ଅକ୍ଟୋବରରେ ଖୁଚୁରା ମୁଦ୍ରାସ୍ଫୀତି ୪.୮୭%

ଭୁବନେଶ୍ୱର,୧୪।୧୧ (ଅଭୟ ଦାଶ): ଗତ କିଛି ମାସ ହେଲା/ହେବ ଖୁଚୁରା ମୁଦ୍ରାସ୍ଫୀତି ହାରରେ ହ୍ରାସ ଘଟୁଛି। ଏପରିକି କ୍ରମାଗତ ୪ମାସ ପାଇଁ ଖୁଚୁରା ମୁଦ୍ରାସ୍ଫୀତି ହାରରେ ହ୍ରାସ ଦେଖିବାକୁ ମିଳିଛି, ବିଶେଷ କରି ଘରୋଇ ବଜାରରେ ଖାଦ୍ୟ ସାମଗ୍ରୀର ଦର ହ୍ରାସ ଓ ଅନ୍ୟାନ୍ୟ ସାମଗ୍ରୀର ମୂଲ୍ୟ ସ୍ଥିରତା ଯୋଗୁ ଖୁଚୁରା ମୁଦ୍ରାସ୍ଫୀତି ହାରରେ ହ୍ରାସ ହୋଇଛି। ଅପରପକ୍ଷରେ ଚଳିତ ବର୍ଷ ଅକ୍ଟୋବରରେ ଖୁଚୁରା ମୁଦ୍ରାସ୍ଫୀତି ହାର ୪.୮୭%ରେ ରହିଛି ବୋଲି ସୋମବାର ଜାତୀୟ ପରିସଂଖ୍ୟାନ କାର୍ଯ୍ୟାଳୟ (ନ୍ୟାଶନାଲ ଷ୍ଟାଟିଷ୍ଟିକାଲ ଅଫିସ ବା ଏନ୍‌ଏସଓ) ପକ୍ଷରୁ ବିସ୍ତୃତ ଭାବେ ସୂଚନା ଦିଆଯାଇଛି।
ଉଲ୍ଲେଖଯୋଗ୍ୟ, ୨୦୨୩ ଅକ୍ଟୋବରରେ ଖୁଚୁରା ମୁଦ୍ରାସ୍ଫୀତି ହାର ୪.୮୭%ରେ ରହିଥିଲାବେଳେ ଚଳିତ ବର୍ଷ ସେପ୍ଟେମ୍ବରରେ ଖୁଚୁରା ମୁଦ୍ରାସ୍ଫୀତି ହାର ୫.୦୨% ଥିଲା। ସେହିଭଳି ୨୦୨୩ ଅଗଷ୍ଟରେ ୫.୦୨% ଥିଲା ୬.୮୩% ଏବଂ ଜୁଲାଇରେ ଖୁଚୁରା ମୁଦ୍ରାସ୍ଫୀତି ହାର ୭.୪୪% ରହିଥିଲା। ଯାହା ଦୀର୍ଘ ୧୫ ମାସର ସର୍ବୋଚ୍ଚ ବୋଲି ଏନଏସଓ ପକ୍ଷରୁ କୁହାଯାଇଥିଲା। ସେହିପରି ଖୁଚୁରା ମୁଦ୍ରାସ୍ଫୀତି ହାର ୨୦୨୩ ଜୁଲାଇ ପରଠାରୁ କ୍ରମାଗତ ଭାବେ ହ୍ରାସ ପାଉଛି, ଏପରିକି ଲଗାତର ୪ର୍ଥ ମାସ ପାଇଁ ଖୁଚୁରା ମୁଦ୍ରାସ୍ଫୀତି ହାରରେ ହ୍ରାସ ଦେଖିବାକୁ ମିଳିଛି, ଖାଦ୍ୟ ସାମଗ୍ରୀ ମୂଲ୍ୟରେ ହ୍ରାସ ଯୋଗୁ ୨୦୨୩ ଅକ୍ଟୋବରରେ ଖୁଚୁରା ମୁଦ୍ରାସ୍ଫୀତି ହାର ୪.୮୭%କୁ ଖସିଛି ବୋଲି ମନ୍ତ୍ରଣାଳୟ (କାର୍ଯ୍ୟାଳୟ) ପକ୍ଷରୁ କୁହାଯାଇଛି। ଅପରପକ୍ଷରେ ୨୦୨୩ ଅକ୍ଟୋବରରେ ଖାଦ୍ୟ ମୁଦ୍ରାସ୍ଫୀତି ୬.୬୧% ରହିଛି, ଯାହାକି ୨୦୨୩ ସେପ୍ଟେମ୍ବରରେ ୬.୬୨% ରହିଥିଲା। ବିଶେଷକରି ଗ୍ରାମୀଣ ଅଞ୍ଚଳରେ ଖୁଚୁରା ମୁଦ୍ରାସ୍ଫୀତି ହାର ୫.୧୨% ରହିଥିବାବେଳେ ସହରାଞ୍ଚଳରେ ଖୁଚୁରା ମୁଦ୍ରାସ୍ଫୀତି ହାର ୬.୭୧% ରହିଛି।
ସୂଚନାଯୋଗ୍ୟ, ୨୦୨୩ ଅକ୍ଟୋବରରେ ଡାଲି ଦର ବୃଦ୍ଧି ହୋଇଥିବାବେଳେ ଅନ୍ୟାନ୍ୟ ଖାଦ୍ୟ ସାମଗ୍ରୀର ଦର ପରିବର୍ତ୍ତନ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?