ବିପଦସଙ୍କୁଳ ଅବସ୍ଥାରେ ଯାତ୍ରୀ ବିଶ୍ରାମାଗାର

କାକଟପୁର,୩।୯(ଡି.ଏନ୍‌.ଏ.): ଦୀର୍ଘବର୍ଷ ପୂର୍ବେ ରାଜ୍ୟ ସରକାର ବସ ଯାତ୍ରୀମାନଙ୍କର ସୁବିଧା ପାଇଁ ପୂର୍ତ୍ତବିଭାଗ କାକଟପୁର ବ୍ଲକର ସୋମନାଥପୁର ଛକ, କଲେଜ ଛକ, ତହସିଲ ଛକ ଓ ମଲାମାଛ ଛକଠାରେ ଯାତ୍ରୀ ବିଶ୍ରାମାଗାର ନିର୍ମାଣ କରିଥିଲେ। ପରେ ରକ୍ଷଣାବେକ୍ଷଣ ନ କରିବାରୁ ତାହା ବିପଦସଙ୍କୁଳ ଅବସ୍ଥାରେ ପଡ଼ିରହିଛି। ଅଧିକାଂଶ ବିଶ୍ରାମାଗାରରେ ଛାତ ଭାଙ୍ଗିଯାଇଥିବାବେଳେ ଅନ୍ୟ କେଉଁଠି ବସିବା ସ୍ଥାନ ଅପରିଷ୍କାର, ଦୁର୍ଗନ୍ଧମୟ ହେଉଥିବାରୁ ଲୋକେ ସେଠାକୁ ଯିବାକୁ ମଣୁନାହାନ୍ତି, ଏପରିକି କେତାଟି ସ୍ଥାନରେ ରାତିହେଲେ ଅସାମାଜିକ ଲୋକଙ୍କ ଆଡ୍ଡା ଜମୁଛି। ଏଗୁଡ଼ିକ ପ୍ରତି ପ୍ରଶାସନର ଦୃଷ୍ଟି ପଡ଼ୁ ନ ଥିବାରୁ ଦିନକୁଦିନ ଏଭଳି ଭାବେ ନଷ୍ଟ ହେବାରେ ଲାଗିଛି। ତେଣୁ ଜିଲାପାଳ ଦୃଷ୍ଟି ଦେଇ ମରାମତି ପାଇଁ ପଦକ୍ଷେପ ନେବାକୁ ସାଧାରଣରେ ଦାବି ହେଉଛି। ଏ ସମ୍ପର୍କରେ କାକଟପୁର ବିଡିଓ କହିଛନ୍ତି, ଏହିସବୁ କାର୍ଯ୍ୟ ଆମ ପରିସର ବାହାରେ। କେନ୍ଦ୍ର ଓ ରାଜ୍ୟ ଅର୍ଥ କମିଶନଙ୍କ ଗାଇଡଲାଇନକୁ ଅନୁସରଣ କରି ଆମେ କାର୍ଯ୍ୟ କରୁଛୁ ବୋଲି କହିଛନ୍ତି। କାକଟପୁର ପୂର୍ତ୍ତବିଭାଗ ଅଧିକାରୀ ଏଠାରେ ଅନୁପସ୍ଥିତ ରହୁଥିବାରୁ ଯୋଗାଯୋଗ କରିବା ସମ୍ଭବ ହୋଇପାରି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଗାଁ ମଝିରେ ଛିଡ଼ିଲା ବିଦ୍ୟୁତ ତାର: ଅଳ୍ପକେ ବର୍ତ୍ତିଲେ ଜେଜେ ମା’-ନାତି

ଗଞ୍ଜାମ,୧୭।୧୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ଲକ୍ଷ୍ମୀପୁର ଗାଁରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଥିଲା। ଗାଁ ମଝିରେ ରାସ୍ତା...

ମୁକେଶଙ୍କୁ ପୁଣି ଗୁରୁଦାୟିତ୍ୱ ଦେଲୋ ଭାଜପା: ଜିଲା ଉପସଭାପତି ପଦବୀ ପାଇ କହିଲେ…

ଭବାନୀପାଟଣା,୧୭।୧୨(ଉତ୍ତମ କୁମାର ଦାଶ): ରାଜ୍ୟ ଭାଜପା ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ମଙ୍ଗଳବାର କଳାହାଣ୍ଡି ଜିଲା ଭାଜପା ସଭାପତି ଯୁଗଳ କିଶୋର ପୋଢ଼ ଜିଲାର...

କମ୍ୟୁନିଟି ସେଣ୍ଟର ସ୍ଥାନାନ୍ତର ଉଦ୍ୟମକୁ ବିରୋଧ: ବିରୋଧ କଲା ଜିଲା ଆଦିବାସୀ କଲ୍ୟାଣ ସଂଘ

ଅମରପାଲି,୧୭/୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ବହଲପଦର ପଞ୍ଚାୟତର ହୋତାପାଲି ( ସୁରଧାପାଲି) ଠାରେ ନିର୍ମାଣ ହେବାକୁ ଥିବା ଏକ କମ୍ୟୁନିଟି ସେଣ୍ଟର...

୧୨ ଘଣ୍ଟିଆ ଦେବଗଡ଼ ବନ୍ଦ: ଆନ୍ଦୋଳନକାରୀଙ୍କୁ ଉଠାଇନେଲା ପୋଲିସ…

ଦେବଗଡ,୧୭।୧୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ପୁରୁଣା ଡାକ୍ତରଖାନାରେ ୨୪ ଘଣ୍ଟିଆ ସ୍ବାସ୍ଥ୍ୟସେବା ଦାବିରେ ବନ୍ଦ ଡାକରା ଦେଇଛି ଜିଲା ମହିଳା ଏକତା ମଞ୍ଚ। ସକାଳ ୬ରୁ...

୮ ଦିନ ମଧ୍ୟରେ କିଡନୀ ରୋଗରେ ୩ ଜଣଙ୍କ ମୃତ୍ୟୁ ଘଟଣା: ରକ୍ତ, ପାନୀୟ ଜଳ ନମୁନା ସଂଗ୍ରହ

ଅମରପାଲି,୧୭ା୧୨(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲଶ ବୀରମହାରାଜପୁର ବ୍ଲକର ଉପାନ୍ତ ଅଞ୍ଚଳରେ କିଡ଼ନୀ ରୋଗରେ ୮ ଦିନ ମଧ୍ୟରେ ୩ ଜଣଙ୍କ ମୃତ୍ୟୁ ଘଟିଥିଲା। ଏନେଇ ଧରିତ୍ରୀରେ ଖବର...

ଶୀତ ମହୋତ୍ସବ ହେବ ଉତ୍ସବମୁଖର: ସାଂସ୍କୃତିକ କାର୍ଯ୍ୟକ୍ରମକୁ ଆକୃଷ୍ଟ ପାଇଁ ଲକ୍ଷ୍ୟ

ଦାରିଙ୍ଗବାଡି,୧୭।୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଶୀତ ମହୋତ୍ସବ ନେଇ ତୃତୀୟଥର ପାଇଁ ପ୍ରସ୍ତୁତି ବୈଠକ ବ୍ଲକ ସଭାଗୃହ ଠାରେ ହୋଇଯାଇଛି। ବିଡ଼ିଓ ତଥା...

୬ ମାସରେ ମାତ୍ର ୨ ପ୍ରତିଶତ ଅଗ୍ରଗତି: ଅନିଶ୍ଚିତତା ଘେରରେ ମେଗା ପାନୀୟ ଜଳ ପ୍ରକଳ୍ପର ଭବିଷ୍ୟତ

ଭଞ୍ଜନଗର,୧୭।୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଗ୍ରାମ୍ୟ ପାଇପ ଜଳ ଯୋଗାଣ ବିଭାଗ ଅଧୀନରେ ରାଜ୍ୟର ସବୁଠୁ ବଡ ମେଗା ପାନୀୟ ଜଳ ଯୋଗାଣ ପ୍ରକଳ୍ପ କାର୍ଯ୍ୟ...

ଧାନରେ ଇନ୍‌ପୁଟ୍‌ ଆସିଷ୍ଟାଣ୍ଟ ହ୍ରାସ, ବଢ଼ିଲା ଅସନ୍ତୋଷ

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। ଆଉ ୨ଦିନ ପରେ ଜିଲାରେ ଧାନ ସଂଗ୍ରହ ପ୍ରକ୍ରିୟାକୁ ୩ସପ୍ତାହ ପୂରିବ। ଅଥଚ ଏପର୍ଯ୍ୟନ୍ତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri