ସ୍କୁଲ ପାଖରେ ତମାଖୁ ବିକ୍ରିି ଉପରେ କଟକଣା

ବାରିପଦା ଅଫିସ,୧୭ା୧୨: ମୟୂରଭଞ୍ଜ ଜିଲା ଆରକ୍ଷୀ ଅଧ୍ୟୀକ୍ଷକଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ତମାଖୁ ନିଷେଧ ଆଇନ ପ୍ରବର୍ତ୍ତନ ସମ୍ପର୍କିତ ଏକ କର୍ମଶାଳା ଏସ୍‌ପି କେ.ଆର୍‌. ଦ୍ୟାନଦେଓଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ସିଗାରେଟ ତଥା ତମାଖୁ ଜାତ ଦ୍ରବ୍ୟ ଅଧିନିୟମ-୨୦୦୩ ଅନୁଯାୟୀ ଜିଲାର କୌଣସି ଶିକ୍ଷା ଅନୁଷ୍ଠାନଠାରୁ ଶହେ ମିଟର ଦୂରତା ଭିତରେ ନିଶା ଦ୍ରବ୍ୟ ବିକ୍ରି ହୋଇ ପାରିବ ନାହିଁ। ଏଥିରେ ବ୍ୟତିକ୍ରମ ହେଲେ ସମ୍ପୃକ୍ତ ବିକ୍ରେତାଙ୍କଠାରୁ ନିର୍ଦ୍ଧାରିତ ଜରିମାନା ଆଦାୟ କରାଯିବା ସଙ୍ଗେ ସଙ୍ଗେ ଦଣ୍ଡ ବିଧାନ କରାଯିବ ବୋଲି ଏସ୍‌ପି କହିଥିଲେ। ଜିଲା ମୁଖ୍ୟ ଚିକିତ୍ସା ଓ ସ୍ବାସ୍ଥ୍ୟ ଅଧିକାରୀ ଡା.ରୂପଭାନୁ ମିଶ୍ର ଯୋଗଦେଇ ସୁସ୍ଥ ସମାଜ ଗଠନ ଲାଗି ଆଗାମୀ ଯୁବପିଢ଼ି ନିଶାମୁକ୍ତ ଜୀବନ ଯାପନ କରିବା ଦିଗରେ ଧ୍ୟାନ ଦେବା ପାଇଁ ପରାମର୍ଶ ଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ରାଜ୍ୟ ଟବାକୋ କନସଲଟାଣ୍ଟ ଡା.ଗିରିଜା ଶଙ୍କର ମିଶ୍ର, ଜିଲା କୁଷ୍ଠ ନିରାକରଣ ଅଧିକାରୀ ଡା.ଶାନ୍ତନୁ କୁମାର ଦାଶ, ଜାତୀୟ ସ୍ବାସ୍ଥ୍ୟ ମିଶନ ଯୋଜନା ଅଧିକାରୀ ପି.ପି. ପତି, ଜିଲା ଖାଦ୍ୟ ସୁରକ୍ଷା ଅଧିକାରୀଣି ସଂଯୁକ୍ତା ହେମ୍ବ୍ରମ, ଜିଲା ଔଷଧ ନିରୀକ୍ଷକ ରୁଦ୍ର ନାରାୟଣ ସାହୁ, ଏପିଡେମିଓଲଜିଷ୍ଟ ବିଭୁଦତ୍ତ ଦାସ ପ୍ରମୁଖଙ୍କ ସମେତ ଜିଲାର ସମସ୍ତ ଥାନା ଅଧିକାରୀମାନେ ଯୋଗ ଦେଇଥିଲେ। ନିହାର ରଞ୍ଜନ ପୃଷ୍ଟି ଧନ୍ୟବାଦ ଅର୍ପଣ କରିଥିଲେ। ତେବେ ବାରିପଦା ସହରସ୍ଥିତ ଏମ୍‌କେସି ଓ ଏମ୍‌ପିକେ ହାଇସ୍କୁଲ ନିକଟରେ ବିକ୍ରି ହେଉଥିବା ଗୁଟଖା ଦୋକାନ ହଟାଇବା ପାଇଁ ସହରବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଡାଳରେ ଝୁଲିପଡ଼ିଲେ ନାବାଳକ-ଯୁବତୀ

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ସ୍ଥାନୀୟ ସଦର ଥାନା ଅଧୀନ ଶଙ୍ଖାଭଙ୍ଖା ପଞ୍ଚାୟତ, ଶିଖରଘାଟି ଗ୍ରାମର ଏକ ଆମ୍ବଗଛ ଡାଳରେ ଜଣେ ନାବାଳକ ଓ ଯୁବତୀଙ୍କ ଝୁଲନ୍ତା...

ଯେତିକି ଲିଭୁଛି, ସେତିକି ଜଳୁଛି

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ିଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ କରି...

ଅସନ୍ତୁଷ୍ଟଙ୍କ ପାଇଁ ବଢୁଛି ଅଡୁଆ

ବୈଶିଙ୍ଗା,୨୬ା୪(ରତନ ଦାଶ):ସାଧାରଣ ନିର୍ବାଚନ ଯେତିକି ପାଖେଇ ଆସୁଛି ମୟୂରଭଞ୍ଜ ଜିଲା ବଡ଼ସାହି ବିଧାନସଭା ନିର୍ବାଚନ ମଣ୍ଡଳୀରେ ସବୁଦିନ କିଛି ନୂଆ କଥା ଦେଖିବାକୁ ମିଳୁଛି। ପ୍ରମୁଖ...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ଆଉ ସହି ହେବନି,ଏଥର ଭୋଟ ବର୍ଜନ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ)ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟ ପାଦଦେଶ ଯଦୁନାଥପୁର ପଞ୍ଚାୟତବାସୀ ଅବହେଳିତ ଓ ନିଷ୍ପେଷିିତ ଅବସ୍ଥାରେ ଜୀବନଯାପନ କରୁଛନ୍ତି। ଦେଶ ସ୍ବାଧୀନତାର ୭୭ବର୍ଷ ପରେ...

ଭାଜପାରେ ସାମିଲ ହେଲେ ବିଭିନ୍ନ ଦଳର ହଜାର ହଜାର କର୍ମୀ

ମୋରଡ଼ା,୨୪ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ନିର୍ବାଚନମଣ୍ଡଳୀ ସାଧାରଣ ନିର୍ବାଚନ ପାଇଁ ବେଶ୍‌ ଚଳଚଞ୍ଚଳ ହୋଇଉଠିଥିବା ବେଳେ ସବୁବେଳେ ଚର୍ଚ୍ଚାରେ ରହି ଆସିଛି। ଗଣତନ୍ତ୍ରର ଏହି...

ମୋରଡ଼ା ବିଜେଡି ବିଧାୟିକା ପ୍ରାର୍ଥିନୀଙ୍କ ପ୍ରତି ଛୁଟୁଛି ବିଦ୍ରୋହର ସୁଅ: ଦଳରୁ ଇସ୍ତଫା ଦେଲେ ସାଧାରଣ ସମ୍ପାଦକ

ମୋରଡ଼ା,୨୨ା୪(ସ୍ମାରକ ମାଜୀ): ଆଗକୁ ସାଧାରଣ ନିର୍ବାଚନ ଥିବା ବେଳେ ମୟୂରଭଞ୍ଜ ଜିଲା ମୋରଡ଼ା ନିର୍ବାଚନମଣ୍ଡଳୀ ପାଇଁ ବିଜୁ ଜନତା ଦଳ ମୋରଡ଼ା ବିଧାୟକ ରାଜକିଶୋର ଦାସଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri