ପର୍ବପର୍ବାଣି ପାଳନ ଉପରେ କଟକଣା

ଭୁବନେଶ୍ୱର, ୨୭।୩(ବ୍ୟୁରୋ): ବ୍ୟାପୁଥିବା କରୋନା ସଂକ୍ରମଣକୁ ରୋକିବା ପାଇଁ ରାଜ୍ୟ ସରକାର ପର୍ବପର୍ବାଣି ପାଳନ ଉପରେ କଟକଣା ଲଗାଇଛନ୍ତି। ଏ ନେଇ ସ୍ବତନ୍ତ୍ର ରିଲିଫ କମିଶନର(ଏସ୍‌ଆର୍‌ସି) ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଛି। ଗୁଡ୍‌ ଫ୍ରାଇଡେ, ଶ୍ରୀରାମ ନବମୀ, ପଣା ସଂକ୍ରାନ୍ତି, ଝାମୁଯାତ୍ରା, ଦଣ୍ଡଯାତ୍ରା ସର୍ବସାଧାରଣ ସ୍ଥାନରେ ପାଳନ କରିବାକୁ ସମ୍ପୂର୍ଣ୍ଣ ବାରଣ କରାଯାଇଛି। ସ୍ବଳ୍ପ ସଂଖ୍ୟକ ଲୋକଙ୍କୁ ନେଇ ମନ୍ଦିର, ଚର୍ଚ୍ଚରେ ନୀତି ପାଳନ କରାଯାଇପାରିବ। ସ୍ଥାନୀୟ ସ୍ଥିତିକୁ ଦେଖି ଜିଲାପାଳ ଓ କମିଶନର ଆବଶ୍ୟକ କଟକଣା ଲଗାଇବେ। ଏହାସହ କେତେ ଶ୍ରଦ୍ଧାଳୁ ମନ୍ଦିର ବା ଚର୍ଚ୍ଚ ଯାଇପାରିବେ ସେନେଇ ଜିଲାପାଳ ନିର୍ଦ୍ଧାରଣ କରିବେ ବୋଲି ଉକ୍ତ ନିର୍ଦ୍ଦେଶନାମାରେ ଉଲ୍ଲେଖ ରହିଛି।
ସେହିଭଳି ଓଡ଼ିଶା ଦିବସ ପାଳନ ପାଇଁ ମଧ୍ୟ ଗାଇଡ୍‌ଲାଇନ କରାଯାଇଛି। ଚଳିତବର୍ଷ କଟକଣା ମଧ୍ୟରେ ଏହି ଦିବସ ପାଳନ ହେବ। କେବଳ ସଭା ଓ ବୈଠକ ହେବ। ଦିବସ ପାଳନ ସମୟରେ ରାଜ୍ୟରେ କୌଣସି ସ୍ଥାନରେ ବହୁ ଲୋକଙ୍କ ସମାଗମ ହେବ ନାହିଁ। ସାଂସ୍କୃତିକ କାର୍ଯ୍ୟକ୍ରମକୁ ବନ୍ଦ କରାଯାଇଥିବାବେଳେ ସରକାରୀ ବୈଠକ ଓ ଉତ୍ସବ ପାଳନରେ ସର୍ବାଧିକ ୨୦୦ ଲୋକଙ୍କୁ ସାମିଲ ହେବାକୁ ଅନୁମତି ମିଳିଛି। ସାମାଜିକ ଦୂରତା ରକ୍ଷା, ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରାଯିବା ସହିତ ସାନିଟାଇଜର ବ୍ୟବହାର ବାଧ୍ୟତାମୂଳକ କରାଯାଇଛି। ସଭା ବ୍ୟତୀତ ଅନ୍ୟ ସମସ୍ତ କାର୍ଯ୍ୟକ୍ରମକୁ ବାଦ୍‌ ଦିଆଯାଇଛି। ସେହିପରି ସାମାଜିକ, ସାଂସ୍କୃତିକ, କ୍ରୀଡ଼ା, ମନୋରଞ୍ଜନ, ଶିକ୍ଷାନୁଷ୍ଠାନ ତଥା ଧାର୍ମିକ କାର୍ଯ୍ୟକ୍ରମ ଉପରେ କଟକଣା ଜାରି ହୋଇଛି। ତେବେ ଅନ୍ୟ କୌଣସି ସଙ୍ଗଠନ କରୋନା ନିୟମ ପାଳନ କରି ଓଡ଼ିଶା ଦିବସ ପାଳନ କରିବାକୁ ଚାହିଁଲେ ସ୍ଥାନୀୟ ପ୍ରଶାସନଠାରୁ ଅନୁମତି ନେବାକୁ ପଡ଼ିବ। ଜିଲାପାଳ, ମହାନଗର ନିଗମ କମିଶନରଙ୍କଠାରୁ ଅନୁମତି ନେଇପାରିବେ। ଓଡ଼ିଶା ଦିବସ ପାଳନରେ କରୋନା କଟକଣାକୁ ଉଲ୍ଲଂଘନ କଲେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ନିର୍ଦ୍ଦେଶନାମାରେ ଉଲ୍ଲେଖ ରହିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଶନିଙ୍କ ନକ୍ଷତ୍ରରେ ମଙ୍ଗଳ ଗୋଚର: ୪ ରାଶିଙ୍କୁ ବଡ଼ ଡିଲ୍‌ ଅଫର୍‌, ଧନଲାଭ ଯୋଗ

ପୁଷ୍ୟା ନକ୍ଷତ୍ର ହେଉଛି ଶନିଦେବଙ୍କ ନକ୍ଷତ୍ର। ଶନିଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ ବିଭିନ୍ନ ରାଶିର ଲୋକଙ୍କ ଜୀବନ ଉପରେ ପ୍ରଭାବ ପକାଇବ। ସୂଚନାଯୋଗ୍ୟ ଯେ, ମଙ୍ଗଳଙ୍କ ଏହି…

ଗୁରୁଦିବସରେ ଶିକ୍ଷା,ଶିକ୍ଷକ ଓ ଶିକ୍ଷାୟତନ

ଦିଗପହଣ୍ଡି,୫|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ସ୍ଥିତ ନନ୍ଦିଘୋଷ କଲ୍ୟାଣ ମଣ୍ଡପ ସଭାଗୃହରେ ସ୍ଥାନୀୟ ଗଣ ଅଧିକାର ଓ ଆଇନ ସୁରକ୍ଷା ମଞ୍ଚ…

ନେପାଳ ମାଗିବ ‘Climate Justice’: ବନ୍ୟା କ୍ଷୟକ୍ଷତି ପରେ UN ଯିବେ ପ୍ରଧାନମନ୍ତ୍ରୀ ବାଲେନ ଶାହ

କାଠମାଣ୍ଡୁ,୫।୯: ନେପାଳର ପ୍ରଧାନମନ୍ତ୍ରୀ ବାଲେନ ଶାହ ଚଳିତ ମାସ ଶେଷ ଭାଗରେ ମିଳିତ ଜାତିସଂଘ ସାଧାରଣ ପରିଷଦ (UNGA)ର 81ତମ ଅଧିବେଶନରେ ଉଦବୋଧନ ଦେବା ପାଇଁ ଆମେରିକା…

‘ଝିଅଙ୍କୁ ସ୍କର୍ଟ ପିନ୍ଧାଇ ସ୍କୁଲ ଛାଡନ୍ତୁନି’… ସ୍ୱାସ୍ଥ୍ୟମନ୍ତ୍ରୀ ଦେଲେ ଏମିତି ବୟାନ, ହେଉଛି ଚର୍ଚ୍ଚା

କୋଲକାତା,୫।୯: ପଶ୍ଚିମବଙ୍ଗର ସ୍ୱାସ୍ଥ୍ୟମନ୍ତ୍ରୀ ଡକ୍ଟର ଶରଦ୍ୱତ ମୁଖାର୍ଜୀ ରାଜ୍ୟର ସମସ୍ତ ସ୍କୁଲକୁ ପରାମର୍ଶ ଦେଇଛନ୍ତି ଯେ, ଡେଙ୍ଗୁ ଋତୁରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ହାତ-ଗୋଡ଼ ସମ୍ପୂର୍ଣ୍ଣ ଘୋଡ଼ାଇ ହୋଇ…

ବଞ୍ଜାରା ଗ୍ୟାଙ୍ଗର ୫ ମହିଳାଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୫।୯: ନୟାପଲ୍ଲୀ ପୋଲିସ ଶନିବାର ବଞ୍ଜାରା ଲୁଟେରା ଗ୍ୟାଙ୍ଗର ୫ଜଣ ମହିଳାଙ୍କୁ ଧରିବାରେ ସକ୍ଷମ ହୋଇଛି। ଗରଫ ସମସ୍ତ ମହିଳା ମହାରାଷ୍ଟ୍ରର ବୋଲି ସୂଚନା ମିଳିଛି। ପୋଲିସ…

୫ ଦିନ ହେଲା ‘ଆଜି ନୁହେଁ, କାଲି ଦେବୁ’ କହି ଭଣ୍ଡାଉଛନ୍ତି ଗ୍ୟାସ ବିତରକ: ସିଲିଣ୍ଡର ରଖି ଗ୍ରାହକଙ୍କ ରାସ୍ତାରୋକ

ରାଜନଗର, ୫।୯(ଭାସ୍କର ରାଉତରାୟ): ଦୀର୍ଘଦିନ ଧରି ରାଜନଗର ଅଞ୍ଚଳରେ ଗ୍ୟାସ ଯୋଗାଣକୁ ନେଇ ଗ୍ରାହକମାନେ ନାନା ସମସ୍ୟାର ସମ୍ମୁଖୀନ ହେଉଥିବା ଅଭିଯୋଗ ହୋଇଛି। ଗ୍ୟାସ ବିତରକମାନେ ବିଭିନ୍ନ…

ପରିବର୍ତ୍ତନ ହେବ କି RCBର ନାମ? ମୁହଁ ଖୋଲିଲେ ଚେୟାରମ୍ୟାନ ଆର୍ଯ୍ୟମାନ ବିର୍ଲା

ନୂଆଦିଲ୍ଲୀ,୫।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) IPL 2026 ଟାଇଟଲ ଜିତିଲା। ଏହା ଦଳର ଲଗାତାର ଦ୍ୱିତୀୟ ଟ୍ରଫି। ପୂର୍ବ ସିଜିନ ଆରମ୍ଭ ହେବା ପୂର୍ବରୁ ଫ୍ରାଞ୍ଚାଇଜର…

ନେପାଳ ବନ୍ୟା: ୧୧ ଦିନ ପରେ ଚମତ୍କାର: ପଙ୍କ କାଦୁଅ ଭିତରୁ ଜୀବିତ ଉଦ୍ଧାର ହେଲେ ମହିଳା

କାଠମାଣ୍ଡୁ,୫।୯: ନେପାଳର ନୂଆକୋଟ ଜିଲାର ବେତ୍ରାବତୀ ଅଞ୍ଚଳରେ ରିଲିଫ ଏବଂ ଉଦ୍ଧାର କାର୍ଯ୍ୟ ସମୟରେ ଏକ ଉଲ୍ଲେଖନୀୟ ଘଟଣା ସାମ୍ନାକୁ ଆସିଛି। ତ୍ରିଶୂଳୀ ନଦୀ ଅଞ୍ଚଳରେ ପ୍ରବଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri