ନଭେମ୍ବର ୧ରୁ ଧାମରାରୁ ଦେବୀ ମୁହାଣ ମାଛଧରା ଉପରେ କଟକଣା

ରାଜନଗର,୩୧ା୧୦(ଭାସ୍କର ରାଉତରାୟ): ବିଶ୍ୱ ପର୍ଯ୍ୟଟନ ମାନଚିତ୍ରରେ କେନ୍ଦ୍ରାପଡ଼ା ଜିଲା ବଙ୍ଗୋପସାଗର ଗହୀରମଥା ସାମୁଦ୍ରିକ କଇଁଛ ଅଲିଭ ରିଡ୍‌ଲେଙ୍କ ତୀର୍ଥସ୍ଥଳୀ। ଅତିଥି ଅଲିଭ ରିଡ୍‌ଲେ ଯୋଜନ ଯୋଜନ ସାମୁଦ୍ରିକ ପଥ ଅତିକ୍ରମକରି ଗହୀରମଥାର ନିଷିଦ୍ଧ ଜଳରାଶିରେ ପାଦ ଥାପିବେ। ଆସୁଥିବା ଆଗନ୍ତୁକ ଅତିଥି ଅଲିଭ ରିଡ୍‌ଲେ ସୁରକ୍ଷା ଓ ନିରାପଦ ପ୍ରଜନନ ପ୍ରକ୍ରିୟାକୁ ଆଖି ଆଗରେ ରଖି ଧାମରାଠାରୁ ଦେବୀମୁହାଣ ପର୍ଯ୍ୟନ୍ତ ବନ ବିଭାଗ ପକ୍ଷରୁ ବ୍ୟାପକ କଟକଣା ବ୍ୟବସ୍ଥା କରାଯାଉଛି। ବିରଳ ଅଲିଭ୍‌ ରିଡ୍‌ଲେ କଇଁଛଙ୍କ ଅନ୍ତୁଡ଼ିଶାଳ ଭାବେ ସମଗ୍ର ବିଶ୍ୱରେ ପ୍ରସିଦ୍ଧିଲାଭ କରିଥିବା ୧୪୩୭ ବର୍ଗ କିଲୋମିଟର ପରିମିତ ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟ ସମେତ ଧାମରା ମୁହାଣରୁ ଦେବୀ ମୁହାଣ ଯାଏଁ ୧୬୦ କି.ମି. ପର୍ଯ୍ୟନ୍ତ ଲାଗିବ କଟକଣା। ନଭେମ୍ବର ୧ରୁ ମେ ୩୧ ଯାଏ ୭ ମାସ ଧରି ମାଛଧରା ଓ ଟ୍ରଲର ଚଳାଚଳ ଉପରେ କଟକଣା ଜାରି କରାଯାଇଛି। ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟ ମଧ୍ୟରେ ବର୍ଷ ତମାମ ଟ୍ରଲର ଚଳାଚଳ ଓ ମାଛଧରା ଉପରେ ସମ୍ପୂର୍ଣ୍ଣ ନିଷେଦ୍ଧାଜ୍ଞା ଥିବାବେଳେ କଇଁଛ ଋତୁ ନିମନ୍ତେ ମତ୍ସ୍ୟ ବିଭାଗ ପକ୍ଷରୁ ଧାମରା ମୁହାଣରୁ ଦେବୀ ମୁହାଣ ପର୍ଯ୍ୟନ୍ତ ସମୁଦ୍ରକୂଳଠାରୁ ୨୦ କି.ମି. ଯାଏଁ ଯନ୍ତ୍ରଚାଳିତ ଟ୍ରଲର, ବୋଟ୍‌, ଭୁଟୁଭୁଟି ଚଳାଚଳ ବନ୍ଦ ସହ ମାଛଧରା ଉପରେ କଟକଣା ଜାରି କରାଯାଇଛି ବୋଲି ଡିଏଫ୍‌ଓ ସୁଦର୍ଶନ ଗୋପୀନାଥ ଯାଦବ ସୂଚନା ଦେଇଛନ୍ତି। ଏଥିସହ ଏହି ବିରଳ ଅଲିଭ୍‌ ରିଡ୍‌ଲେ କଇଁଛଙ୍କ ସୁରକ୍ଷା ପାଇଁ ବାବୁବାଲି ଓ ଅଗରନାଶିରେ ୨ଟି ଅଫିସର ଓ ୧୪ଟି ସ୍ଥାନରେ ଟ୍ରଟଲ୍‌ ପ୍ରୋଟେକ୍ସନ୍‌ କ୍ୟାମ୍ପ କରାଯିବ।
ବିରଳ ଅଲିଭ୍‌ ରିଡ୍‌ଲେ କଇଁଛଙ୍କୁ ସୁରକ୍ଷା ଦେବା ପାଇଁ ବନ ବିଭାଗ ସମେତ କୋଷ୍ଟଗାର୍ଡ, ମେରାଇନ୍‌ ପୋଲିସ, ମତ୍ସ୍ୟ ବିଭାଗ ପକ୍ଷରୁ ମିଳିତ ପାଟ୍ରୋଲିଂ କରିବେ। ସ୍ମରଣଯୋଗ୍ୟ, ୧୯୭୪ ରେ ଆମେରିକାର ବିଶିଷ୍ଟ ପ୍ରାଣୀବିଜ୍ଞାନୀ ଡ. ଏଚ୍‌.ଆର୍‌.ବଷ୍ଟାର୍ଡ ଭିତରକନିକାର ବଉଳା କୁମ୍ଭୀରମାନଙ୍କ ଉପରେ ଗବେଷଣା କରିବାକୁ ଆସି ଗହୀରମଥାର ଏହି ବିରଳ କଇଁଛ ସମାଗମ ସ୍ଥଳ ଦେଖି ଏହା ଅଲିଭ ରିଡ୍‌ଲେ ପ୍ରଜାତିର ବୋଲି ଚିହ୍ନଟ କରିଥିଲେ। ପରେ ଏହି ବିରଳ କଇଁଛଙ୍କ ସୁରକ୍ଷା ପାଇଁ ବିଭିନ୍ନ ଆଇନ ପ୍ରଣୟନ ଓ କଟକଣା ଲାଗୁ କରାଯାଇଛି। ୧୯୯୭ ସେପ୍ଟେମ୍ବର ୨୭ରେ ରାଜ୍ୟ ସରକାର ଗହୀରମଥାକୁ ରାଜ୍ୟର ପ୍ରଥମ ସାମୁଦ୍ରିକ ଅଭୟାରଣ୍ୟ ଘୋଷଣା, ୧୯୯୩ରେ ଓଡ଼ିଶା ମେରାଇନ୍‌ ଫିସ୍‌ ରିଜୋଲ୍ୟୁଶନ୍‌ ଆକ୍ଟ ୧୯୮୧ ଅନୁସାରେ ଗହୀରମଥାକୁ ନୋ ଫିଶିଂ ଜୋନ୍‌ ଘୋଷଣା, ସମୁଦ୍ର କୂଳଠାରୁ ୨୦ କି.ମି. ଯାଏଁ ମେଶିନ ଡଙ୍ଗା ବା ଟ୍ରଲର ସାହାଯ୍ୟରେ ମାଛଧରା ନିଷେଧ, କଇଁଛଙ୍କ ସୁରକ୍ଷା ପାଇଁ ବନ୍ୟପ୍ରାଣୀ ସୁରକ୍ଷା ଆଇନ ୧୯୭୨, ପରିବେଶ ସୁରକ୍ଷା ଆଇନ ୧୯୮୬, କୋଷ୍ଟାଲ ରିଜୋଲ୍ୟୁଶନ୍‌ ଜୋନ ୧, ୨, ୩ ଏବଂ ଓଡ଼ିଶା ସାମୁଦ୍ରିକ ମତ୍ସ୍ୟ ଉତ୍ପାଦନ ଆଇନ ୧୯୮୨ ମଧ୍ୟ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଫାଇନାଲ ପରୀକ୍ଷା ଦେବାକୁ ଯାଇ ଯୁକ୍ତ ୨ ଛାତ୍ରୀ ନିଖୋଜ, ଜଣେ ଯୁବକ ଅପହରଣ କରିନେଇଥିବା ନେଇ…

ଗଜପତି,୧୦।୨ (ଗିରିଧାରୀ ପରିଛା)-ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡି ସହରର ଆଦର୍ଶ ଥାନା ସମ୍ମୁଖ ମାଧିକା ସାହିର ଜଣେ ଯୁକ୍ତ ଦୁଇ ଛାତ୍ରୀ ନିଖୋଜ ଥିବା ବେଳେ ତାଙ୍କୁ…

ବ୍ୟାଙ୍କ ଶାଖା କାର୍ଯ୍ୟାଳୟ ସ୍ଥାନାନ୍ତରକୁ ନେଇ ବିବାଦ ଘନେଇଲା,ତହସିଲଦାରଙ୍କୁ ସ୍ମାରକପତ୍ର 

ଦିଗପହଣ୍ଡି,୧୦। ୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମରେ ଥିବା ଇଣ୍ଡିଆନ୍ ଓଭରସିଜ ବ୍ୟାଙ୍କ ଶାଖା କାର୍ଯ୍ୟାଳୟ ସ୍ଥାନାନ୍ତରକୁ ନେଇ ଗ୍ରାମର ଦୁଇ…

ଝଡାଫୁଙ୍କା ବାହାନାରେ ନାବାଳିକାଙ୍କୁ ବଳାତ୍କାର, ସୋନପୁର ଜେଲକୁ ଗଲେ…

ଡୁଙ୍ଗୁରିପାଲି, ୧୦ା୨(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ରାମପୁର ଥାନା ଅଞ୍ଚଳରେ ଝଡାଫୁଙ୍କା ବାହାନା କରି ଜଣେ ମାନସିକ ବିକାରଗ୍ରସ୍ତ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ପୀଡିତା…

ଖୁଣ୍ଟାପୁର ଗ୍ରାମରେ ଡକାୟତି: ଫେରାର ହେବାକୁ ଉଦ୍ୟମ ବେଳେ ଜଣଙ୍କୁ ମାଡ଼ି ବସି ନିର୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସ…

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ଖୁଣ୍ଟାପୁର ଗ୍ରାମରେ ମଙ୍ଗଳବାର ସା ୭.୩୦ ସମୟରେ ୬ ଜଣ ଦୁର୍ବୃତ୍ତ ଡକାୟତି ଉଦ୍ଦେଶ୍ୟରେ ଚିନ୍ମୟ ମିଶ୍ରଙ୍କ…

୧୭ରେ ଗଞ୍ଜାମ ପୋଲିସ ଜିଲା ହାବିଲଦାର ଓ କନଷ୍ଟେବଲ ସଂଘ ନିର୍ବାଚନ: ନାମାଙ୍କନ କଲେ ୩୬ ପ୍ରାର୍ଥୀ…

ଛତ୍ରପୁର,୧୦ା୧୦ (ଦିଲୀପ ସାମଲ)-ଗଞ୍ଜାମ ପୋଲିସ ଜିଲା ହାବିଲଦାର ଓ କନଷ୍ଟେବଲ ସଂଘର କର୍ମକର୍ତ୍ତା ନିର୍ବାଚନ ଫେବୃଆରୀ ୧୭ ତାରିଖରେ ଅନୁଷ୍ଠିତ ହେବ। ସଂଘର ବିଭିନ୍ନ ପଦ ପଦବୀ…

ଶକ୍ତି ଉତ୍ତୋଳନରେ ରାୟଗଡ଼ା ଜିଲା କ୍ରୀଡ଼ାବିତ୍‌ଙ୍କ ବାଜିମାତ୍‌: ୩ଦିନରେ ୫ ସ୍ୱର୍ଣ୍ଣ, ୪ ରୌପ୍ୟ ଏବଂ ଗୋଟିଏ କାଂସ୍ୟ ପଦକ…

ରାୟଗଡ଼ା,୧୦।୨(ଆଶିଷ ରଞ୍ଜନ ପଣ୍ଡା)- ଓଡ଼ିଶା ଶକ୍ତି ଉତ୍ତୋଳନ ସଂଘ ପକ୍ଷରୁ ଭୁବନେଶ୍ୱର ସ୍ଥିତ ଉତ୍କଳ କରାଟେ ବିଦ୍ୟାଳୟଠାରେ ୬ରୁ ୮ ତାରିଖ ତିନିଦିନିଆ ୩୨ତମ ରାଜ୍ୟ ଶକ୍ତି…

ରାୟଗଡ଼ା କୋର୍ଟରେ ହାଜର ହେଲେ ମାଓବାଦୀ ନେତା ଆଜାଦ୍‌: ବନ୍ଧୁକ ମୁନରେ ନାବାଳିକାଙ୍କୁ ଅପହରଣ ପରେ ବଳାତ୍କାର…

ରାୟଗଡ଼ା,୧୦।୨(ଆଶିଷ ରଞ୍ଜନ ପଣ୍ଡା)-ନାବାଳିକାଙ୍କୁ ବଳାତ୍କାର ଓ ନିର୍ଯାତନା ଅଭିଯୋଗ ମାମଲାରେ ମାଓବାଦୀ ନେତା ଆଜାଦ୍‌ ଓରଫ୍‌ ଦୁନା କେଶବ ରାଓ ମଙ୍ଗଳବାର ରାୟଗଡ଼ା ପୋକ୍‌ସୋ କୋର୍ଟରେ ହାଜର…

ଯାଜପୁରରେ କୃମି ଔଷଧ ଖାଇ ୩୮ ଛାତ୍ରୀଛାତ୍ର ଅସୁସ୍ଥ

କଳିଙ୍ଗନଗର,୧୦।୨(ଶୁଭାଶିଷ ରାଉତ): ଯାଜପୁର ଜିଲା କୋରେଇ ବ୍ଲକ ଅନ୍ତର୍ଗତ ପଥରପଦା ପଞ୍ଚାୟତର ଓଚିନ୍ଦା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜାତୀୟ କୃମି ନାଶକ ଦିବସ ଅବସରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri