ୟୁବିଆଇ ସମ୍ବଲପୁର କ୍ଷେତ୍ର ପକ୍ଷରୁ ରିଟେଲ୍‌ ଏକ୍ସପୋ

ଭୁବନେଶ୍ୱର,୧୮।୬ (ଅଭୟ ଦାଶ): ୟୁନିୟନ୍‌ ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ୟୁବିଆଇ)ର କ୍ଷେତ୍ରୀୟ କାର୍ଯ୍ୟାଳୟ ସମ୍ବଲପୁର ପକ୍ଷରୁ ଆୟୋଜିତ ଏକ ମେଗା ରିଟେଲ୍‌ ଏକ୍ସପୋ-୨୦୨୪ ସମ୍ବଲପୁରର ଗଙ୍ଗାଧର ମଣ୍ଡପଠାରେ ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ୟୁବିଆଇ ପକ୍ଷରୁ ରିଟେଲ୍‌ ଋଣ ସମ୍ବନ୍ଧୀୟ ଉପତ୍ାଦ, ଗୃହ ଋଣ, କାର୍‌ ଋଣ ଏବଂ ଶିକ୍ଷା ଋଣ ଆଦିର ପ୍ରଦର୍ଶନ କରାଯାଇଥିଲା। ଏହି ଅବସରରେ ସମ୍ବଲପୁର ଜିଲାର ଉପ ଜିଲାଧିକାରୀ ଡ. ପୁଷ୍ପାଞ୍ଜଳି ପଣ୍ଡା ଏବଂ ୟୁବିଆଇ ସମ୍ବଲପୁର କ୍ଷେତ୍ରର କ୍ଷେତ୍ରୀୟ ମୁଖ୍ୟ ଧର୍ମେନ୍ଦ୍ର ରାଜୋରିଆ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଏହାର ଉଦ୍‌ଘାଟନ (ଶୁଭାରମ୍ଭ) କରିଥିଲେ। ଅପରପକ୍ଷରେ ଡ. ପଣ୍ଡା ସମାଜର ଉନ୍ନତିରେ ବ୍ୟାଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକା ସମ୍ପର୍କରେ ବିସ୍ତୃତ ଆଲୋଚନା କରିବା ସହିତ ବିତ୍ତୀୟ ସହାୟତାରେ ବ୍ୟାଙ୍କର ନିରନ୍ତର ଯୋଗଦାନ ରହୁ ବୋଲି ସେ କହିଥିଲେ। ସେହିଭଳି ରାଜୋରିଆ ବ୍ୟାଙ୍କର ରିଟେଲ୍‌ ଉପତ୍ାଦ ସମ୍ବନ୍ଧରେ ସମସ୍ତଙ୍କୁ ଅବଗତ କରାଇଥିଲେ। ସେହିପରି ବ୍ୟାଙ୍କ ପକ୍ଷରୁ ରିଟେଲ୍‌ ଋଣ ଉପତ୍ାଦ ଉପରେ ତୁରନ୍ତ ମଞ୍ଜୁରୀର ବ୍ୟବସ୍ଥା କରାଯାଇଥିଲା। ଏପରିକି ୧୦ରୁ ଊର୍ଦ୍ଧ୍ୱ ଗ୍ରାହକଙ୍କୁ ମଞ୍ଜୁରୀ ପତ୍ର ପ୍ରଦାନ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ୟୁବିଆଇ ସମ୍ବଲପୁରସ୍ଥିତ ସମସ୍ତ ଶାଖାର ଶାଖା ମୁଖ୍ୟ,କର୍ମଚାରୀ ତଥା କ୍ଷେତ୍ରୀୟ କାର୍ଯ୍ୟାଳୟର ସମସ୍ତ କର୍ମଚାରୀ ଓ ଅନ୍ୟମାନେ ଉପସ୍ଥିତ ଥିଲେ। ଏହି କାର୍ଯ୍ୟକ୍ରମରେ ବହୁ ସଂଖ୍ୟକ ଗ୍ରାହକ ଯୋଗଦେଇ ଗୃହ ଋଣ, କାର୍‌ ଋଣ, ଶିକ୍ଷା ଋଣ ଓ ବନ୍ଧକ ଋଣ ଆଦି ବିଷୟରେ ଅବଗତ ହୋଇଥିଲେ। ଏଥିରେ ୟୁବିଆଇ ସମ୍ବଲପୁର କ୍ଷେତ୍ରର ଉପ-କ୍ଷେତ୍ରୀୟ ମୁଖ୍ୟ ହରେନ୍ଦ୍ର କୁମାର ଜେନା ଏବଂ ରିଟେଲ ଲୋନ୍‌ ପଏଣ୍ଟର ମୁଖ୍ୟ ଅଶୋକ କୁମାର ବେହେରା ସକ୍ରିୟ ଅଂଶଗ୍ରହଣ କରିଥିଲେ।
ଉଲ୍ଲେଖଯୋଗ୍ୟ, ଏହି ଏକ୍ସପୋରେ ସମ୍ବଲପୁରର ୮ଜଣ କାର୍‌ ଡିଲର, ୬ ଜଣ ବିଲ୍ଡର ଏବଂ ୩ ଜଣ ଶିକ୍ଷା ପରାମର୍ଶଦାତା ଅଂଶଗ୍ରହଣ କରିଥିଲେ। ଏକ୍ସପୋକୁ ଆସୁଥିବା ସମସ୍ତ ଗ୍ରାହକଙ୍କର ମାଗଣା ଚକ୍ଷୁ ପରୀକ୍ଷା ଓ ସ୍ବାସ୍ଥ୍ୟ ପରୀକ୍ଷାର ମଧ୍ୟ ଆୟୋଜନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କୃତ୍ରିମ ଉପଗ୍ରହର ବହୁଳତା

ପୃଥିବୀର ଏକମାତ୍ର ପ୍ରାକୃତିକ ଉପଗ୍ରହ ହେଉଛି ଚନ୍ଦ୍ର। କିନ୍ତୁ ଗତ ଶତାବ୍ଦୀର ଦ୍ୱିତୀୟାର୍ଦ୍ଧରୁ ଅନେକ କୃତ୍ରିମ ଉପଗ୍ରହ ପୃଥିବୀ କକ୍ଷରେ ଏହାକୁ ପରିକ୍ରମଣ କରୁଛି। ରୁଷିଆ...

‘ବ୍ରିଟିଶମାନେ ପ୍ରଥମେ ବଙ୍ଗଳାକୁ ବିଭାଜିତ କରିଥିଲେ, ବନ୍ଦେ ମାତରମ ସେମାନଙ୍କ ପାଇଁ ଏକ ଚ୍ୟାଲେଞ୍ଜ ହୋଇଗଲା’ – ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୮।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଲୋକ ସଭାର ଶୀତକାଳୀନ ଅଧିବେଶନ ପାଇଁ ସଂସଦରେ ପହଞ୍ଚିଥିଲେ। ସେ ‘ବନ୍ଦେ ମାତରମ’ର ୧୫୦ତମ ବାର୍ଷିକୀ ଉପରେ ଏକ...

ବାରବାଟୀରେ ଟିମ ଇଣ୍ଡିଆ ଖେଳାଳି: ଅଭ୍ୟାସ ଦେଖିପାରିବେ ଦର୍ଶକ

କଟକ,୮।୧୨: ଓଡ଼ିଶାରେ ଏବେ କ୍ରିକେଟ୍‌ ଫିଭର ଚାଲିଛି। ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି-୨୦ କଟକର ଐତିହାସିକ ବାରବାଟୀ ଷ୍ଟାଡିୟମରେ ଖେଳାଯିବ। ଏହାପୂର୍ବରୁ...

ବିଗ ବସ ୧୯ ବିଜେତା: ଗୌରବ ଖାନ୍ନା ୫୦ ଲକ୍ଷ ନୁହେଁ, ଏତିକି କୋଟି ଟଙ୍କା ନେଇ ଫେରିଲେ

ମୁମ୍ବାଇ,୮।୧୨: ସଲମାନ ଖାନଙ୍କ ରିଆଲିଟି ଶୋ ବିଗ ବସ ୧୯ର ଶେଷ ଏପିସୋଡ ଏକ ବ୍ଲକବଷ୍ଟର ଥିଲା। ରବିବାର ରାତି ଶେଷ ପର୍ଯ୍ୟନ୍ତ ବିଜେତାଙ୍କ ଭାଗ୍ୟ...

ବିଗ୍‌ ବସ୍‌ ଜିତିଲେ ଗୌରବ: ଜାଣନ୍ତୁ ତାଙ୍କ ବିଷୟରେ ରୋଚକ କଥା

କଲର୍ସ ଟିଭିରେ ପ୍ରସାରିତ ରିଆଲିଟି ଶୋ’ ବିଗ୍‌ ବସ୍‌ ସିଜନ୍‌ ୧୯ରେ ବାଜିମାରି ନେଇଛନ୍ତି ଗୌରବ ଖାନ୍ନା। ଏଥିସହ ସାଢ଼େ ୩ ମାସ ଧରି ଚାଲିଥିବା...

ପଲିଥିନ୍‌ କାରଖାନାରେ ଲାଗିଲା ନିଆଁ

କଟକ,୮ା୧୨(କାର୍ତ୍ତିକ ସାହୁ): ସୋମବାର କଟକ ଜଗତପୁରର ଗୁଜରପୁରଠାରେ ଥିବା ଏକ ପଲିଥିନ ଉତ୍ପାଦନ ୟୁନିଟ ‘ଜଗା କାଳିଆ ପଲିପ୍ୟାକ୍‌ ଏଣ୍ଟରପ୍ରାଇଜେସ’ ରେ ଏକ ବଡ଼ ଧରଣର...

ହ୍ୟୁମାନଙ୍କ ମୃତ୍ୟୁ ମାମଲାରେ ଆସିଲା ବଡ଼ ଟୁଇଷ୍ଟ: ଅର୍ପିତାଙ୍କୁ ନେଇ ପ୍ରଥମ ଥର ମୁହଁ ଖୋଲିଲେ ସ୍ତ୍ରୀ ଶ୍ରୀୟା

ବଲାଙ୍ଗୀର,୮।୧୨(ସୁନିଲ ମହାନ୍ତି): ବଲାଙ୍ଗୀର ଟିଟିଲାଗଡ଼ରେ ରବିବାର ଲୋକପ୍ରିୟ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ପାଇଁ ଥିଲା ଶ୍ରଦ୍ଧାଞ୍ଜଳି ସଭା। ଏହି ସଭାରେ ଅଭିନେତା ଅନୁଭବ ମହାନ୍ତି, ଅସିମା...

ନେତାନ୍ୟାହୁଙ୍କ ବଡ଼ ବୟାନ, କହିଲେ ରାଜନୀତି ଛାଡ଼ିବି ନାହିଁ

ଜେରୁଜେଲମ,୮।୧୨: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ କହିଛନ୍ତି ଯେ ସେ ଏହି ମାସ ଶେଷରେ ଗାଜା ଶାନ୍ତି ଯୋଜନାର ଦ୍ୱିତୀୟ ପର୍ଯ୍ୟାୟ ଉପରେ ଆମେରିକା ରାଷ୍ଟ୍ରପତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri