ଜେଟିପିଙ୍କୁ ତଦାରଖ ଦାୟିତ୍ୱ

ପୁରୀ,୧୪ା୧୦(ଅଜିତ ମହାନ୍ତି): ଆଗାମୀ ନୂଆବର୍ଷରୁ ଶ୍ରୀମନ୍ଦିର ପ୍ରଶାସନ ଭକ୍ତଙ୍କ ପାଇଁ ନୂଆ ନିୟମ ଲାଗୁ କରିବାକୁ ଯାଉଛି। ଅଶାଳୀନ ପୋଷାକ ପରିଧାନ କଲେ ଶ୍ରୀମନ୍ଦିରକୁ ଭକ୍ତଙ୍କ ପ୍ରବେଶ ଉପରେ କଟକଣା ଜାରି ହେବ। ଭକ୍ତଙ୍କ ପୋଷାକକୁ ଜଗନ୍ନାଥ ଟେମ୍ପୁଲ ପୋଲିସ (ଜେଟିପି) ତଦାରଖ କରିବ। ତେଣୁ ଏ ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏକ ପ୍ରଶିକ୍ଷଣ ଶିବିର ଶୁକ୍ରବାର ନୀଳାଦ୍ରି ଭକ୍ତନିବାସରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ କୁମାର ଦାସ ଅଧ୍ୟକ୍ଷତା କରିଥିବାବେଳେ ସୁରକ୍ଷା ପ୍ରଶାସକ, କମାଣ୍ଡର ଓ ଜେଟିପିମାନେ ଉପସ୍ଥିତ ଥିଲେ। ଶ୍ରୀମନ୍ଦିରରେ ଭକ୍ତଙ୍କ ଶାଳୀନତାପୂର୍ଣ୍ଣ ପୋଷାକ ପରିଧାନ ପ୍ରକ୍ରିୟା ଏବେ ତ୍ୱରାନ୍ବିତ ହୋଇଛି। ଶାଳୀନତାପୂର୍ଣ୍ଣ ପୋଷକ ପରିଧାନ ନେଇ ସମସ୍ତ ନିଯୋଗ ଏବଂ ହୋଟେଲ ଆସୋସିଏଶନ୍‌ର ସହଯୋଗ କାମନା ପରେ ଜେଟିପିମାନଙ୍କୁ ତାଲିମ ଦିଆଯାଇଛି। ସେମାନେ ଯାତ୍ରୀ ତଥା ପର୍ଯ୍ୟଟକଙ୍କୁ ଯେଭଳି ଉଚିତ ବ୍ୟବହାର ପ୍ରଦର୍ଶନ କରି ସଚେତନ କରାଇବେ ସେ ସମ୍ପର୍କରେ ପ୍ରଶିକ୍ଷଣ ଦିଆଯାଇଛି। ଦେଶରେ ବିଭିନ୍ନ ଧାର୍ମିକ ସ୍ଥଳୀ, ମନ୍ଦିର ସମେତ ବିଭିନ୍ନ ଧର୍ମରେ ଉପାସନା ସମୟରେ ପୋଷାକ ପରିଧାନ ଉପରେ ଗୁରୁତ୍ୱ ଦିଆଯାଇଛି। ଚାରିଧାମ ମଧ୍ୟରୁ ଶ୍ରେଷ୍ଠ ଧାମ ଶ୍ରୀମନ୍ଦିରରେ ମଧ୍ୟ ଶାଳୀନତାପୂର୍ଣ୍ଣ ପୋଷାକ ପରିଧାନ ଉପରେ ଗୁରୁତ୍ୱ ଦିଆଯାଇଛି। ଶାଳୀନତାପୂର୍ଣ୍ଣ ପୋଷାକ ପରିଧାନ ସମ୍ପର୍କରେ ସେମାନେ ଯାତ୍ରୀ ତଥା ପର୍ଯ୍ୟଟକଙ୍କୁ ସଚେତନ କରାଇବେ। ଆଚାରଣ, ଉଚ୍ଚାରଣ ଓ ବ୍ୟବହାର ଠିକ୍‌ ରଖିବା ସହ କାହାକୁ ଜବରଦସ୍ତ କରିବେ ନାହିଁ ବୋଲି କୁହାଯାଇଛି। ସମସ୍ତେ ସଚେତନ ହେଲେ ଏହି ପ୍ରକ୍ରିୟା ଫଳପ୍ରଦ ହୋଇପାରିବ ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଦାସ କହିଛନ୍ତି। ତେବେ ଭକ୍ତଙ୍କ ପାଇଁ ଚେଞ୍ଜିଙ୍ଗ୍‌ ରୁମ୍‌ ବ୍ୟବସ୍ଥା ନେଇ ଦଇତାପତି ନିଯୋଗର ପ୍ରସ୍ତାବକୁ ମୁଖ୍ୟ ପ୍ରଶାସକ ପ୍ରତ୍ୟାଖ୍ୟାନ କରିଛନ୍ତି। ଶାଳୀନତା ପୋଷାକ ନିୟମ ଲାଗୁ କରିବା ପୂର୍ବରୁ ପୂର୍ବ ଦ୍ୱାରରେ ଚେଞ୍ଜିଙ୍ଗ୍‌ ରୁମ୍‌ର ଆବଶ୍ୟକତା ଥିବା ଦଇତାପତି ନିଯୋଗ ରାଜ୍ୟ ସରକାର ଏବଂ ଶ୍ରୀମନ୍ଦିର ପ୍ରଶାସନକୁ ଖବରଦାତା ସମ୍ମିଳନୀ ମାଧ୍ୟମରେ ଅନୁରୋଧ କରିଥିଲା। ତେବେ ଏହି ପ୍ରସଙ୍ଗକୁ ଶ୍ରୀମନ୍ଦିର ପ୍ରଶାସନ ଗୁରୁତ୍ୱର ସହ ନେଇ ନ ଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ପାରାଦୀପରୁ ବାହାରିଥିଲା, ଚୀନରେ ପହଞ୍ଚିବା ପୂର୍ବରୁ ନିଖୋଜ; ମଝି ସମୁଦ୍ରରେ ବୁଡିଗଲା ଜାହାଜ

ଭୁବନେଶ୍ୱର,୨୩ା୮: ଗଭୀର ସମୁଦ୍ରରେ ବିଦେଶୀ ଜାହାଜ ନିଖୋଜ। ପାରାଦୀପରୁ ଲୁହାପଥର ନେଇ ଚୀନ ଅଭିମୁଖେ ଯାଉଥିବା ଏକ ବିଦେଶୀ ମାଲବାହୀ ଜାହାଜ ଗଭୀର ସମୁଦ୍ରରେ ନିଖୋଜ ହୋଇଯାଇଛି।…

ଗୋବରୀ ନଦୀ ପାଇଁ ଜମ୍ବୁବାସୀଙ୍କ ଚିନ୍ତା: ଫାଇଲରେ ରହିଗଲା ଯୋଜନା, ବିପଦସଙ୍କୁଳ ଅବସ୍ଥାରେ ନଦୀ ପାର୍‌ ହେଉଛନ୍ତି ଛାତ୍ରୀଛାତ୍ର

ମହାକାଳପଡ଼ା,୨୩।୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ନଦୀ, ନାଳ ଘେରା ଜମ୍ବୁ ପଞ୍ଚାୟତକୁ ଦୀର୍ଘ ବର୍ଷଧରି ଡଙ୍ଗାରେ ଲୋକମାନେ ଯାତାୟାତ କରୁଥିବା…

ମଙ୍ଗଳଙ୍କ ଗୋଚରରେ ରାଜଯୋଗ; ବଢିବ ୫ରାଶିର ଇନକମ୍‌, ହୁ ହୁ ହୋଇ ବଢିବ ଧନ!

ଦ୍ରିକ୍ ପଞ୍ଚାଙ୍ଗ ଅନୁସାରେ, ୧୮ ସେପ୍ଟେମ୍ବର ୨୦୨୬ ତାରିଖ ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ. ଏହି ଦିନ ମଙ୍ଗଳ ଗ୍ରହ ନିଜର ନୀଚ ରାଶି କର୍କଟରେ…

ପୁଣି ଡରାଇଲାଣି ଲଘୁଚାପ, ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ! ଆଲର୍ଟ ଜାରି

ଭୁବନେଶ୍ୱର,୨୩ା୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବ। ଶୁକ୍ରବାର ମ୍ୟାନ୍‌ମାର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଶନିବାର ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ…

ଧର୍ମାନ୍ତରୀକରଣ

ଚଳିତ ସପ୍ତାହରେ ପ୍ରକାଶ ପାଇଥିବା ଏକ ଖବରର ଶୀର୍ଷକ ହେଉଛି ‘ଧର୍ମାନ୍ତରୀକରଣ ଆଇନ ଏପର୍ଯ୍ୟନ୍ତ ଲାଗୁ ହୋଇ ନ ଥିବା ଜାଣିବା ପରେ ପୁଣେ ପୋଲିସ ସେହି…

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୮(ସୁନିତ୍‌ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ-୨୦୨୬ ବିଲ୍‌ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ…

ଚାଇନା ଅନୁପ୍ରବେଶ ଚିନ୍ତାଜନକ: ଅରୁଣାଚଳ ଏମ୍‌ପି

ଇଟାନଗର, ୨୩।୮ (ପି.ଟି.): ଅରୁଣାଚଳ ପ୍ରଦେଶର ବହୁ ଅଞ୍ଚଳ ଚାଇନା ଅକ୍ତିଆର କରିଥିବା ନେଇ ବାରମ୍ୱାର ରିପୋର୍ଟମାନ ପ୍ରକାଶ ପାଉଛି। କିନ୍ତୁ ଭାରତୀୟ ସେନା ଏହି ବିଷୟକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri