ରାସ୍ତା କାମ ଫଳକରେ ସୀମିତ: ଆନ୍ଦୋଳନ ଚେତାବନୀ

ନୟାଗଡ଼ ଅଫିସ,୬ା୩:ନୟାଗଡ଼ ଜିଲା ଦେଇ ଯାଇଥିବା ୨୧ ନଂ. ରାଜ୍ୟ ରାଜପଥର ନୟାଗଡ଼ ଲେମ୍ବୁ ବିକ୍ରି ଛକଠାରୁ ଲେଙ୍କୁଡ଼ିପଡ଼ା ଛକ ପର୍ଯ୍ୟନ୍ତ ରାସ୍ତାରେ ଖଲଖମା ଯୋଗୁ ଦୁର୍ଘଟଣା ବଢୁଛି। ତେବେ ରାସ୍ତାର ପୁନରୁଧାର ନଁାରେ ଫଳକ ରାସ୍ତାକଡ଼ରେ ଝୁଲି ଅଯଥା ରାଜନୀତି କରାଯାଉଛି ବୋଲି କଂଗ୍ରେସ ଅଭିଯୋଗ ଆଣିଛି। ଏଣୁ ଫଳକରେ ରାସ୍ତା କାର୍ଯ୍ୟକୁ ସୀମିତ ନ ରଖି କାମ ତୁରନ୍ତ କରିବାକୁ କଂଗ୍ରେସ ପରାମର୍ଶ ଦେଇଛି। ନଚେତ ଆନ୍ଦୋଳନ କରାଯିବ ବୋଲି ଚେତାବନୀ ଦିଆଯାଇଛି। ଏ ନେଇ ଜିଲା କଂଗ୍ରେସ ସଭାପତି ରଣଜିତ ଦାଶ କୁହନ୍ତି, ମରଣଯନ୍ତା ପାଲଟିଥିବା ନୟାଗଡ଼ ସହରରୁ ଆରମ୍ଭ ଜନଗହଳି ରାସ୍ତାର ମରାମତି ନଁାରେ ପୂର୍ତ୍ତ ବିଭାଗୀୟ ଯନ୍ତ୍ରୀ ମାଲେମାଲ ହୋଇ ଚାଲିଛନ୍ତି। ୨ କୋଟି ୮୦ ଲକ୍ଷ ଟଙ୍କା ବ୍ୟୟ ଅଟକଳରେ ଏହି ରାସ୍ତା ନିର୍ମାଣ ପାଇଁ ନୟାଗଡ଼ ବିଧାୟକ କିଛିଦିନ ପୂର୍ବେ ସ୍ଥାନୀୟ ତ୍ରିନାଥ ଛକରେ ଭିତ୍ତିପ୍ରସ୍ତର ସ୍ଥାପନା କରି ଫଳକ ମାରିଛନ୍ତି। ମାତ୍ର ଠିକାଦାର ଏଯାବତ କାର୍ଯ୍ୟ ଆରମ୍ଭ କରୁନାହାନ୍ତି। ସମ୍ପୃକ୍ତ ଠିକାଦାରଙ୍କ ବିରୋଧରେ ପୂର୍ତ୍ତ ବିଭାଗ ଅଧୀକ୍ଷଣ ଯନ୍ତ୍ରୀ କାରଣ ଦର୍ଶାଅ ନୋଟିସ ଜାରି ମଧ୍ୟ କରୁନାହାନ୍ତି। ଏହି ପରିପ୍ରେକ୍ଷୀରେ ଏହି ଅଢେଇ କିଲୋମିଟର ଜନଗହଳି ପୂର୍ଣ୍ଣ ରାସ୍ତାରେ ଦିନତମାମ ମାତ୍ରାଧିକ ଧୂଳି ଉଡ଼ି ଜନଜୀବନ ଅସ୍ତବ୍ୟସ୍ତ ହୋଇପଡୁଛି। ଯଦି ରାସ୍ତା କାର୍ଯ୍ୟ ସପ୍ତାହ ମଧ୍ୟରେ ଆରମ୍ଭ କରା ନ ଯାଏ ତେବେ ଭୁବନେଶ୍ୱରସ୍ଥିତ ପୂର୍ତ୍ତ ବିଭାଗୀୟ ମୁଖ୍ୟଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସାମ୍ନାରେ ବିକ୍ଷୋଭ କରାଯିବ ବୋଲି ଦଳ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାରେ ବଢୁଛି ଗୋଷ୍ଠୀ କନ୍ଦଳ

ପାଟଣା,୧୯ା୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବିଧାନସଭା କ୍ଷେତ୍ର ପାଇଁ ମଙ୍ଗଳବାର ଭାଜପା ଅବସରପ୍ରାପ୍ତ ପ୍ରଶାସନିକ ଅଧିକାରୀ ଅଖିଳ ଚନ୍ଦ୍ର ନାୟକଙ୍କ ନାମ ଘୋଷଣା କରିଛି।...

ଭୋଟ ଭିକ୍ଷା କଲେ ପ୍ରଣବ ଦାସ: ମୁଖ୍ୟମନ୍ତ୍ରୀଙ୍କୁ ସଶକ୍ତ କରିବାବୁ ଆଶୀର୍ବାଦ ଦିଅ

ଅନୁଗୋଳ,୧୯।୪ (ଅମିତ କୁମାର ସାମଲ):ସମ୍ବଲପୁର ଲୋକ ସଭା କ୍ଷେତ୍ରର ବିଜେଡି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ (ବବି) ଏହି...

ଝିଅ ପାଇଁ ଘରଡିହ ବିକିଲେ ପୂର୍ବତନ ବିଧାୟକ

ଆଳି,୧୯ା୪(ବନମାଳୀ ସେନାପତି):କେନ୍ଦ୍ରାପଡ଼ା ଲୋକ ସଭା ଆସନ ମଧ୍ୟରେ ଆଳି ବିଧାନସଭା ଆସନଟି ପ୍ରତ୍ୟେକ ନିର୍ବାଚନ ସମୟରେ ଚର୍ଚ୍ଚା ମଧ୍ୟରେ ରହିଥାଏ। ଚଳିତ ନିର୍ବାଚନରେ ମଧ୍ୟ ଏକ...

ବିଜେଡି, କଂଗ୍ରେସର ଛିଣ୍ଡୁନି ଟିକେଟ ଅଙ୍କ

ଯାଜପୁର,୧୯ା୪(ହର୍ଷବର୍ଦ୍ଧନ ବେହେରା):ଯାଜପୁର ଜିଲାର ଅନ୍ୟତମ ବିଧାନସଭା ନିର୍ବାଚନମଣ୍ଡଳୀ ବଡ଼ଚଣା। ବୁଧବାର ପୂର୍ବତନ ମନ୍ତ୍ରୀ ତଥା କଂଗ୍ରେସ ନେତା ସୀତାକାନ୍ତ ମହାପାତ୍ରଙ୍କ ପୁଅ ରାଜନାରାୟଣ ବିଜେଡିରେ ଯୋଗଦେଇ...

ଆତ୍ମସମର୍ପଣ ପରେ ତାରାପ୍ରସାଦ ବାହିନୀପତିଙ୍କୁ ମିଳିଲା ଜାମିନ

ବ୍ରହ୍ମପୁର,୧୯।୪(ସୁବାସ ଚନ୍ଦ୍ର ପାଢ଼ୀ):କୋରାପୁଟ ଜିଲା ବୋରିଗୁମ୍ମାା ଥାନା ଅଞ୍ଚଳରେ ୨୦୧୬ରେ ଦେଶୀ ମଦଭାଟି ପୋଡ଼ି ଓ ଟଙ୍କା ଲୁଟ୍‌ ଘଟଣାରେ ଜୟପୁର ବିଧାୟକ ତାରାପ୍ରସାଦ ବାହିନୀପତିଙ୍କ...

ସାମାନ୍ୟ ବଚସାରୁ ୧୬ଥର ଛୁରି ଭୁସି ହତ୍ୟା

କେନ୍ଦ୍ରାପଡ଼ା,୧୯ା୪(ଜଗନ୍ନାଥ ଧଳ):କେନ୍ଦ୍ରାପଡ଼ା ଟାଉନ ଥାନା ଅନ୍ତର୍ଗତ ଟାଉନ ବଳରାମପୁର ହନୁମାନ ମନ୍ଦିର ନିକଟରେ ଗୁରୁବାର ଅପରାହ୍ନରେ ସାମାନ୍ୟ ବଚସାରୁ ଜଣେ ଯୁବକ ଅନ୍ୟ ଜଣେ ଯୁବକଙ୍କୁ...

ସାଙ୍ଗଙ୍କୁ ପଥରରେ ଛେଚି ମାରିଦେଲେ

କେନ୍ଦୁଝର,୧୯ା୪(ଦୀପକ ମିଶ୍ର/ ନରେଶ ଚନ୍ଦ୍ର ପଟ୍ଟନାୟକ):କେନ୍ଦୁଝର ଜିଲା ଟାଉନ ଥାନା କାଶିପୁର ମୁଣ୍ଡା ସାହିରେ ସାମାନ୍ୟ ବଚସାକୁ ନେଇ ଏକ ହତ୍ୟାକାଣ୍ଡ ଘଟିଯାଇଛି। ନିଶାସକ୍ତ ଅବସ୍ଥାରେ...

ନିର୍ମାଣ କାମ ବେଳେ ଧସିଲା ମାଟି ଅତଡ଼ା

କଟକ,୧୮ା୪(କାର୍ତ୍ତିକ ସାହୁ): ମାଲଗୋଦାମ ଅଞ୍ଚଳରେ ଏକ ନିର୍ମାଣ କାମ ଚାଲୁଥିବା ବେଳେ ମାଟି ଅତଡ଼ା ଧସି ଜଣେ ଶ୍ରମିକ ସେଥିରେ ପୋତି ହୋଇଯାଇଥିଲେ। ଖବର ପାଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri