ଭୋଟ୍‌ ମାଗିବା ଆଳରେ ଟଙ୍କା, ଅଳଙ୍କାର ଲୁଟ୍‌

କୋଡ଼ିଙ୍ଗା,୧୬।୨(ଡି.ଏନ୍‌.ଏ.): ଭୋଟ୍‌ ମାଗିବା ଆଳରେ ଘରୁ ଲୁଟିନେଲେ ଅଳଙ୍କାର ଓ ନଗଦ ୭୦ ହଜାର ଟଙ୍କା। ଏପରି ଘଟଣା ନବରଙ୍ଗପୁର ଜିଲା କୋଡିଙ୍ଗା ଥାନା ଜାହାଜଭଟ୍ଟାରେ ସୋମବାର ରାତିରେ ଘଟିଛି। ଖବର ପାଇ ପୋଲିସ ମଙ୍ଗଳବାର ସନ୍ଧାନୀ କୁକୁର ଓ ସାଇଣ୍ଟିଫିକ୍‌ ଟିମ୍‌ ସହ ଘଟଣାସ୍ଥଳରେ ପହଞ୍ଚତ୍ ତଦନ୍ତ ଆରମ୍ଭ କରିଛି।
ସୋମବାର ରାତି ପ୍ରାୟ ୮ଟାରେ ଜାହାଜଭଟ୍ଟା ଗ୍ରାମର ପିଙ୍କି ହରିଜନଙ୍କ ଘର କବାଟ କେତେଜଣ ବାଡ଼େଇଥିଲେ। ଏହି ସମୟରେ ବିଦ୍ୟୁତ୍‌ କାଟ ହୋଇଥିଲା ଓ ପିଙ୍କିଙ୍କ ସ୍ବାମୀ ଘରେ ନ ଥିଲେ। ପିଙ୍କି ବାହାରକୁ ଆସିବାରୁ ଦୁର୍ବୃତ୍ତମାନେ ଆମ ପାର୍ଟିକୁ ଭୋଟ ଦେବ ବୋଲି କହିଥିଲେ। ପିଙ୍କି ଚାର୍ଜ ଲାଇଟ୍‌ ଆଣିବାକୁ ଯିବା ସମୟରେ ସେମାନଙ୍କ ମଧ୍ୟରୁ ଜଣେ ତାଙ୍କ ହାତକୁ ଟାଣି ଧରିଥିଲେ। ଅନ୍ୟ ଜଣେ ତାଙ୍କ ବେକରେ ଛୁରି ରଖି ଆଲ୍‌ମାରି ଚାବିକାଠି ପାଇଁ ଧମକ ଦେଇଥିଲେ। ଚାବି ନେବାପରେ ଦୁର୍ବୃତ୍ତମାନେ ଆଲମାରିରୁ ସୁନା ଅଳଙ୍କାର ସହ ୭୦ ହଜାର ଟଙ୍କା ଲୁଟି ନେଇଥିଲେ। ମଙ୍ଗଳବାର ସକାଳେ ପିଙ୍କି କୋଡିଙ୍ଗା ଥାନାରେ ଅଭିଯୋଗ କରିଥିଲେ। ତାଙ୍କ ଏତଲାକୁ ଭିତ୍ତିକରି ଥାନାରେ ଏକ ମାମଲା ରୁଜୁ କରାଯାଇଛି। ମଙ୍ଗଳବାର ସନ୍ଧ୍ୟାରେ କୋରାପୁଟ ସାଇଣ୍ଟିଫିକ ଟିମ୍‌ ଓ ସନ୍ଧାନୀ କୁକୁର ଆସି ଘଟଣାସ୍ଥଳରେ ତଦନ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହୃଦୟ ବିଦାରକ ଦୃଶ୍ୟ; ଶବ ପାଇଁ ନାହିଁ ଷ୍ଟ୍ରେଚର୍‌! ତଳେ ଘୋଷାଡ଼ି ନେଲେ ମୃତଦେହ

ପାଟନା,୧୭ା୯: ବିହାରର ବକ୍ସରରୁ ମାନବିକତା ଓ ମୃତଦେହର ସମ୍ମାନ ସହ ଜଡ଼ିତ ବ୍ୟବସ୍ଥାକୁ ନେଇ ପ୍ରଶ୍ନ ଉଠାଇଲା ଭଳି ଏକ ଭିଡିଓ ସାମ୍ନାକୁ ଆସିଛି । ସୋସିଆଲ…

୧୪ ହିତାଧିକାରୀଙ୍କୁ କାର୍ଯ୍ୟାଦେଶ ବଣ୍ଟନ କଲେ ବିଧାୟକ

ଗୁଡ଼ାରି,୧୭ା୯(ପ୍ରମୋଦ କୁମାର ପତି): ଗୁଡ଼ାରି ଏନ୍‌ଏସି କାର୍ଯ୍ୟାଳୟ ପରିସରରେ ୧୪ ଜଣ ହିତାଧିକାରୀଙ୍କୁ ଆବାସ ଯୋଜନାରେ କାର୍ଯ୍ୟାଦେଶ ବଣ୍ଟନ କରିଛନ୍ତି ବିଧାୟକ ସତ୍ୟଜିତ ଗମାଙ୍ଗ। ସହରର ୧୪…

ମୋଦିଙ୍କ ଜନ୍ମଦିନରେ ରେଖା ଗୁପ୍ତାଙ୍କ ବଡ଼ ନିଷ୍ପତ୍ତି: ଦାନ କଲେ ନିଜର ସମସ୍ତ ଅଙ୍ଗ

ନୂଆଦିଲ୍ଲୀ,୧୭।୯: ଦିଲ୍ଲୀରେ ଅଙ୍ଗଦାନକୁ ପ୍ରୋତ୍ସାହିତ କରିବା ପାଇଁ ‘ଷ୍ଟେଟ ଅର୍ଗାନ ଆଣ୍ଡ ଟିସୁ ଟ୍ରାନ୍ସପ୍ଲାଣ୍ଟ ଅର୍ଗାନାଇଜେସନ’ (SOTO) ନାମକ ଏକ ସରକାରୀ ପ୍ଲାଟଫର୍ମ ସ୍ଥାପନ କରାଯାଇଛି। ମୁଖ୍ୟମନ୍ତ୍ରୀ…

ହତ୍ୟା କରିବା ପରେ ବାଇକ୍‌ ସହ ମୃତଦେହ ଫିଙ୍ଗି ଦେଇଥିଲେ ୧୨ ଅଭିଯୁକ୍ତ, ଆଜି ପୂରା ଘଟଣାର ପର୍ଦ୍ଦାଫାଶ କରି…

ଗୁଣପୁର,୧୭ା୯(ସୁଜାତା ପାଢ଼ୀ/ସଙ୍କେତ ପାତ୍ର): ରାୟଗଡ଼ା ଜିଲା ଗୁଣପୁର ବ୍ଲକ ଜଗନ୍ନାଥପୁର ପଞ୍ଚାୟତର ନୂଆଲବା ଗ୍ରାମ ନିକଟରେ ଜଣେ ବ୍ୟକ୍ତିଙ୍କ ମୃତଦେହ ମିଳିବା ଘଟଣାକୁ ନେଇ ଚାଞ୍ଚଲ୍ୟ ଖେଳିଯାଇଥିଲା।…

ପାକିସ୍ତାନ କ୍ରିକେଟରେ ହଇଚଇ: ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ମହମ୍ମଦ ରିଜୱାନ

ଇସଲାମାବାଦ,୧୭।୯: ସମ୍ପ୍ରତି ଶେଷ ହୋଇଥିବା ପାକିସ୍ତାନ-ଇଂଲଣ୍ଡ ଟେଷ୍ଟ ସିରିଜ ବିବାଦ ଘେରରେ ରହିଥିଲା। ଦ୍ୱିତୀୟ ଟେଷ୍ଟ ମ୍ୟାଚ ପରେ, ମହମ୍ମଦ ରିଜୱାନ, ଇମାମ-ଉଲ-ହକ ଏବଂ ସଲମାନ ଆଘାଙ୍କ…

ଦିଗପହଣ୍ଡିରେ ଆଶ୍ଚର୍ଯ୍ୟଜନକ ଘଟଣା; ସ୍ୱପ୍ନାଦେଶ ପରେ ମାଟିତଳୁ ମିଳିଲା ମା’ କାଳୀଙ୍କ ମୂର୍ତ୍ତି, ଗାଁ ଲୋକଙ୍କ ପୂଜାର୍ଚ୍ଚନା

ଦିଗପହଣ୍ଡି,୧୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଦେଖିବାକୁ ମିଳିଛି । ବି.ଯୁଧିଷ୍ଠିର ରେଡ୍ଡୀଙ୍କ ଘର…

ଛତ୍ରପୁର ସହରରେ କୁକୁର-ମାଙ୍କଡ଼ଙ୍କ ଉପଦ୍ରବ, ନିୟନ୍ତ୍ରଣ ପାଇଁ ଜିଲାପାଳଙ୍କ ଦୃଷ୍ଟି ଆକର୍ଷଣ କରି…

ଛତ୍ରପୁର,୧୭ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଜିଲାର ସଦରମହକୁମା ଛତ୍ରପୁର ସହରରେ ବୁଲା କୁକୁର ଓ ମାଙ୍କଡ଼ଙ୍କ ଉପଦ୍ରବ ଦିନକୁ ଦିନ ବଢ଼ୁଥିବା ନେଇ ସାଧାରଣରେ ଉଦ୍‌ବେଗ ପ୍ରକାଶ ପାଇଛି।…

ପ୍ରଧାନମନ୍ତ୍ରୀ ମୋଦିଙ୍କ ଜନ୍ମଦିନରେ ଯଜ୍ଞ କଲେ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା; ସିଜେପି (CJP)କହିଲା, ’ଆମେ ସେମାନଙ୍କଠାରୁ ଏଭଳି ନାଟକର…’

ନୂଆଦିଲ୍ଲୀ,୧୭।୯: ଦିଲ୍ଲୀର ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୬ତମ ଜନ୍ମଦିନ ଅବସରରେ ଆୟୋଜିତ ‘୧୦୮-କୁଣ୍ଡୀୟ ଯଜ୍ଞ’ରେ ଅଂଶଗ୍ରହଣ କରିଥିଲେ। ଏହି ଘଟଣାକୁ ନେଇ ବର୍ତ୍ତମାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?