ବିପଦସଙ୍କୁଳ ଅବସ୍ଥାରେ ଯାତ୍ରୀ ବିଶ୍ରାମାଗାର

କାକଟପୁର,୩।୯(ଡି.ଏନ୍‌.ଏ.): ଦୀର୍ଘବର୍ଷ ପୂର୍ବେ ରାଜ୍ୟ ସରକାର ବସ ଯାତ୍ରୀମାନଙ୍କର ସୁବିଧା ପାଇଁ ପୂର୍ତ୍ତବିଭାଗ କାକଟପୁର ବ୍ଲକର ସୋମନାଥପୁର ଛକ, କଲେଜ ଛକ, ତହସିଲ ଛକ ଓ ମଲାମାଛ ଛକଠାରେ ଯାତ୍ରୀ ବିଶ୍ରାମାଗାର ନିର୍ମାଣ କରିଥିଲେ। ପରେ ରକ୍ଷଣାବେକ୍ଷଣ ନ କରିବାରୁ ତାହା ବିପଦସଙ୍କୁଳ ଅବସ୍ଥାରେ ପଡ଼ିରହିଛି। ଅଧିକାଂଶ ବିଶ୍ରାମାଗାରରେ ଛାତ ଭାଙ୍ଗିଯାଇଥିବାବେଳେ ଅନ୍ୟ କେଉଁଠି ବସିବା ସ୍ଥାନ ଅପରିଷ୍କାର, ଦୁର୍ଗନ୍ଧମୟ ହେଉଥିବାରୁ ଲୋକେ ସେଠାକୁ ଯିବାକୁ ମଣୁନାହାନ୍ତି, ଏପରିକି କେତାଟି ସ୍ଥାନରେ ରାତିହେଲେ ଅସାମାଜିକ ଲୋକଙ୍କ ଆଡ୍ଡା ଜମୁଛି। ଏଗୁଡ଼ିକ ପ୍ରତି ପ୍ରଶାସନର ଦୃଷ୍ଟି ପଡ଼ୁ ନ ଥିବାରୁ ଦିନକୁଦିନ ଏଭଳି ଭାବେ ନଷ୍ଟ ହେବାରେ ଲାଗିଛି। ତେଣୁ ଜିଲାପାଳ ଦୃଷ୍ଟି ଦେଇ ମରାମତି ପାଇଁ ପଦକ୍ଷେପ ନେବାକୁ ସାଧାରଣରେ ଦାବି ହେଉଛି। ଏ ସମ୍ପର୍କରେ କାକଟପୁର ବିଡିଓ କହିଛନ୍ତି, ଏହିସବୁ କାର୍ଯ୍ୟ ଆମ ପରିସର ବାହାରେ। କେନ୍ଦ୍ର ଓ ରାଜ୍ୟ ଅର୍ଥ କମିଶନଙ୍କ ଗାଇଡଲାଇନକୁ ଅନୁସରଣ କରି ଆମେ କାର୍ଯ୍ୟ କରୁଛୁ ବୋଲି କହିଛନ୍ତି। କାକଟପୁର ପୂର୍ତ୍ତବିଭାଗ ଅଧିକାରୀ ଏଠାରେ ଅନୁପସ୍ଥିତ ରହୁଥିବାରୁ ଯୋଗାଯୋଗ କରିବା ସମ୍ଭବ ହୋଇପାରି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

କଲେଜ ବ୍ୟାଗ୍‌ରେ ଗଞ୍ଜେଇ ଚାଲାଣ, ଧରାପଡ଼ିଲେ ଯୁବକ

ଦିଗପହଣ୍ଡି,୨୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକରେ ସୋମବାର ସନ୍ଦେହ ଜନକ ଭାବେ ଠିଆ ହୋଇଥିବା ଜଣେ ଯୁବକଙ୍କ କଲେଜ ବ୍ୟାଗକୁ ପୋଲିସ ଯାଞ୍ଚ…

ତେଜିଲା ଆନ୍ଦୋଳନ, ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ କଂଗ୍ରେସର ବିକ୍ଷୋଭ

ଛତ୍ରପୁର,୨୮।୯(ଦିଲ୍ଲୀପି ସାମଲ/ଦ୍ୱାରିକା ସାମଲ): ଅଖିଳ ଭାରତ କଂଗ୍ରେସ କମିଟିର ନିର୍ଦ୍ଦେଶ କ୍ରମେ ଭୋଟ ଚୋରି ଅଭିଯୋଗକୁ ନେଇ ମୁଖ୍ୟ ନିର୍ବାଚନ କମିସନରଙ୍କ ବିରୋଧରେ ଗଞ୍ଜାମ ଜିଲା କଂଗ୍ରେସ…

ପଞ୍ଚାୟତ କାର୍ଯ୍ୟାଳୟରେ ଆଇନ ସଚେତନତା: ବିଭିନ୍ନ ଆଇନ ସମ୍ପର୍କରେ ଆଲୋଚନା

ଦିଗପହଣ୍ଡି, ୨୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ କାର୍ଯ୍ୟାଳୟ ସଭାଗୃହରେ ଦିଗପହଣ୍ଡି ତାଲୁକ ଆଇନ ସେବା କମିଟି ପକ୍ଷରୁ ସୋମବାର ଏକ…

୧୬ ଶିକ୍ଷୟିତ୍ରୀ-ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି: ବିଭିନ୍ନ ମହଲରୁ ଶୁଭେଚ୍ଛା

କର୍ଲାମୁଣ୍ଡା, ୨୮।୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ୧୬ ଜଣ ଶିକ୍ଷୟିତ୍ରୀଶିକ୍ଷକଙ୍କୁ ପଦୋନ୍ନତି ମିଳିଥିବା ଜଣାପଡ଼ିଛି। ଏଥିରେ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ୧୩ ଜଣ…

କାଠ ସଂଗ୍ରହ ବେଳେ ମହୁମାଛି ଆକ୍ରମଣ: ୪ ଜଣ ଆହତ, ତୁମୁଡ଼ିବନ୍ଧ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଚିକିତ୍ସାଧୀନ

ତୁମୁଡ଼ିବନ୍ଧ, ୨୮୯ (ଦୀପକ କୁମାର ପରାସେଠ): ଜାଳେଣି କାଠ ସଂଗ୍ରହ କରିବାକୁ ଜଙ୍ଗଲକୁ ଯାଇଥିବାବେଳେ ମହୁମାଛି ଆକ୍ରମଣରେ ୪ ଜଣ ଆହତ ହୋଇଛନ୍ତି। କନ୍ଧମାଳ ଜିଲା ତୁମୁଡ଼ିବନ୍ଧ…

କେନ୍ଦୁଝର ବହୁ ଚର୍ଚ୍ଚିତ ଷ୍ଟ୍ରିଟ ଲାଇଟ୍‌ ଦୁର୍ନୀତି ମାମଲା: ବିଦ୍ୟୁତ୍‌ ବିଭାଗର ୩ ଯନ୍ତ୍ରୀ କଲେ ଆତ୍ମସମର୍ପଣ

କେନ୍ଦୁଝର,୨୮।୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ବହୁ ଚର୍ଚ୍ଚିତ ଷ୍ଟ୍ରିଟ ଲାଇଟ୍‌ ଦୁର୍ନୀତି ମାମଲାରେ ୩ଜଣ ଯନ୍ତ୍ରୀ ଆତ୍ମସମର୍ପଣ କରିଛନ୍ତି। ସୋମବାର କେନ୍ଦୁଝର ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟରେ ବିଦ୍ୟୁତ୍‌…

ନଦୀ ପାର ହେବା ବେଳେ ପୁଅ ଆଗରେ ଭାସିଗଲେ ବାପା, କାଠ ସଂଗ୍ରହ କରିବାକୁ ଯାଉଥିଲେ

ତୁମୁଡିବନ୍ଧ,୨୮ା୯(ଦୀପକ କୁମାର ପରାସେଠ): ପରିବାର ପାଇଁ ଦୁଇ ପଇସା ରୋଜଗାର କରିବା ଆଶାରେ ଜଙ୍ଗଲକୁ କାଠକୋଇଲା ସଂଗ୍ରହ କରିବାକୁ ଯାଉଥିଲେ ବାପା ପୁଅ । ହେଲେ ଜଙ୍ଗଲରେ…

ମହାନଦୀ ଜଳ ବିବାଦକୁ ନେଇ AG ପୀତାମ୍ବର ଆଚାର୍ଯ୍ୟଙ୍କ ବଡ଼ ସୂଚନା, କହିଲେ…

ଭୁବନେଶ୍ୱର,୨୮।୯: ମହାନଦୀ ଜଳ ବିବାଦ ସମାଧାନକୁ ନେଇ AG ପୀତାମ୍ବର ଆଚାର୍ଯ୍ୟ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ମହାନଦୀ ଜଳ ବିବାଦ ସମାଧାନ ନେଇ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?