Posted inଜାତୀୟ

କଶ୍ମୀରକୁ ଫେରାଅ ରାଜ୍ୟ ମାନ୍ୟତା

ନୂଆଦିଲ୍ଲୀ/ଶ୍ରୀନଗର,୧୭ା୩:ଜମ୍ମୁ-କଶ୍ମୀରର ରାଜ୍ୟ ମାନ୍ୟତା ଫେରସ୍ତ ଦାବିକୁ ଜାତୀୟ ସ୍ତରର ବିରୋଧୀ ନେତାମାନେ ଗୁରୁବାର ସମର୍ଥନ କରିଛନ୍ତି। ଏଥିସହ ଏହି ପ୍ରାକ୍ତନ ରାଜ୍ୟରେ ଅବିଳମ୍ବେ ବିଧାନସଭା ନିର୍ବାଚନ କରାଯାଉ ବୋଲି ସେମାନେ ଦାବି କରିଛନ୍ତି। ଏପରି କି ବିରୋଧୀ ଦଳଗୁଡ଼ିକର ନେତାମାନେ ଆସନ୍ତା ମେ’ରେ କଶ୍ମୀରବାସୀଙ୍କ ସମର୍ଥନରେ ଶ୍ରୀନଗର ଗସ୍ତ କରିବେ ବୋଲି ନିଷ୍ପତ୍ତି ନେଇଛନ୍ତି।
ନ୍ୟାଶନାଲ କନ୍‌ଫରେନ୍ସ (ଏନ୍‌ସି) ମୁଖ୍ୟ ଫାରୁକ୍‌ ଅବ୍‌ଦୁଲ୍ଲାଙ୍କ ଅଧ୍ୟକ୍ଷତାରେ ଏକ ସର୍ବଦଳୀୟ ପ୍ରତିନିଧିମଣ୍ଡଳୀ ନୂଆଦିଲ୍ଲୀର କନ୍‌ଷ୍ଟିଚ୍ୟୁଶନ୍‌ କ୍ଲବ୍‌ରେ କଂଗ୍ରେସ, ଡିଏମ୍‌କେ, ଟିଏମ୍‌ସି, ସିପିଆଇଏମ୍‌, ଆର୍‌ଜେଡି, ଏସ୍‌ପି, ଏଏପି ସମେତ ଅନ୍ୟ ବିରୋଧୀ ଦଳ ନେତାମାନଙ୍କୁ ସାକ୍ଷାତ କରିଛନ୍ତି। ପରେ ସେମାନେ ଭାରତର ନିର୍ବାଚନ କମିଶନଙ୍କୁ ଭେଟି ତୁରନ୍ତ ବିଧାନସଭା ନିର୍ବାଚନ କରାଇବା ପାଇଁ ଏକ ସ୍ମାରକପତ୍ର ଦେଇଛନ୍ତି। ଜାତୀୟତାବାଦୀ କଂଗ୍ରେସ ପାର୍ଟି (ଏନ୍‌ସିପି) ଅଧ୍ୟକ୍ଷ ଶରଦ ପାଓ୍ବାର କହିଛନ୍ତି, ସବୁ ବିରୋଧୀ ଦଳର ନେତାମାନେ ଶ୍ରୀନଗର ଗସ୍ତକରି ଜମ୍ମୁ-କଶ୍ମୀର ଜନସାଧାରଣଙ୍କୁ ସମର୍ଥନ ଜଣାଇବେ। ପୂର୍ବତନ ମୁଖ୍ୟମନ୍ତ୍ରୀ ଫାରୁକ୍‌ କହିଛନ୍ତି, ନିର୍ବାଚନ ବିଳମ୍ବ କରାଇବାର କୌଣସି ଯଥାର୍ଥତା ନାହିଁ ବୋଲି ସମସ୍ତ ବିରୋଧୀ ଦଳ ଏକମତ। ଜମ୍ମୁ-କଶ୍ମୀରରେ ୨୦୧୪ରେ ଶେଷ ଥର ପାଇଁ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହୋଇଥିଲା। ଗତ ୫ ବର୍ଷ ଧରି ଏହି କେନ୍ଦ୍ରଶାସିତ ଅଞ୍ଚଳରେ କୌଣସି ନିର୍ବାଚିତ ସରକାର ନାହିଁ। ଏହି ସ୍ଥଳେ ସାଧାରଣ ଲୋକଙ୍କ ପ୍ରତି ଉତ୍ତରଦାୟୀ ନ ଥିବା ଅମଲାତନ୍ତ୍ରକୁ ସରକାର ଚଳାଇବାକୁ ଦିଆଯାଇଛି। ଫଳରେ କଶ୍ମୀରବାସୀ ସମ୍ବିଧାନ ପ୍ରଦତ୍ତ ନିଜ ମୌଳିକ ଓ ଗଣତାନ୍ତ୍ରିକ ଅଧିକାରଗୁଡ଼ିକରୁ ବଞ୍ଚତ୍ତ ହୋଇଛନ୍ତି। ପଞ୍ଚାୟତ ସମେତ ଅନ୍ୟ ସ୍ଥାନୀୟ ନିର୍ବାଚନଗୁଡ଼ିକ କେବେ ହେଲେ ବିଧାନସଭା ଭୋଟର ବିକଳ୍ପ ନୁହେଁ। ଏହି ସମସ୍ତ ବିଷୟ ମୁଖ୍ୟ ନିର୍ବାଚନ କମିଶନର (ସିଇସି) ରାଜୀବ କୁମାରଙ୍କୁ କୁହାଯାଇଛି। ସିଇସି ନିର୍ବାଚନ ଲାଗି ଆବଶ୍ୟକ ପଦକ୍ଷେପ ନିଆଯିବ ବୋଲି ଆଶ୍ୱାସନା ଦେଇଛନ୍ତି। ଏହି ପ୍ରସଙ୍ଗରେ କମିଶନ ଖୁବ୍‌ଶୀଘ୍ର ଏକ ବୈଠକ ଡାକିବେ ବୋଲି ଫାରୁକ୍‌ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ସ୍ମାରକପତ୍ରରେ ପାଓ୍ବାଙ୍କର ସମେତ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ, ସିପିଆଇଏମ୍‌ ସାଧାରଣ ସମ୍ପାଦକ ସୀତାରାମ ୟେଚୁରୀ, ଏଏପି ନେତା ସଞ୍ଜୟ ସିଂ ପ୍ରମୁଖ ସ୍ବାକ୍ଷର କରିଛନ୍ତି। ସୂଚନାଯୋଗ୍ୟ, ଜମ୍ମୁ-କଶ୍ମୀରକୁ ସ୍ବତନ୍ତ୍ର ମାନ୍ୟତା ପ୍ରଦାନକାରୀ ସମ୍ବିଧାନର ଅନୁଚ୍ଛେଦ ୩୭୦କୁ ୨୦୧୯ ଅଗଷ୍ଟ ୫ରେ କେନ୍ଦ୍ର ସରକାର ଉଚ୍ଛେଦ କରିଥିଲେ। ଏଥିସହ ଜମ୍ମୁ-କଶ୍ମୀର ଏବଂ ଲଦାଖକୁ ଦୁଇଟି ପୃଥକ୍‌ କେନ୍ଦ୍ରଶାସିତ ଅଞ୍ଚଳରେ ପରିଣତ କରିଥିଲେ। ସେବେଠୁ ଅଦ୍ୟାବଧି ରାଜ୍ୟ ମାନ୍ୟତା ଫେରସ୍ତ ଏବଂ ନିର୍ବାଚନ କରାଇବା ଦାବି ନେଇ ଏହା ହେଉଛି ସବୁଠୁ ବଡ଼ ପଦକ୍ଷେପ।


Enter your email to get our daily news in your inbox.

All Right Reserved By Dharitri.Com

ଆଉ ଏକ ପ୍ରାର୍ଥୀ ତାଲିକା ଜାରି କଲା କଂଗ୍ରେସ

ଚଣ୍ଡିଗଡ଼,୨୫।୪: ହରିୟାଣାର ୮ଟି ଲୋକ ସଭା ଆସନ ପାଇଁ କଂଗ୍ରେସ ପ୍ରାର୍ଥୀ ଘୋଷଣା କରିଛି। କୁମାରୀ ଶୈଳଜାଙ୍କୁ ସିରସା, ରୋହତକରୁ ଦିପେନ୍ଦ୍ର ସିଂ ହୁଡା, ଅମ୍ବାଲାରୁ...

କେଜରିଓ୍ବାଲ ଜେଲରୁ ନ ଆସିବା ପର୍ଯ୍ୟନ୍ତ ହେବ ନାହିଁ ମେୟର ନିର୍ବାଚନ? ଏଲଜି ଦେଲେ ଏହି ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୫।୪: ଅନୁମାନ କରାଯାଉଛି ଯେ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଜେଲରୁ ବାହାରିବା ପର୍ଯ୍ୟନ୍ତ ଏମସିଡି ମେୟର ଏବଂ ଡେପୁଟି ମେୟରଙ୍କ ପାଇଁ ନିର୍ବାଚନ ହୋଇ...

ସ୍ଥଗିତ ରହିଲା ଏମସିଡି ମେୟର, ଡେପୁଟି ମେୟର ନିର୍ବାଚନ

ନୂଆଦିଲ୍ଲୀ,୨୫।୪: ଏପ୍ରିଲ ୨୬ରେ ଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା ମ୍ୟୁନିସିପାଲିଟି କର୍ପୋରେସନ ମେୟର ଏବଂ ଡେପୁଟି ମେୟରଙ୍କ ପାଇଁ ନିର୍ବାଚନ ସ୍ଥଗିତ ରଖାଯାଇଛି। ଏହାର କାରଣ...

ଦ୍ୱିତୀୟ ପର୍ଯ୍ୟାୟ ମତଦାନ ପ୍ରସ୍ତୁତି ଶେଷ: ରାହୁଲ, ଓମ୍‌ ବିର୍ଲା, ହେମା ମାଳିନୀଙ୍କ ହେବ ଭାଗ୍ୟ ପରୀକ୍ଷା

ନୂଆଦିଲ୍ଲୀ,୨୫ା୪: ଶୁକ୍ରବାର ଦ୍ୱିତୀୟ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ। ୧୩ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ୮୮ ଆସନରେ ମତଦାନ ହେବ। ଏହି ପର୍ଯ୍ୟାୟରେ କଂଗ୍ରେସ...

ଅଣ୍ଡା, ଚିକେନ ଖାଉଥିବା ଲୋକେ ହୁଅନ୍ତୁ ସାବଧାନ

ନୂଆଦିଲ୍ଲୀ,୨୫।୪: ଝାଡ଼ଖଣ୍ଡର ରାଜଧାନୀ ରାଞ୍ଚିରେ ବାର୍ଡଫ୍ଲୁ ରୋଗ ସଂକ୍ରମଣ ହୋଇଥିବା ଜଣାପଡିଛି। ସେଠାରେ ଅନେକ ନମୁନା ପରୀକ୍ଷା କରାଯାଇଥିଲା ଯେଉଁଥିରେ ଏଭିୟନ ଇନଫ୍ଲୁଏନଞ୍ଜା H5N1 ଚିହ୍ନଟ...

ନିର୍ବାଚନ ଲଢିବେ କଳ୍ପନା

ରାଞ୍ଚି,୨୫।୪: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ସ୍ତ୍ରୀ କଳ୍ପନା ସୋରେନ ନିର୍ବାଚନ ମଇଦାନରେ ପ୍ରବେଶ କରିଛନ୍ତି। ଗାଂଡେୟ ବିଧାନସଭା ଆସନରୁ ଉପ-ନିର୍ବାଚନରେ ଝାଡ଼ଖଣ୍ଡ ମୁକ୍ତି...

୧୧ ବର୍ଷ ହେବ ଜେଲରେ ବନ୍ଦୀଥିବା ଝିଅକୁ ଭେଟିବାକୁ ଭାରତରୁ ୟେମେନ ପହଞ୍ଚିଲେ ମା’, ହତ୍ୟା ମାମଲାରେ ମିଳିଛି ମୃତ୍ୟୁଦଣ୍ଡ

ନୂଆଦିଲ୍ଲୀ/ସନା,୨୫।୪: ଦୀର୍ଘ ୧୧ ବର୍ଷ ଧରି ୟେମେନ ଜେଲରେ ବନ୍ଦୀ ଥିବା ଝିଅକୁ ଭେଟିବା ପାଇଁ ତାଙ୍କ ମା’ ଭାରତରୁ ୟେମେନ ଆସିଥିଲେ। ଦୁହେଁ ପରସ୍ପରକୁ...

ଆଉ ଏକ ପ୍ରାର୍ଥୀ ତାଲିକା ଜାରି କଲା ବିଏସପି, ରାଏବରେଲିରୁ ଲଢିବେ…

ଲକ୍ଷ୍ନୌ,୨୫।୪: ଉତ୍ତରପ୍ରଦେଶରେ ହେବାକୁ ଥିବା ଲୋକ ସଭା ନିର୍ବାଚନ ପାଇଁ ବହୁଜନ ସମାଜ ପାର୍ଟି (ବିଏସପି) ଗୁରୁବାର ଆଉ ଏକ ପ୍ରାର୍ଥୀ ତାଲିକା ଜାରି କରିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri