର୍ଦ୍ଦେଶକ ଓ ପୁରସ୍କାର ଚୟନ କମିଟି ସଦସ୍ୟଙ୍କୁ ପକ୍ଷଭୁକ୍ତ କରାଯାଇଛି। ଆସନ୍ତା ୧୪ ଓ ୧୫ ତାରିଖରେ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ଉତ୍ସବ ଅନୁଷ୍ଠିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଶୋଇଥିବାବେଳେ ମହିଳାଙ୍କ ଉପରେ ଭୁଶୁଡ଼ି ପଡ଼ିଲା କାନ୍ଥ, ତହସିଲଦାର ପହଞ୍ଚି…

ଗୁଣପୁର,୨୪ା୮(ସୁଜାତା ପାଢ଼ୀ): ଲଘୁଚାପ ଜନିତ ଲଗାଣ ବର୍ଷା ଫଳରେ ରାୟଗଡ଼ା ଜିଲା ରାମନାଗୁଡ଼ା ବ୍ଲକ କଣ୍ଡାଜାମ ଗ୍ରାମରେ ଜଣେ ମହିଳାଙ୍କ ଉପରେ କାନ୍ଥ ଭୁଶୁଡ଼ି ପଡ଼ିଥିଲା। ତେବେ…

ଜଳସମ୍ପଦ ସର୍ବୋଚ୍ଚ ଯନ୍ତ୍ରୀଙ୍କ ବଡ଼ ସୂଚନା, ଏହି ନଦୀ କରିଛି ଅଧିକ କ୍ଷତି

ଭୁବନେଶ୍ୱର,୨୪।୮: ଲଘୁଚାପ ବର୍ଷା ନେଇ ଜଳସମ୍ପଦ ସର୍ବୋଚ୍ଚ ଯନ୍ତ୍ରୀ ଦିଲୀପ ରାଉତ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ରାଜ୍ୟର ୯ଟି ସ୍ଥାନରେ ୧୦୦ ମିଲିମିଟରରୁ ଅଧିକ…

ପ୍ରତିଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କାକୁଡ଼ି, ବଢ଼ିବ…

କାକୁଡ଼ିରେ ଅନେକ ପ୍ରକାର ଉପକାରୀ ଗୁଣ ଭରି ରହିଛି। ଏହାକୁ ନିୟମିତ ଖାଇଲେ ତାହା ଶରୀର ପାଇଁ ବେଶ୍‌ ଲାଭପ୍ରଦ ସାବ୍ୟସ୍ତ ହୋଇଥାଏ। ଏକ ସଦ୍ୟତମ ସର୍ଭେରୁ…

ଭିକ୍ଷା ମାଗି ଜମା କରିଥିଲେ ଲକ୍ଷ ଲକ୍ଷ ଟଙ୍କା; ଘରୁ ମିଳିଲା ୩୦ରୁ ଅଧିକ ବସ୍ତା ନୋଟ୍, ଗଣିଗଣି ସବୁ ହାଲିଆ

ବେଙ୍ଗାଲୁରୁ,୨୪ା୮: କର୍ନାଟକରୁ ସାମ୍ନାକୁ ଆସିଛି ଏକ ଆଶ୍ଚର୍ଯ୍ୟଜନକ ଘଟଣା। ସାରା ଜୀବନ ଭିକ୍ଷା ମାଗି ଜୀବନ ବିତାଇଥିବା ଜଣେ ବୃଦ୍ଧାଙ୍କ ମୃତ୍ୟୁ ପରେ ତାଙ୍କ ଘରୁ ମିଳିଛି…

ବର୍ଷା ଋତୁରେ ଖାଦ୍ୟ ସୁରକ୍ଷା

ବର୍ଷା ଋତୁ ଗରମରୁ ମୁକ୍ତି ଆଣିଥାଏ, କିନ୍ତୁ ବର୍ଦ୍ଧିତ ଆର୍ଦ୍ରତା ଯୋଗୁ ଖାଦ୍ୟ ନଷ୍ଟ ହେବାର ଆଶଙ୍କା ବୃଦ୍ଧି କରିଥାଏ। ତା’ସହ ଖାଦ୍ୟଜନିତ ରୋଗ ସୃଷ୍ଟି କରିବାରେ…

ଟ୍ରେନ୍‌ରେ ପିଟିହୋଇ ମହିଳା ଗୁରୁତର

ବଲାଙ୍ଗୀର, ୨୪।୮: ବଲାଙ୍ଗୀର ସହର ନିକଟସ୍ଥ ଝୁଜେନପାଲି ରେଳ ଫାଟକଠାରେ ଟ୍ରେନ୍‌ରେ ପିଟି ହୋଇ ଜଣେ ମହିଳା ଗୁରୁତର ହୋଇଛନ୍ତି। ମହିଳା ଜଣକ ପାଟଣାଗଡ଼ ଥାନା ଅନ୍ତର୍ଗତ…

ଝାଡ଼ଖଣ୍ଡ-ରାଉରକେଲା ପୋଲିସର ବଡ଼ ଅପରେଶନ, ଜଙ୍ଗଲରୁ ଜବତ ହେଲା ବିପୁଳ ବିସ୍ଫୋରକ

ରାଉରକେଲା,୨୪।୮: ସୁନ୍ଦରଗଡ଼ ଜିଲା କେ.ବଲାଙ୍ଗ ଥାନା ନିକଟ ଜଙ୍ଗଲରୁ ସୋମବାର ବିପୁଳ ପରିମାଣର ବିସ୍ଫୋରକ ଜବତ ହୋଇଛି। ମାଓବାଦୀମାନେ ଜଙ୍ଗଲରେ ଏହି ବିସ୍ଫୋରକ ଲୁଚାଇ ରଖିଥିବା ଜଣାପଡିଛି।…

ଗଞ୍ଜାମ ତହସିଲରେ କର୍ମଚାରୀ ଅଭାବ : ଏକାଥରକେ ୬ କର୍ମଚାରୀଙ୍କ ବଦଳି, କାର୍ଯ୍ୟ ବାଧାପ୍ରାପ୍ତ

ଗଞ୍ଜାମ, ୨୪।୮ (ବିଦ୍ୟାଧର ସାହୁ): ଗଞ୍ଜାମ ସହରର ଐତିହାସିକ ପୋତାଗଡ଼ ରାସ୍ତାରେ ଅବସ୍ଥିତ ଗଞ୍ଜାମ ତହସିଲ କାର୍ଯ୍ୟାଳୟରେ କର୍ମଚାରୀ ଅଭାବ ଯୋଗୁ ବିଭିନ୍ନ ସରକାରୀ କାର୍ଯ୍ୟ ବାଧାପ୍ରାପ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri