Posted inଜାତୀୟ

୨୨ ୟୁଟ୍ୟୁବ୍‌ ଚ୍ୟାନେଲ ଉପରେ ପ୍ରତିବନ୍ଧକ…

ନୂଆଦିଲ୍ଲୀ, ୫।୪ : ଦେଶର ସୁରକ୍ଷାକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ୨୨ ୟୁଟ୍ୟୁବ୍‌ ଚ୍ୟାନେଲ ଉପରେ ପ୍ରତିବନ୍ଧକ ଲଗାଇଛନ୍ତି। ନିର୍ଦ୍ଦେଶ ମିଳିବା ପରେ ତତ୍କାଳ ଏସବୁ ଚ୍ୟାନେଳଗୁଡ଼ିକୁ ବ୍ଲକ୍‌ କରି ଦିଆଯାଇଛି। ସେଥିମଧ୍ୟରେ ୪ ପାକିସ୍ତାନୀ ୟୁଟ୍ୟୁବ୍‌ ଚ୍ୟାନେଲ ରହିଛି। କେନ୍ଦ୍ରୀୟ ସୂଚନା ଏବଂ ପ୍ରସାରଣ ମନ୍ତ୍ରଣାଳୟ ଆଦେଶ ଅନୁସାରେ ଏଭଳି ପଦକ୍ଷେପ ଗ୍ରହଣ କରାଯାଇଛି।

ଭାରତର ଜାତୀୟ ନିରାପତ୍ତା, ବହିର୍ବ୍ୟାପାର ସମ୍ପର୍କ ଏବଂ ସାର୍ବଜନୀକ ଜନ ଶୃଙ୍ଖଳା ସହ ଜଡିତ ଆପତ୍ତିଜନକ ପ୍ରଚାର ପ୍ରସାର ପାଇଁ ଏହି ଚ୍ୟାନେଲଗୁଡିକ ଉପରେ ପ୍ରତିବନ୍ଧକ ଲଗା ଯାଇଛି। ପ୍ରଥମ ଥର ପାଇଁ, ୨୦୨୧ ଆଇଟି ନିୟମ ଅନୁଯାୟୀ ୧୮ ଟି ଭାରତୀୟ ୟୁଟ୍ୟୁବ ନ୍ୟୁଜ ଚ୍ୟାନେଲ ଅବରୋଧ କରାଯାଇଛି। ଦର୍ଶକଙ୍କୁ ବିଭ୍ରାନ୍ତ କରିବା ପାଇଁ ୟୁଟ୍ୟୁବ ଚ୍ୟାନେଲଗୁଡ଼ିକ ଟିଭି ନ୍ୟୁଜ ଚ୍ୟାନେଲଗୁଡ଼ିକର ଲୋଗୋ ଏବଂ ମିଥ୍ୟା ଥମ୍ବନେଲ ବ୍ୟବହାର କରିଥିବା ଅଭିଯୋଗ ହୋଇଥିଲା।

ଏହି ଚ୍ୟାନେଲ ବ୍ୟତୀତ ୩ ଟି ଟୁଇଟର ଆକାଉଣ୍ଟ, ଗୋଟିଏ ଫେସବୁକ ଆକାଉଣ୍ଟ ଏବଂ ଗୋଟିଏ ନ୍ୟୁଜ ୱେବସାଇଟ ଉପରେ ମଧ୍ୟ ପ୍ରତିବନ୍ଧକ ଲଗାଯାଇଛି। ଏହାପୂର୍ବରୁ ଜାନୁଆରୀରେ ମନ୍ତ୍ରଣାଳୟ ପକ୍ଷରୁ ୩୫ ଟି ଚ୍ୟାନେଲକୁ ବ୍ଲକ୍‌ କରାଯାଇଥିଲା। ଏହା ବ୍ୟତୀତ ଦୁଇଟି ୱେବସାଇଟକୁ ମଧ୍ୟ ବାରଣ କରାଯାଇଥିଲା। ସରକାର କହିଛନ୍ତି ଯେ ଏହି ଚ୍ୟାନେଲ ଏବଂ ୱେବସାଇଟଗୁଡ଼ିକ ଭାରତ ବିରୋଧରେ ପ୍ରଚାର ପ୍ରସାର କରୁଛନ୍ତି। ସୂଚନା ଏବଂ ପ୍ରସାରଣ ସଚିବ ଆପୋର୍ଭା ଚନ୍ଦ୍ର କହିଛନ୍ତି ଯେ ଏହି ଚ୍ୟାନେଲଗୁଡ଼ିକ ସମନ୍ବିତ ଢଙ୍ଗରେ ଭାରତ ବିରୁଦ୍ଧରେ ଏଜେଣ୍ଡା ଚଳାଇବାରେ ବ୍ୟସ୍ତ ଅଛନ୍ତି।

ସେ କହିଛନ୍ତି ଯେ ଭାରତୀୟ ଗୁପ୍ତଚର ସଂସ୍ଥା ସେମାନଙ୍କ ଉପରେ ନଜର ରଖିଛନ୍ତି ଏବଂ ସେମାନଙ୍କ ରିପୋର୍ଟ ପରେ ହିଁ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଏହା ଉପରେ କେନ୍ଦ୍ରୀୟ ସୂଚନା ଏବଂ ପ୍ରସାରଣମନ୍ତ୍ରୀ ମଧ୍ୟ ତୀକ୍ଷ୍‌ଣ ନଜର ରଖିଥିବା ସେ କହିଛନ୍ତି।

 

 

 


Enter your email to get our daily news in your inbox.

All Right Reserved By Dharitri.Com

ଘୃଣିତ ଜ୍ଞାନେଶ

ଦୁର୍ନୀତି କଥା ଉଠିଲେ ସାଧାରଣରେ ଆର୍ଥିକ ଦିଗକୁ ବୁଝାଯାଏ। କିନ୍ତୁ ତାହାର ପରିଭାଷା ଅତ୍ୟନ୍ତ ବ୍ୟାପକ। କ୍ଷମତା ବିସ୍ତାର ଲାଗି କିଛି ଲୋକଙ୍କୁ ଦବାଇ ଦେଇ ପ୍ରଭୁତ୍ୱ…

ଶେଷରେ ବଦଳିଗଲା ନିଷ୍ପତ୍ତି, ସ୍ଥଗିତ ହେଲା ବ୍ୟାଙ୍କ ଧର୍ମଘଟ

ନୂଆଦିଲ୍ଲୀ/ଭୁବନେଶ୍ୱର,୨୮ା୯: ପ୍ରସ୍ତାବିତ ୩ ଦିନିଆ ବ୍ୟାଙ୍କ ଧର୍ମଘଟ ସ୍ଥଗିତ ହୋଇଯାଇଛି। ସୋମବାରଠାରୁ ହେବାକୁ ଥିବା ପ୍ରସ୍ତାବିତ ୩ ଦିନିଆ ସାରା ଭାରତୀୟ ବ୍ୟାଙ୍କ ଧର୍ମଘଟକୁ ସ୍ଥଗିତ ରଖାଯାଇଛି।…

ସଂଘବଦ୍ଧ ଆକ୍ରମଣରେ ଯୁବକଙ୍କ ମୃତ୍ୟୁ ଘଟଣା: ୨ ଭାଇଙ୍କୁ କୋର୍ଟ ଚାଲାଣ

ଦେବଗଡ଼,୨୮ା୯(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ପୌରାଞ୍ଚଳ ୧୦ ନମ୍ବର ଓ୍ବାର୍ଡ ରଜାମୁଣ୍ଡା ସାହିର ହାଡୁ ନାୟକ (୪୨)ଙ୍କ ହତ୍ୟା ଘଟଣାରେ ପୋଲିସ ମୁଖ୍ୟ ଅଭିଯୁକ୍ତ ସମୀର ମୁଖି…

୮% ମହଙ୍ଗା ହେବ ଗୃହୋପକରଣ, ଇଲେକ୍‌ଟ୍ରୋନିକ୍ସ ସାମଗ୍ରୀ

ନୂଆଦିଲ୍ଲୀ,୨୮ା୯: ସାଧାରଣତଃ ପାର୍ବଣ ସମୟରେ ଭାରତୀୟ ବଜାରରେ ଅଧିକ କାରବାର ହୋଇଥାଏ। କାରଣ ଦଶହରା ଏବଂ ଦୀପାବଳିରେ ଲୋକମାନେ ଅନେକ କିସମର ଗୃହ ଉପକରଣ ଏବଂ ଇଲେକଟ୍ରୋନିକ୍ସ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ବନ୍ୟା ପ୍ରପୀଡ଼ିତଙ୍କୁ ମାଗଣା ରାଶନ ସହ ମିଳିବ…

କୋରାପୁଟ/କୋଟପାଡ଼,୨୮ା୯ (ଅମିତାଭ ବେହେରା/ କେ.ରାଜଶେଖର ରାଓ): ବନ୍ୟା ପ୍ରପୀଡ଼ିତଙ୍କ ସହ ରାଜ୍ୟ ସରକାର ସବୁବେଳେ ଅଛନ୍ତି। ସରକାରଙ୍କ ପକ୍ଷରୁ ପ୍ରପୀଡ଼ିତଙ୍କୁ ରିଲିଫ କୋଡ୍‌ ଅନୁଯାୟୀ ସବୁ ପ୍ରକାର…

ମହାନଦୀରେ ଆସୁଛି ପୁଣି ବନ୍ୟା: ପ୍ରଭାବିତ ହେବ ଏହି ୫ ଜିଲା

ଭୁବନେଶ୍ୱର,୨୮।୯(ରବିନାରାୟଣ ଜେନା): ଚଳିତବର୍ଷ ରାଜ୍ୟରେ ଗୋଟିଏ ପରେ ଗୋଟିଏ ବନ୍ୟା ଲୋକଙ୍କ ମେରୁଦଣ୍ଡ ଦୋହଲାଇ ଦେଲାଣି। ଜୁନ୍‌ରୁ ସେପ୍ଟେମ୍ବର ୨୫ ମଧ୍ୟରେ ବିଭିନ୍ନ ନଦୀର ଜଳସ୍ତର ବଢ଼ିବା…

ଗୁଣିଗାରେଡ଼ି ସନ୍ଦେହରେ ମୋହନାରେ ବିଭତ୍ସ ହତ୍ୟାକାଣ୍ଡ: ପାହାଡ଼ ଉପରେ କୁଡ଼ିଆରେ ହାଣି ପୋଡ଼ିଦେଲେ!

ମୋହନା,୨୭।୯( ମନ୍ମଥ ମିଶ୍ର ): ଗୁଣିଗାରେଡ଼ି ସନ୍ଦେହରେ ଗାଁଠାରୁ ଅଢ଼େଇ କିଲୋମିଟର ଦୂର ପାହାଡ଼ ଉପରେ କୁଡ଼ିଆ ଘରେ ରହୁଥିବା ଜଣେ ବ୍ୟକ୍ତିଙ୍କୁ ଧାରୁଆ ଅସ୍ତ୍ରରେ ହତ୍ୟା…

ବଳାତ୍କାର ଅଭିଯୋଗକୁ ନେଇ ତାତିଲେ ଛାତ୍ରୀଛାତ୍ର, କ୍ୟାମ୍ପସ୍‌ରେ ଭଙ୍ଗାରୁଜା

ଫଗଓ୍ବାରା,୨୭ା୯: ପଞ୍ଜାବର ଫଗଓ୍ବାରାସ୍ଥିତ ଲଭ୍‌ଲି ପ୍ରଫେସନାଲ ୟୁନିଭର୍ସିଟି (ଏଲ୍‌ପିୟୁ)ର ଜଣେ ଛାତ୍ରୀଙ୍କୁ କ୍ୟାମ୍ପସ୍‌ ଭିତରେ ଜଣେ ବାହାର ଲୋକ ବଳାତ୍କାର କରିଥିବା ଅଭିଯୋଗ ହୋଇଛି । ଏହାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?