ଆଜିଠୁ ଶ୍ରୀମନ୍ଦିର ନାଟମଣ୍ଡପ ମରାମତି, ମାର୍ଚ୍ଚ ୨୦ ତାରିଖ ସୁଦ୍ଧା ସରିବ କାମ

କଟକ,୨୩।୨(କାର୍ତ୍ତିକ ସାହୁ): ଭାରତୀୟ ପ୍ରତ୍ନତତ୍ତ୍ୱ ଗବେଷଣା ସଂସ୍ଥା (ଏଏସ୍‌ଆଇ) ପୁରୀ ଶ୍ରୀମନ୍ଦିର ନାଟମଣ୍ଡପର ମରାମତି କାର୍ଯ୍ୟ ଆସନ୍ତା ମାର୍ଚ୍ଚ ୨୦ ତାରିଖ ସୁଦ୍ଧା ଶେଷ କରିବ। ଏହି ସମୟ ମଧ୍ୟରେ କାମ ସମ୍ପୂର୍ଣ୍ଣ କରାଯାଇ ଶ୍ରୀମନ୍ଦିର ପ୍ରଶାସନକୁ ଦାୟିତ୍ୱ ହସ୍ତାନ୍ତର କରାଯିବ ବୋଲି ଏଏସ୍‌ଆଇ ପୁରୀ ସର୍କଲ୍‌ର ସୁପରିଣ୍ଟେଣ୍ଡିଂ ଆର୍କିଓଲୋଜିଷ୍ଟ ଡ. ଦିବିଶାଦ ବ୍ରଜସୁନ୍ଦର ଗଡ଼ନାୟକ ଗୁରୁବାର ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ଡ. ଗଡ଼ନାୟକଙ୍କ କହିବାନୁସାରେ, ଜାନୁଆରୀ ୧୦ ତାରିଖରେ ନାଟମଣ୍ଡପ ମରାମତି ପାଇଁ ଗଠିତ କୋର୍‌ କମିଟି ଏବଂ ଏଏସ୍‌ଆଇର ମିଳିତ ବୈଠକ ବସି ନାଟମଣ୍ଡପ ବିମ୍‌ ଡିଜାଇନ୍‌ ଚୂଡ଼ାନ୍ତ ହୋଇଥିଲା।

ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ନାଟମଣ୍ଡପ ସଂରକ୍ଷଣ କାମ ଅବିରତ ଚାଲିଛି। ଆସନ୍ତା ଏପ୍ରିଲ ୩୦ ତାରିଖ ସୁଦ୍ଧା ନାଟମଣ୍ଡପ ମରାମତି କାର୍ଯ୍ୟ ସାରିବା ନେଇ ହାଇକୋର୍ଟଙ୍କ ନିର୍ଦ୍ଦେଶ ରହିଛି। ତେବେ ଏଏସ୍‌ଆଇ ତା’ ପୂର୍ବରୁ ଏହି କାମ ଶେଷ କରିବାକୁ ଆଶା ରଖିଥିବା ସେ କହିଛନ୍ତି। ପ୍ରତ୍ୟହ ଅପରାହ୍ନ ୧ଟାରୁ ସନ୍ଧ୍ୟା ୭ଟା ଯାଏ ମରାମତି କାର୍ଯ୍ୟ କରାଯିବ। ଏହି ମରାମତି ପାଇଁ ସପୋର୍ଟ ସିଷ୍ଟମ କାର୍ଯ୍ୟ ଶୁକ୍ରବାରଠାରୁ ଆରମ୍ଭ ହେବ। ସେବାୟତ ଓ ମନ୍ଦିର ପ୍ରଶାସନର ମିଳିତ ବୈଠକରେ ଏନେଇ ଆଲୋଚନା କରାଯାଇଛି ବୋଲି ଗଡ଼ନାୟକ କହିଛନ୍ତି।

ସୂଚନା ଅନୁସାରେ, ହାଇକୋର୍ଟ ଗତ ନଭେମ୍ବର ୧୫ ତାରିଖ ଶୁଣାଣିରେ ନାଟମଣ୍ଡପ ମରାମତି କାର୍ଯ୍ୟ ତୁରନ୍ତ ଆରମ୍ଭ କରିବା ନିମନ୍ତେ ଏଏସ୍‌ଆଇକୁ ନିର୍ଦ୍ଦେଶ ଦେଇଥିଲେ। ଏହି ମରାମତି କାର୍ଯ୍ୟ ଦିନକୁ ୬ ଘଣ୍ଟା ଲେଖାଏ କରି ୧୨୦ ଦିନରେ ଶେଷ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଥିଲେ। ଆମିକସ୍‌କ୍ୟୁରି ଏହି କାମର ଅନୁଧ୍ୟାନ କରି ପ୍ରତି ୧୫ ଦିନରେ ହାଇକୋର୍ଟଙ୍କୁ ରିପୋର୍ଟ ପ୍ରଦାନ କରିବେ। ଶ୍ରୀମନ୍ଦିର ପ୍ରଶାସନ ଏଏସ୍‌ଆଇକୁ ଏଥିପାଇଁ ସହଯୋଗ ଯୋଗାଇ ଦେବ। ଏଥିସହ ଶ୍ରଦ୍ଧାଳୁମାନେ ଯେପରି ଦିଅଁ ଦର୍ଶନ କରିବା ନେଇ ଅସୁବିଧାରେ ନ ପଡ଼ନ୍ତି ଶ୍ରୀମନ୍ଦିର ପ୍ରଶାସନ ବ୍ୟବସ୍ଥା କରିବ। ନାଟମଣ୍ଡପ ମରାମତି ଓ ଶ୍ରଦ୍ଧାଳୁ ଦର୍ଶନ ଉଭୟ କାର୍ଯ୍ୟ ଠିକ୍‌ ଭାବେ ହେବା ପାଇଁ ଶ୍ରୀମନ୍ଦିର ପ୍ରଶାସନ ଉଭୟଙ୍କ ମଧ୍ୟରେ ସମନ୍ବୟ ରକ୍ଷା କରିବ ବୋଲି ହାଇକୋର୍ଟ ତାଙ୍କ ନିର୍ଦ୍ଦେଶରେ ସ୍ପଷ୍ଟ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାରେ ନିର୍ବାଚନରେ ​​ସଫଳତା ପାଇଁ ତ୍ରିପୁରା ଏବଂ ଆସାମ ସୂତ୍ରକୁ ନକଲ କରିବ ଭାଜପା

ଭୁବନେଶ୍ୱର,୨୭ା୪: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ତାଙ୍କ ସୋନପୁର ରାଲିରେ ଓଡ଼ିଶାରେ ଭାରତୀୟ ଜନତା ପାର୍ଟି (ଭାଜପା) ର ନେତା ଓ କର୍ମୀଙ୍କ ମନୋବଳ ବଢ଼ାଇଛନ୍ତି।...

ଶାନ୍ତିଶୃଙ୍ଖଳାର ସହ ନିର୍ବାଚନ ପରିଚାଳନା ପାଇଁ ଓଡ଼ିଶାରେ ମୁତୟନ ହେବେ ୧୬୫ କମ୍ପାନୀ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ

ଭୁବନେଶ୍ୱର,୨୭ା୪: ରାଜ୍ୟରେ ସମ୍ପୂର୍ଣ୍ଣ ଶାନ୍ତିଶୃଙ୍ଖଳା ମଧ୍ୟରେ ଆଗାମୀ ସାଧାରଣ ନିର୍ବାଚନ ପ୍ରକ୍ରିୟା ପରିଚାଳନା ନିମନ୍ତେ ୧୬୫ କମ୍ପାନୀ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବାହିନୀ ମୁତୟନ କରାଯାଉଛି...

ସ୍ତ୍ରୀ, ଶାଳୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା ମାମଲା: ଦୋଷୀଙ୍କୁ ଆଜୀବନ ଜେଲ୍‌ଦଣ୍ଡ

ଭୁବନେଶ୍ୱର,୨୭ା୪(ସତ୍ୟଜିତ୍‌ ରାଉତ): ସ୍ତ୍ରୀ ଏବଂ ଶାଳୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କରିଥିବା ଅଭିଯୁକ୍ତଙ୍କୁ ଶନିବାର ଆଜୀବନ ଜେଲ୍‌ଦଣ୍ଡ ରାୟ ଶୁଣାଇଛନ୍ତି ଖୋର୍ଦ୍ଧା ଜିଲା ଦୌରା ଜଜ୍‌।...

ନ୍ୟୁୟର୍କ ଇଣ୍ଡିଆନ ଫିଲ୍ମ ଫେଷ୍ଟିଭାଲ: ଦମନ, ପ୍ରତୀକ୍ଷା ମନୋନୀତ

ଭୁବନେଶ୍ୱର,୨୭ା୪(ଶର୍ମିଷ୍ଠା ପାଣିଗ୍ରାହୀ): ଓଡ଼ିଆ ଚଳଚ୍ଚିତ୍ର ଜଗତ ପାଇଁ ଏକ ଖୁସି ଓ ଗର୍ବର ଖବର। ନିକଟରେ ଓଡ଼ିଆ ସିନେମାରେ ଚର୍ଚ୍ଚାରେ ଥିବା ଦୁଇଟି ଚଳଚ୍ଚିତ୍ର ‘ଦମନ’...

ପୂର୍ବତନ ସମିତି ସଭ୍ୟଙ୍କ ଗଳାକାଟି ହତ୍ୟା, ମାଓବାଦୀଙ୍କ ହାତ ଥିବା ସନ୍ଦେହ

ମାଲକାନଗିରି,୨୭ା୪(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ରେ କଂଗ୍ରେସ ନେତା ତଥା ପୂର୍ବତନ ସମିତି ସଭ୍ୟଙ୍କୁ ଶନିବାର କେହି ଦୁର୍ବୃତ୍ତ ହତ୍ୟା କରିଛନ୍ତି। ଏଥିରେ ମାଓବାଦୀଙ୍କ ହାତ ଥିବା ସନ୍ଦେହ...

ବଜ୍ରପାତରେ ମା’-ପୁଅଙ୍କ ଜୀବନ ଗଲା

ଡେରାବିଶ,୨୭ା୪(ଅଜୟ ବେବର୍ତ୍ତା): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ ଖମୋଳ ପଞ୍ଚାୟତ ଅନ୍ତର୍ଗତ ଜହ୍ନିମୂଳ ଗ୍ରାମରେ ଶନିବାର ସନ୍ଧ୍ୟାରେ ବଜ୍ରପାତରେ ମା’ ଓ ପୁଅଙ୍କ ମୃତ୍ୟୁ ଘଟିଛି।...

କୋରେଇ, ଖଣ୍ଡପଡ଼ା, ନୀଳଗିରି ଆସନ ଝୁଲାଇ ରଖିଲା ବିଜେଡି

ଭୁବନେଶ୍ୱର,୨୭।୪: ବିଧାନସଭା ନିର୍ବାଚନ ପାଇଁ ବିଜୁ ଜନତା ଦଳ(ବିଜେଡି) ପକ୍ଷରୁ ଶନିବାର ଆଉ ତିନି ଆସନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଏହାକୁ ମିଶାଇ...

କଟକ-ବାରବାଟୀରୁ ଲଢ଼ିବେ ମୋକିମ୍‌ଙ୍କ ଝିଅ ସୋଫିଆ, ନାଁ ସୁପାରିସ କଲା କଂଗ୍ରେସ

କଟକ,୨୭ା୪: କଟକ-ବାରବାଟୀ ବିଧାୟକ ମହମ୍ମଦ ମୋକିମ୍‌ଙ୍କ ଝିଅ ସୋଫିଆ ଫିର୍ଦ୍ଦୋସ ରାଜନୀତିକୁ ଓହ୍ଲାଇବା ନେଇ ଖୁବ୍‌ ଚର୍ଚ୍ଚା ହେଉଛି। ତେବେ ସୋଫିଆଙ୍କୁ ବିଧାୟିକା ପ୍ରାର୍ଥୀ କରିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri