ଆଜିଠୁ ପୁରୀ ପ୍ରବେଶ ଉପରେ କଟକଣା: ୩୧ ପର୍ଯ୍ୟନ୍ତ ସୂର୍ଯ୍ୟ ମନ୍ଦିରକୁ ପ୍ରବେଶ ମନା

ପୁରୀ ଅଫିସ,୫।୭: ପୁରୀ ଜିଲାରେ କରୋନା ପଜିଟିଭ ସଂଖ୍ୟା ବଢିବାରେ ଲାଗିଛି। ଜୁଲାଇ ମାସ ସବୁଠୁ ଗୁରୁତ୍ୱପୂର୍ଣ୍ଣ। ତେଣୁ କରୋନା ସଂକ୍ରମଣ ଯେପରି ନ ବ୍ୟାପିବ ସେଥିପ୍ରତି ସମସ୍ତଙ୍କୁ ସଚେତନ ଓ ସତର୍କ ରହିବାକୁ ହେବ। ଏହାକୁ ଦୃଷ୍ଟିରେ ରଖି ପୁରୀ ପ୍ରବେଶ ଉପରେ କଟକଣା ଜାରି କରାଯାଇଛି। ରବିବାରଠାରୁ ଜିଲାର ତିନୋଟି ମୁଖ୍ୟ ପ୍ରବେଶ ପଥ ପୁରୀ-ଭୁବନେଶ୍ୱର, ପୁରୀ-ଅସ୍ତରଙ୍ଗ ଓ ଜଗନ୍ନାଥ ସଡ଼କରେ ଯାଞ୍ଚ କଡ଼ାକଡ଼ି ହେବ। ଅନ୍ୟ ଜିଲା ବା ରାଜ୍ୟ ବାହାରୁ ଆସୁଥିବା ବ୍ୟକ୍ତିମାନଙ୍କୁ ଯାଞ୍ଚ କରାଯିବ। ପ୍ରବେଶ କରୁଥିବା ଲୋକଙ୍କୁ କ’ଣ ପାଇଁ ଆସୁଛନ୍ତି, ତାହା କେତେ ଜରୁରୀ ଆଦି ସବୁର ତଥ୍ୟ ଦେବାକୁ ପଡ଼ିବ। ଅତ୍ୟାବଶ୍ୟକ ନ ଥିବା ବ୍ୟକ୍ତିଙ୍କୁ ପ୍ରବେଶ ଅନୁମତି ଦିଆଯିବ ନାହିଁ ବୋଲି ଜିଲାପାଳ ବଲୱନ୍ତ ସିଂ କହିଛନ୍ତି। ଶନିବାର

ଗଣମାଧ୍ୟମକୁ ସୂଚନା ଦେଇ ଜିଲାପାଳ କହିଛନ୍ତି, ଏଭଳି ଏକ ଘଡ଼ିସନ୍ଧିି ମୁହୂର୍ତ୍ତରେ ନିହାତି କାମ ନ ଥିଲେ କେହି ପୁରୀକୁ ଆସନ୍ତୁ ନାହିଁ। ବିଶେଷକରି ପର୍ଯ୍ୟଟକମାନେ ବର୍ତ୍ତମାନ ସେମାନଙ୍କ ଗସ୍ତ ବାତିଲ କରନ୍ତୁ। ସରକାର ଜୁଲାଇ ମାସ ପାଇଁ ଯେଉଁ ଗାଇଡ୍‌ଲାଇନ ପାଳନ କରିଛନ୍ତି ତାହାକୁ ସମସ୍ତେ ମାନିବାକୁ ହେବ। ପୁରୀରେ ରବିବାରଠାରୁ ମାସ୍କ ଏବଂ ସାମାଜିକ ଦୂରତ୍ୱ ନିୟମ କଡ଼ାକଡ଼ିି କରାଯିବ। ଏଥିପାଇଁ ସ୍କ୍ବାଡ୍‌ ଗଠନ କରାଯାଇ ସଚେତନ କରାଯାଉଛି। ଯଦି କେହି ନିୟମ ଭାଙ୍ଗନ୍ତି ସେମାନଙ୍କଠାରୁ ଜରିମାନା ଆଦାୟ ହେବ। ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ କୋଣାର୍କ ସୂର୍ଯ୍ୟ ମନ୍ଦିରକୁ ପ୍ରବେଶ ଉପରେ ମଧ୍ୟ କଟକଣା ଲଗାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଶାମୁକ୍ତ ସମାଜ ଗଠନ ପାଇଁ ଆହ୍ୱାନ: ରମ୍ଭା ଥାନା ପକ୍ଷରୁ…

ରମ୍ଭା, ୨୫।୮ (ବିଦ୍ୟାଧର ସାହୁ): ସୁବଳୟା ସ୍ଥିତ ଗୋପାଳ କୃଷ୍ଣ ଉଚ୍ଚ ମାଧ୍ୟମିକ ମହାବିଦ୍ୟାଳୟରେ ରମ୍ଭା ପୋଲିସ ପକ୍ଷରୁ ସାଇବର୍ ଅପରାଧ ଓ ନିଶା ନିବାରଣ ସଚେତନତା…

ସାଂଘାତିକ! ଶେଷରେ ପାରାଦୀପ ସମୁଦ୍ରରୁ ମିଳିଲା ନିଖୋଜ ଜାହାଜର…

ନୂଆଦିଲ୍ଲୀ,୨୫।୮: ସମୁଦ୍ର ଗର୍ଭରେ ବିରାଟ ବଡ଼ MV ଓସେନ ୱିନର ଜାହାଜ ଗାଏବ ହୋଇଯିବା ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି । ଏତେ ବଡ଼ ସର୍ଚ୍ଚ ଅପରେସନ୍…

କଣ୍ଟାମାଳ ପୋଲିସ-ଜନତା ଖଣ୍ଡଯୁଦ୍ଧ: ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ଏସ୍‌ପିଙ୍କ ତଦନ୍ତ, ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ

କଲ୍ୟାଣସିଂହପୁର,୨୫।୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କାଶୀପୁର ବ୍ଲକ କଣ୍ଟାମାଳ ଗ୍ରାମରେ ଘଟିଥିବା ବହୁଚର୍ଚ୍ଚିତ ପୋଲିସ-ଜନତା ସଂଘର୍ଷ ଘଟଣାରେ ତଦନ୍ତ ପ୍ରକ୍ରିୟା ତ୍ୱରାନ୍ୱିତ ହୋଇଛି। ମାନ୍ୟବର ହାଇକୋର୍ଟଙ୍କ…

ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ବାଳିକା ଆତ୍ମରକ୍ଷା ପ୍ରଶିକ୍ଷଣ ଶିବିର ଉଦ୍‌ଯାପିତ,ଉଦ୍ଦେଶ୍ୟ ସମ୍ପର୍କରେ…

ଭଞ୍ଜନଗର,୨୫।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସ୍ଥିତ ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ‘ଶକ୍ତିଶ୍ରୀ’ ଆନୁକୂଲ୍ୟରେ ଚାଲିଥିବା ବାଳିକା ଆତ୍ମରକ୍ଷା ପ୍ରଶିକ୍ଷଣ ଶିବିର ମଙ୍ଗଳବାର ଉଦ୍‌ଯାପିତ ହୋଇଯାଇଛି। ଉଦ୍‌ଯାପନୀ…

ବରଗଡ଼ରେ ଓଡ଼ିଶା ରାଜ୍ୟ ମହିଳା ଆୟୋଗଙ୍କ ଶିବିର ଅଦାଲତ: ୨୪ ମାମଲାର ଶୁଣାଣି

ବରଗଡ଼, ୨୫।୮(ପ୍ରେମାନନ୍ଦ ଖମାରୀ): ମହିଳାମାନଙ୍କ ଅଭିଯୋଗର ତ୍ୱରିତ ଶୁଣାଣି ଏବଂ ସମସ୍ୟାର ସମାଧାନ ବ୍ୟବସ୍ଥାକୁ ସେମାନଙ୍କ ଦ୍ୱାରଦେଶରେ ପହଞ୍ଚାଇବା ଉଦ୍ଦେଶ୍ୟରେ ମଙ୍ଗଳବାର ବରଗଡ଼ ଜିଲ୍ଲା ପରିଷଦ ସମ୍ମିଳନୀ…

ପିଉସାଙ୍କୁ ନିର୍ମମ ଭାବେ ହତ୍ୟା କରି ପୋଡ଼ି ଦେବା ଘଟଣା: ଆଉ ୬ ଗିରଫ, ମୋଟ ଗିରଫ ସଂଖ୍ୟା ୮କୁ ବୃଦ୍ଧି

ଦାରିଙ୍ଗବାଡ଼ି,୨୫।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ବାଡାବାଙ୍ଗା ପଞ୍ଚାୟତ ସିକନବାଡି ଗ୍ରାମରେ ପିଉସାଙ୍କୁ ନିର୍ମମ ଭାବେ ହତ୍ୟା କରି ପୋଡ଼ି ଦେବା ଘଟଣାରେ ପୋଲିସକୁ ବଡ଼…

ଏକାଠି ହେଲେ ଭାରତ-ଚାଇନା ସେନା, ଓଡ଼ିଶା ସମୁଦ୍ରରେ ଚାଲିଛି ଜୋର୍‌ ଅପରେଶନ

ନୂଆଦିଲ୍ଲୀ,୨୫।୮: ସମୁଦ୍ର ଗର୍ଭରେ ବିରାଟ ବଡ଼ MV ଓସେନ ୱିନର ଜାହାଜ ଗାଏବ ହୋଇଯିବା ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି । ଏତେ ବଡ଼ ସର୍ଚ୍ଚ ଅପରେସନ୍…

ପାଟଣା ବ୍ଲକ୍‌ର ୪୧ ଶିକ୍ଷକ-ଶିକ୍ଷୟିତ୍ରୀଙ୍କୁ ପଦୋନ୍ନତି: ନିଯୁକ୍ତିପତ୍ର ବାଣ୍ଟିଲେ …

ପାଟଣା,୨୫।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ଅଧୀନରେ କାର୍ଯ୍ୟରତ ୪୧ ଜଣ ଶିକ୍ଷକ-ଶିକ୍ଷୟିତ୍ରୀ ଚତୁର୍ଥ ବର୍ଗରୁ ତୃତୀୟ ବର୍ଗକୁ ପଦୋନ୍ନତି ପାଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri