୨୬ ବରିଷ୍ଠ ଓଏଏସ ଅଫିସରଙ୍କ ବଦଳି କଲେ ମୁଖ୍ୟମନ୍ତ୍ରୀ , ନବୀନଙ୍କ ଖାସ୍‌ ଅଫିସରଙ୍କୁ ମିଳିଲା ବଡ଼ ଦାୟିତ୍ୱ

ଭୁବନେଶ୍ୱର,୫।୮: ରାଜ୍ୟର ମୋହନ ମାଝିଙ୍କ ସରକାର ଆଜି ବରିଷ୍ଠ ଓଏଏସ ଅଫିସରସ୍ତରରେ ବଡ଼ ଧରଣର ଅଦଳବଦଳ କରିଛନ୍ତି। ପୂର୍ବ ସରକାର ନବୀନ ପଟ୍ଟନାୟକଙ୍କ ଖାସ ଥିବା କିଛି ଓଏଏସ ଅଫିସରଙ୍କୁ ମଧ୍ୟ ଆଜିର ବଦଳିରେ ନୂଆ ଦାୟିତ୍ୱ ମିଳିଛି । ନବୀନ ପଟ୍ଟନାୟକ ସରକାରରେ ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟରେ ଅବସ୍ଥାପିତ ଥିବା ବରିଷ୍ଠ ଓଏଏସ ଲାଲା ମନୋଜ କୁମାର ରାୟ, ଶୁଭ୍ରାଂଶୁ ମିଶ୍ର, ମନୋଜ କୁମାର ସ୍ବାଇଁ ଓ ରବୀନ୍ଦ୍ର କୁମାର ସେଠୀଙ୍କ ସମେତ ପୂର୍ବ ସରକାରର ବିଭିନ୍ନ ମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବଙ୍କୁ ମଧ୍ୟ ଆଜି ନୂଆ ନିଯୁକ୍ତି ମିଳିଛି । ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଆଜି ଜାରି ବିଜ୍ଞପ୍ତି ଅନୁସାରେ ମୋଟ ୨୬ଜଣ ବରିଷ୍ଠ ଓଏଏସ ଅଫିସରଙ୍କ ବଦଳି ହୋଇଛି ।

ପ୍ରତାପ ମିଶ୍ର ହେଲେ ପବ୍ଲିକ ଏଣ୍ଟରପ୍ରାଇଜେସ ବିଭାଗ ସ୍ବତନ୍ତ୍ର ସଚିବ । ଲାଲା ମନୋଜ ରାୟଙ୍କୁ ଗୋପବନ୍ଧୁ ଏକାଡେମୀ ଅଫ ଆଡମିନଷ୍ଟ୍ରେସନର ଡେପୁଟି ଡିଜି (ପ୍ରଶାସନ) ଭାବେ ନିଯୁକ୍ତି ମିଳିଛି । ପ୍ରଶାନ୍ତ କିଶୋର ମହାପାତ୍ରଙ୍କୁ ଉଚ୍ଚ ଶିକ୍ଷା ବିଭାଗର ଅତିରିକ୍ତ ସଚିବ ଭାବେ ନିଯୁକ୍ତ ହୋଇଛନ୍ତି । ସେହିପରି ପ୍ରତାପ ଚନ୍ଦ୍ର ହୋତାଙ୍କୁ ସଂସଦୀୟ ବ୍ୟାପାର ବିଭାଗର ସ୍ବତନ୍ତ୍ର ସଚିବ ଭାବେ ନିଯୁକ୍ତି ଦିଆଯାଇଛି । ଏସ. କେ ଜମିରୁଦ୍ଦିନ ହେଲେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ସଚିବ । ରବୀନ୍ଦ୍ର ସେଠୀ ଓ ବନ ନିଗମର ମହାପ୍ରବନ୍ଧକ ଭାବେ ନିଯୁକ୍ତ ହୋଇଛନ୍ତି । ଦୀନକୃଷ୍ଣ କର ହେଲେ ଜଙ୍ଗଲ ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗର ଯୁଗ୍ମ ସଚିବ ।


Enter your email to get our daily news in your inbox.

All Right Reserved By Dharitri.Com

ବିପଦପୂର୍ଣ୍ଣ ଅବସ୍ଥାରେ ଟ୍ରାନ୍ସଫର୍ମର: ଅଭିଯୋଗ ପରେ ବି ଶୁଣୁନାହାନ୍ତି ବିଭାଗୀୟ ଅଧିକାରୀ

ଗଞ୍ଜାମ,୪।୪(ଅନାଥ ତରାଇ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ସୂର୍ଯ୍ୟନାରାୟଣପୁର ଓଡ଼ିଆର୍ପି କଲୋନୀରେ ବିପଦପୂର୍ଣ୍ଣ ଅବସ୍ଥାରେ ରହିଛି ଟ୍ରାନ୍ସଫର୍ମର। ଇଲେକ୍ଟ୍ରି ଟ୍ରାନ୍ସଫର୍ମର ସ୍ଥାନୀୟ ବାସିନ୍ଦା ସୁଦର୍ଶନ ପ୍ରଧାନଙ୍କ…

ସାଙ୍ଗମାନଙ୍କ ସହ ମିଶି ଗାଧୋଇବାକୁ ଯାଇଥିଲେ ନାବାଳକ, ଖସିଗଲା ଗୋଡ, ଖୋଜାଖୋଜି ପରେ ମିଳିଲା…

ଆନନ୍ଦପୁର/ହାଟଡିହି,୪l୪ (ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାଏକ ): ବୈତରଣୀ ନଦୀରେ ବୁଡ଼ିଯାଇ କେନ୍ଦୁଝର ଜିଲା ରାମଚନ୍ଦପୁରୁ ଥାନା ଅନ୍ତର୍ଗତ ଅଞ୍ଜିରା ଗ୍ରାମର ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରଙ୍କ…

ରେଳ ଷ୍ଟେଶନରୁ ୪୦ ଲକ୍ଷ ଜବତ: ଯୁବକଙ୍କୁ ଅଟକ ରଖିଲା ପୋଲିସ

କେସିଙ୍ଗା,୪।୪(ତୁମେଶ୍ୱର ସାହୁ): ସମ୍ବଲପୁର ରେଲୱେ ଡିଭିଜନ ଅନ୍ତର୍ଗତ କେସିଙ୍ଗା ରେଲୱେ ଷ୍ଟେଶନରେ ଜଣେ ଯୁବକଙ୍କଠାରୁ ଟିଟିଲାଗଡ ରେଲୱେ ପୋଲିସ ୪୦ ଲକ୍ଷ ଟଙ୍କା ଜବତ ଜଣେ ଆସାମୀକୁ…

ଜାଲ୍‌ ଶିକ୍ଷକ ନିଯୁକ୍ତି କରି ଟଙ୍କା ଆତ୍ମସାତ୍‌ ଅଭିଯୋଗ: ନ୍ୟାୟ ପାଇଁ ଥାନାର ଦ୍ୱାରସ୍ଥ ଶିକ୍ଷକ

ନୂଆପଡ଼ା,୪ା୪ (ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି କଲେଜରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜାଲ୍‌ ଶିକ୍ଷକ ନିଯୁକ୍ତି କରି ଦରମା ଟଙ୍କା ଆତ୍ମସାତ୍‌ କରିଥିବା ସିନାପାଲି…

ସନ୍ତାନ ପାଳନ ଓ ମାର୍ଗ ଦର୍ଶନ

ଈଶ୍ୱରଙ୍କ ସୃଷ୍ଟିରେ ମଣିଷ ସର୍ବଶ୍ରେଷ୍ଠ ଜୀବ ରୂପେ ପରିଗଣିତ ହୋଇଥାଏ। ଏହାର କାରଣ ହେଲା ଜୀବଜନ୍ତୁମାନେ ଭଲ, ମନ୍ଦ, ଭୁଲ୍‌, ଠିକ୍‌ ବିବେଚନା କରିବାରେ ଅସମର୍ଥ ହୋଇଥିବା…

ନିର୍ବାଚନ: ଆଞ୍ଚଳିକ ଦଳ ବନାମ ଏନ୍‌ଡିଏ

କେନ୍ଦ୍ର ଶାସିତ ଅଞ୍ଚଳ ପୁଡୁଚେରୀ ସହ ୪ଟି ରାଜ୍ୟ ବିଧାନସଭା ପାଇଁ ଚଳିତ ମାସରେ ନିର୍ବାଚନ ଅନୁଷ୍ଠିତ ହେବ। ଏହି ସମସ୍ତ ରାଜ୍ୟରେ ରହିଛି ମୋଟ ୮୨୪ଟି…

ଶାସନରେ ଭୟ

ଭାରତରେ ଯେବେ ଏକ ପ୍ରକଳ୍ପ ଅଟକିଯାଏ, ଖର୍ଚ୍ଚ ବଢ଼ିଯାଏ ଆମେ ସ୍ବାଭାବିକ ଭାବରେ ସେଥିରେ ଦୁର୍ନୀତି କଥା ଉଠାଇଥାଉ। କିନ୍ତୁ ବେଳେ ବେଳେ ବ୍ୟବସ୍ଥାର ନିଷ୍କ୍ରିୟତା ଯୋଗୁ…

ସରକାରଙ୍କ ବଡ଼ ଘୋଷଣା! ବଦଳିବ ସୁନା କିଣିବା ନିୟମ, ଜାଣନ୍ତୁ ଗ୍ରାହକଙ୍କ ଉପରେ କ’ଣ ପ୍ରଭାବ ପଡ଼ିବ…

ନୂଆଦିଲ୍ଲୀ,୪।୪: ସରକାର ସୁନା କ୍ରୟ ସମ୍ବନ୍ଧୀୟ ନିୟମଗୁଡ଼ିକୁ ଆହୁରି କଠୋର କରିବାକୁ ଯାଉଛନ୍ତି। ଏହି ପଦକ୍ଷେପର ଅଂଶ ସ୍ବରୂପ, ହଲମାର୍କିଂର ଅପବ୍ୟବହାର ବିଷୟରେ ବଢ଼ୁଥିବା ଚିନ୍ତାକୁ ଦୂର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri