ମାର୍ଚ୍ଚରେ ଖୁଚୁରା ମୁଦ୍ରାସ୍ଫୀତି ୫.୬୬%

ନୂଆଦିଲ୍ଲୀ,୧୩।୪: ଗତ କିଛି ମାସ ହେବ ଦେଶର ଖୁଚୁରା ମୁଦ୍ରାସ୍ଫୀତି ହାରରେ ପରିବର୍ତ୍ତନ ଘଟୁଛି। ଏପରିକି ୨୦୨୩ ମାର୍ଚ୍ଚରେ ମଧ୍ୟ ଖୁଚୁରା ମୁଦ୍ରାସ୍ପୀତି ହାର ହ୍ରାସ ପାଇ ୫.୬୬% ରେ ରହିଛି। ଫଳରେ ଖୁଚୁରା ମୁଦ୍ରାସ୍ଫୀତି ଗତ ୧୫ ମାସର ସର୍ବନିମ୍ନ ସ୍ତରକୁ ଖସିଆସିଛି ବୋଲି ବୁଧବାର ନ୍ୟାଶନାଲ ଷ୍ଟାଷ୍ଟିଟିକାଲ ଅଫିସ (ଏନ୍‌ଏସ୍‌ଓ) ପକ୍ଷରୁ ବିସ୍ତୃତ ସୂଚନା ଦିଆଯାଇଛି। ସେହିଭଳି ଏନ୍‌ଏସ୍‌ଓ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ୨୦୨୩ ମାର୍ଚ୍ଚରେ ଦେଶର ଖୁଚୁରା ମୁଦ୍ରାସ୍ଫୀତି ହାର ୫.୬୬% କୁ ଖସିଆସିଥିବା ବେଳେ ୨୦୨୩ ଫେବୃୟାରୀରେ ୬.୪୪% ରହିଥିଲା। ସେହିପରି ୨୦୨୨ ମାର୍ଚ୍ଚରେ ଖୁଚୁରା ମୁଦ୍ରାସ୍ଫୀତି ହାର ୬.୯୫% ରହିଥିଲା। ଏନ୍‌ଏସ୍‌ଓର ସୂଚନା ଅନୁଯାୟୀ ଖାଦ୍ୟ ମୁଦ୍ରାସ୍ଫୀତି ହାର ୨୦୨୩ ମାର୍ଚ୍ଚରେ ୪.୭୯% ରହିଥିଲା ଯେତେବେଳେ କି ୨୦୨୩ ଫେବୃୟାରୀରେ ଏହାର ହାର ୬.୯୫% ଏବଂ ବର୍ଷକ ପୂର୍ବେ ଏହାର ହାର ୭.୬୮% ଥିଲା। ତେବେ ଏନ୍‌ଏସ୍‌ଓ ପକ୍ଷରୁ ଜାରି ତଥ୍ୟ ଅନୁଯାୟୀ, ଖାଦ୍ୟପେୟ ସାମଗ୍ରୀର ଦର କମିବା କାରଣରୁ ଖୁଚୁରା ମୁଦ୍ରାସ୍ଫୀତିରେ ହ୍ରାସ ଦେଖାଦେଇଛି।
ଏହି ସମୟ ମଧ୍ୟରେ ଇଣ୍ଡେକ୍ସ ଅଫ୍‌ ଇଣ୍ଡଷ୍ଟ୍ରିଆଲ୍‌ ପ୍ରଡକ୍ସନ(ଆଇଆଇପି) ମାଧ୍ୟମରେ ମାପ କରାଯାଉଥିବା କାରଖାନା ଉତ୍ପାଦନ ୨୦୨୩ ଫେବୃୟାରୀରେ ୫.୬%କୁ ବୃଦ୍ଧି ପାଇଛି। ଏପରିକି ୨୦୨୩ ଜାନୁୟାରୀରେ ଏହାର ହାର ୫.୫% ରହିଥିଲା। ବିଶେଷ କରି ଖଣିରେ ଏକ ଅନୁକୂଳ ଆଧାର ପ୍ରଭାବ ଏବଂ ଉତ୍ପାଦନ ଅଭିବୃଦ୍ଧି ୪.୬% ରହିଥିଲା ବେଳେ ଉତ୍ପାଦନ ୫.୩% ଏବଂ ବିଦ୍ୟୁତ୍‌ ୮.୨%ରେ ପହଞ୍ଚତ୍ଛି। ସେହିଭଳି ୨୦୨୩ ମାର୍ଚ୍ଚ ମାସରେ ଖାଦ୍ୟ ମୁଦ୍ରାସ୍ଫୀତି ହାର ୪.୭୯% ରେ ରହିଛି। ୨୦୨୩ ଫେବୃୟାରୀରେ ଏହାର ହାର ୫.୯୫% ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଧର୍ମେନ୍ଦ୍ର ପ୍ରଧାନଙ୍କ ବିରୋଧରେ ଆସିଲା ସ୍ବାଧିକାର ଭଙ୍ଗ ପ୍ରସ୍ତାବ ନୋଟିସ: ଅପମାନଜନକ ମନ୍ତବ୍ୟ ଦେଇ…

ନୂଆଦିଲ୍ଲୀ,୧୮ା୫:ଏନ୍‌ଇଇଟି-ୟୁଜି ପରୀକ୍ଷା ପ୍ରଶ୍ନପତ୍ର ପ୍ରଘଟ ମାମଲାକୁ ନେଇ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି ହୋଇଥିବାବେଳେ ଏବେ ତାଙ୍କୁ ରାଜ୍ୟ ସଭାରେ ସ୍ବାଧିକାର ଭଙ୍ଗର ସମ୍ମୁଖୀନ…

IPL 2026 ମଧ୍ୟରେ ପୂର୍ବତନ ଅଧିନାୟକଙ୍କ ପରଲୋକ: କ୍ରିକେଟ ଜଗତ ସ୍ତବ୍ଧ

ନୂଆଦିଲ୍ଲୀ,୧୮।୫: ଆଇପିଏଲ ୨୦୨୬ ମଧ୍ୟରେ ଇଂଲଣ୍ଡରୁ ଏକ ଦୁଃଖଦ ଖବର ଆସିଛି। ପୂର୍ବତନ ଇଂଲଣ୍ଡ ଅଧିନାୟକ ମାଇକ ସ୍ମିଥ ୯୨ ବର୍ଷ ବୟସରେ ପରଲୋକ ଗମନ କରିଛନ୍ତି।…

ସାମ୍ନାକୁ ଆସିଲା ଭାରତର ପ୍ରଥମ ବୁଲେଟ ଟ୍ରେନ୍‌ର ଚିତ୍ର: ଦେଖିବାକୁ…

ନୂଆଦିଲ୍ଲୀ,୧୮।୫: ଭାରତର ପ୍ରଥମ ବୁଲେଟ ଟ୍ରେନ୍‌ର ଚିତ୍ର ସାମ୍ନାକୁ ଆସିଛି। ଏହି ଟ୍ରେନ୍‌ଟି ଗୁଜରାଟରେ ପ୍ରଥମଥର ପାଇଁ ଚାଲିବାକୁ ଯାଉଛି। ଏଥିରେ ଏକ କେଶର ରଙ୍ଗ(ଗେରୁଆ) ରହିବ।…

ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ପୂର୍ବତନ ତହସିଲଦାର: ୩ ବର୍ଷ ସଶ୍ରମ କାରାଦଣ୍ଡ ସହ…

ଗୁଣପୁର,୧୮।୫(ସୁଜାତା ପାଢ଼ୀ):ରାୟଗଡ଼ା ଜିଲା ପଦ୍ମପୁରର ପୂର୍ବତନ ଅବସରପ୍ରାପ୍ତ ତହସିଲଦାର ଖୀରାବ୍ଦି ବେହେରା ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି l ତାଙ୍କ ବିରୋଧରେ ଓଡ଼ିଶା ଭିଜିଲାନ୍ସ ଦ୍ୱାରା…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ କୀର୍ତ୍ତିମାନ: IPL ଇତିହାସରେ କେହି ଏମିତି ରେକର୍ଡ ହାସଲ କରିପାରିନାହାନ୍ତି

ନୂଆଦିଲ୍ଲୀ,୧୮।୫: ବୈଭବ ସୂର୍ଯ୍ୟବଂଶୀ ତାଙ୍କର ଛୋଟ IPL କ୍ୟାରିୟର ମଧ୍ୟରେ ଅନେକ ରେକର୍ଡ ସ୍ଥାପନ କରିସାରିଛନ୍ତି। ତାଙ୍କ କ୍ୟାରିୟରରେ ସୂର୍ଯ୍ୟବଂଶୀ ଚୌକା ଅପେକ୍ଷା ଅଧିକ ଛକା ମାରିଛନ୍ତି।…

ସଲମାନଙ୍କ ଫଟୋ ଦେଖି ୨ ପୂର୍ବତନ ପ୍ରେମିକା ଆଶ୍ଚର୍ଯ୍ୟ: କହିଲେ…

୬୦ ବର୍ଷ ବୟସରେ ବି ସଲମାନ ଖାନଙ୍କ ଜଲଓ୍ବା। ନିକଟରେ ଇନ୍‌ଷ୍ଟାଗ୍ରାମରେ ଏକ ଫଟୋ ଶେୟାର କରି ସେ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଇଛନ୍ତି। ତାଙ୍କ ଫଟୋକୁ ଯିଏ…

ପ୍ରେମାନନ୍ଦ ମହାରାଜଙ୍କ ବିଗିଡିଲା ସ୍ବାସ୍ଥ୍ୟାବସ୍ଥା: ଅନିର୍ଦ୍ଦିଷ୍ଟ କାଳ ପାଇଁ ପଦଯାତ୍ରା ସ୍ଥଗିତ, ଖେଳିଗଲା…

ଲକ୍ଷ୍ନୌ,୧୮।୫: ବୃନ୍ଦାବନର ପ୍ରସିଦ୍ଧ ସନ୍ଥ ପ୍ରେମାନନ୍ଦ ମହାରାଜଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହୋଇଯାଇଛି ପ୍ରେମାନନ୍ଦ ମହାରାଜଙ୍କ ଅସୁସ୍ଥତା ଯୋଗୁ ତାଙ୍କର ରାତ୍ରିକାଳୀନ ପଦଯାତ୍ରା (ପଦଯାତ୍ରା) ଅନିର୍ଦ୍ଦିଷ୍ଟ କାଳ ପାଇଁ…

ଆଜି ଶେଷଥର ପାଇଁ IPL ଖେଳିବେ ଧୋନୀ! ଅବସର ନେଇ ବଢୁଛି ଚର୍ଚ୍ଚା

ଚେନ୍ନାଇ,୧୮।୫:  ଆଜି ଚେନ୍ନାଇ ସୁପର କିଙ୍ଗ୍ସ IPL ୨୦୨୬ର ୬୩ତମ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦକୁ ଭେଟିବ । ଏହି ମ୍ୟାଚ୍ ଚେନ୍ନାଇର ଘରୋଇ ଷ୍ଟାଡିୟମ, ଏମ.ଏ. ଚିଦାମ୍ବରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri