ଶୁକପାଇକା ନଦୀର ହେବ ପୁନରୁଦ୍ଧାର

ଭୁବନେଶ୍ୱର,୨୧ା୧୦(ବ୍ୟୁରୋ)- କଟକ ଜିଲା ଅନ୍ତର୍ଗତ ମହାନଦୀ ଡେଲଟାର ଶୁକପାଇକା ନଦୀର ପୁନରୁଦ୍ଧାର ହେବ । ସ୍ଥାନୀୟ ଭାବେ ମୃତ ନଦୀ ବୋଲି ଜଣାଶୁଣା ଏହା ଖୁବ୍‌ ଶୀଘ୍ର ପୁଣି ଜୀବନ୍ତ ଓ ଚଳଚଞ୍ଚଳ ହେବ । ଶୁକ୍ରବାର ଲୋକସେବା ଭବନଠାରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ଉଚ୍ଚସ୍ତରୀୟ ବୈଠକରେ ଉକ୍ତ ପ୍ରକଳ୍ପକୁ ଅନୁମୋଦନ କରାଯାଇଛି । ପ୍ରକଳ୍ପ ପାଇଁ ପ୍ରାୟ ୪୯.୬୭ କୋଟି ଟଙ୍କାର ଖର୍ଚ୍ଚ ଅଟକଳକୁ ବୈଠକରେ ଅନୁମୋଦନ କରାଯାଇଛି। ନଦୀର ଉଭୟ ପାର୍ଶ୍ୱରେ ଥିବା ଗ୍ରାମୀଣ ରାସ୍ତାଗୁଡ଼ିକୁ ସଂଯୋଗ କରିବା ନିମନ୍ତେ ନଦୀ ଉପରେ ୪ଟି ପୋଲ ନିର୍ମାଣ ହେବ ା ସମୁଦାୟ ପ୍ରକଳ୍ପକୁ ୧୮ ମାସ ମଧ୍ୟରେ ପୂର୍ଣ୍ଣାଙ୍ଗ କରିବା ପାଇଁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି।