ଆଜିଠୁ ଶ୍ରୀମନ୍ଦିର ନାଟମଣ୍ଡପ ମରାମତି, ମାର୍ଚ୍ଚ ୨୦ ତାରିଖ ସୁଦ୍ଧା ସରିବ କାମ

କଟକ,୨୩।୨(କାର୍ତ୍ତିକ ସାହୁ): ଭାରତୀୟ ପ୍ରତ୍ନତତ୍ତ୍ୱ ଗବେଷଣା ସଂସ୍ଥା (ଏଏସ୍‌ଆଇ) ପୁରୀ ଶ୍ରୀମନ୍ଦିର ନାଟମଣ୍ଡପର ମରାମତି କାର୍ଯ୍ୟ ଆସନ୍ତା ମାର୍ଚ୍ଚ ୨୦ ତାରିଖ ସୁଦ୍ଧା ଶେଷ କରିବ। ଏହି ସମୟ ମଧ୍ୟରେ କାମ ସମ୍ପୂର୍ଣ୍ଣ କରାଯାଇ ଶ୍ରୀମନ୍ଦିର ପ୍ରଶାସନକୁ ଦାୟିତ୍ୱ ହସ୍ତାନ୍ତର କରାଯିବ ବୋଲି ଏଏସ୍‌ଆଇ ପୁରୀ ସର୍କଲ୍‌ର ସୁପରିଣ୍ଟେଣ୍ଡିଂ ଆର୍କିଓଲୋଜିଷ୍ଟ ଡ. ଦିବିଶାଦ ବ୍ରଜସୁନ୍ଦର ଗଡ଼ନାୟକ ଗୁରୁବାର ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ଡ. ଗଡ଼ନାୟକଙ୍କ କହିବାନୁସାରେ, ଜାନୁଆରୀ ୧୦ ତାରିଖରେ ନାଟମଣ୍ଡପ ମରାମତି ପାଇଁ ଗଠିତ କୋର୍‌ କମିଟି ଏବଂ ଏଏସ୍‌ଆଇର ମିଳିତ ବୈଠକ ବସି ନାଟମଣ୍ଡପ ବିମ୍‌ ଡିଜାଇନ୍‌ ଚୂଡ଼ାନ୍ତ ହୋଇଥିଲା।

ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ନାଟମଣ୍ଡପ ସଂରକ୍ଷଣ କାମ ଅବିରତ ଚାଲିଛି। ଆସନ୍ତା ଏପ୍ରିଲ ୩୦ ତାରିଖ ସୁଦ୍ଧା ନାଟମଣ୍ଡପ ମରାମତି କାର୍ଯ୍ୟ ସାରିବା ନେଇ ହାଇକୋର୍ଟଙ୍କ ନିର୍ଦ୍ଦେଶ ରହିଛି। ତେବେ ଏଏସ୍‌ଆଇ ତା’ ପୂର୍ବରୁ ଏହି କାମ ଶେଷ କରିବାକୁ ଆଶା ରଖିଥିବା ସେ କହିଛନ୍ତି। ପ୍ରତ୍ୟହ ଅପରାହ୍ନ ୧ଟାରୁ ସନ୍ଧ୍ୟା ୭ଟା ଯାଏ ମରାମତି କାର୍ଯ୍ୟ କରାଯିବ। ଏହି ମରାମତି ପାଇଁ ସପୋର୍ଟ ସିଷ୍ଟମ କାର୍ଯ୍ୟ ଶୁକ୍ରବାରଠାରୁ ଆରମ୍ଭ ହେବ। ସେବାୟତ ଓ ମନ୍ଦିର ପ୍ରଶାସନର ମିଳିତ ବୈଠକରେ ଏନେଇ ଆଲୋଚନା କରାଯାଇଛି ବୋଲି ଗଡ଼ନାୟକ କହିଛନ୍ତି।

ସୂଚନା ଅନୁସାରେ, ହାଇକୋର୍ଟ ଗତ ନଭେମ୍ବର ୧୫ ତାରିଖ ଶୁଣାଣିରେ ନାଟମଣ୍ଡପ ମରାମତି କାର୍ଯ୍ୟ ତୁରନ୍ତ ଆରମ୍ଭ କରିବା ନିମନ୍ତେ ଏଏସ୍‌ଆଇକୁ ନିର୍ଦ୍ଦେଶ ଦେଇଥିଲେ। ଏହି ମରାମତି କାର୍ଯ୍ୟ ଦିନକୁ ୬ ଘଣ୍ଟା ଲେଖାଏ କରି ୧୨୦ ଦିନରେ ଶେଷ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଥିଲେ। ଆମିକସ୍‌କ୍ୟୁରି ଏହି କାମର ଅନୁଧ୍ୟାନ କରି ପ୍ରତି ୧୫ ଦିନରେ ହାଇକୋର୍ଟଙ୍କୁ ରିପୋର୍ଟ ପ୍ରଦାନ କରିବେ। ଶ୍ରୀମନ୍ଦିର ପ୍ରଶାସନ ଏଏସ୍‌ଆଇକୁ ଏଥିପାଇଁ ସହଯୋଗ ଯୋଗାଇ ଦେବ। ଏଥିସହ ଶ୍ରଦ୍ଧାଳୁମାନେ ଯେପରି ଦିଅଁ ଦର୍ଶନ କରିବା ନେଇ ଅସୁବିଧାରେ ନ ପଡ଼ନ୍ତି ଶ୍ରୀମନ୍ଦିର ପ୍ରଶାସନ ବ୍ୟବସ୍ଥା କରିବ। ନାଟମଣ୍ଡପ ମରାମତି ଓ ଶ୍ରଦ୍ଧାଳୁ ଦର୍ଶନ ଉଭୟ କାର୍ଯ୍ୟ ଠିକ୍‌ ଭାବେ ହେବା ପାଇଁ ଶ୍ରୀମନ୍ଦିର ପ୍ରଶାସନ ଉଭୟଙ୍କ ମଧ୍ୟରେ ସମନ୍ବୟ ରକ୍ଷା କରିବ ବୋଲି ହାଇକୋର୍ଟ ତାଙ୍କ ନିର୍ଦ୍ଦେଶରେ ସ୍ପଷ୍ଟ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସନ୍ଦେହଜନକ କାରକୁ ଗୋଡ଼ାଇ ଧରିଲା ନନ୍ଦିପଦା ପୋଲିସ: ଚାଳକ-ଅନ୍ୟମାନେ ଫେରାର, ତଦନ୍ତ ଜାରି

ହାଟଡିହୀ, ୨୫।୯ (ଶୁଭକାନ୍ତ ନାୟକ): ଭଦ୍ରକ ପାର୍ଶ୍ୱରୁ କେନ୍ଦୁଝର ଜିଲା ଆନନ୍ଦପୁର ଅଭିମୁଖେ ୫୩ ନମ୍ବର ରାଜ୍ୟ ରାଜପଥରେ ଶୁକ୍ରବାର ରାତି ପ୍ରାୟ ୯ଟା ସମୟରେ ଯାଉଥିବା…

ଦିଗପହଣ୍ଡିରେ ଜଳବନ୍ଦୀ ସମସ୍ୟା: ପୂର୍ତ୍ତବିଭାଗ ବୈଷୟିକ ଟିମ୍ ର ଅନୁଧ୍ୟାନ

ଦିଗପହଣ୍ଡି,୨୫|୯(ଅଶେଷ ନାଥ ମିଶ୍ର) ଲଘୁଚାପ ଜନିତ ଲଗାଣ ବର୍ଷାରେ ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ପୁରୁଣା ବସଷ୍ଟାଣ୍ଡ ମୁଖ୍ୟ ରାସ୍ତାରେ ପ୍ରାୟ ୨ ଫୁଟ ଉଚ୍ଚତାରେ ବର୍ଷାଜଳ…

ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ; ଚାଷୀଙ୍କ ପାଇଁ ବଡ଼ ଘୋଷଣା

ଭୁବନେଶ୍ୱର,୨୫।୯: ରାଜ୍ୟରେ କୃଷି ଓ କୃଷକଙ୍କ ବିକାଶ ପାଇଁ ସମବାୟ କ୍ଷେତ୍ରରେ ଏକ ନୂତନ ଯୁଗର ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଆନୁଷ୍ଠାନିକ…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଟ୍ରକ୍‌ ଧକ୍କାରେ ମହିଳା ଶ୍ରମିକ ମୃତ, ୭ ଆହତ

ସମ୍ବଲପୁର, ୨୫।୯ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୋମୁରା ଥାନା ଅନ୍ତର୍ଗତ କଂସର ଗ୍ରାମ ନିକଟ ଜିଓ ପେଟ୍ରୋଲ ପମ୍ପ ସମ୍ମୁଖ ଜାତୀୟ ରାଜପଥ ନଂ. ୫୫…

ନଦୀରେ ଭାସିଯିବାବେଳେ ସାହାରା ହେଲା ଗଛଡାଳ: ପୋଲ ଉପରୁ ଖସିପଡ଼ି ଅଧ କି.ମି. ଭାସିଗଲେ ବୃଦ୍ଧ

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ବ୍ଲକ୍‌ ତେଲକନାଡି ଗ୍ରାମର ସୁବାସ ଭତ୍ରା (୫୫) ଭାସ୍କେଲ ନଦୀ ପୋଲ ଉପରେ ଠିଆ ହୋଇଥିବାବେବେଳେ ଗୋଡ଼ ଖସିଯିବାରୁ ତଳକୁ ପଡ଼ିଯାଇଥିଲେ।…

ଛାତ୍ରାବାସରେ ପଶିଲା ପାଣି

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ସ୍ଥିତ ସରକାରୀ ଭୂତପୂର୍ବ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଡ୍ରେନେଜ ସୁବିଧା ନ ଥିବା ଯୋଗୁ ଛାତ୍ରାବାସରେ ବର୍ଷାପାଣି ପ୍ରବେଶ କରିଥିଲା। ପ୍ରଧାନଶିକ୍ଷକ…

ଲଗାଣ ବର୍ଷା ପାଇଁ କାଲି ୫ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା: ଭଦ୍ରକର ୭ ବ୍ଲକରେ ୩୯୯ ସ୍କୁଲ ବନ୍ଦ

ଭୁବନେଶ୍ୱର,୨୫।୯: ରାଜ୍ୟରେ ଜାରି ରହିଥିବା ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଆସନ୍ତାକାଲି (ଶନିବାର) ରାଜ୍ୟର ୫ଟି ଜିଲାରେ ସ୍କୁଲଗୁଡ଼ିକୁ ଛୁଟି ଘୋଷଣା କରାଯାଇଛି। ପିଲାମାନଙ୍କ ସୁରକ୍ଷାକୁ ଆଖିଆଗରେ…

ପାଣି ସୁଅରେ ଭାସିଗଲା କାର, ଦୁଇ ଘଣ୍ଟା ଫସିଲେ ୨ ଜଣ

ଉଦଳା, ୨୫/୯(ସନ୍ତୋଷ ବାଛିନୀ): ଅଚାନକ ରାସ୍ତାରେ ପାଣି ପ୍ରବାହିତ ହେବାରୁ ପାଣି ସୁଅରେ ଏକ କାର ଭାସିଯାଇଥିବାବେଳେ ଏଥିରେ ଥିବା ଦୁଇ ଜଣ ପ୍ରାୟ ଦୁଇ ଘଣ୍ଟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?