ଆଫଗାନିସ୍ତାନରେ ମହିଳାଙ୍କ ଉପରେ ବଢୁଛି ପ୍ରତିବନ୍ଧକ, ସ୍କୁଲ-ଜବ ପରେ ଏବେ ପାର୍କ ଓ ମେଳାରେ ଏଣ୍ଟ୍ରି ମନା

କାବୁଲ,୧୦ ।୧୧: ଆଫଗାନିସ୍ତାନରେ ମହିଳାଙ୍କ ଉପରେ ପ୍ରତିବନ୍ଧକ ବେଳକୁ ବେଳ ବଢିବାରେ ଲାଗିଛି । ଏବେ ଆଫଗାନିସ୍ତାନର ରାଜଧାନୀ କାବୁଲରୁ ଏକ ବଡ ଖବର ଆସିଛି । ଏଠାରେ ସାର୍ବଜନିକ ସ୍ଥାନ ଅର୍ଥାତ୍ ପାର୍କ ଓ ମେଳାରେ ମହିଳାଙ୍କ ପ୍ରବେଶ ଉପରେ ପ୍ରତିବନ୍ଧକ ଲଗାଇ ଦିଆଯାଇଛି । ଏହି ନୂଆ ନିୟମ ଚଳିତ ସପ୍ତାହରେ ଲାଗୁ କରାଯାଇଛିଇ । ଏହାଦ୍ୱାରା ମହିଳାମାନଙ୍କ ଏବେ ଆଉ ସାର୍ବଜନିକ ସ୍ଥାନରେ ପ୍ରବେଶ ଅନୁମତି ମିଳିବ ନାହିଁ । ଏଠାରେ ପୂର୍ବରୁ ବି ମହିଳାଙ୍କ ଉପରେ ବିଭିନ୍ନ ପ୍ରକାର ପ୍ରତିବନ୍ଧକ ଲାଗିଛି । ଏହା ପୂର୍ବରୁ ତାଲିବାନ ସରକାର ଆଫଗାନ ମହିଳାଙ୍କୁ ଘରୁ ବାହାରକୁ ବାହାରିବାକୁ ମନା କରିବା ସହ ଘର ବାହାରେ କାମ କରିବା ଉପରେ ବି ପ୍ରତିବନ୍ଧକ ଲଗାଇଛନ୍ତି ।

ଏହା ବ୍ୟତୀତ ଏଠାକାର ସ୍କୁଲରେ ବି ଛାତ୍ରୀ ଛାତ୍ରଙ୍କ ମଧ୍ୟରେ ଭେଦଭାବ ଦେଖିବାକୁ ମିଳିଛି । ଛାତ୍ରୀମାନଙ୍କୁ ୬ଷ୍ଠ ଶ୍ରେଣୀ ପରେ ପଢିବାକୁ ଅନୁମତି ଦେଇ ନାହାନ୍ତି ଆଫଗାନ ସରକାର । ଜଣେ ମହିଳା କହିଛନ୍ତି, ଏଠାକାର ମହିଳାଙ୍କ ପାଖରେ ନା ସ୍କୁଲ ଅଛି ନା କାମ । ଆମ ନିକଟରେ ଗୋଟିଏ ସ୍ଥାନ ଥିଲା । ଏବେ ସେଠାରେ ବି ଏଣ୍ଟ୍ରିକୁ ମନା କରି ଦିଆଗଲା । ସେ କହିଛନ୍ତି ମହିଳାମାନେ ଏଭଳି ଅତ୍ୟାଚାରରେ ଅତିଷ୍ଠ ହୋଇ ପଡିଲେଣି ।
ଆଫଗାନିସ୍ତାନରେ ମହିଳାଙ୍କ ଉପରେ ଅତ୍ୟାଚାର ବଢି ଚାଲିଥିବା ବେଳେ ତାଲିବାନ ସରକାର ସମସ୍ତ ମହିଳାଙ୍କୁ ସାର୍ବଜନିକ ଭାବେ ନିଜ ଚେହେରା ପରଦା ତଳେ ରଖିବାକୁ ପୂର୍ବରୁ ନିର୍ଦ୍ଦେଶ ଦେଇଛନ୍ତି । ସେହିପରି ମହିଳାମାନଙ୍କ ମନୋରଞ୍ଜନ କାର୍ଯ୍ୟକ୍ରମରେ ଭାଗ ନେବା ଓ ପୁରୁଷଙ୍କ ସହ ପାର୍କ ଯିବାକୁ ସରକାର ଅନୁମତି ଦେଇ ନାହାନ୍ତି ।
ସୂଚନାଯୋଗ୍ୟ, ୨୦୨୧ରେ ଆଫଗାନିସ୍ତାନରେ ତାଲିବାନ ଶାସନ କରିବା ପରଠାରୁ ମହିଳାଙ୍କ ଉପରେ ଅତ୍ୟାଚାର ବଢିବାରେ ଲାଗିଛି ।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହିତ ମୁମ୍ବାଇର ଅଭିଯାନ ଆରମ୍ଭ

ମୁମ୍ବାଇ,୨୯ା୩: ରୋହିତ ଶର୍ମା ଓ ରିୟାନ ରିକଲଟନଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ମୁମ୍ବାଇ ଇଣ୍ଡିଆନ୍ସ (ଏମ୍‌ଆଇ) ରବିବାର ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ(କେକେଆର୍‌)କୁ ୬…

ପାକିସ୍ତାନରେ ହେବ ଲକ୍‌ଡାଉନ୍‌

ଇସ୍‌ଲାମାବାଦ,୨୯ା୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ପାକିସ୍ତାନରେ ଇନ୍ଧନ ସଙ୍କଟ ଗୁରୁତର ହୋଇପଡିଛି। ଦେଶରେ ଶକ୍ତି ଏବଂ ଇନ୍ଧନ ବ୍ୟବହାର କମାଇବା ଉଦ୍ୟମ ସ୍ବରୂପ ପାକ୍‌ ସରକାର ପ୍ରତି…

ଇସ୍ରାଏଲ ଉପରେ ବଡ଼ ଆକ୍ରମଣ କଲା ଇରାନ; କେମିକାଲ୍ ଲିକ୍ ନେଇ ଚେତାବନୀ, ଝରକା ବନ୍ଦ ରଖିବାକୁ…

ନୂଆଦିଲ୍ଲୀ,୨୯।୩: ଇରାନ ଇସ୍ରାଏଲର ଏକ ପ୍ରମୁଖ ରାସାୟନିକ କେନ୍ଦ୍ର ଉପରେ ବାଲିଷ୍ଟିକ୍ ମିଶାଇଲ୍ ହମଲା କରିଛି । ଏହା ଫଳରେ ସେହି ସ୍ଥାନରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

ପାକିସ୍ତାନର ସ୍ଥିତି ସାଂଘାତିକ, LPG-ଡିଜେଲ-ପେଟ୍ରୋଲ ପରେ ଏବେ ବଢ଼ିଲା ଔଷଧ ଦାମ୍

ଇସଲାମାବାଦ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ପ୍ରଭାବ ପଡ଼ୋଶୀ ପାକିସ୍ତାନ ଉପରେ ପଡୁଛି । ଏଲପିଜି, ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧି ପରେ, ଔଷଧର ମୂଲ୍ୟରେ ମଧ୍ୟ ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri