ଖୋଲିବ ରେଷ୍ଟୁରାଣ୍ଟ, ବାର୍‌

ଭୁବନେଶ୍ୱର(ବ୍ୟୁରୋ),୩ା୯:ଦୀର୍ଘଦିନ ପରେ ପୁଣିଥରେ ରେଷ୍ଟୁରାଣ୍ଟରେ ବସି ଖାଇପାରିବେ ଲୋକେ। ଅନ୍‌ଲକ୍‌ ୪.୦ ଗାଇଲାଇନ୍‌ ଅନୁଯାୟୀ ରାଜ୍ୟରେ ରେଷ୍ଟୁରାଣ୍ଟ ଓ ବାର୍‌କୁ ସର୍ବସାଧାରଣଙ୍କ ପାଇଁ ଖୋଲିବାକୁ ଅନୁମତି ମିଳିବା ପରେ ବୁଧବାର ପର୍ଯ୍ୟଟନ ବିଭାଗ ନିର୍ଦ୍ଦେଶକ ସଚିନ ରାମଚନ୍ଦ୍ର ଯାଦବ ଏନେଇ ହୋଟେଲ ଆଣ୍ଡ୍‌ ରେଷ୍ଟୁରାଣ୍ଟ ଆସୋସିଏସନ୍‌ ଅଫ୍‌ ଓଡ଼ିଶା(ଏଚ୍‌ଆର୍‌ଏଓ) ସମେତ ସମସ୍ତ ରେଷ୍ଟୁରାଣ୍ଟ ଆସୋସିଏଶନକୁ ଚିଠି ଲେଖିଛନ୍ତି। ଜୁନ୍‌ ୪ରେ କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଜାରି କରିଥିବା କୋଭିଡ୍‌-୧୯ କଟକଣାକୁ ଅନୁକରଣ କରି ରେଷ୍ଟୁରାଣ୍ଟ ଓ ବାର୍‌ ଖୋଲିବାକୁ ନିର୍ଦ୍ଦେଶ ଦିଆଯାଇଛି। ଇନ୍‌ହାଉସ୍‌ ଡାଇନିଂ ବ୍ୟବସ୍ଥା ଥିବା ସମସ୍ତ ରେଷ୍ଟୁରାଣ୍ଟ ଓ ବାର୍‌ କୋଭିଡ୍‌-୧୯ ଏସ୍‌ଓପି ମାନିବାକୁ ବାଧ୍ୟତାମୂଳକ କରାଯାଇଛି। କଣ୍ଟେନ୍‌ମେଣ୍ଟ ଜୋନ୍‌ ମଧ୍ୟରେ ଥିବା ରେଷ୍ଟୁରାଣ୍ଟ ଓ ବାର୍‌ଗୁଡ଼ିକୁ ଖୋଲିବାକୁ ଅନୁମତି ଦିଆଯିବନାହିଁ। କଣ୍ଟେନ୍‌ମେଣ୍ଟ ଜୋନ୍‌ ଉଠିବା ପରେ ସ୍ଥାନୀୟ ପ୍ରଶାସନ ଏନେଇ ନିଷ୍ପତ୍ତି ନେବ। ଅନ୍ୟପକ୍ଷରେ ୬୫ବର୍ଷରୁ ଊର୍ଦ୍ଧ୍ୱ ବୟସ୍କ, କୋମର୍‌ବିଡ୍‌ ରୋଗ ଥିବା ବ୍ୟକ୍ତି, ଗର୍ଭବତୀ ମହିଳା ଏବଂ ୧୦ବର୍ଷରୁ କମ୍‌ ବୟସ୍କ ଶିଶୁଙ୍କୁ ଘରେ ରହିବାକୁ କୁହାଯାଇଛି। ଗ୍ରାହକମାନେ ଆରୋଗ୍ୟ ସେତୁ ଆପ୍‌ ଡାଉନ୍‌ଲୋଡ୍‌ କରିବା ସହ ନିୟମ ପାଳନ କରିବେ। ସେହିଭଳି ରେଷ୍ଟୁରାଣ୍ଟଗୁଡ଼ିକ ଡାଇନ୍‌-ଇନ୍‌ ପରିବର୍ତ୍ତେ ଟେକ୍‌ ଆୱେକୁ ପ୍ରୋତ୍ସାହନ ଦେବାକୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବର୍ଣ୍ଣ ଜିତି ସୁନାମ ଅର୍ଜନ କଲେ ଛତ୍ରପୁର ବାସିନ୍ଦା ରମେଶ: ଦେଶ ପାଇଁ ଆଣିଲେ ଗୌରବ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଛତ୍ରପୁର, ୧୩।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ନାଇଜେରିଆର ଲାଗୋସ ସହରରେ ଆୟୋଜିତ କମନୱେଲଥ ପାରା ଫେନ୍ସିଂ ଚାମ୍ପିଅନସିପ ୨୦୨୬ରେ କୃତିତ୍ୱ ଅର୍ଜନ କରିଛନ୍ତି ଓଡ଼ିଆ ପୁଅ ଭି.…

ଆର୍ଯ୍ୟପଲ୍ଲୀ ସମୁଦ୍ରରେ ଲୀନ ହେବା ପୂର୍ବରୁ ବଞ୍ଚାଅ: ଦୀର୍ଘକାଳୀନ ପଦକ୍ଷେପ ଦାବି

ଛତ୍ରପୁର, ୧୩।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲାର ଛତ୍ରପୁର ନିକଟସ୍ଥ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ସମୁଦ୍ର କ୍ରମଶଃ କୂଳ ଲଙ୍ଘି ଗାଁ ଆଡକୁ ମାଡ଼ି ଆସୁଥିବାରୁ ଅଞ୍ଚଳବାସୀଙ୍କ ମଧ୍ୟରେ…

ତ୍ରିରଙ୍ଗା ଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ: ଯୋଗଦେଲେ ଫୁଲବାଣୀ ବିଧାୟକ

ଜି.ଉଦୟଗିରି,୧୩।୮(ଚିନ୍ମୟ କୁମାର ସେଠୀ): ସ୍ଥାନୀୟ ବିଜ୍ଞାପିତ ଅଞ୍ଚଳ ପରିଷଦ ଅନ୍ତର୍ଗତ ସମସ୍ତ ସ୍କୁଲ,କଲେଜ ଛାତ୍ରୀଛାତ୍ରମାନଙ୍କୁ ନେଇ ଘର ଘର ତ୍ରିରଙ୍ଗା ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ…

ପୂର୍ବାଫାଲ୍ଗୁନୀ ନକ୍ଷତ୍ରରେ ସୂର୍ଯ୍ୟଙ୍କ ଗୋଚର ଦେବ ବଡ଼ ଫାଇଦା, ମେଷ-ମିଥୁନ ସମେତ ୫ ରାଶିଙ୍କ ପାଇଁ ବଲ୍ଲେ-ବଲ୍ଲେ

ବୈଦିକ ଜ୍ୟୋତିଷରେ ପୂର୍ବା ଫାଲ୍ଗୁନୀ ୨୭ଟି ନକ୍ଷତ୍ର ମଧ୍ୟରୁ ୧୧ତମ ନକ୍ଷତ୍ର, ଯାହାର ସ୍ବାମୀ ଶୁକ୍ର। ଏହି ନକ୍ଷତ୍ରର ସମ୍ପର୍କ କଳା, ସଙ୍ଗୀତ, ସୌନ୍ଦର୍ଯ୍ୟ ଏବଂ ସାଜସଜ୍ଜା…

କୋଚିଙ୍ଗ ସେଣ୍ଟର୍‌ ଝରକା ଗ୍ରିଲ କାଟି ୪ ଦଶମ ଶ୍ରେଣୀ ଛାତ୍ର ଫେରାର

ପାଟଣା,୧୩।୮(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ କେନ୍ଦେଇ ପୋଷିସ୍ଥିତ ଏକ ଘରୋଇ ରେସି ଡେଣ୍ଟାଲ କୋଚିଂ ସେଣ୍ଟରରୁ ବୁଧବାର ବିଳମ୍ବିତ ରାତିରେ କୋଚିଂ ସେଣ୍ଟରର ଝରକା…

ଶୋଇଥିବାବେଳେ ବିଳମ୍ବିତ ରାତିରେ ସୁରେନ୍ଦ୍ରଙ୍କ ଘରେ ଲାଗିଲା ନିଆଁ, ଚାହୁଁ ଚାହୁଁ ଚାରିଆଡେ ବ୍ୟାପିଗଲା…

ଦିଗପହଣ୍ଡି,୧୩।୮(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମ ପାଣ୍ଡା ଛକ ନିକଟ ଉଲୁକପଲ୍ଲୀ ସାହିର ସୁରେନ୍ଦ୍ର ସାହୁଙ୍କ ଘରେ ବୁଧବାର ବିଳମ୍ବିତ…

ଭାରତରେ ପେଟ୍ରୋଲ-ଡିଜେଲ ଦର କମିବା ଆଶା! ୫ ଦିନର ଦ୍ରୁତ ବୃଦ୍ଧି ପରେ ଖସିଲା…

ନୂଆଦିଲ୍ଲୀ,୧୩।୮: ଅନ୍ତର୍ଜାତୀୟ ବଜାରରେ କଚା ତେଲ (Crude Oil) ଦରରେ ଗତ ୫ ଦିନ ଧରି ଚାଲିଆସୁଥିବା ବୃଦ୍ଧିରେ ଶେଷରେ ବ୍ରେକ ଲାଗିଛି। ୧୩ ଅଗଷ୍ଟ ୨୦୨୬ରେ…

କେସିଙ୍ଗା ଶିକ୍ଷା ବ୍ୟବସ୍ଥାକୁ ନେଇ ଅପପ୍ରଚାର: ଦୃଢ଼ କାର୍ଯ୍ୟାନୁଷ୍ଠାନ ଚେତାବନୀ

କେସିଙ୍ଗା, ୧୩।୮( ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର କେତେକ ବିଦ୍ୟାଳୟରେ ଶିକ୍ଷକ ଅଭାବ ଥିବାବେଳେ, ଅନ୍ୟ କେତେକ ସ୍କୁଲରେ ଅଧିକ ଶିକ୍ଷକ ରହିଛନ୍ତି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri