Posted inରାଜ୍ୟ

୭ ସରକାରୀ ମେଡିକାଲ କଲେଜରେ ନିର୍ମାଣ ହେବ ରୋଗୀ ସମ୍ପର୍କୀୟଙ୍କ ପାଇଁ ବିଶ୍ରାମାଗାର: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୩।୧୨: ରାଜ୍ୟର ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଏକ ବଡ଼ ପଦକ୍ଷେପ ସ୍ୱରୂପ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସମୀକ୍ଷା ବୈଠକରେ କେତେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି।

କଟକ, ବ୍ରହ୍ମପୁର, ବୁର୍ଲା, ସୁନ୍ଦରଗଡ଼, କୋରାପୁଟ, ବାରିପଦା ଏବଂ ବଲାଙ୍ଗୀର ମେଡିକାଲ କଲେଜ ପରିସରରେ ରୋଗୀଙ୍କ ସମ୍ପର୍କୀୟଙ୍କ ପାଇଁ ସ୍ୱତନ୍ତ୍ର ବିଶ୍ରାମାଗାର ନିର୍ମାଣ କରାଯିବ। ଏଠାରେ ରୋଗୀଙ୍କ ସହ ଆସୁଥିବା ଲୋକଙ୍କୁ ସମସ୍ତ ମୌଳିକ ସୁବିଧା ଯୋଗାଇ ଦିଆଯିବ।

ଏଥିସହିତ କଟକ ଏସସିବି ମେଡିକାଲକୁ ବିଶ୍ୱସ୍ତରୀୟ କରିବା ପାଇଁ ଏକ ୧୭ ମହଲା ବିଶିଷ୍ଟ କୋଠା ନିର୍ମାଣ ହେବ। ଏଥିରୁ ୧୨ଟି ମହଲା କେବଳ ପାର୍କିଂ ପାଇଁ ବ୍ୟବହାର ହେବ, ଯାହା ଏସସିବି ଏବଂ ଆଚାର୍ଯ୍ୟ ହରିହର କର୍କଟ ପ୍ରତିଷ୍ଠାନକୁ ଆସୁଥିବା ଲୋକଙ୍କୁ ସହାୟକ ହେବ। ବାକି ମହଲାଗୁଡ଼ିକରେ ପ୍ରଶାସନିକ କାର୍ଯ୍ୟାଳୟ, ଆନାଟୋମି ବ୍ଲକ୍ ଏବଂ ଫାର୍ମାସି କଲେଜ ରହିବ।


Enter your email to get our daily news in your inbox.

All Right Reserved By Dharitri.Com

କାମ କରୁଥିବାବେଳେ ଶ୍ରମିକଙ୍କୁ ଶୁଭିଲା ସାପର ଗର୍ଜନ, ପାଖକୁ ଯାଇ ଦେଖିବା ପରେ…

ଦିଗପହଣ୍ଡି,୨୨ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ୧ ନଂ ଓ୍ବାର୍ଡ ଘୋଡ଼ାହାଡ଼ ଡ଼୍ୟାମ ରାସ୍ତାକଡ଼ରେ ନିର୍ମାଣାଧୀନ ମେଡିକାଲ କୋଠା ପରିସରରୁ ପ୍ରାୟ ୭…

ଗଞ୍ଜାମରେ ୯୦ ଦିନ ପାଇଁ ଧାରା ୩୦ ଲାଗୁ, ଜାଣନ୍ତୁ ଏହା କ’ଣ, କାହିଁକି ହୁଏ…

ଗଞ୍ଜାମ,୨୨ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ପୋଲିସ ଆଇନ ୧୯୬୧ର ଧାରା-୩୦ ଲାଗୁ କରାଯାଇଛି। ୯୦ ଦିନ ପାଇଁ କଟକଣା ଲଗାଇଛି ଗଞ୍ଜାମ ପୋଲିସ। ସଭା, ସମିତି ଓ…

ପୁଣି ଏକ ମାଈ ହାତୀର ମୃତଦେହ ଠାବ: ବଚ୍ଛେଦ ରିପୋର୍ଟ ଆସିବା ପରେ ହିଁ….

ରିଆମାଳ, ୨୨/୮ (ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ କୁଣ୍ଢେଇଗୋଳା ସେକ୍ସନ ଅନ୍ତର୍ଗତ ଚେଢ଼ଇମରା ଗ୍ରାମ ପଞ୍ଚାୟତର ଝରାବେରେଣୀ ଗ୍ରାମ ନିକଟସ୍ଥ ସଂରକ୍ଷିତ ଜଙ୍ଗଲରୁ ବନ…

ଜୁଆ ଆଡ୍ଡାରେ ଚଢାଉ: ପୋଲିସ କର୍ମଚାରୀଙ୍କୁ ହତ୍ୟା ଉଦ୍ୟମ କରି ଗଲେ ଜେଲ୍

ଦିଗପହଣ୍ଡି,୨୨|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଡ଼ଭାର ଗ୍ରାମ ମା ‘ କାଳୀ ମନ୍ଦିର ନିକଟ ଆମ୍ବ ତୋଟାରେ ଚାଲିଥିବା ଜୁଆଆଡ୍ଡାରେ ପୋଲିସ ଟିମ୍…

ପୁଣି ଲଘୁଚାପ ସମ୍ଭାବନା: ୨୪ ଘଣ୍ଟାରେ ସ୍ପଷ୍ଟ ହେବ ଚିତ୍ର

ଭୁବନେଶ୍ୱର, ୨୨।୮: ଉତ୍ତର ବଙ୍ଗୋପସାଗର ଉପରେ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଦେଖାଦେଇଛି। ଉତ୍ତର ବଙ୍ଗୋପସାଗର ସଂଲଗ୍ନ ପଶ୍ଚିମବଙ୍ଗ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ…

ସ୍କୁଲ ନା ଗୋଦାମ ଘର, ନିଜ ଖର୍ଚ୍ଚରେ ଜେନେରେଟର ଚଳାଉଛନ୍ତି ଶିକ୍ଷକ: ଶ୍ରେଣୀକୋଠରି ଅଭାବରୁ ୧୮୩ ଛାତ୍ରୀଛାତ୍ର

ଜମନକିରା, ୨୨।୮ (ରବିନ୍ଦ୍ର ପ୍ରସାଦ ଦାନୀ): ରାଜ୍ୟ ସରକାର ଶିକ୍ଷା ବ୍ୟବସ୍ଥାର ଉନ୍ନତିକରଣ ତଥା ବିଦ୍ୟାଳୟ ରୂପାନ୍ତରଣ ପାଇଁ କୋଟି କୋଟି ଟଙ୍କା ବ୍ୟୟ କରୁଥିବା ବେଳେ…

ସାପକାମୁଡ଼ାରେ ଗଲା କକା-ପୁତୁରାଙ୍କ ଜୀବନ: ଶ୍ରମିକ ଗୁରୁତର

ଖଡ଼ିଆଳ, ୨୨।୮ (ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ସିନାପାଲି ଥାନା ଅଞ୍ଚଳରେ ସାପକାମୁଡ଼ାରେ କକା-ପୁତୁରାଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଶ୍ରମିକ ଗୁରୁତର ହୋଇଥିବା…

ମହଙ୍ଗା ପଡ଼ିବ ସରକାରୀ ଜମି ଜବରଦଖଲ: ପୁଣି କବ୍‌ଜା କଲା ବିଡିଏ

ଭୁବନେଶ୍ୱର,୨୨ା୮(ରବିନାରାୟଣ ଜେନା):ଶଙ୍କରପୁର ମୌଜାରେ ସରକାରୀ ଜମି ଜବରଦଖଲ କରିବା ଏବଂ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ(ବିଡିଏ)ର ପାଚେରି ଭାଙ୍ଗିବା ଜଣେ ଜବରଦଖଲକାରୀଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହେବ। ଏନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri