ପର୍ବପର୍ବାଣି ପାଳନ ଉପରେ କଟକଣା

ଭୁବନେଶ୍ୱର, ୨୭।୩(ବ୍ୟୁରୋ): ବ୍ୟାପୁଥିବା କରୋନା ସଂକ୍ରମଣକୁ ରୋକିବା ପାଇଁ ରାଜ୍ୟ ସରକାର ପର୍ବପର୍ବାଣି ପାଳନ ଉପରେ କଟକଣା ଲଗାଇଛନ୍ତି। ଏ ନେଇ ସ୍ବତନ୍ତ୍ର ରିଲିଫ କମିଶନର(ଏସ୍‌ଆର୍‌ସି) ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଛି। ଗୁଡ୍‌ ଫ୍ରାଇଡେ, ଶ୍ରୀରାମ ନବମୀ, ପଣା ସଂକ୍ରାନ୍ତି, ଝାମୁଯାତ୍ରା, ଦଣ୍ଡଯାତ୍ରା ସର୍ବସାଧାରଣ ସ୍ଥାନରେ ପାଳନ କରିବାକୁ ସମ୍ପୂର୍ଣ୍ଣ ବାରଣ କରାଯାଇଛି। ସ୍ବଳ୍ପ ସଂଖ୍ୟକ ଲୋକଙ୍କୁ ନେଇ ମନ୍ଦିର, ଚର୍ଚ୍ଚରେ ନୀତି ପାଳନ କରାଯାଇପାରିବ। ସ୍ଥାନୀୟ ସ୍ଥିତିକୁ ଦେଖି ଜିଲାପାଳ ଓ କମିଶନର ଆବଶ୍ୟକ କଟକଣା ଲଗାଇବେ। ଏହାସହ କେତେ ଶ୍ରଦ୍ଧାଳୁ ମନ୍ଦିର ବା ଚର୍ଚ୍ଚ ଯାଇପାରିବେ ସେନେଇ ଜିଲାପାଳ ନିର୍ଦ୍ଧାରଣ କରିବେ ବୋଲି ଉକ୍ତ ନିର୍ଦ୍ଦେଶନାମାରେ ଉଲ୍ଲେଖ ରହିଛି।
ସେହିଭଳି ଓଡ଼ିଶା ଦିବସ ପାଳନ ପାଇଁ ମଧ୍ୟ ଗାଇଡ୍‌ଲାଇନ କରାଯାଇଛି। ଚଳିତବର୍ଷ କଟକଣା ମଧ୍ୟରେ ଏହି ଦିବସ ପାଳନ ହେବ। କେବଳ ସଭା ଓ ବୈଠକ ହେବ। ଦିବସ ପାଳନ ସମୟରେ ରାଜ୍ୟରେ କୌଣସି ସ୍ଥାନରେ ବହୁ ଲୋକଙ୍କ ସମାଗମ ହେବ ନାହିଁ। ସାଂସ୍କୃତିକ କାର୍ଯ୍ୟକ୍ରମକୁ ବନ୍ଦ କରାଯାଇଥିବାବେଳେ ସରକାରୀ ବୈଠକ ଓ ଉତ୍ସବ ପାଳନରେ ସର୍ବାଧିକ ୨୦୦ ଲୋକଙ୍କୁ ସାମିଲ ହେବାକୁ ଅନୁମତି ମିଳିଛି। ସାମାଜିକ ଦୂରତା ରକ୍ଷା, ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରାଯିବା ସହିତ ସାନିଟାଇଜର ବ୍ୟବହାର ବାଧ୍ୟତାମୂଳକ କରାଯାଇଛି। ସଭା ବ୍ୟତୀତ ଅନ୍ୟ ସମସ୍ତ କାର୍ଯ୍ୟକ୍ରମକୁ ବାଦ୍‌ ଦିଆଯାଇଛି। ସେହିପରି ସାମାଜିକ, ସାଂସ୍କୃତିକ, କ୍ରୀଡ଼ା, ମନୋରଞ୍ଜନ, ଶିକ୍ଷାନୁଷ୍ଠାନ ତଥା ଧାର୍ମିକ କାର୍ଯ୍ୟକ୍ରମ ଉପରେ କଟକଣା ଜାରି ହୋଇଛି। ତେବେ ଅନ୍ୟ କୌଣସି ସଙ୍ଗଠନ କରୋନା ନିୟମ ପାଳନ କରି ଓଡ଼ିଶା ଦିବସ ପାଳନ କରିବାକୁ ଚାହିଁଲେ ସ୍ଥାନୀୟ ପ୍ରଶାସନଠାରୁ ଅନୁମତି ନେବାକୁ ପଡ଼ିବ। ଜିଲାପାଳ, ମହାନଗର ନିଗମ କମିଶନରଙ୍କଠାରୁ ଅନୁମତି ନେଇପାରିବେ। ଓଡ଼ିଶା ଦିବସ ପାଳନରେ କରୋନା କଟକଣାକୁ ଉଲ୍ଲଂଘନ କଲେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ନିର୍ଦ୍ଦେଶନାମାରେ ଉଲ୍ଲେଖ ରହିଛି।

 


Enter your email to get our daily news in your inbox.

All Right Reserved By Dharitri.Com

 ୨୫ରୁ ସିଝିବ ଓଡ଼ିଶା, ପୁଣି କଲବର କରିବ ତାତି

ଭୁବନେଶ୍ୱର,୧୯ା୪: ଡହଡହ ଖରାରେ ସିଝୁଛି ସାରା ରାଜ୍ୟ। ଉପକୂଳଠାରୁ ଆରମ୍ଭ କରି ଆଭ୍ୟନ୍ତରଣ ଓଡ଼ିଶା ପର୍ଯ୍ୟନ୍ତ ପାରଦ ଉପରମୁହାଁ ହୋଇଛି। ଏହି ତାପମାତ୍ରା ଆସନ୍ତା ୨୧...

ଗେଷ୍ଟ ହାଉସରେ ବ୍ୟବସାୟୀ ରହସ୍ୟମୟ ମୃତଦେହ ଠାବ

ଭୁବନେଶ୍ୱର,୧୯।୪: ଗୁରୁବାର ଭୁବନେଶ୍ୱରର ମୈତ୍ରୀ ବିହାର ଅଞ୍ଚଳର ଏକ ଗେଷ୍ଟ ହାଉସରୁ ଜଣେ ବ୍ୟବସାୟୀଙ୍କ ମୃତ ଦେହ ଉଦ୍ଧାର ହୋଇଛି। ମୃତକଙ୍କ ନାମ ତପନ ପ୍ରସାଦ...

ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଧଳାବାଘ ‘ସ୍ନେହା’ ମୃତ

ଭୁବନେଶ୍ୱର,୧୯।୪: ଶୁକ୍ରବାର ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଚିକିତ୍ସିତ ହେଉଥିବାବେଳେ ଧଳାବାଘ ‘ସ୍ନେହା’ର ମୃତ୍ୟୁ ଘଟିଛି। ବୃଦ୍ଧାବସ୍ଥା ଏବଂ ଗ୍ରୀଷ୍ମ ପ୍ରବାହ କାରଣରୁ ଗତକାଲି ଅସୁସ୍ଥ ହେବା...

୨ଦିନ ପରେ ହ୍ରାସ ପାଇବ ତାପମାତ୍ରା

ଭୁବନେଶ୍ୱର,୧୯।୪: ଆଗାମୀ ୨ଦିନ ତାପମାତ୍ରାରେ କୌଣସି ପ୍ରକାର ପରିବର୍ତ୍ତନ ହେବ ନାହିଁ ବୋଲି ପାଣିପାଗ ବିଭାଗ ପକ୍ଷରୁ ଶୁକ୍ରବାର ସୂଚନା ଦିଆଯାଇଛି। ଅର୍ଥାତ ୨ ଦିନ...

ନାମାଙ୍କନପତ୍ର ଦାଖଲ କଲେ କୋରାପୁଟ କଂଗ୍ରେସ ଏମ୍‌ପି ପ୍ରାର୍ଥୀ

କୋରାପୁଟ,୧୯ା୪(ଅମିତାଭ ବେହେରା): ଶୁକ୍ରବାର ମଧ୍ୟାହ୍ନରେ କୋରାପୁଟ ଜିଲାପାଳ ଭି. କୀର୍ତ୍ତି ଭାସନଙ୍କ ନିକଟରେ କଂଗ୍ରେସର କୋରାପୁଟ ଏମ୍‌ପି ପ୍ରାର୍ଥୀ ସପ୍ତଗିରି ଶଙ୍କର ଉଲାକା ନାମାଙ୍କନପତ୍ର ଦାଖଲ...

ବାଇକ୍‌ଆରୋହୀଙ୍କଠାରୁ ଲକ୍ଷାଧିକ ଟଙ୍କା ଜବତ, ନିର୍ବାଚନ ସମୟରେ ଏତେ ଟଙ୍କା କେଉଁଠୁ ଆସିଲା ଚାଲିଛି ତନାଘନା

ଝାରବନ୍ଧ,୧୯ା୪(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ଥାନା ପୋଲିସ ଗୁରୁବାର ରାତିରେ ଡଭାଛକଠାରେ ଚେକିଂ କରୁଥିବା ସମୟରେ ୨ ବାଇକ୍‌ଆରୋହୀଙ୍କଠାରୁ ୬ଲକ୍ଷ ୫୨ହଜାର ୮୦୦ ଟଙ୍କା...

ବିପଜ୍ଜନକ ସ୍ତରରେ ହିଟ୍‌ଓ୍ବେଭ୍‌, ଚିନ୍ତା ବଢ଼ାଇଲା ଆଇଏମଡି ରିପୋର୍ଟ

ଭୁବନେଶ୍ୱର,୧୯।୪: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ତାତି। ସକାଳ ୮ ଟା ପରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ସକାଳ ସାଢ଼େ ୮ଟାରେ ୬୪% ଆର୍ଦ୍ରତା...

୨୧ରୁ ତାତିରେ ଲାଗିବ ବ୍ରେକ୍‌, ଏହି ସବୁ ଜିଲାରେ ବର୍ଷିବ

ଭୁବନେଶ୍ୱର,୧୯।୪: ତାତିରୁ ମିଳିବ ଆଶ୍ୱସ୍ତି। ୨୧ ଓ ୨୨ ତାରିଖ ବେଳକୁ ଖରାର ପ୍ରକୋପ ସାମାନ୍ୟ ହ୍ରାସ ପାଇବା ସହ ରାଜ୍ୟରେ କିଛି ସ୍ଥାନରେ ବର୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri