୧୫ରୁ ସମୁଦ୍ରରେ ମାଛଧରା କଟକଣା

ଭୁବନେଶ୍ବର, ୧୧ା୪(ବ୍ୟୁରୋ): ବିଭିନ୍ନ ପ୍ରଜାତିର ମାଛ ସଂଖ୍ୟାରେ ବୃଦ୍ଧି ଆଣିବା ଲକ୍ଷ୍ୟରେ ସେମାନଙ୍କ ପ୍ରଜନନ ସମୟରେ ସମୁଦ୍ରରେ ମାଛ ଧରା ଉପରେ କଟକଣା ଜାରି କରାଯାଇଥାଏ। ଓଡ଼ିଶା ଉପକୂଳରେ ମାଛଧରା ନିଷେଧାଜ୍ଞା ପ୍ରତିବର୍ଷ ଏପ୍ରିଲ ୧୫ରୁ ଜୁନ ୧୪ ତାରିଖ ଅର୍ଥାତ୍‌ ୬୧ ଦିନ ପର୍ଯ୍ୟନ୍ତ ଲାଗୁ କରାଯିବା ପରିପ୍ରେକ୍ଷୀରେ ଏକ ବୈଠକ ସୋମବାର କୃଷି ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଛି।
କୃଷିଭବନଠାରେ ଆୟୋଜିତ ବୈଠକରେ ବିଭିନ୍ନ ମତ୍ସ୍ୟଜୀବୀ ସଂଘର କର୍ମକର୍ତ୍ତା ଓ ପ୍ରତିନିଧିମାନେ ଯୋଗଦେଇ ମାଛଧରା ନିଷେଧାଜ୍ଞାର ବିଭିନ୍ନ ଦିଗ ସମ୍ପର୍କରେ ସେମାନଙ୍କ ମତାମତ ପ୍ରଦାନ କରିଛନ୍ତି। ସମୁଦ୍ରରେ ବିଭିନ୍ନ ପ୍ରଜାତିର ମାଛ ସଂରକ୍ଷଣ ଓ ଏହାର ବଂଶବୃଦ୍ଧି କରିବା ଉପରେ ମନ୍ତ୍ରୀ ଗୁରୁତ୍ୱାରୋପ କରିଛନ୍ତି। ଏହାଦ୍ୱାରା ଦୀର୍ଘ ସମୟ ଧରି ସମୁଦ୍ରରେ ମାଛ ଧରିବା ପାଇଁ ସୁଯୋଗ ସୃଷ୍ଟି ହୋଇପାରିବ। ବୈଠକରେ ସଂଘର ପ୍ରତିନିଧିମାନେ ଯନ୍ତ୍ରଚାଳିତ ମାଛଧରା ଡଙ୍ଗା ଉପରେ କଟକଣା ଜାରି କରାଯିବା ସହ ପାରମ୍ପରିକ ଡଙ୍ଗାରେ ଯେଉଁମାନେ ସମୁଦ୍ରରେ ମାଛ ଧରୁଛନ୍ତି ସେମାନଙ୍କୁ ଏଥିରୁ ଛାଡ଼ କରିବା ପାଇଁ ପରାମର୍ଶ ଦେଇଥିଲେ। ଏଥିସହିତ ନିଷେଧାଜ୍ଞା ସମୟରେ ପ୍ରଭାବିତ ମତ୍ସ୍ୟଜୀବୀଙ୍କୁ କ୍ଷତିପୂରଣ ପ୍ରଦାନ କରିବା ଲାଗି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

କାହିଁକି ଅମିତ ଶାହା ପଚାରିଲେ ‘୨୦ ଲୋକସଭା ସିଟ୍‌ ଜିତିବା କି ନାହିଁ’ ?

ସୋନପୁର,୨୫।୪: ଓଡ଼ିଶାରୁ ସର୍ବାଧିକ ଲୋକ ସଭା ଆସନ ବିଜୟ ଲକ୍ଷ୍ୟରେ କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ସୋନପୁରରୁ ପ୍ରଚାର ଆରମ୍ଭ କରିଛନ୍ତି। ଜୟ ଜଗନ୍ନାଥ, ଜୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri