ଫଳାଫଳକୁ ନେଇ ଚାଲିଛି ଅଙ୍କକଷା

ଭଦ୍ରକ ଅଫିସ,୫ା୧୧: ଧାମନଗର ଉପନିର୍ବାଚନ ଗୁରୁବାର ଶେଷ ହୋଇଥିବା ବେଳେ ଫଳାଫଳକୁ ନେଇ ୩ ପ୍ରମୁଖ ଦଳ ପକ୍ଷରୁ ଚାଲିଛି ଅଙ୍କକଷା। ୫ ପ୍ରାର୍ଥୀଙ୍କ ଭାଗ୍ୟ ଇଭିଏମ୍‌ରେ ସିଲ୍‌ ହୋଇଥିବା ବେଳେ ହାର୍‌ଜିତ୍‌କୁ ନେଇ ସବୁ ଦଳର ନେତା ଅଡୁଆରେ ପଡ଼ିଯାଇଛନ୍ତି।
୨୦୨୪ ସାଧାରଣ ନିର୍ବାଚନରେ ଏହି ଫଳାଫଳର ପ୍ରଭାବ ପଡ଼ିବ ବୋଲି ରାଜନୈତିକ ସମୀକ୍ଷକ ମତ ଦେଇଛନ୍ତି। ରାଜ୍ୟରେ ପୂର୍ବରୁ ହୋଇଥିବା ସମସ୍ତ ଉପନିର୍ବାଚନରେ ବିଜେଡି ବିଜୟ ହାସଲ କରିଥିବା ବେଳେ ଧାମନଗରରେ କିନ୍ତୁ ଭାଜପା ସହ ଜୋର୍‌ଦାର ଟକ୍କର ହୋଇଛି। ସେହିପରି ପୂର୍ବତନ ବିଧାୟକ ରାଜେନ୍ଦ୍ର କୁମାର ଦାସ ଟିକେଟ୍‌ ନ ପାଇ ସ୍ବାଧୀନ ଭାବେ ନିର୍ବାଚନ ଲଢ଼ିବା ବିଜେଡି ପାଇଁ ଚ୍ୟାଲେଞ୍ଜ ହୋଇଛି। ଯେଉଁଥିପାଇଁ ଫଳାଫଳକୁ ନେଇ ଚିନ୍ତାରେ ଅଛନ୍ତି ବିଜେଡି ନେତା। ଭାଜପା ଅନୁକମ୍ପା ଭୋଟ୍‌ ନେଇ ବିଜୟୀ ହେବ ନା ମହିଳା କାର୍ଡ ଖେଳିଥିବା ବିଜେଡି ବାଜି ମାରି ନେବ ତାହା ଆସନ୍ତା ୬ ତାରିଖରେ ଜଣାପଡ଼ିବ। ଭାଜପା ପାଇଁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ୩ ଥର ଗସ୍ତ କରି ପ୍ରଚାର କରିଥିବା ବେଳେ ବିଜେଡି ଲାଗି ଭର୍ଚୁଆଲରେ ପ୍ରଚାର କରିଥିଲେ ମୁଖ୍ୟମନ୍ତ୍ରୀ। ସେହିପରି କଂଗ୍ରେସ ମଧ୍ୟ ବିଗତ ଉପନିର୍ବାଚନଠାରୁ ଧାମନଗର ଉପନିର୍ବାଚନକୁ ଗୁରୁତ୍ୱ ଦେଇ ଜୋର୍‌ଦାର ପ୍ରଚାର କରିଥିଲା। କଂଗ୍ରେସର ହେଭିଓ୍ବେଟ ନେତାମାନେ ପ୍ରଚାରରେ ସାମିଲ ହୋଇ କଂଗ୍ରେସର ସମ୍ମାନ ରଖିବାକୁ ଜୋର୍‌ଦାର ଉଦ୍ୟମ କରିଛନ୍ତି। ଅନ୍ୟପକ୍ଷେ ସ୍ବାଧୀନ ପ୍ରାର୍ଥୀ ରାଜେନ୍ଦ୍ର ଦାସଙ୍କ ପାଇଁ ଏହା ସମ୍ମାନର ପ୍ରଶ୍ନ ବୋଲି ରାଜନୈତିକ ମହଲରେ ଚର୍ଚ୍ଚା ଚାଲିଛି।

ଧାମନଗର ଉପନିର୍ବାଚନରେ ଚୂଡ଼ାନ୍ତ ମତଦାନ ହାର ୬୮.୯୮ ପ୍ରତିଶତ ହୋଇଛି। ଏ ନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ (ସିଇଓ)ଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଗୁରୁବାର ଧାମନଗର ଉପନିର୍ବାଚନ ପାଇଁ ମତଦାନ ଶେଷ ହୋଇଥିବାବେଳେ ଆସନ୍ତା ୬ ତାରିଖରେ ଭୋଟ ଗଣତି ହେବ। କଡ଼ା ସୁରକ୍ଷା ମଧ୍ୟରେ ଇଭିଏମ୍‌ ଓ ଭିଭିପାଟ୍‌ ମେଶିନକୁ ଭଦ୍ରକ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଥିବା ଷ୍ଟ୍ରଙ୍ଗ୍‌ରୁମ୍‌ରେ ରଖାଯାଇଛି। ମିଳିଥିବା ତଥ୍ୟ ଅନୁସାରେ, ଧାମନଗର ନିର୍ବାଚନମଣ୍ଡଳୀରେ ମୋଟ ୨ଲକ୍ଷ ୩୮ହଜାର ୪୧୭ଜଣ ଭୋଟରଙ୍କ ମଧ୍ୟରୁ ୧ ଲକ୍ଷ ୬୪ ହଜାର ୪୬୫ଜଣ ନିଜର ମତାଧିକାର ସାବ୍ୟସ୍ତ କରିଛନ୍ତି। ଏଠାରେ ମହିଳା ଭୋଟରଙ୍କ ତୁଳନାରେ ପୁରୁଷ ଭୋଟରଙ୍କ ସଂଖ୍ୟା ପ୍ରାୟ ୮ହଜାର ଅଧିକ ଥିଲେ ମଧ୍ୟ ଚଳିତ ଉପନିର୍ବାଚନରେ ଅଧିକ ସଂଖ୍ୟକ ମହିଳା ଭୋଟର ନିଜର ମତାଧିକାର ସାବ୍ୟସ୍ତ କରିଥିବା ଜଣାପଡ଼ିଛି। ସୁଦଶା ବ୍ରତ ସତ୍ତ୍ୱେ ପୁରୁଷ ଭୋଟରଙ୍କ ତୁଳନାରେ ପ୍ରାୟ ୬ହଜାର ଅଧିକ ମହିଳା ନିଜର ମତାଧିକାର ସାବ୍ୟସ୍ତ କରିଛନ୍ତି।
ଅପରପକ୍ଷେ ଧାମନଗର ଏନ୍‌ଏସିର ୧୧୬ ନଂ. ବୁଥ୍‌ ଜୟନଗର ସରକାରୀ ପ୍ରାଥମିକ ବିଦ୍ୟାଳୟରେ ସର୍ବାଧିକ ୮୩.୩୨% ମତଦାନ ହୋଇଛି। ସେହିପରି ତିହିଡ଼ିର ୬୯ ନମ୍ବର ବୁଥ୍‌ ବାରୋ ନୋଡାଲ ହାଇସ୍କୁଲରେ ସର୍ବନିମ୍ନ ମତଦାନ (୫୪.୮୭%) ହୋଇଥିବା ନେଇ ନିର୍ବାଚନ ଅଧିକାରୀ ତଥା ଭଦ୍ରକ ଅତିରିକ୍ତ ଉପଜିଲାପାଳ ଲକ୍ଷ୍ମୀପ୍ରସାଦ ସାହୁ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

କୁରୁକୁଟି ମୌଜାରେ ଜମି ବିବାଦ ଅସମାହିତ: ଜିଲାପାଳ-ଏସପିଙ୍କ ବୁଝାଶୁଝା ସତ୍ତ୍ୱେ ହଟିଲେନି ଆନ୍ଦୋଳନକାରୀ

ଥୁଆମୂଳ ରାମପୁର, ୩ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣକୁ ନେଇ ଚାଲିଥିବା ବିବାଦ ଆଜି…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

୬ ଘଣ୍ଟା ଧରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରି ଲୁଟ୍‌, ମହିଳାଙ୍କ ସମେତ ୫ଜଣଙ୍କୁ ବାନ୍ଧିଲା…

ରାୟଗଡ଼ା, ୩।୪ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଜଣେ ସରକାରୀ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ମରଣାନ୍ତକ ଆକ୍ରମଣ ଓ ଲୁଟ କରିବା ଘଟଣାର ପର୍ଦ୍ଦାଫାଶ କରିଛି…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri