Posted inଜାତୀୟ

ମୋଦିଙ୍କ ମନ୍ତବ୍ୟର ଉତ୍ତର ଦେଲେ ପାଓ୍ବାର, ଏତେ ବଡ଼ ମୂଲ୍ୟ ଦେବାକୁ ପଡ଼ିବ ବୋଲି ମୋର ଅନୁମାନ ନ ଥିଲା…

ମୁମ୍ବାଇ, ୩୦।୮ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମନ୍ତବ୍ୟ ନେଇ ବରିଷ୍ଠ ନେତା ଶରଦ ପାୱାର ଏକ କଟାକ୍ଷ କରିଛନ୍ତି। ପ୍ରଧାନମନ୍ତ୍ରୀ ମୋଦି କହିଥିଲେ ଯେ ଶରଦ ପାୱାରଙ୍କ ଆଙ୍ଗୁଠି ଧରି ସେ ରାଜନୀତିରେ ପହଞ୍ଚିଛନ୍ତି। ଏହାର ଉତ୍ତରରେ ଶରଦ ପାୱାର କହିଛନ୍ତି ମୁଁ ଜାଣି ନଥିଲି ଯେ ଏଥିପାଇଁ ମୋତେ ଏତେ ବଡ଼ ମୂଲ୍ୟ ଦେବାକୁ ପଡ଼ିବ ବୋଲି। ଏନସିପି ମୁଖ୍ୟ ଶରଦ ପାୱାର ଗଣମାଧ୍ୟମ ପ୍ରତିନିଧିଙ୍କୁ ଏଭଳି ଉତ୍ତର ଦେଇଛନ୍ତି।

ଏନସିପି ମୁଖ୍ୟଙ୍କୁ ଏକ ଗଣମାଧ୍ୟମ ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ମନ୍ତବ୍ୟ ଉପରେ ପ୍ରତିକ୍ରିୟା ଦେବାକୁ କୁହାଯାଇଥିଲା। ତାଙ୍କୁ ପଚରାଯାଇଥିଲା ଯେ ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି ଯେ ସେ ଆପଣଙ୍କ ଆଙ୍ଗୁଠି ଧରି ରାଜନୀତିରେ ପ୍ରବେଶ କରିଛନ୍ତି। ଶରଦ ପାୱାର ଏହି ପ୍ରସଙ୍ଗରେ ତତ୍‌କ୍ଷଣାତ୍‌ ଉତ୍ତର ଦେଇଥିଲେ। ପାୱାର କହିଛନ୍ତି ସେ ତାଙ୍କ ବଡୁଥିବା ବୟସରେ କୌଣସି ଦାୟିତ୍ୱ ଗ୍ରହଣ କରିବାକୁ ଚାହୁଁନାହାଁନ୍ତି।

୨୦୨୪ ଜାତୀୟ ନିର୍ବାଚନ ପାଇଁ ବିରୋଧୀ ପ୍ରଧାନମନ୍ତ୍ରୀ ପ୍ରାର୍ଥୀ ଦୌଡ଼ରୁ ସେ ନିଜକୁ ଦୂରେଇ ରଖିଛନ୍ତି। ମୁଁ କେବଳ ଅଣ-ଭାଜପା ଦଳଙ୍କୁ ଏକାଠି ହୋଇ ଭାଜପା ବିରୋଧରେ ଜନମତ ପ୍ରସ୍ତୁତ କରିବାକୁ ସାହାଯ୍ୟ କରିବି ବୋଲି ପାଓ୍ବାର ସୂଚନା ଦେଇଛନ୍ତି।

୨୦୧୪ରେ ପ୍ରଥମ ଥର କ୍ଷମତାକୁ ଆସିବା ପରଠାରୁ କେନ୍ଦ୍ରରେ ଭାଜପା ନେତୃତ୍ୱାଧୀନ ସରକାର ଦେଇଥିବା ପ୍ରତିଶ୍ରୁତି ପାଳନ କରିବାରେ ବିଫଳ ହୋଇଛନ୍ତି। ଯେଉଁଥିରେ ଇଣ୍ଟରନେଟ, ଶୌଚାଳୟ, ଗ୍ରାମର ପ୍ରତ୍ୟେକ ଘରକୁ ବିଦ୍ୟୁତ ସଂଯୋଗ ଏବଂ ପାନୀୟ ଜଳ ଯୋଗାଇବା ଆଦି ଅନ୍ତର୍ଭୁକ୍ତ ଥିଲା। ଛୋଟ ଦଳଗୁଡ଼ିକୁ କ୍ଷମତାଠାରୁ ଦୂରେଇ ରଖିବା ଏବଂ ସେମାନଙ୍କୁ ବିରୋଧୀ ଶାସିତ ରାଜ୍ୟରୁ ବାହାର କରିଦେବା ପାଇଁ ଭାଜପା କେନ୍ଦ୍ରୀୟ ଏଜେନ୍ସିଗୁଡିକର ଅପବ୍ୟବହାର କରୁଛି।

ବିରୋଧୀ ଦଳଙ୍କ ବିରୋଧରେ ଭାଜପା ଯାହା କରୁଛି ତାହା ହେଉଛି ସଂସଦୀୟ ଗଣତନ୍ତ୍ର ଉପରେ ଆକ୍ରମଣ। ଏହା ଅତ୍ୟନ୍ତ ଚିନ୍ତାର ବିଷୟ। ଅଣ-ଭାଜପା ଶାସିତ ସମସ୍ତ ରାଜ୍ୟରେ ଭାଜପା ବିଧାୟକମାନଙ୍କୁ ବିଭାଜନ କରି କ୍ଷମତା ଦଖଲ କରିବାକୁ ଚେଷ୍ଟା କରୁଛି ବୋଲି ପାଓ୍ବାର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦମଦାର ବିଜୟ ସହ ସିଜିନ୍‌ ଆରମ୍ଭ କଲା ରାଜସ୍ଥାନ ରୟାଲ

ଗୁଆହାଟୀ,୩୦।୩: ରାଜସ୍ଥାନ ରୟାଲ୍ସ ଏକ ଦମଦାର ବିଜୟ ସହିତ IPL 2026 ସିଜିନ ଆରମ୍ଭ କରିଛି। ଗୁଆହାଟୀରେ ଖେଳାଯାଇଥିବା ସେମାନଙ୍କର ପ୍ରଥମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ସମ୍ପୂର୍ଣ୍ଣ…

୧୫ କିଲୋ ଗଞ୍ଜେଇ ସହ ଯୁବକଙ୍କୁ ବାନ୍ଧିଲା ପୋଲିସ

ନନ୍ଦପୁର,୩୦।୩( ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଅବକାରୀ ଦଳ ସୋମବାର ଜଣେ ଯୁବକଙ୍କୁ ୧୫ କିଲୋ ୨୦୦ ଗ୍ରାମ ଗଞ୍ଜେଇ ସହ ଗିରଫ କରିଛି। ନନ୍ଦପୁର ଅଞ୍ଚଳରୁ…

ଡାକ୍ତରଙ୍କ ପାଖକୁ ଯାଆନ୍ତୁ ନିଶିକାନ୍ତ ଦୁବେ: ବର୍ଷିଲେ ନବୀନ

ଭୁବନେଶ୍ୱର, ୩୦।୩: ଏମ୍‌ପି ନିଶିକାନ୍ତ ଦୁବେଙ୍କ ଦ୍ୱାରା ବିଜୁ ବାବୁଙ୍କ ବାବଦରେ ରବିବାର ରଖାଯାଇଥିବା ବିବୃତ୍ତି ଶୁଣି ଆଶ୍ଚର୍ଯ୍ୟ ହେଲି। ତାଙ୍କର ଏଭଳି ମନ୍ତବ୍ୟକୁ ନିନ୍ଦା କରୁଛି।…

ବିଜୁ ପଟ୍ଟନାୟକଙ୍କ ଉପରେ ଅସମ୍ମାନଜନକ ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବୈଜୟନ୍ତ ପଣ୍ଡା: କହୁ କହୁ କହିଦେଲେ…

ଭୁବନେଶ୍ୱର,୩୦।୩: ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କୁ ଉପରେ ଦେଇଥିବା ମନ୍ତବ୍ୟକୁ ନେଇ ରାଜନୀତି ଜୋର ଧରିଛି। ବିଜୁ ବାବୁଙ୍କ ପ୍ରତି ମନ୍ତବ୍ୟ ନେଇ…

ନାବାଳିକାଙ୍କୁ ଅପହରଣ କରିନେଇଥିଲେ ଶୁଭମ, ବଳାତ୍କାର ପରେ…

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ପାଟପୁର ପୋଲିସ…

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଚାଷୀ ଶୁଣିଲେ ହୋଇଯିବେ ଖୁସି

ନୂଆଦିଲ୍ଲୀ,୩୦।୩: ଦେଶରେ ଆଗାମୀ ଖରିଫ ଋତୁକୁ ନେଇ ଚାଷୀମାନେ କିଛି ଆଶ୍ୱସ୍ତି ପାଇଛନ୍ତି। କେନ୍ଦ୍ର ସରକାର ସ୍ପଷ୍ଟ କରିଛନ୍ତି ଯେ ଦେଶରେ ପ୍ରଚୁର ପରିମାଣରେ ସାର ଗଚ୍ଛିତ…

ମୋଦିଙ୍କୁ ନେଇ ଏମିତି କହିଦେଲେ ଓମାର ଅବଦୁଲ୍ଲା: ରାଜନୀତିରେ ହଲଚଲ

ଶ୍ରୀନଗର,୩୦।୩: ଜମ୍ମୁ ଏବଂ କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଯୁଦ୍ଧକୁ ନେଇ ନିଜ ମତ ରଖିଛନ୍ତି। ସେ କହିଛନ୍ତି, ଆମେ ନିଶ୍ଚିତ ଭାବରେ ଆଶା କରୁଛୁ ଯେ…

ଦିଗପହଣ୍ଡିରେ ଅସାମାଜିକ ଯୁବକଙ୍କ ଆତଙ୍କ: ଦେଶୀମଦ ପାଇଁ କରୁଛନ୍ତି ଚୋରି

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହରରେ ଅସାମାଜିକ ଯୁବକଙ୍କ ଆତଙ୍କରାଜ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ପୁଞ୍ଜିକଂୟା ଛକ, ବଜାର ସାହି, ଜନତା ଲେନ, ମେଡିକାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri