୧୫ରୁ ସମୁଦ୍ରରେ ମାଛଧରା କଟକଣା

ଭୁବନେଶ୍ବର, ୧୧ା୪(ବ୍ୟୁରୋ): ବିଭିନ୍ନ ପ୍ରଜାତିର ମାଛ ସଂଖ୍ୟାରେ ବୃଦ୍ଧି ଆଣିବା ଲକ୍ଷ୍ୟରେ ସେମାନଙ୍କ ପ୍ରଜନନ ସମୟରେ ସମୁଦ୍ରରେ ମାଛ ଧରା ଉପରେ କଟକଣା ଜାରି କରାଯାଇଥାଏ। ଓଡ଼ିଶା ଉପକୂଳରେ ମାଛଧରା ନିଷେଧାଜ୍ଞା ପ୍ରତିବର୍ଷ ଏପ୍ରିଲ ୧୫ରୁ ଜୁନ ୧୪ ତାରିଖ ଅର୍ଥାତ୍‌ ୬୧ ଦିନ ପର୍ଯ୍ୟନ୍ତ ଲାଗୁ କରାଯିବା ପରିପ୍ରେକ୍ଷୀରେ ଏକ ବୈଠକ ସୋମବାର କୃଷି ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଛି।
କୃଷିଭବନଠାରେ ଆୟୋଜିତ ବୈଠକରେ ବିଭିନ୍ନ ମତ୍ସ୍ୟଜୀବୀ ସଂଘର କର୍ମକର୍ତ୍ତା ଓ ପ୍ରତିନିଧିମାନେ ଯୋଗଦେଇ ମାଛଧରା ନିଷେଧାଜ୍ଞାର ବିଭିନ୍ନ ଦିଗ ସମ୍ପର୍କରେ ସେମାନଙ୍କ ମତାମତ ପ୍ରଦାନ କରିଛନ୍ତି। ସମୁଦ୍ରରେ ବିଭିନ୍ନ ପ୍ରଜାତିର ମାଛ ସଂରକ୍ଷଣ ଓ ଏହାର ବଂଶବୃଦ୍ଧି କରିବା ଉପରେ ମନ୍ତ୍ରୀ ଗୁରୁତ୍ୱାରୋପ କରିଛନ୍ତି। ଏହାଦ୍ୱାରା ଦୀର୍ଘ ସମୟ ଧରି ସମୁଦ୍ରରେ ମାଛ ଧରିବା ପାଇଁ ସୁଯୋଗ ସୃଷ୍ଟି ହୋଇପାରିବ। ବୈଠକରେ ସଂଘର ପ୍ରତିନିଧିମାନେ ଯନ୍ତ୍ରଚାଳିତ ମାଛଧରା ଡଙ୍ଗା ଉପରେ କଟକଣା ଜାରି କରାଯିବା ସହ ପାରମ୍ପରିକ ଡଙ୍ଗାରେ ଯେଉଁମାନେ ସମୁଦ୍ରରେ ମାଛ ଧରୁଛନ୍ତି ସେମାନଙ୍କୁ ଏଥିରୁ ଛାଡ଼ କରିବା ପାଇଁ ପରାମର୍ଶ ଦେଇଥିଲେ। ଏଥିସହିତ ନିଷେଧାଜ୍ଞା ସମୟରେ ପ୍ରଭାବିତ ମତ୍ସ୍ୟଜୀବୀଙ୍କୁ କ୍ଷତିପୂରଣ ପ୍ରଦାନ କରିବା ଲାଗି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଜାଗର: ପ୍ରଭୁ ଲିଙ୍ଗରାଜଙ୍କ ପୀଠରେ ରାତି ୧୦ଟାରେ ଉଠିବ ମହାଦୀପ

ପୁରୁଣା ଭୁବନେଶ୍ୱର,୧୫ା୨(ସୁବାସ ଚନ୍ଦ୍ର ପ୍ରଧାନ): ରବିବାର ମହାଶିବରାତ୍ରି ଓ ଜାଗର ଯାତ୍ରା। ଏନେଇ ଏକାମ୍ର କ୍ଷେତ୍ରର ଆରାଧ୍ୟ ପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ପୀଠ ଚଳଚଞ୍ଚଳ ହୋଇଉଠିଛି। ମନ୍ଦିର…

ଅଙ୍କରେ ସାରିଦେଲେ

ଭୁବନେଶ୍ୱର, ୧୫।୨(ସୁନିତ୍‌ ମିଶ୍ର): ୨୦୨୪ ନିର୍ୱାଚନ ପରଠାରୁ ଅନେକ ବିଷୟକୁ ନେଇ ନାନା ପ୍ରକାର ରାଜନୈତିକ ଚର୍ଚ୍ଚା ଜାରି ରହିଛି। ବିଜେଡିର ଭବିଷ୍ୟତ କ’ଣ ହେବ, ବିରୋଧୀ…

ଲମ୍ୱା ଯୁଦ୍ଧ ପାଇଁ ଆମେରିକାର ସଜବାଜ

ଓ୍ୱାଶିଂଟନ୍‌,୧୫ା୨: ଇରାନ ଏବଂ ଆମେରିକା ମଧ୍ୟରେ ଆଲୋଚନା ଫେଲ୍‌ ମାରିଛି। ଇରାନର ଆଣବିକ କାର୍ଯ୍ୟକ୍ରମକୁ ନେଇ ଗତ ସପ୍ତାହରେ ଓମାନ ମଧ୍ୟସ୍ଥତାରେ ଉଭୟ ପକ୍ଷ ମଧ୍ୟରେ ଆଲୋଚନା…

୧୨.୮୯ କୋଟି ଟଙ୍କାରେ ହେବ ସ୍ଥାୟୀ ରାଜମହଲ

ବରଗଡ଼,୧୫।୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ଧନୁଯାତ୍ରା ମହୋତ୍ସବ ପାଇଁ ସାରାବିଶ୍ୱରେ ବରଗଡ଼ର ସ୍ୱତନ୍ତ୍ର ପରିଚୟ ରହିଛି। ଗତ ଜାନୁୟାରୀ ମାସରେ ୭୮ତମ ଧନୁଯାତ୍ରା ମହୋତ୍ସବ ସରିଯାଇଛି।…

ମହେନ୍ଦ୍ରଗିରିର ଶିବ ମହିମା

ମହେନ୍ଦ୍ରଗିରି ପର୍ୱତ, ଯେଉଁ ପର୍ୱତ ଦିନେ ଥିଲା ଶ୍ୱେତକମଣ୍ଡଳ ରାଜ୍ୟର ଅଂଶବିଶେଷ, ଯେଉଁ ପର୍ୱତକୁ ନିଜ କବିତାରେ ସ୍ଥାନ ଦେଇଛନ୍ତି ଗୋଦାବରୀଶ ମିଶ୍ର, ଗୋପବନ୍ଧୁ ଦାସ ଏବଂ…

ମହାଶିବରାତ୍ରୀରେ ଉପାସରେ କପିଳାସ ଠାକୁର, ଧାରଣାରେ ସେବାୟତ

ଢେଙ୍କାନାଳ,୧୫।୨(ରତନ ନାୟାର): ରାଜ୍ୟ ତଥା ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବପୀଠ କପିଳାସର ଠାକୁର ଶ୍ରୀ ଶ୍ରୀ ଚନ୍ଦ୍ରଶେଖର ଜୀଉ ମହାଦେବ ମହାଶିବରାତ୍ରୀ ପାଳନବେଳେ ଉପବାସରେ ରହିଛନ୍ତି l…

କୁଶପଲ୍ଲା ଜଙ୍ଗଲରୁ ହାତୀର ଗଳିତ ଶବ ଜବତ, ହାତୀକୁ ମାରି ଦାନ୍ତ ନେଇଗଲେ ଶିକାରି

ଖୋର୍ଦ୍ଧା,୧୫।୨(ପ୍ରଭାତ ପାଣିଗ୍ରାହୀ): ଖେର୍ଦ୍ଧା ବନଖଣ୍ଡ ଟାଙ୍ଗୀ ରେଜଂରେ କିଛି ଦିନ ହେଲା ଜଙ୍ଗଲୀ ହାତୀ ଓ ମଣିଷ ଲଢେଇ ଚାଲିଛି। କେତେବେଳେ ମଣିଷ ତ ଆଉ କେତବେଳେ…

ହ୍ୟାଣ୍ଡଶେକ୍‌ ପ୍ରସଙ୍ଗକୁ ଏଡ଼ାଇଲେ ଉଭୟ ଅଧିନାୟକ

କଲମ୍ୱୋ,୧୫ା୨(ପି.ଟି.): ଆମେ ହାତ ମିଳାଇବୁ କି ନାହିଁ, ତାହା ମ୍ୟାଚ୍‌ ପୂର୍ୱରୁ ଜଣାପଡ଼ିବ। କ୍ରିକେଟ ଉଚିତ ଭାବନା ସହ ଖେଳାଯିବା ଦରକାର। ହେଲେ ମୋ ବ୍ୟକ୍ତିଗତ ମତାମତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri