ଆଜିଠୁ ପୁରୀ ପ୍ରବେଶ ଉପରେ କଟକଣା: ୩୧ ପର୍ଯ୍ୟନ୍ତ ସୂର୍ଯ୍ୟ ମନ୍ଦିରକୁ ପ୍ରବେଶ ମନା

ପୁରୀ ଅଫିସ,୫।୭: ପୁରୀ ଜିଲାରେ କରୋନା ପଜିଟିଭ ସଂଖ୍ୟା ବଢିବାରେ ଲାଗିଛି। ଜୁଲାଇ ମାସ ସବୁଠୁ ଗୁରୁତ୍ୱପୂର୍ଣ୍ଣ। ତେଣୁ କରୋନା ସଂକ୍ରମଣ ଯେପରି ନ ବ୍ୟାପିବ ସେଥିପ୍ରତି ସମସ୍ତଙ୍କୁ ସଚେତନ ଓ ସତର୍କ ରହିବାକୁ ହେବ। ଏହାକୁ ଦୃଷ୍ଟିରେ ରଖି ପୁରୀ ପ୍ରବେଶ ଉପରେ କଟକଣା ଜାରି କରାଯାଇଛି। ରବିବାରଠାରୁ ଜିଲାର ତିନୋଟି ମୁଖ୍ୟ ପ୍ରବେଶ ପଥ ପୁରୀ-ଭୁବନେଶ୍ୱର, ପୁରୀ-ଅସ୍ତରଙ୍ଗ ଓ ଜଗନ୍ନାଥ ସଡ଼କରେ ଯାଞ୍ଚ କଡ଼ାକଡ଼ି ହେବ। ଅନ୍ୟ ଜିଲା ବା ରାଜ୍ୟ ବାହାରୁ ଆସୁଥିବା ବ୍ୟକ୍ତିମାନଙ୍କୁ ଯାଞ୍ଚ କରାଯିବ। ପ୍ରବେଶ କରୁଥିବା ଲୋକଙ୍କୁ କ’ଣ ପାଇଁ ଆସୁଛନ୍ତି, ତାହା କେତେ ଜରୁରୀ ଆଦି ସବୁର ତଥ୍ୟ ଦେବାକୁ ପଡ଼ିବ। ଅତ୍ୟାବଶ୍ୟକ ନ ଥିବା ବ୍ୟକ୍ତିଙ୍କୁ ପ୍ରବେଶ ଅନୁମତି ଦିଆଯିବ ନାହିଁ ବୋଲି ଜିଲାପାଳ ବଲୱନ୍ତ ସିଂ କହିଛନ୍ତି। ଶନିବାର

ଗଣମାଧ୍ୟମକୁ ସୂଚନା ଦେଇ ଜିଲାପାଳ କହିଛନ୍ତି, ଏଭଳି ଏକ ଘଡ଼ିସନ୍ଧିି ମୁହୂର୍ତ୍ତରେ ନିହାତି କାମ ନ ଥିଲେ କେହି ପୁରୀକୁ ଆସନ୍ତୁ ନାହିଁ। ବିଶେଷକରି ପର୍ଯ୍ୟଟକମାନେ ବର୍ତ୍ତମାନ ସେମାନଙ୍କ ଗସ୍ତ ବାତିଲ କରନ୍ତୁ। ସରକାର ଜୁଲାଇ ମାସ ପାଇଁ ଯେଉଁ ଗାଇଡ୍‌ଲାଇନ ପାଳନ କରିଛନ୍ତି ତାହାକୁ ସମସ୍ତେ ମାନିବାକୁ ହେବ। ପୁରୀରେ ରବିବାରଠାରୁ ମାସ୍କ ଏବଂ ସାମାଜିକ ଦୂରତ୍ୱ ନିୟମ କଡ଼ାକଡ଼ିି କରାଯିବ। ଏଥିପାଇଁ ସ୍କ୍ବାଡ୍‌ ଗଠନ କରାଯାଇ ସଚେତନ କରାଯାଉଛି। ଯଦି କେହି ନିୟମ ଭାଙ୍ଗନ୍ତି ସେମାନଙ୍କଠାରୁ ଜରିମାନା ଆଦାୟ ହେବ। ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ କୋଣାର୍କ ସୂର୍ଯ୍ୟ ମନ୍ଦିରକୁ ପ୍ରବେଶ ଉପରେ ମଧ୍ୟ କଟକଣା ଲଗାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ଏହି ୪ ଜିଲାରେ ଶୀତଲହରୀ ସମ୍ଭାବନା; ଭୁବନେଶ୍ୱର ପାଇଁ ଆସନ୍ତା ୨୪ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର,୭ା୧୨: ରାଜ୍ୟକୁ ବିଳମ୍ବରେ ଶୀତ ଆସିଥିଲେ ମଧ୍ୟ ରହି ରହିକା ବିଭିନ୍ନ ଜିଲାରେ ଶୀତର ଲହରୀ ଦେଖିବାକୁ ମିଳୁଛି। ଡିସେମ୍ବର ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର...

RSFI ରାଜ୍ୟ ଚାମ୍ପିଅନସିପରେ ଗଜପତି ସ୍କେଟର୍ସଙ୍କ ଚମକ: ଜାତୀୟ ପାଇଁ ୭ ଜଣ ଯୋଗ୍ୟତା ହାସଲ

ଗଜପତି,୭ା୧୨(ଗିରିଧାରୀ ପରିଛା): ଜିଲା ପାଇଁ ଏକ ଗର୍ବର ମୁହୂର୍ତ୍ତରେ, ଗଜପତିର ସ୍କେଟର୍ସମାନେ RSFI ରାଜ୍ୟ ସ୍କେଟିଂ ଚାମ୍ପିଅନସିପରେ ଉତ୍କୃଷ୍ଟ ପ୍ରଦର୍ଶନ କରି ଅନେକ ପଦକ ହାସଲ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri